ଗୀତସଂହିତା 89 : 2 (IRVOR)
*ଇଷ୍ରାହୀୟ ଏଥନ୍ର ମସ୍କୀଲ୍। *ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; *ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ୱସ୍ତତା ସମସ୍ତ ପିଢ଼ି ପ୍ରତି ପ୍ରକାଶ କରିବି। *କାରଣ ଦୟା ସଦାକାଳ ଗଢ଼ାଯିବ ବୋଲି ମୁଁ କହିଅଛି; “ତୁମ୍ଭେ ଆପଣା ବିଶ୍ୱସ୍ତତା ସ୍ୱର୍ଗରେ ହିଁ ସ୍ଥାପନ କରିବ।”
ଗୀତସଂହିତା 89 : 3 (IRVOR)
“ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ, ଆମ୍ଭେ ଆପଣା ଦାସ ଦାଉଦ ସଙ୍ଗେ ଶପଥ କରିଅଛୁ।
ଗୀତସଂହିତା 89 : 4 (IRVOR)
ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା ଓ ପୁରୁଷ-ପରମ୍ପରା ପର୍ଯ୍ୟନ୍ତ ତୁମ୍ଭର ସିଂହାସନ ଗଢ଼ିବା।” *ସେଲା
ଗୀତସଂହିତା 89 : 5 (IRVOR)
ହେ ସଦାପ୍ରଭୁ, ସ୍ୱର୍ଗ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ପ୍ରଶଂସା କରିବ, ମଧ୍ୟ ପବିତ୍ରଗଣର ସମାଜରେ ତୁମ୍ଭ ବିଶ୍ୱସ୍ତତାର ପ୍ରଶଂସା କରିବ।
ଗୀତସଂହିତା 89 : 6 (IRVOR)
କାରଣ ଆକାଶରେ ସଦାପ୍ରଭୁଙ୍କ ସଙ୍ଗେ କାହାର ଉପମା କରାଯାଇ ପାରେ ? ଯେଉଁ ପରମେଶ୍ୱର ପବିତ୍ରଗଣର ସଭାରେ ଅତି ଭୟଙ୍କର
ଗୀତସଂହିତା 89 : 7 (IRVOR)
ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ ସନ୍ତାନଗଣ ମଧ୍ୟରେ କିଏ ଅଛି ?
ଗୀତସଂହିତା 89 : 8 (IRVOR)
ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ ? ତୁମ୍ଭ ବିଶ୍ୱସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ।
ଗୀତସଂହିତା 89 : 9 (IRVOR)
ତୁମ୍ଭେ ସମୁଦ୍ରର ଅହଙ୍କାର ଉପରେ କର୍ତ୍ତୃତ୍ୱ କରୁଅଛ; ତହିଁର ତରଙ୍ଗମାଳା ଉଠିବା ବେଳେ ତୁମ୍ଭେ ସେସବୁ ଶାନ୍ତ କରୁଅଛ।
ଗୀତସଂହିତା 89 : 10 (IRVOR)
ତୁମ୍ଭେ ରାହବକୁ* ରାହବକୁ ଏହା ଏକ ସମୁଦ୍ରଜୀବୀ ଜୀବ ଯାହା ଏବ୍ରୀ ଗଳ୍ପରେ ଆସେ ପୁଣି ଏହା ଦୁଷ୍ଟତାକୁ ସୂଚିତ କରେ ଚୂର୍ଣ୍ଣ କରି ହତ ବ୍ୟକ୍ତିର ସମାନ କରିଅଛ; ତୁମ୍ଭେ ଆପଣା ବଳିଷ୍ଠ ବାହୁରେ ନିଜ ଶତ୍ରୁମାନଙ୍କୁ ଛିନ୍ନଭିନ୍ନ କରିଅଛ।
