ଗୀତସଂହିତା 85 : 1 (IRVOR)
ଜାତିର ମଙ୍ଗଳାର୍ଥେ ପ୍ରାର୍ଥନା
ଗୀତସଂହିତା 85 : 2 (IRVOR)
*ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ। *ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; *ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ। *ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ। *ସେଲା
ଗୀତସଂହିତା 85 : 3 (IRVOR)
ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତାରୁ ବିମୁଖ ହୋଇଅଛ।
ଗୀତସଂହିତା 85 : 4 (IRVOR)
ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର।
ଗୀତସଂହିତା 85 : 5 (IRVOR)
ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ ? ତୁମ୍ଭେ କି ପୁରୁଷ-ପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ ?
ଗୀତସଂହିତା 85 : 6 (IRVOR)
ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ ?
ଗୀତସଂହିତା 85 : 7 (IRVOR)
ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର ଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର।
ଗୀତସଂହିତା 85 : 8 (IRVOR)
ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ।
ଗୀତସଂହିତା 85 : 9 (IRVOR)
ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି।
ଗୀତସଂହିତା 85 : 10 (IRVOR)
ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି।
ଗୀତସଂହିତା 85 : 11 (IRVOR)
ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି, ଧାର୍ମିକତା ସ୍ୱର୍ଗରୁ ଦୃଷ୍ଟିପାତ କରିଅଛି।
ଗୀତସଂହିତା 85 : 12 (IRVOR)
ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ।
ଗୀତସଂହିତା 85 : 13 (IRVOR)
ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ।
❮
❯
1
2
3
4
5
6
7
8
9
10
11
12
13