ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 1 (IRVOR)
1,44,000 ଇସ୍ରାଏଲୀୟ ମୁଦ୍ରାଙ୍କିତ ତା'ପରେ ମୁଁ ଦେଖିଲି, ପୃଥିବୀକୁ ସମୁଦ୍ର କି କୌଣସି ଗଛ ଉପରେ ଯେପରି ବାୟୁ ନ ବହେ, ଏଥି ନିମନ୍ତେ ପୃଥିବୀର ଚାରି କୋଣରେ ଚାରି ଜଣ ଦୂତ ଠିଆ ହୋଇ ପୃଥିବୀର ଚାରି ବାୟୁକୁ ଅଟକାଇ ଧରିଅଛନ୍ତି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 2 (IRVOR)
ପୁଣି, ମୁଁ ଆଉ ଜଣେ ଦୂତଙ୍କୁ ପୂର୍ବଦିଗରୁ ଉଠି ଆସିବାର ଦେଖିଲି; ତାହାଙ୍କ ହସ୍ତରେ ଜୀବିତ ଈଶ୍ୱରଙ୍କର ମୁଦ୍ରା ଥିଲା । ପୃଥିବୀ ଓ ସମୁଦ୍ରର କ୍ଷତି କରିବା ନିମନ୍ତେ କ୍ଷମତା ପାଇଥିବା ସେହି ଚାରି ଦୂତଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 3 (IRVOR)
ଆମ୍ଭେମାନେ ଆପଣାମାନଙ୍କ ଈଶ୍ୱରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ଗଛଗୁଡ଼ିକର କ୍ଷତି କର ନାହିଁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 4 (IRVOR)
ତାପରେ ମୁଦ୍ରାଙ୍କିତ ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି, ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ବଂଶ ମଧ୍ୟରୁ ଏକ ଲକ୍ଷ ଚଉରାଳିଶ ହଜାର ଲୋକ ମୁଦ୍ରାଙ୍କିତ ହେଲେ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 5 (IRVOR)
ଯିହୂଦା ବଂଶରୁ ବାର ହଜାର, ରୂବେନ ବଂଶରୁ ବାର ହଜାର, ଗାଦ ବଂଶରୁ ବାର ହଜାର,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 6 (IRVOR)
ଆଶେର ବଂଶରୁ ବାର ହଜାର, ନପ୍ତାଲୀ ବଂଶରୁ ବାର ହଜାର, ମନଃଶି ବଂଶରୁ ବାର ହଜାର,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 7 (IRVOR)
ଶିମିୟୋନ ବଂଶରୁ ବାର ହଜାର, ଲେବୀ ବଂଶରୁ ବାର ହଜାର, ଇସାଖାର ବଂଶରୁ ବାର ହଜାର,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 8 (IRVOR)
ସବୂଲୂନ୍ ବଂଶରୁ ବାର ହଜାର, ଯୋଷେଫ ବଂଶରୁ ବାର ହଜାର, ବିନ୍ୟାମୀନ ବଂଶରୁ ବାର ହଜାର ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 9 (IRVOR)
ସର୍ବ ଦେଶର ଏକ ବିରାଟ ଜନତା ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରିବାହୁଙ୍ଗା ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି;
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 10 (IRVOR)
ସେମାନେ ଉଚ୍ଚସ୍ୱରରେ କହୁଅଛନ୍ତି, ପରିତ୍ରାଣ, ସିଂହାସନ ଉପବିଷ୍ଟ ଆମ୍ଭମାନଙ୍କ ଈଶ୍ୱରଙ୍କର ଓ ମେଷଶାବକଙ୍କର କାର୍ଯ୍ୟ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 11 (IRVOR)
ପୁଣି, ସମସ୍ତ ଦୂତ ସିଂହାସନ, ପ୍ରାଚୀନବର୍ଗ ଓ ଚାରି ପ୍ରାଣୀଙ୍କ ଚତୁର୍ଦ୍ଦିଗରେ ଉଭା ହୋଇଅଛନ୍ତି ଆଉ ସିଂହାସନ ସମ୍ମୁଖରେ ଉବୁଡ଼ ହୋଇପଡ଼ି ଈଶ୍ୱରଙ୍କୁ ପ୍ରଣାମ କରି କହୁଅଛନ୍ତି,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 12 (IRVOR)
ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ୱରଙ୍କର; ଆମେନ୍ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 13 (IRVOR)
ପୁଣି, ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, ଧଳା ବସ୍ତ୍ର ପରିହିତ ଏହି ଲୋକମାନେ କିଏ ଓ ସେମାନେ କେଉଁଠାରୁ ଆସିଅଛନ୍ତି ?
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 14 (IRVOR)
ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 15 (IRVOR)
ସେଥିପାଇଁ ସେମାନେ ଈଶ୍ୱରଙ୍କ ସିଂହାସନ ସମ୍ମୁଖରେ ଥାଇ ଦିବାରାତ୍ର ତାହାଙ୍କ ମନ୍ଦିରରେ ତାହାଙ୍କର ଉପାସନା କରନ୍ତି, ପୁଣି, ସିଂହାସନ ଉପବିଷ୍ଟ ବ୍ୟକ୍ତି ସେମାନଙ୍କର ଆଶ୍ରୟସ୍ୱରୂପ ହେବେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 16 (IRVOR)
ସେମାନଙ୍କର ଆଉ କେବେ ହେଁ କ୍ଷୁଧା କି ତୃଷା ହେବ ନାହିଁ, ପୁଣି, ସୂର୍ଯ୍ୟ କିଅବା କୌଣସି ଉତ୍ତାପ ସେମାନଙ୍କୁ ଆଘାତ କରିବ ନାହିଁ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 17 (IRVOR)
କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟକୁ ସେମାନଙ୍କୁ କଢ଼ାଇ ନେବେ, ପୁଣି, ଈଶ୍ୱର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ ।
❮
❯
1
2
3
4
5
6
7
8
9
10
11
12
13
14
15
16
17