ଗୀତସଂହିତା 89 : 11 (IRVOR)
ସ୍ୱର୍ଗ ତୁମ୍ଭର, ପୃଥିବୀ ହିଁ ତୁମ୍ଭର; ତୁମ୍ଭେ ଜଗତ ଓ ତହିଁର ପୂର୍ଣ୍ଣତା ସ୍ଥାପନ କରିଅଛ।
ଗୀତସଂହିତା 89 : 12 (IRVOR)
ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ; ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆନନ୍ଦ କରନ୍ତି,
ଗୀତସଂହିତା 89 : 13 (IRVOR)
ତୁମ୍ଭେ ପରାକ୍ରାନ୍ତ ବାହୁବିଶିଷ୍ଟ; ତୁମ୍ଭର ହସ୍ତ ବଳବାନ ଓ ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚ।
ଗୀତସଂହିତା 89 : 14 (IRVOR)
ଧର୍ମ ଓ ନ୍ୟାୟବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ; ଦୟା ଓ ସତ୍ୟତା ତୁମ୍ଭର ସମ୍ମୁଖଗାମୀ।
ଗୀତସଂହିତା 89 : 15 (IRVOR)
ଯେଉଁ ଲୋକେ ଆନନ୍ଦଧ୍ୱନି ଜାଣନ୍ତି, ସେମାନେ ଧନ୍ୟ; ହେ ସଦାପ୍ରଭୁ, ସେମାନେ ତୁମ୍ଭ ମୁଖର ଦୀପ୍ତିରେ ଗମନାଗମନ କରନ୍ତି।
ଗୀତସଂହିତା 89 : 16 (IRVOR)
ସେମାନେ ସାରାଦିନ ତୁମ୍ଭ ନାମରେ ଆନନ୍ଦ କରନ୍ତି ଓ ତୁମ୍ଭ ଧାର୍ମିକତାରେ ସେମାନେ ଉନ୍ନତ ହୁଅନ୍ତି।
ଗୀତସଂହିତା 89 : 17 (IRVOR)
କାରଣ ତୁମ୍ଭେ ସେମାନଙ୍କ ବଳର ଗୌରବ ସ୍ୱରୂପ; ପୁଣି, ତୁମ୍ଭ ଅନୁଗ୍ରହରେ ଆମ୍ଭମାନଙ୍କ ଶୃଙ୍ଗ ଉନ୍ନତ ହେବ।
ଗୀତସଂହିତା 89 : 18 (IRVOR)
କାରଣ ଆମ୍ଭମାନଙ୍କ ଢାଲ ସଦାପ୍ରଭୁଙ୍କର ଓ ଆମ୍ଭମାନଙ୍କ ରାଜା ଇସ୍ରାଏଲର ଧର୍ମସ୍ୱରୂପଙ୍କର।
ଗୀତସଂହିତା 89 : 19 (IRVOR)
ସେସମୟରେ ତୁମ୍ଭେ ଆପଣା ସଦ୍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି, କହିଲ, “ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ।
ଗୀତସଂହିତା 89 : 20 (IRVOR)
ଦାଉଦଙ୍କୁ ଈଶ୍ୱରଙ୍କ ପ୍ରତିଜ୍ଞା ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ; ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ;
ଗୀତସଂହିତା 89 : 21 (IRVOR)
ଆମ୍ଭ ହସ୍ତ ତାହା ସଙ୍ଗରେ ସ୍ଥିରୀକୃତ ହୋଇ ରହିବ; ମଧ୍ୟ ଆମ୍ଭର ବାହୁ ତାହାକୁ ବଳବାନ କରିବ।
