ଗୀତସଂହିତା 94 : 1 (IRVOR)
ସଦାପ୍ରଭୁ ସମଗ୍ର ମାନବ ଜାତିର ବିଚାରକର୍ତ୍ତା ହେ ସଦାପ୍ରଭୁ, ପ୍ରତିଫଳଦାତା ପରମେଶ୍ୱର, ହେ ପ୍ରତିଫଳଦାତା ପରମେଶ୍ୱର, ଆପଣା କ୍ରୋଧ ଦେଖାଅ।[* କ୍ରୋଧ ଦେଖାଅ। ଅର୍ଥାତ୍ ପ୍ରକାଶମାନ ହୁଅ ]
ଗୀତସଂହିତା 94 : 2 (IRVOR)
ହେ ପୃଥିବୀର ବିଚାରକର୍ତ୍ତା, ଉଠ; ଅହଙ୍କାରୀମାନଙ୍କୁ ସେମାନଙ୍କ କର୍ମାନୁସାରେ ପ୍ରତିଫଳ ଦିଅ।
ଗୀତସଂହିତା 94 : 3 (IRVOR)
ହେ ସଦାପ୍ରଭୁ, ଦୁଷ୍ଟମାନେ କେତେ କାଳ, ଦୁଷ୍ଟମାନେ କେତେ କାଳ ଜୟଧ୍ୱନି କରିବେ ?
ଗୀତସଂହିତା 94 : 4 (IRVOR)
ସେମାନେ କେତେ କାଳ ଅହଙ୍କାରରେ କଥା ଉଚ୍ଚାରଣ କରି କହିବେ ? ଅଧର୍ମାଚାରୀ ସମସ୍ତେ ଦର୍ପ କରନ୍ତି।
ଗୀତସଂହିତା 94 : 5 (IRVOR)
ହେ ସଦାପ୍ରଭୁ, ସେମାନେ ତୁମ୍ଭ ଲୋକମାନଙ୍କୁ ଚୂର୍ଣ୍ଣ କରନ୍ତି ଓ ତୁମ୍ଭ ଅଧିକାରକୁ କ୍ଳେଶ ଦିଅନ୍ତି।
ଗୀତସଂହିତା 94 : 6 (IRVOR)
ସେମାନେ ବିଧବା, ବିଦେଶୀକୁ ବଧ କରନ୍ତି ଓ ପିତୃହୀନମାନଙ୍କୁ ହତ୍ୟା କରନ୍ତି।
ଗୀତସଂହିତା 94 : 7 (IRVOR)
ପୁଣି, ସଦାପ୍ରଭୁ ଦେଖିବେ ନାହିଁ, କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ, ଏହା ସେମାନେ କହନ୍ତି।
ଗୀତସଂହିତା 94 : 8 (IRVOR)
ହେ ଲୋକଙ୍କ ମଧ୍ୟରେ ପଶୁବତ୍‍ ଲୋକେ, ତୁମ୍ଭେମାନେ ବିବେଚନା କର; ହେ ମୂଢ଼ଗଣ, ତୁମ୍ଭେମାନେ କେବେ ଜ୍ଞାନବାନ ହେବ ?
ଗୀତସଂହିତା 94 : 9 (IRVOR)
ଯେ କର୍ଣ୍ଣ ରୋପଣ କଲେ, ସେ କି ଶୁଣିବେ ନାହିଁ ? ଯେ ଚକ୍ଷୁ ଗଢ଼ିଲେ, ସେ କି ଦେଖିବେ ନାହିଁ ?
ଗୀତସଂହିତା 94 : 10 (IRVOR)
ଯେ ଗୋଷ୍ଠୀବର୍ଗକୁ ଶାସନ କରନ୍ତି, ଯେ ମନୁଷ୍ୟକୁ ଜ୍ଞାନ ଶିକ୍ଷା ଦିଅନ୍ତି, ସେ କି ଶାସ୍ତି ଦେବେ ନାହିଁ ?
ଗୀତସଂହିତା 94 : 11 (IRVOR)
ମନୁଷ୍ୟର କଳ୍ପନାସବୁ ଅସାର ବୋଲି ସଦାପ୍ରଭୁ ଜାଣନ୍ତି।
ଗୀତସଂହିତା 94 : 12 (IRVOR)
ହେ ସଦାପ୍ରଭୁ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,
ଗୀତସଂହିତା 94 : 13 (IRVOR)
ତୁମ୍ଭେ ଯାହାକୁ ଶାସନ କର ଓ ଆପଣା ବ୍ୟବସ୍ଥାରୁ ଶିକ୍ଷା ଦିଅ, ସେ ଲୋକ ଧନ୍ୟ।
ଗୀତସଂହିତା 94 : 14 (IRVOR)
କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ, କିଅବା ଆପଣା ଅଧିକାର ପରିତ୍ୟାଗ କରିବେ ନାହିଁ।
ଗୀତସଂହିତା 94 : 15 (IRVOR)
ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ; ପୁଣି, ସରଳାନ୍ତଃକରଣ ଲୋକସମସ୍ତେ ତହିଁର ଅନୁଗାମୀ ହେବେ।
ଗୀତସଂହିତା 94 : 16 (IRVOR)
କିଏ ମୋହର ସପକ୍ଷ ହୋଇ କୁକର୍ମକାରୀମାନଙ୍କ ବିରୁଦ୍ଧରେ ଉଠିବ ? କିଏ ମୋହର ସପକ୍ଷ ହୋଇ ଅଧର୍ମାଚାରୀମାନଙ୍କ ବିରୁଦ୍ଧରେ ଠିଆ ହେବ ?
ଗୀତସଂହିତା 94 : 17 (IRVOR)
ସଦାପ୍ରଭୁ ମୋହର ସହାୟ ହୋଇ ନ ଥିଲେ ମୋହର ପ୍ରାଣ ଶୀଘ୍ର ନୀରବ ସ୍ଥାନରେ ବାସ କରିଥା’ନ୍ତା ନୀରବ ସ୍ଥାନରେ ବାସ କରିଥା’ନ୍ତା ମରି କବରରେ ରହିଥାନ୍ତି
ଗୀତସଂହିତା 94 : 18 (IRVOR)
“ମୋହର ପାଦ ଖସି ଯାଉଛି” ବୋଲି କହିଲା ବେଳେ, ହେ ସଦାପ୍ରଭୁ, ତୁମ୍ଭର ଦୟା ମୋତେ ଧରି ରଖିଲା।
ଗୀତସଂହିତା 94 : 19 (IRVOR)
ମୋ’ ଆନ୍ତରିକ ଭାବନାର ବାହୁଲ୍ୟ ସମୟରେ ତୁମ୍ଭର ସାନ୍ତ୍ୱନାସବୁ ମୋ’ ପ୍ରାଣକୁ ଆହ୍ଲାଦିତ କରେ।
ଗୀତସଂହିତା 94 : 20 (IRVOR)
ବିଧାନ ଦ୍ୱାରା ଉପଦ୍ରବ-ରଚନାକାରୀ ଦୁଷ୍ଟତାରୂପ ସିଂହାସନର କି ତୁମ୍ଭ ସଙ୍ଗେ ସମ୍ବନ୍ଧତା ହେବ ?
ଗୀତସଂହିତା 94 : 21 (IRVOR)
ସେମାନେ ଧାର୍ମିକର ପ୍ରାଣ ପ୍ରତିକୂଳରେ ଦଳବଦ୍ଧ ହୁଅନ୍ତି ଓ ନିର୍ଦ୍ଦୋଷ ରକ୍ତକୁ ଦୋଷୀ କରନ୍ତି।
ଗୀତସଂହିତା 94 : 22 (IRVOR)
ମାତ୍ର ସଦାପ୍ରଭୁ ମୋହର ଉଚ୍ଚ ଦୁର୍ଗ ଓ ମୋ’ ପରମେଶ୍ୱର ମୋହର ଆଶ୍ରୟ ଶୈଳ ହୋଇଅଛନ୍ତି।
ଗୀତସଂହିତା 94 : 23 (IRVOR)
ପୁଣି, ସେ ଦୁଷ୍ଟତା ଲୋକମାନଙ୍କ ଅଧର୍ମ ସେମାନଙ୍କ ଉପରେ ବର୍ତ୍ତାଇ ଅଛନ୍ତି, ଆଉ ସେମାନଙ୍କ ନିଜ ଦୁଷ୍ଟତାରେ ସେମାନଙ୍କୁ ଉଚ୍ଛିନ୍ନ କରିବେ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଉଚ୍ଛିନ୍ନ କରିବେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23