ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 1 (IRVOR)
ନୂତନ ସ୍ୱର୍ଗ ଏବଂ ନୂତନ ପୃଥିବୀ ପରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 2 (IRVOR)
ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍ ନୂତନ ଯିରୁଶାଲମକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତା ହୋଇ ସ୍ୱର୍ଗରୁ ଈଶ୍ୱରଙ୍କ ନିକଟରୁ ଅବତରଣ କରିବାର ଦେଖିଲି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 3 (IRVOR)
ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ୱରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 4 (IRVOR)
ପୁଣି, ଈଶ୍ୱର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 5 (IRVOR)
ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ । ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 6 (IRVOR)
ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି । ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ । ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୁଲ୍ୟରେ ପାନ କରିବାକୁ ଦେବୁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 7 (IRVOR)
ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ୱର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 8 (IRVOR)
କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 9 (IRVOR)
ନୂତନ ଯିରୂଶାଲମ ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଲେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍ ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 10 (IRVOR)
ସେଥିରେ ସେ ମୋତେ ଆତ୍ମାରେ ଗୋଟିଏ ବୃହତ୍ ଓ ଉଚ୍ଚ ପର୍ବତକୁ ଘେନିଯାଇ ପବିତ୍ର ନଗରୀ ଯିରୂଶାଲମକୁ ଦେଖାଇଲେ, ତାହା ସ୍ୱର୍ଗରୁ ଈଶ୍ୱରଙ୍କ ନିକଟରୁ ଅବତରଣ କରୁଥିଲା ଏବଂ ଈଶ୍ୱରଙ୍କ ଗୌରବ ବିଶିଷ୍ଟ ଥିଲା;
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 11 (IRVOR)
ତାହାର ଜ୍ୟୋତିଃ ଅତି ବହୁମୂଲ୍ୟ ମଣି ସଦୃଶ, ସ୍ୱଚ୍ଛ ସୂର୍ଯ୍ୟକାନ୍ତ ପରି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 12 (IRVOR)
ତାହାର ଗୋଟିଏ ବୃହତ୍ ଓ ଉଚ୍ଚ ପ୍ରାଚୀର ଅଛି, ସେଥିର ଦ୍ୱାଦଶ ଦ୍ୱାର, ସେହି ଦ୍ୱାରରେ ଦ୍ୱାଦଶ ଦୂତ ଓ ଦ୍ୱାରସମୂହର ଉପରେ ଇସ୍ରାଏଲ ସନ୍ତାନମାନଙ୍କର ଦ୍ୱାଦଶ ବଂଶର ନାମ ଲିଖିତ ଅଛି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 13 (IRVOR)
ପୂର୍ବରେ ତିନି ଦ୍ୱାର, ଉତ୍ତରରେ ତିନି ଦ୍ୱାର, ଦକ୍ଷିଣରେ ତିନି ଦ୍ୱାର ଓ ପଶ୍ଚିମରେ ତିନି ଦ୍ୱାର ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 14 (IRVOR)
ସେହି ନଗରୀର ପ୍ରାଚୀରର ଦ୍ୱାଦଶ ଭିତ୍ତିମୂଳ, ସେହି ସବୁ ଉପରେ ମେଷଶାବକଙ୍କ ଦ୍ୱାଦଶ ପ୍ରେରିତଙ୍କ ଦ୍ୱାଦଶ ନାମ ଲିଖିତ ଅଛି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 15 (IRVOR)
