ପରମଗୀତ 2 : 1 (IRVOR)
ପରମଗୀତ 2 : 2 (IRVOR)
ମୁଁ ଶାରୋଣର ଗୋଲାପ ଏବଂ ଉପତ୍ୟକାର କଇଁଫୁଲ ଅଟେ। ବର
ପରମଗୀତ 2 : 3 (IRVOR)
ଯେପରି କଣ୍ଟକ ମଧ୍ୟରେ କଇଁଫୁଲ, ସେହିପରି ଯୁବତୀଗଣ ମଧ୍ୟରେ ମୋହର ପ୍ରିୟା। କନ୍ୟା ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋ’ ତୁଣ୍ଡକୁ ସ୍ୱାଦ ଲାଗିଲା।
ପରମଗୀତ 2 : 4 (IRVOR)
ସେ ଆପଣା ଭୋଜନପାନର ଗୃହକୁ ମୋତେ ଆଣିଲେ, ମୋ’ ଉପରେ ପ୍ରେମ ହିଁ ତାଙ୍କର ପତାକା ହେଲା।
ପରମଗୀତ 2 : 5 (IRVOR)
ତୁମ୍ଭେମାନେ ଦ୍ରାକ୍ଷାଫଳ ଦେଇ ମୋତେ ସୁସ୍ଥିର କର, ନାଗରଙ୍ଗ ଫଳରେ ମୋତେ ଆଶ୍ୱାସ ଦିଅ; କାରଣ ମୁଁ ପ୍ରେମ ପୀଡ଼ିତା।
ପରମଗୀତ 2 : 6 (IRVOR)
ତାଙ୍କ ବାମ ହସ୍ତ ମୋ’ ମସ୍ତକ ତଳେ ଅଛି, ପୁଣି ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରେ।
ପରମଗୀତ 2 : 7 (IRVOR)
ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ।
ପରମଗୀତ 2 : 8 (IRVOR)
ପ୍ରିୟତମଙ୍କ ପ୍ରତି କନ୍ୟାର ଶ୍ରଦ୍ଧା ଏହି ତ ମୋ’ ପ୍ରିୟତମଙ୍କ ରବ ! ଦେଖ, ସେ ପର୍ବତଗଣ ଉପରେ କୁଦି କୁଦି, ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁଅଛନ୍ତି।
ପରମଗୀତ 2 : 9 (IRVOR)
ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି।
ପରମଗୀତ 2 : 10 (IRVOR)
ମୋହର ପ୍ରିୟତମ କଥା କହିଲେ ଓ ସେ ମୋତେ କହିଲେ, “ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।
ପରମଗୀତ 2 : 11 (IRVOR)
କାରଣ, ଦେଖ, ଶୀତକାଳ ଗତ ହେଲା, ବୃଷ୍ଟି ଶେଷ ହୋଇଗଲା;
ପରମଗୀତ 2 : 12 (IRVOR)
ଭୂମିରେ ପୁଷ୍ପ ପ୍ରସ୍ପୁଟିତ ହେଉଅଛି, ପକ୍ଷୀଗଣର ଗାୟନକାଳ ଉପସ୍ଥିତ, ଆମ୍ଭମାନଙ୍କ ଦେଶରେ କପୋତର ରବ ଶୁଣା ଯାଉଅଛି;
ପରମଗୀତ 2 : 13 (IRVOR)
ଡିମ୍ବିରି ବୃକ୍ଷ ସ୍ୱ ଅପକ୍ୱ ଫଳମାନ ପକ୍ୱ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି। ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।
ପରମଗୀତ 2 : 14 (IRVOR)
ହେ ମୋହର କପୋତୀ, ତୁମ୍ଭେ ଶୈଳର ଫାଟରେ ଗଡ଼ନ୍ତି ସ୍ଥାନର ଅନ୍ତରାଳରେ ଅଛ, ମୋତେ ତୁମ୍ଭ ରୂପ ଦେଖିବାକୁ ଦିଅ, ମୋତେ ତୁମ୍ଭ ରବ ଶୁଣିବାକୁ ଦିଅ; କାରଣ ତୁମ୍ଭ ରବ ସୁମିଷ୍ଟ ଓ ତୁମ୍ଭ ରୂପ ମନୋହର।
ପରମଗୀତ 2 : 15 (IRVOR)
ଆମ୍ଭମାନଙ୍କ ପାଇଁ ଦ୍ରାକ୍ଷାକ୍ଷେତ୍ରନାଶକ ଶୃଗାଳମାନଙ୍କୁ, କ୍ଷୁଦ୍ର ଶୃଗାଳମାନଙ୍କୁ ଧର; କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି।”
ପରମଗୀତ 2 : 16 (IRVOR)
ମୋ’ ପ୍ରିୟତମ ମୋହର ଓ ମୁଁ ତାଙ୍କର ଅଟେ; ସେ କଇଁଫୁଲବନ ମଧ୍ୟରେ ଆପଣା ପଲ ଚରାଉଅଛନ୍ତି।
ପରମଗୀତ 2 : 17 (IRVOR)
ହେ ମୋହର ପ୍ରିୟତମ, ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ତୁମ୍ଭେ ଫେରି ଆସି ବେଥର ପର୍ବତଶ୍ରେଣୀସ୍ଥ ହରିଣ ଓ ମୃଗଶାବକ ତୁଲ୍ୟ ହୁଅ।

1 2 3 4 5 6 7 8 9 10 11 12 13 14 15 16 17