ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14 : 1 (IRVOR)
ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି 144,000 (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14 : 2 (IRVOR)
ପୁଣି, ମୁଁ ସ୍ୱର୍ଗରୁ ବହୁବନ୍ୟାଜଳ ଓ ମହାବଜ୍ରନାଦ ତୁଲ୍ୟ ଗୋଟିଏ ସ୍ୱର ଶୁଣିଲି; ଯେଉଁ ସ୍ୱର ମୁଁ ଶୁଣିଲି, ତାହା ବୀଣାବାଦକମାନଙ୍କ ବୀଣାର ଶଦ୍ଦ ପରି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14 : 3 (IRVOR)
ସେମାନେ ସିହାଂସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି 144,000 (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14 : 4 (IRVOR)
ସେମାନେ ସ୍ତ୍ରୀମାନଙ୍କ ସହିତ ଆପଣା ଆପଣାକୁ କଳୁଷିତ କରି ନ ଥିଲେ କାରଣ ସେମାନେ ଶୁଚି । ମେଷଶାବକ ଯେକୌଣସି ସ୍ଥାନକୁ ଗମନ କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି । ସେମାନେ ଈଶ୍ୱର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ସ୍ୱରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି;
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14 : 5 (IRVOR)
ସେମାନଙ୍କ ମୁଖରେ କୌଣସି ମିଥ୍ୟାକଥା ନାହିଁ, ସେମାନେ ନିର୍ଦ୍ଦୋଷ । [PS]
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14 : 6 (IRVOR)
{ତିନି ଦୂତଙ୍କର ସମ୍ବାଦ} [PS] ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚସ୍ୱରରେ କହିଲେ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14 : 7 (IRVOR)
ଈଶ୍ୱରଙ୍କୁ ଭୟ କର ଓ ତାହାଙ୍କୁ ଗୌରବ ଦିଅ, କାରଣ ତାହାଙ୍କ ବିଚାର ସମୟ ଉପସ୍ଥିତ, ପୁଣି, ଯେ ଆକାଶ, ପୃଥିବୀ, ସମୁଦ୍ର ଓ ନିର୍ଝରିଣୀ ସମୂହ ସୃଷ୍ଟି କରିଅଛନ୍ତି, ତାହାଙ୍କୁ ପ୍ରଣାମ କର ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14 : 8 (IRVOR)
ତାହାଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ଦ୍ୱିତୀୟ ଦୂତ ଆସି କହିଲେ, ଯେଉଁ ମହାନଗରୀ ବାବିଲ୍ ସମସ୍ତ ଜାତିଙ୍କୁ ଆପଣା ବ୍ୟଭିଚାରର କାମରୂପ ସୁରା ପାନ କରାଇଅଛି, ସେ ପତିତ, ଅଧଃପତିତ ହୋଇଅଛି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14 : 9 (IRVOR)
ସେମାନଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ତୃତୀୟ ଦୂତ ଆସି ଉଚ୍ଚ ସ୍ଵରରେ କହିଲେ, ଯଦି କେହି ସେହି ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରେ ପୁଣି, ଆପଣା କପାଳରେ କି ହାତରେ ତାହାର ଚିହ୍ନ ଗ୍ରହଣ କରେ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14 : 10 (IRVOR)
ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ୱରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14 : 11 (IRVOR)
