ଗୀତସଂହିତା 92 : 1 (IRVOR)
ଧନ୍ୟବାଦ ସ୍ତୁତି *ଗୀତ : ବିଶ୍ରାମବାର ନିମିତ୍ତକ ଗୀତ। *ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ, *ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର,
ଗୀତସଂହିତା 92 : 2 (IRVOR)
ପୁଣି, ଦଶତାର-ଯନ୍ତ୍ର ଓ ନେବଲରେ, ବୀଣାର ଗମ୍ଭୀର ଧ୍ୱନିରେ,
ଗୀତସଂହିତା 92 : 3 (IRVOR)
ପ୍ରାତଃକାଳରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ଓ ପ୍ରତି ରାତ୍ରି ତୁମ୍ଭ ବିଶ୍ୱସ୍ତତା ପ୍ରଚାର କରିବାର ଉତ୍ତମ।
ଗୀତସଂହିତା 92 : 4 (IRVOR)
ଯେହେତୁ ହେ ସଦାପ୍ରଭୁ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ୱନି କରିବି।
ଗୀତସଂହିତା 92 : 5 (IRVOR)
ହେ ସଦାପ୍ରଭୁ, ତୁମ୍ଭର କର୍ମସବୁ କିପରି ମହତ ! ତୁମ୍ଭର ସଂକଳ୍ପସବୁ ଅତି ଗଭୀର।
ଗୀତସଂହିତା 92 : 6 (IRVOR)
ଜ୍ଞାନହୀନ ଲୋକ ଜାଣେ ନାହିଁ; କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ;
ଗୀତସଂହିତା 92 : 7 (IRVOR)
ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ।
ଗୀତସଂହିତା 92 : 8 (IRVOR)
ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ଊର୍ଦ୍ଧ୍ୱବାସୀ।
ଗୀତସଂହିତା 92 : 9 (IRVOR)
କାରଣ ହେ ସଦାପ୍ରଭୁ, ଦେଖ, ତୁମ୍ଭ ଶତ୍ରୁଗଣ, ଦେଖ, ତୁମ୍ଭର ଶତ୍ରୁଗଣ ବିନଷ୍ଟ ହେବେ; ଅଧର୍ମାଚାରୀ ସମସ୍ତେ ଚ୍ଛିନ୍ନଭିନ୍ନ ହେବେ।
ଗୀତସଂହିତା 92 : 10 (IRVOR)
ମାତ୍ର ତୁମ୍ଭେ ଅରଣା ଷଣ୍ଢର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି।
ଗୀତସଂହିତା 92 : 11 (IRVOR)
ମୋ’ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋ’ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି।
ଗୀତସଂହିତା 92 : 12 (IRVOR)
ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ।
ଗୀତସଂହିତା 92 : 13 (IRVOR)
ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ।
ଗୀତସଂହିତା 92 : 14 (IRVOR)
ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ;
ଗୀତସଂହିତା 92 : 15 (IRVOR)
ତଦ୍ଦ୍ୱାରା ସଦାପ୍ରଭୁ ଯେ ଯାଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।
❮
❯
1
2
3
4
5
6
7
8
9
10
11
12
13
14
15