ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 1 (IRVOR)
ଇସ୍ରାଏଲର ଅବଶିଷ୍ଟାଂଶ ତେବେ ମୁଁ କହେ, ଈଶ୍ୱର କି ଆପଣା ଲୋକମାନଙ୍କୁ ପରିତ୍ୟାଗ କରିଅଛନ୍ତି ? ତାହା କେବେ ହେଁ ନ ହେଉ, କାରଣ ମୁଁ ମଧ୍ୟ ଅବ୍ରହାମଙ୍କ ବଂଶଜାତ ବିନ୍ୟାମୀନଙ୍କ ଗୋଷ୍ଠୀର ଜଣେ ଇସ୍ରାଏଲୀୟ ଲୋକ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 2 (IRVOR)
ଈଶ୍ୱର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାଁନ୍ତି ଏଲୀୟଙ୍କ ବିବରଣରେ ଶାସ୍ତ୍ର କ'ଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ୱରଙ୍କଠାରେ ନିବେଦନ କରନ୍ତି,
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 3 (IRVOR)
"ପ୍ରଭୁ, ସେମାନେ ତୁମ୍ଭର ଭାବବାଦୀମାନଙ୍କୁ ବଧ କରିଅଛନ୍ତି, ତୁମ୍ଭର ବେଦିଗୁଡ଼ିକ ଖୋଳି ପକାଇଅଛନ୍ତି, ଆଉ ମୁଁ ଏକାକୀ ଅବଶିଷ୍ଟ ରହିଅଛି, ପୁଣି, ସେମାନେ ମୋହର ପ୍ରାଣ ନେବାକୁ ଖୋଜୁଅଛନ୍ତି ।"
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 4 (IRVOR)
କିନ୍ତୁ ତାଙ୍କୁ ଈଶ୍ୱର କ'ଣ ଉତ୍ତର ଦିଅନ୍ତି ? "ଯେଉଁମାନେ ବାଆଲ୍‍ ସମ୍ମୁଖରେ ଆଣ୍ଠୁ ପକାଇ ନାହାଁନ୍ତି, ଏପରି ସାତ ହଜାର ଲୋକ ଆମ୍ଭେ ଆପଣା ନିମନ୍ତେ ଅବଶିଷ୍ଟ ରଖିଅଛୁ ।'
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 5 (IRVOR)
ସେହିପରି ଏହି ବର୍ତ୍ତମାନ ସମୟରେ ମଧ୍ୟ ଅନୁଗ୍ରହର ନିର୍ବାଚନ ଅନୁସାରେ ଗୋଟିଏ ଅବଶିଷ୍ଟ ଅଂଶ ରହିଅଛି ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 6 (IRVOR)
କିନ୍ତୁ ଯଦି ତାହା ଅନୁଗ୍ରହରେ ହୁଏ, ତେବେ ତାହା ଆଉ କ୍ରିୟାକର୍ମ ହେତୁ ହୁଏ ନାହିଁ; ନୋହିଲେ ଅନୁଗ୍ରହ ଆଉ ଅନୁଗ୍ରହ ନୁହେଁ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 7 (IRVOR)
ତେବେ କ'ଣ ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ;
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 8 (IRVOR)
ଯେପରି ଲେଖା ଅଛି, "ଈଶ୍ୱର ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଜଡ଼ତାର ଆତ୍ମା ଦେଇଅଛନ୍ତି, ଏପରି ଚକ୍ଷୁ ଦେଇଅଛନ୍ତି, ଯେପରି ସେମାନେ ଦେଖିବେ ନାହିଁ, ଆଉ ଏପରି କର୍ଣ୍ଣ ଦେଇଅଛନ୍ତି, ଯେପରି ସେମାନେ ଶୁଣିବେ ନାହିଁ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 9 (IRVOR)
ପୁଣି, ଦାଉଦ କହନ୍ତି, "ସେମାନଙ୍କର ଭୋଜନ ଫାନ୍ଦ ଓ ଫାଶ ପରି ହେଉ, ପୁଣି, ସେମାନଙ୍କ ପ୍ରତି ତାହା ବିଘ୍ନ ଓ ପ୍ରତିଶୋଧସ୍ୱରୂପ ହେଉ ।'
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 10 (IRVOR)
ଯେପରି ସେମାନେ ଦେଖି ନ ପାରନ୍ତି, ଏଥିପାଇଁ ସେମାନଙ୍କ ଚକ୍ଷୁ ଅନ୍ଧ ହେଉ, ଆଉ, ତୁମ୍ଭେ ସେମାନଙ୍କ ପୃଷ୍ଠ ସର୍ବଦା କୁବ୍‍ଜା କରି ରଖ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 11 (IRVOR)
ଅଣଯିହୂଦୀଙ୍କ ପରିତ୍ରାଣ ତେବେ ମୁଁ କହେ, ସେମାନେ କ'ଣ ବିନଷ୍ଟ ହେବା ନିମନ୍ତେ ଝୁଣ୍ଟିଲେ ? ତାହା କେବେ ହେଁ ନ ହେଉ, ବରଂ ସେମାନଙ୍କୁ ଉଦ୍‍ଯୋଗୀ କରିବା ନିମନ୍ତେ ସେମାନଙ୍କ ପତନ ଦ୍ୱାରା ଅଣଯିହୂଦୀମାନଙ୍କ ନିକଟରେ ପରିତ୍ରାଣ ଉପସ୍ଥିତ ହୋଇଅଛି ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 12 (IRVOR)
ଯଦି ସେମାନଙ୍କର ପତନ ଜଗତର ଧନସ୍ୱରୂପ, ଆଉ ସେମାନଙ୍କର ହ୍ରାସ ଅଣଯିହୂଦୀମାନଙ୍କ ଧନସ୍ୱରୂପ ହୋଇଅଛି, ତାହାହେଲେ ସେମାନଙ୍କ ପୂର୍ଣ୍ଣତା ଆହୁରି କେତେ ଅଧିକ ଧନସ୍ୱରୂପ ନ ହେବ !
