ରୂତର ବିବରଣ 3 : 1 (IRVOR)
ରୂତଙ୍କ ନିମନ୍ତେ ନୟମୀଙ୍କ ଯୋଜନା ଏଥିଉତ୍ତାରେ ତାହାର ଶାଶୁ ନୟମୀ ତାହାକୁ କହିଲା, “ଆହେ ମୋହର କନ୍ୟା, ଯେଉଁଥିରେ ତୁମ୍ଭର ମଙ୍ଗଳ ହେବ, ଏପରି ଆଶ୍ରୟସ୍ଥାନ ମୁଁ କି ତୁମ୍ଭ ପାଇଁ ଚେଷ୍ଟା କରିବି ନାହିଁ ?
ରୂତର ବିବରଣ 3 : 2 (IRVOR)
ତୁମ୍ଭେ ଯେଉଁ ବୋୟଜର ଦାସୀଗଣ ସଙ୍ଗରେ ଥିଲ, ସେ କି ଆମ୍ଭମାନଙ୍କ ଜ୍ଞାତି ନୁହେଁ ? ଦେଖ, ସେ ଆଜି ରାତ୍ରି ନିଜ ଖଳାରେ ଯବ ଝାଡ଼ିବାକୁ ଉଦ୍ୟତ ଅଛି।
ରୂତର ବିବରଣ 3 : 3 (IRVOR)
ଏଣୁ ତୁମ୍ଭେ ଏବେ ସ୍ନାନ କର ଓ ତୈଳ ମର୍ଦ୍ଦନ କର ଓ ନିଜ (ଉତ୍ତମ) ବସ୍ତ୍ର ପରିଧାନ କରି ସେହି ଖଳାକୁ ଯାଅ; ମାତ୍ର ସେ ମନୁଷ୍ୟ ଭୋଜନପାନ ନ ସାରିବା ପର୍ଯ୍ୟନ୍ତ ତାହାକୁ ନିଜର ପରିଚୟ ଦିଅ ନାହିଁ।
ରୂତର ବିବରଣ 3 : 4 (IRVOR)
ସେ ଯେତେବେଳେ ଶୟନ କରିବ, ସେତେବେଳେ ତୁମ୍ଭେ ତାହାର ଶୟନ ସ୍ଥାନ ଦେଖି ନିର୍ଣ୍ଣୟ କର; ତହୁଁ ସେଠାକୁ ଯାଇ ତାହାର ଚରଣ-ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କର, ତହିଁରେ ତୁମ୍ଭକୁ କ’ଣ କରିବାକୁ ହେବ, ତାହା ସେ ଜଣାଇବ।”
ରୂତର ବିବରଣ 3 : 5 (IRVOR)
ସେ ଉତ୍ତର କଲା, “ତୁମ୍ଭେ ଯାହା କହୁଅଛ, ସେସମସ୍ତ ମୁଁ କରିବି।”
ରୂତର ବିବରଣ 3 : 6 (IRVOR)
ଏଣୁ ସେ ସେହି ଖଳାକୁ ଯାଇ ନିଜ ଶାଶୁର ଆଦେଶାନୁସାରେ ସମସ୍ତ କର୍ମ କଲା।
ରୂତର ବିବରଣ 3 : 7 (IRVOR)
ପୁଣି ଭୋଜନପାନ ସାରି ବୋୟଜର ମନ ଆନନ୍ଦିତ ହୁଅନ୍ତେ, ସେ ଶସ୍ୟରାଶିର ଏକ ପ୍ରାନ୍ତଭାଗରେ ଶୟନ କରିବାକୁ ଗଲା, ତହିଁରେ ରୂତ ଧୀରେ ଧୀରେ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କଲା।
ରୂତର ବିବରଣ 3 : 8 (IRVOR)
ତହୁଁ ମଧ୍ୟରାତ୍ରି ସମୟରେ ସେ ପୁରୁଷ ଚମତ୍କୃତ ହୋଇ ଉଠି ଅନାଇଲା, ଆଉ ଦେଖ, ତାହାର ପାଦ ନିକଟରେ ଜଣେ ସ୍ତ୍ରୀ ଶୟନ କରିଅଛି। ତହିଁରେ ସେ ପଚାରିଲା, “ତୁମ୍ଭେ କିଏ ?”