ଗୀତସଂହିତା 89 : 22 (IRVOR)
ଶତ୍ରୁ ତାହା ପ୍ରତି ଉପଦ୍ରବ କରିବ ନାହିଁ; କିଅବା ଦୁଷ୍ଟତାର ସନ୍ତାନ ତାହାକୁ କ୍ଳେଶ ଦେବ ନାହିଁ।
ଗୀତସଂହିତା 89 : 23 (IRVOR)
ଆମ୍ଭେ ତାହାର ବିପକ୍ଷଗଣକୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା ଓ ତାହାର ଘୃଣାକାରୀମାନଙ୍କୁ ଆଘାତ କରିବା।
ଗୀତସଂହିତା 89 : 24 (IRVOR)
ମାତ୍ର ଆମ୍ଭର ବିଶ୍ୱସ୍ତତା ଓ ଦୟା ତାହାର ସହବର୍ତ୍ତୀ ହେବ; ପୁଣି, ଆମ୍ଭ ନାମରେ ତାହାର ଶୃଙ୍ଗ ଉନ୍ନତ ହେବ।
ଗୀତସଂହିତା 89 : 25 (IRVOR)
ଆମ୍ଭେ ସମୁଦ୍ର ଉପରେ ତାହାର ହସ୍ତ ଓ ନଦୀସମୂହ ଉପରେ ତାହାର ଦକ୍ଷିଣ ହସ୍ତ ସ୍ଥାପନ କରିବା।
ଗୀତସଂହିତା 89 : 26 (IRVOR)
ସେ ଆମ୍ଭଙ୍କୁ ଡାକି କହିବ, ତୁମ୍ଭେ ଆମ୍ଭର ପିତା, ଆମ୍ଭର ପରମେଶ୍ୱର ଓ ଆମ୍ଭ ପରିତ୍ରାଣର ଶୈଳ।
ଗୀତସଂହିତା 89 : 27 (IRVOR)
ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ, ପୃଥିବୀସ୍ଥ ରାଜାଗଣ ମଧ୍ୟରେ ସର୍ବୋଚ୍ଚ କରିବା।
ଗୀତସଂହିତା 89 : 28 (IRVOR)
ଆମ୍ଭେ ଅନନ୍ତକାଳ ତାହା ପକ୍ଷରେ ଆପଣା ଦୟା ରଖିବା, ପୁଣି, ଆମ୍ଭର ନିୟମ ତାହା ପକ୍ଷରେ ସୁସ୍ଥିର ହେବ।
ଗୀତସଂହିତା 89 : 29 (IRVOR)
ମଧ୍ୟ ଆମ୍ଭେ ତାହାର ବଂଶକୁ ନିତ୍ୟସ୍ଥାୟୀ କରିବା ଓ ତାହାର ସିଂହାସନକୁ ଆକାଶମଣ୍ଡଳର ଆୟୁର ତୁଲ୍ୟ ସ୍ଥିର କରିବା।
ଗୀତସଂହିତା 89 : 30 (IRVOR)
ଯଦି ତାହାର ସନ୍ତାନଗଣ ଆମ୍ଭର ବ୍ୟବସ୍ଥା ପରିତ୍ୟାଗ କରନ୍ତି ଓ ଆମ୍ଭ ଶାସନରେ ନ ଚାଲନ୍ତି;
ଗୀତସଂହିତା 89 : 31 (IRVOR)
ଯଦି ସେମାନେ ଆମ୍ଭର ବିଧି ଲଙ୍ଘନ କରନ୍ତି ଓ ଆମ୍ଭର ଆଜ୍ଞାସବୁ ନ ପାଳନ୍ତି;
ଗୀତସଂହିତା 89 : 32 (IRVOR)
ତେବେ ଆମ୍ଭେ ଯଷ୍ଟି ଦ୍ୱାରା ସେମାନଙ୍କ ଅପରାଧର ଓ ପ୍ରହାର ଦ୍ୱାରା ସେମାନଙ୍କ ଅଧର୍ମର ଶାସ୍ତି ଦେବା।
ଗୀତସଂହିତା 89 : 33 (IRVOR)
ମାତ୍ର ତାହାଠାରୁ ଆମ୍ଭେ ଆପଣା ଦୟା ଏକାନ୍ତ ନେବା ନାହିଁ; କିଅବା ଆମ୍ଭ ବିଶ୍ୱସ୍ତତାର ତ୍ରୁଟି ହେବାକୁ ଦେବା ନାହିଁ।
ଗୀତସଂହିତା 89 : 34 (IRVOR)