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 13 (IRVOR)
କିନ୍ତୁ ଅଣଯିହୂଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି । ମୁଁ ଅଣଯିହୂଦୀମାନଙ୍କ ନିମନ୍ତେ ପ୍ରେରିତ ହେବାରୁ ମୋ' ସେବକପଦର ଗୌରବ କରୁଅଛି,
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 14 (IRVOR)
ଯେପରି କୌଣସି ପ୍ରକାରେ ମୋହର ସ୍ୱଜାତିମାନଙ୍କୁ ଉଦ୍‍ଯୋଗୀ କରାଇ ସେମାନଙ୍କ ମଧ୍ୟରୁ କେତେକଙ୍କୁ ପରିତ୍ରାଣ କରି ପାରେ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 15 (IRVOR)
କାରଣ ଯଦି ସେମାନଙ୍କର ଦୂରୀକରଣ ଦ୍ୱାରା ଜଗତର ମିଳନ ଘଟିଲା, ତେବେ ସେମାନଙ୍କ ଗ୍ରହଣ ଦ୍ୱାରା କ'ଣ ନିଶ୍ଚୟ ମୃତମାନଙ୍କ ମଧ୍ୟରୁ ଜୀବନ ଲାଭ ନ ହେବ ?
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 16 (IRVOR)
ଆଉ ଯଦି ପ୍ରଥମ ଉତ୍ସର୍ଗୀକୃତ ଅଂଶ ପବିତ୍ର, ତାହାହେଲେ ସମସ୍ତ ପିଠୋଉ ମଧ୍ୟ ପବିତ୍ର; ପୁଣି, ଯଦି ମୂଳ ପବିତ୍ର, ତେବେ ଶାଖାସବୁ ମଧ୍ୟ ପବିତ୍ର ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 17 (IRVOR)
କିନ୍ତୁ ଯଦି କେତେକ ଶାଖା ଉଚ୍ଛିନ୍ନ ହେଲା ଓ ତୁମ୍ଭେ ବନ୍ୟ ଜୀତ ବୃକ୍ଷର ଶାଖା ହେଲେ ହେଁ ସେହି ସବୁ ମଧ୍ୟରେ କଲମ କରାଗଲ, ପୁଣି, ସେମାନଙ୍କ ସହିତ ଜୀତବୃକ୍ଷ ମୂଳର ରସର ଅଂଶୀ ହେଲ,
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 18 (IRVOR)
ତେବେ ସେହି ଡାଳଗୁଡ଼ିକ ବିରୁଦ୍ଧରେ ଗର୍ବ କର ନାହିଁ; କିନ୍ତୁ ଯଦି ଗର୍ବ କର, ତୁମ୍ଭେ ଯେ ମୂଳକୁ ଧରି ନାହଁ, ମାତ୍ର ମୂଳ ତୁମ୍ଭକୁ ଧରିଅଛି, ଏହା ଜାଣିଥାଅ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 19 (IRVOR)
ତେବେ ତୁମ୍ଭେ କହିବ, ମୁଁ ଯେପରି କଲମ ହୋଇ ପାରେ, ଏଥି ନିମନ୍ତେ ଡାଳଗୁଡ଼ିକ ଉଚ୍ଛିନ୍ନ ହୋଇଅଛି ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 20 (IRVOR)
ଭଲ କଥା, ସେମାନଙ୍କର ଅବିଶ୍ୱାସ ହେତୁ ସେମାନେ ଉଚ୍ଛିନ୍ନ ହେଲେ, ଆଉ ବିଶ୍ୱାସ ହେତୁ ତୁମ୍ଭେ ସ୍ଥାନ ପ୍ରାପ୍ତ ହୋଇଅଛ । ଗର୍ବିତମନା ହୁଅ ନାହିଁ, କିନ୍ତୁ ଭୟ କର;
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 21 (IRVOR)
କାରଣ ଯଦି ଈଶ୍ୱର ସ୍ୱାଭାବିକ ଶାଖାଗୁଡ଼ିକୁ ଛାଡ଼ିଦେଲେ ନାହିଁ, ତେବେ ତୁମ୍ଭକୁ ମଧ୍ୟ ଛାଡ଼ିବେ ନାହିଁ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 22 (IRVOR)
ଅତଏବ, ଈଶ୍ୱରଙ୍କ ଦୟା ଓ କଠୋରତା ବୁଝ; ଯେଉଁମାନେ ପତିତ ହେଲେ, ସେମାନଙ୍କ ପ୍ରତି କଠୋରତା, କିନ୍ତୁ ତୁମ୍ଭେ ଯଦି ଈଶ୍ୱରଙ୍କ ଦୟାର ଶରଣାପନ୍ନ ହୋଇ ରହିଥାଅ, ତାହାହେଲେ ତୁମ୍ଭ ପ୍ରତି ତାହାଙ୍କ ଦୟା; ନୋହିଲେ ତୁମ୍ଭେ ମଧ୍ୟ କଟାଯିବ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 23 (IRVOR)
ଆଉ, ସେମାନେ ଯଦି ଅବିଶ୍ୱାସରେ ନ ରୁହନ୍ତି, ତେବେ ସେମାନେ ମଧ୍ୟ କଲମ କରାଯିବେ, କାରଣ ସେମାନଙ୍କୁ ଆଉ ଥରେ କଲମ କରିବା ନିମନ୍ତେ ଈଶ୍ୱର ସମର୍ଥ ଅଟନ୍ତି ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 24 (IRVOR)
