ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5 : 1 (IRVOR)
ପୁସ୍ତକ ଓ ମେଷଶାବକ ତତ୍ପରେ ମୁଁ ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଗୋଟିଏ ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ୱରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5 : 2 (IRVOR)
ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ ?
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5 : 3 (IRVOR)
କିନ୍ତୁ ସ୍ୱର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5 : 4 (IRVOR)
ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ଯୋଗ୍ୟ କେହି ନ ମିଳିବାରୁ ମୁଁ ଅତିଶୟ ରୋଦନ କଲି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5 : 5 (IRVOR)
ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5 : 6 (IRVOR)
ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୂଦାୟ ପୃଥିବୀରେ ପ୍ରେରିତ ଈଶ୍ୱରଙ୍କର ସପ୍ତ ଆତ୍ମା ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5 : 7 (IRVOR)
ସେ ଆସି ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5 : 8 (IRVOR)
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5 : 9 (IRVOR)
ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5 : 10 (IRVOR)
ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ, ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5 : 11 (IRVOR)
ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି, ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ୱର ଶୁଣିଲି ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5 : 12 (IRVOR)
ସେମାନେ ଉଚ୍ଚସ୍ୱରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5 : 13 (IRVOR)
ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତା' ମଧ୍ୟରେ ଥିବା ସମସ୍ତ ଏହା କହୁଥିବା ଶୁଣିଲି, ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5 : 14 (IRVOR)
ସେଥିରେ ଚାରି ପ୍ରାଣୀ କହିଲେ, ଆମେନ୍, ପୁଣି, ପ୍ରାଚୀନମାନେ ଉବୁଡ଼ ହୋଇ ପ୍ରଣାମ କଲେ ।
❮
❯
1
2
3
4
5
6
7
8
9
10
11
12
13
14