ଆମ୍ଭେ ଆପଣା ନିୟମ ଲଙ୍ଘନ କରିବା ନାହିଁ, କିଅବା ଆପଣା ଓଷ୍ଠାଧରରୁ ନିର୍ଗତ କଥା ଅନ୍ୟଥା କରିବା ନାହିଁ।
ଗୀତସଂହିତା 89 : 35 (IRVOR)
ଆମ୍ଭେ ଆପଣା ପବିତ୍ରତା ଘେନି ଥରେ ଶପଥ କରିଅଛୁ; ଆମ୍ଭେ ଦାଉଦକୁ ମିଥ୍ୟା କହିବା ନାହିଁ।
ଗୀତସଂହିତା 89 : 36 (IRVOR)
ତାହାର ବଂଶ ସଦାକାଳ ରହିବ ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ।
ଗୀତସଂହିତା 89 : 37 (IRVOR)
ତାହା ସଦାକାଳ ଚନ୍ଦ୍ର ତୁଲ୍ୟ ଓ ଆକାଶସ୍ଥ ବିଶ୍ୱସ୍ତ ସାକ୍ଷୀ ତୁଲ୍ୟ ସ୍ଥିରୀକୃତ ହେବ।” *ସେଲା
ଗୀତସଂହିତା 89 : 38 (IRVOR)
ରାଜାଙ୍କ ପରାଜୟରେ ଶୋକ ମାତ୍ର ତୁମ୍ଭେ ଦୂର କରି ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୁଦ୍ଧ ହୋଇଅଛ।
ଗୀତସଂହିତା 89 : 39 (IRVOR)
ତୁମ୍ଭେ ଆପଣା ଦାସର ନିୟମ ଘୃଣା କରିଅଛ; ତୁମ୍ଭେ ତାହାର ମୁକୁଟ ଭୂମିରେ ପକାଇ ଅଶୁଚି କରିଅଛ।
ଗୀତସଂହିତା 89 : 40 (IRVOR)
ତୁମ୍ଭେ ତାହାର ସବୁ ବାଡ଼ ଭାଙ୍ଗି ପକାଇଅଛ; ତୁମ୍ଭେ ତାହାର ଦୃଢ଼ ଗଡ଼ସବୁ ଉଜାଡ଼ କରିଅଛ।
ଗୀତସଂହିତା 89 : 41 (IRVOR)
ପଥ ଦେଇ ଯିବା ଲୋକସମସ୍ତେ ତାହାକୁ ଲୁଟ କରନ୍ତି; ସେ ଆପଣା ପ୍ରତିବାସୀମାନଙ୍କର ନିନ୍ଦାପାତ୍ର ହୋଇଅଛି।
ଗୀତସଂହିତା 89 : 42 (IRVOR)
ତୁମ୍ଭେ ତାହାର ବିପକ୍ଷମାନଙ୍କ ଦକ୍ଷିଣ ହସ୍ତ ଉନ୍ନତ କରିଅଛ; ତୁମ୍ଭେ ତାହାର ସକଳ ଶତ୍ରୁଙ୍କୁ ଆନନ୍ଦିତ କରିଅଛ।
ଗୀତସଂହିତା 89 : 43 (IRVOR)
ହଁ, ତୁମ୍ଭେ ତାହାର ଖଡ୍ଗଧାର ଫେରାଉଅଛ ଓ ଯୁଦ୍ଧରେ ତାହାକୁ ଛିଡ଼ା ହେବାକୁ ଦେଇ ନାହଁ।
ଗୀତସଂହିତା 89 : 44 (IRVOR)
ତୁମ୍ଭେ ତାହାର ରାଜଦଣ୍ଡ† ରାଜଦଣ୍ଡ ତେଜ ନିବୃତ୍ତ କରିଅଛ ଓ ତାହାର ସିଂହାସନ ଭୂମିକୁ ପକାଇ ଦେଇଅଛ।
ଗୀତସଂହିତା 89 : 45 (IRVOR)
ତୁମ୍ଭେ ତାହାର ଯୌବନ ଦିନ ହ୍ରାସ କରିଅଛ; ତୁମ୍ଭେ ଲଜ୍ଜାରେ ତାହାକୁ ଆଚ୍ଛନ୍ନ କରିଅଛ। *ସେଲା
ଗୀତସଂହିତା 89 : 46 (IRVOR)
ହେ ସଦାପ୍ରଭୁ, କେତେ କାଳ, ତୁମ୍ଭେ କି ସଦାକାଳ ଆପଣାକୁ ଲୁଚାଇବ ? କେତେ କାଳ ତୁମ୍ଭର କୋପ ଅଗ୍ନି ପରି ଜ୍ୱଳିବ ?
