ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 1 (IRVOR)
ସମସ୍ତ ସତ୍କର୍ମ ନିମନ୍ତେ ପ୍ରସ୍ତୁତି କର୍ତ୍ତୃପକ୍ଷ ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 2 (IRVOR)
କାହାରି ନିନ୍ଦା ନ କରିବାକୁ, କାହାରି ବିରୋଧୀ ନ ହେବାକୁ, ମୃଦୁଶୀଳ ହେବାକୁ ପୁଣି, ସମସ୍ତ ଲୋକଙ୍କ ପ୍ରତି ସର୍ବପ୍ରକାରେ କୋମଳ ଭାବ ଦେଖଇବାକୁ ସେମାନଙ୍କୁ ସ୍ମରଣ କରାଅ ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 3 (IRVOR)
କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 4 (IRVOR)
କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା,
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 5 (IRVOR)
ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 6 (IRVOR)
ସେହି ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ପ୍ରଚୁର ରୂପେ ଆମ୍ଭମାନଙ୍କ ଉପରେ ଦେଲେ,
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 7 (IRVOR)
ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 8 (IRVOR)
ଏହି କଥା ବିଶ୍ଵାସ୍ୟ, ଆଉ ଯେପରି ଈଶ୍ୱରଙ୍କଠାରେ ବିଶ୍ୱାସକାରୀମାନେ ସମସ୍ତ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥି ନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା । ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 9 (IRVOR)
କିନ୍ତୁ ବିତଣ୍ଡା ବାଦାନୁବାଦ, ବିରୋଧ ଓ ମୋଶାଙ୍କ ବ୍ୟବସ୍ଥା ବିଷୟକ ବାଗଯୁଦ୍ଧରୁ ଅନ୍ତର ହୁଅ, କାରଣ ଏହି ସବୁ କ୍ଷତିଜନକ ଓ ଅସାର ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 10 (IRVOR)
ଯେଉଁ ଲୋକମାନେ ଭ୍ରାନ୍ତ ମତାବଲମ୍ବୀ, ତାହାକୁ ଥରେ, ଦୁଇ ଥର ଅନୁଯୋଗ କଲା ଉତ୍ତାରେ ତାହାଠାରୁ ପୃଥକ୍ ରୁହ;
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 11 (IRVOR)
ଏହିପରି ଲୋକ ଯେ ପଥଭ୍ରଷ୍ଟ ହୋଇଅଛି ଓ ପାପ କରି ଆପଣାକୁ ଆପେ ଦୋଷୀ କରେ, ଏହା ତ ତୁମ୍ଭେ ଜାଣ ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 12 (IRVOR)
ଶେଷ ପରାମର୍ଶ ଓ ସମ୍ଭାଷଣ ଯେତେବେଳେ ମୁଁ ତୁମ୍ଭ ନିକଟକୁ ଆର୍ତ୍ତେମା କିମ୍ବା ତୁଖିକକୁ ପଠାଇବି, ସେତେବେଳେ ନୀକପଲିରେ ମୋ ପାଖକୁ ଆସିବା ପାଇଁ ଉଦ୍ୟମ କର, କାରଣ ସେଠାରେ ଶୀତକାଳ କ୍ଷେପଣ କରିବାକୁ ମୁଁ ସ୍ଥିର କରିଅଛି ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 13 (IRVOR)
ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଜୀନା ଓ ଆପଲ୍ଲଙ୍କୁ ଯତ୍ନ ପୂର୍ବକ ବାଟ ବଳାଇଦିଅ, ଯେପରି ସେମାନଙ୍କର କୌଣସି ଅଭାବ ନ ହୁଏ ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 14 (IRVOR)
ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 15 (IRVOR)
ମୋ ସଙ୍ଗରେ ଥିବା ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି । ବିଶ୍ଵାସ ସମ୍ବନ୍ଧରେ ଯେଉଁମାନେ ଆମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ନମସ୍କାର ଜଣାଅ । ତୁମ୍ଭ ସମସ୍ତଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ ।
❮
❯
1
2
3
4
5
6
7
8
9
10
11
12
13
14
15