ଯେ ମୋ ସହିତ କଥା କହୁଥିଲେ, ତାହାଙ୍କ ହସ୍ତରେ ନଗରୀ, ତାହାର ଦ୍ୱାରସମୂହ ଓ ପ୍ରାଚୀର ମାପ କରିବା ନିମନ୍ତେ ଗୋଟିଏ ସୁବର୍ଣ୍ଣ ପରିମାପକ ନଳ ଥିଲା ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 16 (IRVOR)
ନଗରୀଟି ଚାରିକୋଣିଆ, ତାହାର ଦୈର୍ଘ୍ୟ ଓ ପ୍ରସ୍ଥ ସମାନ; ସେ ସେହି ନଳରେ ନଗରୀକୁ ମାପନ୍ତେ ବାର ହଜାର ତୀର ହେଲା; ସେଥିର ଦୈର୍ଘ୍ୟ, ପ୍ରସ୍ଥ ଓ ଉଚ୍ଚତା ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 17 (IRVOR)
ପରେ ସେ ସେଥିର ପ୍ରାଚୀର ମାପନ୍ତେ ତାହା ମନୁଷ୍ୟର ପରିମାଣ ଅନୁସାରେ ଏକ ଶହ ଚୌରାଳିଶ ହାତ ହେଲା, ଦୂତ ହିଁ ଏହି ପରିମାଣ ଅନୁସାରେ ମାପୁଥିଲେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 18 (IRVOR)
ସେହି ପ୍ରାଚୀର ସୂର୍ଯ୍ୟକାନ୍ତ ମଣି ନିର୍ମିତ, ପୁଣି, ନଗରୀଟି ନିର୍ମଳ କାଚ ପରି ଶୁଦ୍ଧ ସୁବର୍ଣ୍ଣ ନିର୍ମିତ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 19 (IRVOR)
ନଗରୀର ପ୍ରାଚୀରର ଭିତ୍ତିମୂଳ ସମସ୍ତ ପ୍ରକାର ବହୁମୂଲ୍ୟ ମଣିରେ ଭୂଷିତ। ପ୍ରଥମ ଭିତ୍ତିମୂଳ ହୀରକର, ଦ୍ୱିତୀୟ ନୀଳକାନ୍ତ ମଣିର, ତୃତୀୟ ବୈଦୂର୍ଯ୍ୟ ମଣିର, ଚତୁର୍ଥ ମରକତ ମଣିର,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 20 (IRVOR)
ପଞ୍ଚମ ପୁଲକ ମଣିର, ଷଷ୍ଠ ମାଣିକ୍ୟ ମଣିର, ସପ୍ତମ ପୁଷ୍ପରାଗ ମଣିର, ଅଷ୍ଟମ ଫିରୋଜ୍ ମଣିର, ନବମ ଗୋମେଦକ ମଣିର, ଦଶମ ଲଶୁନୀୟ ମଣିର, ଏକାଦଶ ଇନ୍ଦ୍ରନୀଳ ମଣିର ଓ ଦ୍ୱାଦଶ ସୁଗନ୍ଧ ମଣିର ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 21 (IRVOR)
ଦ୍ୱାଦଶ ଦ୍ୱାର ଦ୍ୱାଦଶ ମୁକ୍ତା, ପ୍ରତ୍ୟେକ ଦ୍ୱାର ଗୋଟିଏ ଗୋଟିଏ ମୁକ୍ତାରେ ନିର୍ମିତ; ଆଉ ନଗରୀର ପଥ ସ୍ୱଚ୍ଛ କାଚ ସଦୃଶ ଶୁଦ୍ଧ ସୁବର୍ଣ୍ଣ ନିର୍ମିତ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 22 (IRVOR)
ମୁଁ ସେହି ନଗରୀରେ କୌଣସି ମନ୍ଦିର ଦେଖିଲି ନାହିଁ, କାରଣ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର ଓ ମେଷଶାବକ ସେଥିର ମନ୍ଦିର ସ୍ୱରୂପ ଅଟନ୍ତି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 23 (IRVOR)
ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ୱରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 24 (IRVOR)
ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି, ପୃଥିବୀର ରାଜାମାନେ ଆପଣା ଆପଣା ଏୗଶ୍ୱର୍ଯ୍ୟ ତାହା ମଧ୍ୟକୁ ଆଣିବେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 25 (IRVOR)
ସେଥିର ଦ୍ୱାରସମୂହ ଦିନବେଳେ କଦାପି ରୁଦ୍ଧ ହେବ ନାହିଁ, କାରଣ ସେ ସ୍ଥାନରେ ରାତ୍ରି ହେବ ନାହିଁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 26 (IRVOR)
ଲୋକେ ଜାତିସମୂହର ଏୗଶ୍ୱର୍ଯ୍ୟ ଓ ମହିମା ତାହା ମଧ୍ୟକୁ ଆଣିବେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21 : 27 (IRVOR)
କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27