ଗୀତସଂହିତା 89 : 47 (IRVOR)
ଆହେ, ମୋହର ସମୟ କିପରି ଅଳ୍ପ, ଏହା ସ୍ମରଣ କର; ତୁମ୍ଭେ କିପରି ଅସାରତା ନିମନ୍ତେ ମନୁଷ୍ୟ ସନ୍ତାନ ସମସ୍ତଙ୍କୁ ସୃଷ୍ଟି କରିଅଛ !
ଗୀତସଂହିତା 89 : 48 (IRVOR)
ଯେ ମୃତ୍ୟୁୁ ନ ଦେଖି ଜୀବିତ ରହିବ ଓ ପାତାଳର ପରାକ୍ରମରୁ ଆପଣା ପ୍ରାଣ ମୁକ୍ତ କରିବ, ଏପରି ମନୁଷ୍ୟ କିଏ ?
ଗୀତସଂହିତା 89 : 49 (IRVOR)
ହେ ପ୍ରଭୁ, ତୁମ୍ଭେ ଆପଣା ବିଶ୍ୱସ୍ତତା ଦ୍ୱାରା ଦାଉଦଙ୍କ ନିକଟରେ ଯାହା ଶପଥ କରିଥିଲ, ତୁମ୍ଭର ସେହି ପୂର୍ବ ବିବିଧ ଦୟା କାହିଁ ?
ଗୀତସଂହିତା 89 : 50 (IRVOR)
ହେ ପ୍ରଭୁ, ତୁମ୍ଭ ଦାସମାନଙ୍କର ନିନ୍ଦା ସ୍ମରଣ କର ଓ ମୁଁ ପରାକ୍ରାନ୍ତ ଗୋଷ୍ଠୀବର୍ଗର ନିନ୍ଦା କିପ୍ରକାରେ ଆପଣା ବକ୍ଷଃସ୍ଥଳରେ ବହୁଅଛି, ଏହା ସ୍ମରଣ କର।
ଗୀତସଂହିତା 89 : 51 (IRVOR)
ହେ ସଦାପ୍ରଭୁ, ତଦ୍ଦ୍ୱାରା ତୁମ୍ଭ ଶତ୍ରୁଗଣ ନିନ୍ଦା କରିଅଛନ୍ତି, ତଦ୍ଦ୍ୱାରା ସେମାନେ ତୁମ୍ଭ ଅଭିଷିକ୍ତଙ୍କ ପଦଚିହ୍ନକୁ ନିନ୍ଦା କରିଅଛନ୍ତି।
ଗୀତସଂହିତା 89 : 52 (IRVOR)
ସଦାପ୍ରଭୁ ଅନନ୍ତକାଳ ଧନ୍ୟ ହେଉନ୍ତୁ, ଆମେନ୍, ଆମେନ୍।
❮
❯