ଗୀତସଂହିତା 98 : 1 (IRVOR)
{ସଦାପ୍ରଭୁ ହିଁ ଜଗତର ଶାସନକର୍ତ୍ତା} [PS] ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; [QBR] କାରଣ ସେ ଆଶ୍ଚର୍ଯ୍ୟ କର୍ମ କରିଅଛନ୍ତି; [QBR] ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି। [QBR]
ଗୀତସଂହିତା 98 : 2 (IRVOR)
ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; [QBR] ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି। [QBR]
ଗୀତସଂହିତା 98 : 3 (IRVOR)
ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; [QBR] ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି। [QBR]
ଗୀତସଂହିତା 98 : 4 (IRVOR)
ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର; [QBR] ଉଚ୍ଚ ଧ୍ୱନି କର, ଆନନ୍ଦ ଗାନ କର ଓ ପ୍ରଶଂସା ଗାନ କର। [QBR]
ଗୀତସଂହିତା 98 : 5 (IRVOR)
ବୀଣାଯନ୍ତ୍ରରେ, ବୀଣା ଓ ଏକତାନ ସ୍ୱରରେ [QBR] ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର। [QBR]
ଗୀତସଂହିତା 98 : 6 (IRVOR)
ତୂରୀ ଓ ଭେରୀ ନାଦରେ [QBR] ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ୱନି କର। [QBR]
ଗୀତସଂହିତା 98 : 7 (IRVOR)
ସମୁଦ୍ର ଓ ତହିଁର ପୂର୍ଣ୍ଣତା, [QBR] ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ; [QBR]
ଗୀତସଂହିତା 98 : 8 (IRVOR)
ନଦ-ନଦୀଗଣ କରତାଳି ଦେଉନ୍ତୁ; [QBR] ପର୍ବତଗଣ ଏକସଙ୍ଗେ ଆନନ୍ଦଗାନ କରନ୍ତୁ; [QBR]
ଗୀତସଂହିତା 98 : 9 (IRVOR)
ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, [QBR] କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; [QBR] ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ। [PE]

1 2 3 4 5 6 7 8 9

BG:

Opacity:

Color:


Size:


Font: