ଗୀତସଂହିତା 93 : 1 (IRVOR)
ସଦାପ୍ରଭୁ ହିଁ ରାଜା ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧି ଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ।
ଗୀତସଂହିତା 93 : 2 (IRVOR)
ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; ତୁମ୍ଭେ ଅନାଦି କାଳରୁ ବିଦ୍ୟମାନ।
ଗୀତସଂହିତା 93 : 3 (IRVOR)
ହେ ସଦାପ୍ରଭୁ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇ ଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି।
ଗୀତସଂହିତା 93 : 4 (IRVOR)
ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।
ଗୀତସଂହିତା 93 : 5 (IRVOR)
ତୁମ୍ଭର ପ୍ରମାଣ-ବାକ୍ୟ ଅତି ନିଶ୍ଚିତ; ହେ ସଦାପ୍ରଭୁ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା।

1 2 3 4 5