ରୂତର ବିବରଣ 3 : 9 (IRVOR)
ସେ ଉତ୍ତର କଲା, “ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ନିଜ ଚାଦର ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ,* ଏଣୁ ନିଜ ପକ୍ଷ ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, ଅର୍ଥାତ୍ ମୋତେ ବିବାହ କର କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।”
ରୂତର ବିବରଣ 3 : 10 (IRVOR)
ସେ କହିଲା, “ଆହେ ମୋହର କନ୍ୟା,” ତୁମ୍ଭେ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ରୀ ହୁଅ, ଯେହେତୁ ତୁମ୍ଭେ ଧନବାନ କି ଦରିଦ୍ର କୌଣସି ଯୁବାପୁରୁଷର ଅନୁଗାମିନୀ ନ ହୋଇ ପ୍ରଥମାପେକ୍ଷା ଶେଷରେ ଅଧିକ ସାଧୁତା ଦେଖାଇଅଛ।
ରୂତର ବିବରଣ 3 : 11 (IRVOR)
ଏଣୁ ଆହେ ମୋହର କନ୍ୟା, ଭୟ କର ନାହିଁ, ତୁମ୍ଭେ ଯାହା କହିଲ, ମୁଁ ତୁମ୍ଭ ପାଇଁ ସେସମସ୍ତ କରିବି;
ରୂତର ବିବରଣ 3 : 12 (IRVOR)
ଯେହେତୁ ତୁମ୍ଭେ ଯେ ସମ୍ମାନୀୟ ସ୍ତ୍ରୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି। ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋ’ଠାରୁ ନିକଟ ସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅଛି।
ରୂତର ବିବରଣ 3 : 13 (IRVOR)
ଏହି ରାତ୍ରି ଥାଅ; ସକାଳେ ସେ ଯେବେ ତୁମ୍ଭକୁ ମୁକ୍ତ କରେ, ତେବେ ଭଲ, ସେ ମୁକ୍ତ କରୁ; ମାତ୍ର ଯେବେ ସେ ତୁମ୍ଭକୁ ମୁକ୍ତ ନ କରେ, ତେବେ ଜୀବିତ ସଦାପ୍ରଭୁଙ୍କ ନାମରେ ସତ୍ୟ କହୁଅଛି ଯେ, ମୁଁ ତୁମ୍ଭକୁ ମୁକ୍ତ କରିବି; ତୁମ୍ଭେ ସକାଳ ପର୍ଯ୍ୟନ୍ତ ଶୟନ କର।”
ରୂତର ବିବରଣ 3 : 14 (IRVOR)
ତହିଁରେ ରୂତ ସକାଳ ଯାଏ ତାହାର ପାଦ ନିକଟରେ ଶୋଇ ରହିଲା, ପୁଣି କେହି କାହାକୁ ଚିହ୍ନି ପାରିବା ସମୟ ପୂର୍ବେ ସେ ଉଠିଲା କାରଣ ବୋୟଜ କହିଲା, “ଖଳାକୁ ଏ ସ୍ତ୍ରୀ ଯେ ଆସିଥିଲା, ଏହା ଜଣା ନ ଯାଉ।”
ରୂତର ବିବରଣ 3 : 15 (IRVOR)
ସେ ଆହୁରି କହିଲା, “ତୁମ୍ଭର ଆବରଣୀୟ ବସ୍ତ୍ର ବିଛାଇ ଧର,” ତହିଁରେ ରୂତ ତାହା ବିଛାଇ ଧରନ୍ତେ, ସେ ଛଅ ପାତ୍ର† ଛଅ ପାତ୍ର ପ୍ରାୟ ଚାରି କିଲୋ ଯବ ମାପି ତାହାର ମସ୍ତକରେ ଦେଇ ନଗରକୁ ଚାଲିଗଲା।
ରୂତର ବିବରଣ 3 : 16 (IRVOR)
ତହୁଁ ରୂତ ନିଜ ଶାଶୁ ନିକଟକୁ ଆସନ୍ତେ, ସେ କହିଲା, “ଆହେ ଆମ୍ଭର କନ୍ୟା, କଅଣ ହେଲା ?” ତହିଁରେ ସେ ନିଜ ପ୍ରତି ସେହି ପୁରୁଷର କୃତ ସମସ୍ତ କର୍ମ ତାହାକୁ ଜଣାଇଲା।
ରୂତର ବିବରଣ 3 : 17 (IRVOR)
ପୁଣି ଆହୁରି କହିଲା, “ଶାଶୁ ନିକଟକୁ ମୁକ୍ତ ହସ୍ତରେ ନ ଯାଅ” ବୋଲି କହି ସେ ମୋତେ ଏହି ଛଅ ପାତ୍ର ଯବ ଦେଇଅଛନ୍ତି।
ରୂତର ବିବରଣ 3 : 18 (IRVOR)
ତହୁଁ ତାହାର ଶାଶୁ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା,” ଏ ବିଷୟ କ’ଣ ହେବ, ଏହା ତୁମ୍ଭକୁ ଜଣା ହେବା ପର୍ଯ୍ୟନ୍ତ ବସିଥାଅ; କାରଣ ସେ ମନୁଷ୍ୟ ଆଜି ଏ କର୍ମ ସମାପ୍ତ ନ କରି ବିଶ୍ରାମ କରିବ ନାହିଁ।”
❮
❯
1
2
3
4
5
6
7
8
9
10
11
12
13
14
15
16
17
18