ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10 : 1 (IRVOR)
ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ୱରଙ୍କ ଛାମୁରେ ମୋହର ପ୍ରାର୍ଥନା ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10 : 2 (IRVOR)
କାରଣ ଈଶ୍ୱରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍‍ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍‍ଯୋଗ ଜ୍ଞାନଯୁକ୍ତ ନୁହେଁ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10 : 3 (IRVOR)
ଯେଣୁ ଈଶ୍ୱରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ୱରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାଁନ୍ତି ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10 : 4 (IRVOR)
କାରଣ ପ୍ରତ୍ୟେକ ବିଶ୍ୱାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ମୋଶାଙ୍କ ବ୍ୟବସ୍ଥାର ଶେଷ ଅଟନ୍ତି । [PS]
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10 : 5 (IRVOR)
{ସମସ୍ତଙ୍କ ନିମନ୍ତେ ପରିତ୍ରାଣର ସମ୍ବାଦ} [PS] କାରଣ ମୋଶା ଲେଖନ୍ତି, ଯେଉଁ ମନୁଷ୍ୟ ମୋଶାଙ୍କ ବ୍ୟବସ୍ଥାମୂଳକ ଧାର୍ମିକତା ସାଧନ କରେ, ସେ ତଦ୍ୱାରା ବଞ୍ଚିବ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10 : 6 (IRVOR)
କିନ୍ତୁ ବିଶ୍ୱାସମୂଳକ ଧାର୍ମିକତା ଏପରି କହେ, "ମନେ ମନେ କୁହ ନାହିଁ, "କିଏ ସ୍ୱର୍ଗାରୋହଣ କରିବ' (ଅର୍ଥାତ୍‍, ଖ୍ରୀଷ୍ଟଙ୍କୁ ଓହ୍ଲାଇଆଣିବା ନିମନ୍ତେ) ?
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10 : 7 (IRVOR)
ଅବା "କିଏ ପାତାଳକୁ ଅବତରଣ କରିବ' (ଅର୍ଥାତ୍‍, ଖ୍ରୀଷ୍ଟଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଆଣିବା ନିମନ୍ତେ) ?
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10 : 8 (IRVOR)
କିନ୍ତୁ ତାହା କ'ଣ କହେ ? "ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି', ଅର୍ଥାତ୍‍ ଯେଉଁ ବିଶ୍ୱାସ ସମ୍ବନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ ।"
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10 : 9 (IRVOR)
ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10 : 10 (IRVOR)
କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10 : 11 (IRVOR)
ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10 : 12 (IRVOR)
କାରଣ ଯିହୂଦୀ ଓ ଗ୍ରୀକ୍‍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ୱରୂପ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10 : 13 (IRVOR)
କାରଣ ଯେ କେହି ପ୍ରଭୁଙ୍କ ନାମ ଧରି ପ୍ରାର୍ଥନା କରିବ, ସେ ପରିତ୍ରାଣ ପ୍ରାପ୍ତ ହେବ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10 : 14 (IRVOR)
ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାଁନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାଁନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ ?
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10 : 15 (IRVOR)
ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ ? ଯେପରି ଲେଖା ଅଛି, "ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10 : 16 (IRVOR)
କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ । କାରଣ ଯିଶାଇୟ କହନ୍ତି, "ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି ?'
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10 : 17 (IRVOR)
ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10 : 18 (IRVOR)
କିନ୍ତୁ ମୁଁ କହେ, ସେମାନେ କି ଶୁଣି ନାହାଁନ୍ତି ? ହଁ, ନିଶ୍ଚୟ; ସମୁଦାୟ ପୃଥିବୀରେ ସେମାନଙ୍କ ସ୍ୱର, ଆଉ ଜଗତର ସୀମା ପର୍ଯ୍ୟନ୍ତ ସେମାନଙ୍କ ବାକ୍ୟ ବ୍ୟାପିଗଲା ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10 : 19 (IRVOR)
କିନ୍ତୁ ମୁଁ କହେ, ଇସ୍ରାଏଲ କ'ଣ ଜାଣି ନାହାଁନ୍ତି ? ପ୍ରଥମରେ ମୋଶା କହନ୍ତି, "ଆମ୍ଭେ ନଗଣ୍ୟ ଜାତି ଦ୍ୱାରା ତୁମ୍ଭମାନଙ୍କର ଈର୍ଷା ଜନ୍ମାଇବା, ଗୋଟିଏ ନିର୍ବୋଧ ଜାତି ଦ୍ୱାରା ତୁମ୍ଭମାନଙ୍କୁ କ୍ରୋଧାନ୍ୱିତ କରିବା ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10 : 20 (IRVOR)
ତାହା ପରେ ଯିଶାଇୟ ସାହସରେ କହନ୍ତି, "ଯେଉଁମାନେ ଆମ୍ଭର ଅନ୍ୱେଷଣ କରୁ ନ ଥିଲେ, ସେମାନେ ଆମ୍ଭକୁ ପ୍ରାପ୍ତ ହେଲେ; ଯେଉଁମାନେ ଆମ୍ଭ ବିଷୟ ପଚାରୁ ନ ଥିଲେ, ସେମାନଙ୍କ ନିକଟରେ ଆମ୍ଭେ ପ୍ରକାଶିତ ହେଲୁ ।'
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10 : 21 (IRVOR)
କିନ୍ତୁ ସେ ଇସ୍ରାଏଲ ବିଷୟରେ କହନ୍ତି, "ଆମ୍ଭେ ଅନାଜ୍ଞାବହ ଓ ପ୍ରତିକୂଳବାଦୀ ଲୋକମାନଙ୍କ ପ୍ରତି ଦିନଯାକ ହସ୍ତ ବିସ୍ତାର କରିଅଛୁ ।' [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21

BG:

Opacity:

Color:


Size:


Font: