ଗୀତସଂହିତା 90 : 1 (IRVOR)
ଚତୁର୍ଥ ଖଣ୍ଡ ପରମେଶ୍ୱର ଓ ମନୁଷ୍ୟ
ଗୀତସଂହିତା 90 : 2 (IRVOR)
*ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା। *ହେ ପ୍ରଭୁ, ତୁମ୍ଭେ ପୁରୁଷାନୁକ୍ରମରେ *ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ। *ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।
ଗୀତସଂହିତା 90 : 3 (IRVOR)
ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ। ପୁଣି, କହୁଅଛ, “ହେ ମନୁଷ୍ୟ-ସନ୍ତାନଗଣ, ଫେର।”
ଗୀତସଂହିତା 90 : 4 (IRVOR)
କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ ଓ ରାତ୍ରିର ଏକ ପ୍ରହରର ସମାନ।
ଗୀତସଂହିତା 90 : 5 (IRVOR)
ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ। ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ।
ଗୀତସଂହିତା 90 : 6 (IRVOR)
ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ; ସନ୍ଧ୍ୟାକାଳରେ ତାହା କଟା ଯାଇ ଶୁଖଇ।
ଗୀତସଂହିତା 90 : 7 (IRVOR)
କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, ପୁଣି, ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ।
ଗୀତସଂହିତା 90 : 8 (IRVOR)
ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ।
ଗୀତସଂହିତା 90 : 9 (IRVOR)
କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ।
ଗୀତସଂହିତା 90 : 10 (IRVOR)
ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ବଳ* ବଳ ଗର୍ବ ଓ ପରିଶ୍ରମ ଦୁଃଖ ମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ † ଉଡ଼ିଯାଉ ଅର୍ଥାତ୍ ମରିଯାଉ ।
ଗୀତସଂହିତା 90 : 11 (IRVOR)
ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ ?
ଗୀତସଂହିତା 90 : 12 (IRVOR)
ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ।
ଗୀତସଂହିତା 90 : 13 (IRVOR)
ହେ ସଦାପ୍ରଭୁ, ଫେର; କେତେ କାଳ ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ।
ଗୀତସଂହିତା 90 : 14 (IRVOR)
ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର; ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା।
ଗୀତସଂହିତା 90 : 15 (IRVOR)
ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର।
ଗୀତସଂହିତା 90 : 16 (IRVOR)
ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ।
ଗୀତସଂହିତା 90 : 17 (IRVOR)
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।
❮
❯
1
2
3
4
5
6
7
8
9
10
11
12
13
14
15
16
17