ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 1 (IRVOR)
ପ୍ରଥମରୁ ଷଷ୍ଠ ମୁଦ୍ରା ଭଗ୍ନ ତହୁଁ ମୁଁ ମେଷଶାବକଙ୍କୁ ସପ୍ତ ମୁଦ୍ରା ମଧ୍ୟରୁ ପ୍ରଥମ ମୁଦ୍ରା ଭାଙ୍ଗିବାର ଦେଖିଲି, ଆଉ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣକୁ ବଜ୍ର ପରି ସ୍ୱରରେ ଏହା କହୁଥିବା ଶୁଣିଲି, ଆସ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 2 (IRVOR)
ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ ଗୋଟିଏ ଶୁକ୍ଳବର୍ଣ୍ଣ ଅଶ୍ୱ, ପୁଣି, ତାହାର ଆରୋହୀଙ୍କ ହସ୍ତରେ ଗୋଟିଏ ଧନୁ; ତାହାଙ୍କୁ ଏକ ମୁକୁଟ ଦିଆ ହେଲା, ଆଉ ସେ ବିଜୟୀ ହୋଇ ଜୟ କରିବାକୁ ବାହାରିଗଲେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 3 (IRVOR)
ମେଷଶାବକ ଯେତେବେଳେ ଦ୍ୱିତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଦ୍ୱିତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 4 (IRVOR)
ସେଥିରେ ଆଉ ଗୋଟିଏ ଅଶ୍ୱ ବାହାରି ଆସିଲା, ତାହା ଲୋହିତବର୍ଣ୍ଣ; ଲୋକେ ଯେପରି ପରସ୍ପରକୁ ହତ୍ୟା କରନ୍ତି, ଏଥି ନିମନ୍ତେ ପୃଥିବୀରୁ ଶାନ୍ତି ଦୂର କରିବା ନିମନ୍ତେ ତାହାର ଆରୋହୀକୁ କ୍ଷମତା ଦିଆଗଲା, ପୁଣି, ତାହାକୁ ଗୋଟିଏ ବୃହତ୍ ଖଡ଼୍ଗ ଦିଆ ଗଲା ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 5 (IRVOR)
ମେଷଶାବକ ଯେତେବେଳେ ତୃତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ତୃତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ ଏବଂ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ କଳା ରଙ୍ଗର ଅଶ୍ୱ, ପୁଣି, ତାହାର ଆରୋହୀର ହସ୍ତରେ ଗୋଟିଏ ତରାଜୁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 6 (IRVOR)
ଆଉ ମୁଁ ଚାରି ପ୍ରାଣୀଙ୍କ ମଧ୍ୟରୁ ନିର୍ଗତ ହେଲା ପରି ଏହି ସ୍ୱର ଶୁଣିଲି, ଟଙ୍କାକୁ ସେରେ ଗହମ ଓ ଟଙ୍କାକୁ ତିନି ସେର ଯବ ହେବ, କିନ୍ତୁ ତୁମ୍ଭେ ତୈଳ ଓ ଦ୍ରାକ୍ଷାରସ କ୍ଷତି କର ନାହିଁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 7 (IRVOR)
ମେଷଶାବକ ଯେତେବେଳେ ଚତୁର୍ଥ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଚତୁର୍ଥ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 8 (IRVOR)
ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ପାଣ୍ଡୁ ବର୍ଣ୍ଣ ଅଶ୍ୱ, ତାହାର ଆରୋହୀ ନାମ ମୃତ୍ୟୁ, ପୁଣି, ପାତାଳ ତାହାର ପଶ୍ଚାଦ୍ଗମନ କରୁଥିଲା; ଖଡ଼୍ଗ, ଦୁର୍ଭିକ୍ଷ, ମହାମାରୀ ଓ ପୃଥିବୀର ବନ୍ୟ ପଶୁମାନଙ୍କ ଦ୍ୱାରା ବିନାଶ କରିବାକୁ ପୃଥିବୀର ଚାରି ଭାଗ ଉପରେ ସେମାନଙ୍କୁ କ୍ଷମତା ଦିଆଗଲା ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 9 (IRVOR)
ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଈଶ୍ୱରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦିଆଯାଇଥିବା ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 10 (IRVOR)
ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ ?
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 11 (IRVOR)
ସେଥିରେ ସେମାନଙ୍କର ପ୍ରତ୍ୟେକ ଜଣକୁ ଧଳା ବସ୍ତ୍ର ଦିଆ ଗଲା, ପୁଣି, ସେମାନଙ୍କର ଯେଉଁ ସହଦାସ ଓ ଭାତ୍ରୁଗଣ ସେମାନଙ୍କ ପରି ମଧ୍ୟ ବଧ କରାଯିବେ, ସେମାନଙ୍କ ସଂଖ୍ୟା ପୂର୍ଣ୍ଣ ନ ହେବା ଯାଏ ଆଉ କିଛି କାଳ ବିଶ୍ରାମ କରିବାକୁ ସେମାନଙ୍କୁ କୁହାଗଲା ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 12 (IRVOR)
ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହା ଭୂମିକମ୍ପ ହେଲା, ସୂର୍ଯ୍ୟ ଲୋମ ନିର୍ମିତ କମ୍ବଳ ପରି କଳା ବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ହେଲା,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 13 (IRVOR)
ପ୍ରବଳ ବାୟୁ ଆଘାତରେ ଡିମ୍ବିରି ବୃକ୍ଷରୁ ଯେପରି ଅପକ୍ୱ ଫଳସବୁ ପତିତ ହୁଏ, ସେହିପରି ଆକାଶର ନକ୍ଷତ୍ରସବୁ ପୃଥିବୀରେ ପତିତ ହେଲେ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 14 (IRVOR)
ଆକାଶମଣ୍ଡଳ ଚର୍ମପୁସ୍ତକ ଗୁଡ଼ା ହେଲା ପରି ଗୁଡ଼ା ହୋଇ ଦୂରୀଭୂତ ହେଲା, ପୁଣି, ପର୍ବତ ଓ ଦ୍ୱୀପ ସମସ୍ତ ସ୍ଥାନାନ୍ତରିତ ହେଲେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 15 (IRVOR)
ଆଉ ପୃଥିବୀର ରାଜାମାନେ, ପାତ୍ରମନ୍ତ୍ରୀମାନେ, ପ୍ରଧାନ ସେନାପତି ଓ ଧନୀମାନେ, ବଳବାନ ଲୋକମାନେ ଏବଂ ପରାଧିନ ଓ ସ୍ୱାଧିନ ଲୋକ ସମସ୍ତେ ଗୁହା ଓ ପର୍ବତମାଳାର ଶୈଳମାନଙ୍କ ମଧ୍ୟରେ ଆପଣା ଆପଣାକୁ ଲୁଚାଇଲେ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 16 (IRVOR)
ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 17 (IRVOR)
କାରଣ ସେମାନଙ୍କ କ୍ରୋଧର ମହାଦିନ ଉପସ୍ଥିତ ହୋଇଅଛି ଆଉ କିଏ ଠିଆ ହୋଇ ପାରେ ?
❮
❯
1
2
3
4
5
6
7
8
9
10
11
12
13
14
15
16
17