କାରଣ ଯାହା ସ୍ୱଭାବତଃ ବନ୍ୟ ଜୀତବୃକ୍ଷ, ଯଦି ସେଥିରୁ ତୁମ୍ଭେ କଟାଯାଇ ଅସ୍ୱାଭାବିକଭାବେ ଉତ୍ତମ ଜୀତ-ବୃକ୍ଷରେ କଲମ କରାଗଲ, ତେବେ ସ୍ୱାଭାବିକ ଶାଖା ଯେ ଏମାନେ, ଏମାନେ କେତେ ଅଧିକ ଭାବରେ ନିଜ ଜୀତ ବୃକ୍ଷରେ କଲମ କରାଯିବେ !
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 25 (IRVOR)
ଇସ୍ରାଏଲର ପରିତ୍ରାଣର ନିଗୂଢତତ୍ତ୍ୱ କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥି ନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍‍, ଯେପର୍ଯ୍ୟନ୍ତ ଅଣଯିହୂଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାଁନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 26 (IRVOR)
ଆଉ, ଏହି ପ୍ରକାରେ ସମସ୍ତ ଇସ୍ରାଏଲ ପରିତ୍ରାଣ ପାଇବେ, ଯେପରି ଲେଖା ଅଛି, "ସିୟୋନରୁ ଉଦ୍ଧାରକର୍ତ୍ତା ଆଗମନ କରିବେ, ସେ ଯାକୁବଠାରୁ ଅଧର୍ମ ଦୂର କରିବେ ।"
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 27 (IRVOR)
ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 28 (IRVOR)
ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃପୁରୁଷଙ୍କ ସକାଶେ ସେମାନେ ଈଶ୍ୱରଙ୍କ ପ୍ରିୟପାତ୍ର ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 29 (IRVOR)
କାରଣ, ଈଶ୍ୱରଙ୍କ ଦାନସମୂହ ଓ ଆହ୍ୱାନ ଅନ୍ୟଥା ହୁଏ ନାହିଁ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 30 (IRVOR)
ଯେଣୁ ତୁମ୍ଭେମାନେ ଯେପରି ପୂର୍ବେ ଈଶ୍ୱରଙ୍କ ଅନାଜ୍ଞାବହ ଥିଲ, କିନ୍ତୁ ଏବେ ସେମାନଙ୍କ ଅନାଜ୍ଞାବହତା ଦ୍ୱାରା ଦୟା ପ୍ରାପ୍ତ ହୋଇଅଛ,
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 31 (IRVOR)
ସେହିପରି ଏମାନେ ମଧ୍ୟ ଏବେ ଅନାଜ୍ଞାବହ ହୋଇଅଛନ୍ତି, ଯେପରି ତୁମ୍ଭମାନଙ୍କ ପ୍ରତି ପ୍ରକାଶିତ ଦୟା ଦ୍ୱାରା ଏମାନେ ସୁଦ୍ଧା ଏବେ ଦୟା ପ୍ରାପ୍ତ ହୁଅନ୍ତି ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 32 (IRVOR)
କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ୱର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 33 (IRVOR)
ଆହା ! ଈଶ୍ୱରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର ! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ !
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 34 (IRVOR)
କାରଣ, ପ୍ରଭୁଙ୍କର ମନ କିଏ ଜାଣିଅଛି ? କିମ୍ବା ତାହାଙ୍କର ପରାମର୍ଶଦାତା କିଏ ହୋଇଅଛି ?
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 35 (IRVOR)
ଅବା କିଏ ତାହାଙ୍କୁ ପ୍ରଥମରେ ଦାନ କରିଅଛି, ଆଉ ତାକୁ ପ୍ରତିଦାନ କରାଯିବ ?
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11 : 36 (IRVOR)
ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର । ଆମେନ୍‍ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36