ପରମଗୀତ 6 : 1 (IRVOR)
{ଅନ୍ୟମାନେ} [PS] ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି ? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁଆଡେ ଯାଇଛନ୍ତି କୁହ ? [PS]
ପରମଗୀତ 6 : 2 (IRVOR)
{କନ୍ୟା} [PS] ମୋହର ପ୍ରିୟତମ ଆପଣା ଉଦ୍ୟାନକୁ, ସୁଗନ୍ଧି ଲତାର କିଆରିକୁ, ଉଦ୍ୟାନସମୂହରେ (ପଲ) ଚରାଇବାକୁ ଓ କଇଁଫୁଲ ସଂଗ୍ରହ କରିବାକୁ ଯାଇଅଛନ୍ତି।
ପରମଗୀତ 6 : 3 (IRVOR)
ମୁଁ ଆପଣା ପ୍ରିୟତମଙ୍କର ଓ ମୋ’ ପ୍ରିୟତମ ମୋହର; ସେ କଇଁଫୁଲ ବନରେ ଆପଣା ପଲ ଚରାନ୍ତି। [PS]
ପରମଗୀତ 6 : 4 (IRVOR)
{ବର} [PS] ହେ ମୋହର ପ୍ରିୟେ, ତୁମ୍ଭେ ତିର୍ସା ପରି ସୁନ୍ଦରୀ, ଯିରୂଶାଲମ ପରି ଶୋଭାବତୀ, ଧ୍ୱଜାଧାରୀ ସୈନ୍ୟ ପରି ଭୟଙ୍କରୀ।
ପରମଗୀତ 6 : 5 (IRVOR)
ତୁମ୍ଭେ ମୋ’ ଆଡ଼ୁ ଆପଣା ଆଖି ଫେରାଅ, କାରଣ ତଦ୍ଦ୍ୱାରା ମୁଁ ପରାସ୍ତ ହୋଇଅଛି। ତୁମ୍ଭର କେଶ ଗିଲୀୟଦ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ।
ପରମଗୀତ 6 : 6 (IRVOR)
ତୁମ୍ଭର ଦନ୍ତ-ପଂକ୍ତି ସ୍ନାନରୁ ଉତ୍‍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ।
ପରମଗୀତ 6 : 7 (IRVOR)
ତୁମ୍ଭ ଓଢ଼ଣା ତଳେ ତୁମ୍ଭର ଗାଲ ଡାଳିମ୍ବଖଣ୍ଡ ସଦୃଶ।
ପରମଗୀତ 6 : 8 (IRVOR)
ଷାଠିଏ ରାଣୀ ଓ ଅଶୀ ଉପପତ୍ନୀ ଓ ଅସଂଖ୍ୟ ଯୁବତୀ ଅଛନ୍ତି।
ପରମଗୀତ 6 : 9 (IRVOR)
ମାତ୍ର ମୋ’ କପୋତୀ, ମୋ’ ଶୁଦ୍ଧମତି ଅଦ୍ୱିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ।
ପରମଗୀତ 6 : 10 (IRVOR)
ଏହି ଯେ ଅରୁଣ ତୁଲ୍ୟ ଉଦୀୟମାନା, ଚନ୍ଦ୍ରମା ତୁଲ୍ୟ ସୁନ୍ଦରୀ, ସୂର୍ଯ୍ୟ ତୁଲ୍ୟ ବିଶୁଦ୍ଧା, ଧ୍ୱଜାବିଶିଷ୍ଟ ସୈନ୍ୟ ତୁଲ୍ୟ ଭୟଙ୍କରୀ, ସେ କିଏ ? [PS]
ପରମଗୀତ 6 : 11 (IRVOR)
{କନ୍ୟା} [PS] ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ, ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ବ ଫୁଲ ଧରିଅଛି କି ନାହିଁ, ଦେଖିବାକୁ ଆକ୍‍ରୋଟ୍‍ ଉଦ୍ୟାନକୁ ଗଲି।
ପରମଗୀତ 6 : 12 (IRVOR)
ମୁଁ ଜ୍ଞାତ ହେବା ପୂର୍ବେ ମୋହର ପ୍ରାଣ ମୋ’ ରାଜକୀୟ ଲୋକମାନଙ୍କ ରଥ ମଧ୍ୟରେ ମୋତେ ରଖିଲା। [PS]
ପରମଗୀତ 6 : 13 (IRVOR)
{ଅନ୍ୟମାନେ} [PS] ହେ ଶୂଲମିୟେ, ଫେର, ଫେର; ଆମ୍ଭେମାନେ ତୁମ୍ଭକୁ ଦେଖିବା, ଫେର, ଫେର। {ବର} [PS] ମହନୟିମସ୍ଥ ନୃତ୍ୟକୁ ଯେପରି, ସେପରି କାହିଁକି ତୁମ୍ଭେମାନେ ଶୂଲମିୟାକୁ ଅନାଇବ ? [PE]

1 2 3 4 5 6 7 8 9 10 11 12 13

BG:

Opacity:

Color:


Size:


Font: