ଗୀତସଂହିତା 84 : 1 (IRVOR)
ସଦାପ୍ରଭୁଙ୍କ ଗୃହ ପ୍ରତି ଆଗ୍ରହ *ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍‍ ସ୍ୱରରେ କୋରହ-ସନ୍ତାନଗଣର ଗୀତ। *ହେ ସୈନ୍ୟାଧିପତି ସଦାପ୍ରଭୁ, *ତୁମ୍ଭର ଆବାସ କିପରି ପ୍ରିୟତମ !
ଗୀତସଂହିତା 84 : 2 (IRVOR)
ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ।
ଗୀତସଂହିତା 84 : 3 (IRVOR)
ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୁ, ମୋହର ରାଜନ୍‍ ଓ ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ,
ଗୀତସଂହିତା 84 : 4 (IRVOR)
ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। *ସେଲା
ଗୀତସଂହିତା 84 : 5 (IRVOR)
ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ।
ଗୀତସଂହିତା 84 : 6 (IRVOR)
ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି; ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ।
ଗୀତସଂହିତା 84 : 7 (IRVOR)
ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।
ଗୀତସଂହିତା 84 : 8 (IRVOR)
ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ୱର, କର୍ଣ୍ଣପାତ କର। *ସେଲା
ଗୀତସଂହିତା 84 : 9 (IRVOR)
ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପରମେଶ୍ୱର, ଦୃଷ୍ଟିପାତ କର ଓ ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ।
ଗୀତସଂହିତା 84 : 10 (IRVOR)
କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।
ଗୀତସଂହିତା 84 : 11 (IRVOR)
କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।
ଗୀତସଂହିତା 84 : 12 (IRVOR)
ହେ ସୈନ୍ୟାଧିପତି ପରମେଶ୍ୱର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ।

1 2 3 4 5 6 7 8 9 10 11 12