ପରମଗୀତ 1 : 1 (IRVOR)
ପରମଗୀତ 1 : 2 (IRVOR)
ଶଲୋମନଙ୍କର ପରମ ଗୀତ। କନ୍ୟାର ପ୍ରେମ ଆହ୍ୱାନ ତୁମ୍ଭେ ଆପଣା ମୁଖ-ଚୁମ୍ବନରେ ମୋତେ ଚୁମ୍ବନ କର; କାରଣ ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ।
ପରମଗୀତ 1 : 3 (IRVOR)
ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ; ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ୱରୂପ; ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି।
ପରମଗୀତ 1 : 4 (IRVOR)
ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି।
ପରମଗୀତ 1 : 5 (IRVOR)
କନ୍ୟା ହେ ଯିରୂଶାଲମର କନ୍ୟାଗଣ, ମୁଁ କେଦାରର ତମ୍ବୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣା, ତଥାପି ସୁନ୍ଦରୀ।
ପରମଗୀତ 1 : 6 (IRVOR)
ମୁଁ କୃଷ୍ଣବର୍ଣ୍ଣା, ସୂର୍ଯ୍ୟ ମୋତେ ବିବର୍ଣ୍ଣା କରିଅଛି ବୋଲି ମୋ’ ପ୍ରତି କୁଦୃଷ୍ଟି କର ନାହିଁ। ମୋ’ ମାତାର ସନ୍ତାନଗଣ ମୋ’ ପ୍ରତି କୁପିତ ହେଲେ, ସେମାନେ ମୋତେ ଦ୍ରାକ୍ଷାକ୍ଷେତ୍ରସମୂହର ରକ୍ଷିକା କଲେ; ମାତ୍ର ମୁଁ ନିଜ ଦ୍ରାକ୍ଷାକ୍ଷେତ୍ର ରକ୍ଷା କରି ନାହିଁ।
ପରମଗୀତ 1 : 7 (IRVOR)
ହେ ମୋ’ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି ?
ପରମଗୀତ 1 : 8 (IRVOR)
ବର ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ଯଦି ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ଓ ମେଷପାଳକମାନଙ୍କ ତମ୍ବୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ।
ପରମଗୀତ 1 : 9 (IRVOR)
ହେ ମୋହର ପ୍ରିୟେ, ମୁଁ ଫାରୋର ରଥର ଅଶ୍ୱିନୀ ସଙ୍ଗେ ତୁମ୍ଭର ଉପମା ଦେଇଅଛି।
ପରମଗୀତ 1 : 10 (IRVOR)
ତୁମ୍ଭର ଗାଲ ଅଳଙ୍କାରରେ ସଜ୍ଜିତ, ତୁମ୍ଭ ଗଳଦେଶ ରତ୍ନହାରରେ ସୁଶୋଭିତ।
ପରମଗୀତ 1 : 11 (IRVOR)
ଅନ୍ୟମାନେ
ପରମଗୀତ 1 : 12 (IRVOR)
ଆମ୍ଭେ ତୁମ୍ଭ ପାଇଁ ରୂପା ଭୁଣ୍ଡିଲଗା ସୁବର୍ଣ୍ଣ ବେଣୀ ପ୍ରସ୍ତୁତ କରିବା। କନ୍ୟା ରାଜା ଭୋଜନାସନରେ ଉପବିଷ୍ଟ ଥିବା ବେଳେ ମୋ’ ସୁଗନ୍ଧିର ସୁବାସ ବ୍ୟାପ୍ତ ହେଲା।
ପରମଗୀତ 1 : 13 (IRVOR)
ମୋହର ପ୍ରିୟତମ ମୋ’ ବକ୍ଷସ୍ଥଳ ମଧ୍ୟରେ ଥିବା ଗନ୍ଧରସ ବୃକ୍ଷର ଥୋପା ତୁଲ୍ୟ ମୋ’ ପ୍ରତି ଅଟନ୍ତି।
ପରମଗୀତ 1 : 14 (IRVOR)
ମୋ’ ପ୍ରିୟତମ ମୋ’ ପ୍ରତି ଐନଗଦୀର ଦ୍ରାକ୍ଷାକ୍ଷେତ୍ରସ୍ଥ ମେହେନ୍ଦି ପୁଷ୍ପ ଗୁଚ୍ଛ ତୁଲ୍ୟ ଅଟନ୍ତି।
ପରମଗୀତ 1 : 15 (IRVOR)
ବର
ପରମଗୀତ 1 : 16 (IRVOR)
ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ, ଦେଖ, ତୁମ୍ଭେ ସୁନ୍ଦରୀ ଅଟ; ତୁମ୍ଭର ଚକ୍ଷୁ କପୋତ ତୁଲ୍ୟ। କନ୍ୟା ଦେଖ, ହେ ମୋହର ପ୍ରିୟତମ, ତୁମ୍ଭେ ସୁନ୍ଦର, ହଁ, ତୁମ୍ଭେ ମନୋହର; ଆହୁରି, ଆମ୍ଭମାନଙ୍କ ଶଯ୍ୟା ହରିଦ୍‍ବର୍ଣ୍ଣ ଅଟେ।
ପରମଗୀତ 1 : 17 (IRVOR)
ଏରସ କାଷ୍ଠ ଆମ୍ଭମାନଙ୍କ ଗୃହର କଡ଼ି ଓ ଦେବଦାରୁ କାଷ୍ଠ ଆମ୍ଭମାନଙ୍କର ବରଗା।

1 2 3 4 5 6 7 8 9 10 11 12 13 14 15 16 17