ଏପରି ଲୋକମାନଙ୍କ ଯନ୍ତ୍ରଣାର ଧୂମ ଯୁଗେ ଯୁଗେ ଉଠୁଥିବ; ଯେଉଁମାନେ ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରନ୍ତି ପୁଣି, ତାହାର ନାମର ଚିହ୍ନ ଗ୍ରହଣ କରନ୍ତି, ସେମାନଙ୍କର ଦିବାରାତ୍ର ବିଶ୍ରାମ ନାହିଁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14 : 12 (IRVOR)
ଏଠାରେ ସାଧୁମାନଙ୍କର, ଅର୍ଥାତ୍ ଯେଉଁମାନେ ଈଶ୍ୱରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ପ୍ରତି ବିଶ୍ୱାସ ରଖନ୍ତି, ସେମାନଙ୍କର ଧୈର୍ଯ୍ୟ ଆବଶ୍ୟକ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14 : 13 (IRVOR)
ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ । [PS]
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14 : 14 (IRVOR)
{ପୃଥିବୀର ଶସ୍ୟ ଅମଳ} [PS] ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଶୁଭ୍ରବର୍ଣ୍ଣ ଖଣ୍ଡେ ମେଘ, ତହିଁ ଉପରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ଉପବିଷ୍ଟ, ତାହାଙ୍କ ମସ୍ତକରେ ସୁବର୍ଣ୍ଣ ମୁକୁଟ ଓ ହସ୍ତରେ ତୀକ୍ଷ୍ଣ ଦାଆ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14 : 15 (IRVOR)
ସେଥିରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ସେହି ମେଘାଛନ୍ନ ବ୍ୟକ୍ତିଙ୍କି ଉଚ୍ଚସ୍ୱରରେ କହିଲେ, ଆପଣଙ୍କ ଦାଆ ଲଗାଇ ଶସ୍ୟ କାଟନ୍ତୁ, କାରଣ କାଟିବାର ସମୟ ଉପସ୍ଥିତ, ଆଉ ପୃଥିବୀର ଶସ୍ୟ ପାଚି ଯାଇଅଛି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14 : 16 (IRVOR)
ତହୁଁ ସେହି ମେଘାଛନ୍ନ ବ୍ୟକ୍ତି ପୃଥିବୀରେ ଆପଣା ଦାଆ ଲଗାନ୍ତେ ସେଥିର ଶସ୍ୟ କଟାଗଲା ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14 : 17 (IRVOR)
ତତ୍ପରେ ସ୍ୱର୍ଗସ୍ଥ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ଆସିଲେ, ତାହାଙ୍କ ହସ୍ତରେ ମଧ୍ୟ ଗୋଟିଏ ତୀକ୍ଷ୍ଣ ଦାଆ ଥିଲା ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14 : 18 (IRVOR)
ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତା ପ୍ରାପ୍ତ; ଯାହାଙ୍କ ହସ୍ତରେ ତୀକ୍ଷ୍ଣ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, ତୁମ୍ଭର ତୀକ୍ଷ୍ଣ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ଡାସବୁ ସଂଗ୍ରହ କର, କାରଣ ସେଥିର ଦ୍ରାକ୍ଷାଫଳସବୁ ପାଚି ଯାଇଅଛି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14 : 19 (IRVOR)
ତହିଁରେ ସେହି ଦୂତ ପୃଥିବୀରେ ଆପଣା ଦାଆ ଲଗାଇ ସେଥିର ଦ୍ରାକ୍ଷାଫଳସବୁ ସଂଗ୍ରହ କଲେ ଓ ଈଶ୍ୱରଙ୍କ କ୍ରୋଧରୂପ ମହା ଦ୍ରାକ୍ଷାକୁଣ୍ଡରେ ସେହି ସବୁ ନିକ୍ଷେପ କଲେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14 : 20 (IRVOR)
ନଗରର ବାହାରେ ସେହି ଦ୍ରାକ୍ଷାକୁଣ୍ଡ ଦଳିତ ହେଲା, ଆଉ ସେଥିରୁ ରକ୍ତ ବାହାର ହୋଇ ଅଶ୍ୱମାନଙ୍କ ଲଗାମ ପର୍ଯ୍ୟନ୍ତ ଉଠି ଏକ ଶହ କୋଶ (300 କି.ମି.) ପର୍ଯ୍ୟନ୍ତ ବ୍ୟାପ୍ତ ହେଲା । [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20

BG:

Opacity:

Color:


Size:


Font: