ଯିଖରିୟ 1 : 1 (IRVOR)
ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ଆହ୍ୱାନ ଦାରୀୟାବସର ରାଜତ୍ଵର ଦ୍ୱିତୀୟ ବର୍ଷର ଅଷ୍ଟମ ମାସରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
ଯିଖରିୟ 1 : 2 (IRVOR)
ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କ ପ୍ରତି ଅତିଶୟ ବିରକ୍ତ ହୋଇଥିଲେ।
ଯିଖରିୟ 1 : 3 (IRVOR)
ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଆମ୍ଭ ପ୍ରତି ଫେର,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। “ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
ଯିଖରିୟ 1 : 4 (IRVOR)
ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍ବକ୍ତାମାନେ ଉଚ୍ଚୈଃସ୍ୱରରେ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର। ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ,’ ” ଏହା ସଦାପ୍ରଭୁ କହନ୍ତି।
ଯିଖରିୟ 1 : 5 (IRVOR)
“ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ଏମାନେ କେଉଁଠାରେ ? ଓ ଭବିଷ୍ୟଦ୍ବକ୍ତାମାନେ, ଏମାନେ କି ଚିରକାଳ ବଞ୍ଚନ୍ତି ?”
ଯିଖରିୟ 1 : 6 (IRVOR)
ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”
ଯିଖରିୟ 1 : 7 (IRVOR)
ଭାବବାଦୀଙ୍କ ଦର୍ଶନ - ଅଶ୍ୱ ଓ ଅଶ୍ୱାରୋହୀ ଦାରୀୟାବସର ଦ୍ୱିତୀୟ ବର୍ଷ ଏଗାରତମ ମାସର, ଅର୍ଥାତ୍, ଶବାଟ ମାସର ଚବିଶତମ ଦିନରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
ଯିଖରିୟ 1 : 8 (IRVOR)
ମୁଁ ରାତ୍ରିକାଳରେ ଦେଖିଲି, ଆଉ ଦେଖ, ରକ୍ତବର୍ଣ୍ଣ ଅଶ୍ୱାରୋହୀ ଏକ ପୁରୁଷ ଓ ସେ ନିମ୍ନ ଭୂମିସ୍ଥ ମେହେନ୍ଦି ବୃକ୍ଷମାନର ମଧ୍ୟରେ ଠିଆ ହେଲେ; ଆଉ, ତାଙ୍କ ପଛରେ ରକ୍ତବର୍ଣ୍ଣ, ପାଣ୍ଡୁରବର୍ଣ୍ଣ ଓ ଶୁକ୍ଳବର୍ଣ୍ଣ ଅଶ୍ୱଗଣ ଥିଲେ।
ଯିଖରିୟ 1 : 9 (IRVOR)
ଏଥିରେ ମୁଁ କହିଲି, “ହେ ମହାଶୟ, ଏସବୁ କଅଣ ?” ତହିଁରେ ମୋ’ ସଙ୍ଗରେ କଥା କହୁଥିବା ଦୂତ ମୋତେ କହିଲେ, “ଏସବୁ କଅଣ, ଏହା ଆମ୍ଭେ ତୁମ୍ଭଙ୍କୁ ଜଣାଇବା।”
ଯିଖରିୟ 1 : 10 (IRVOR)
ଏଥିରେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ପୁରୁଷ ଉତ୍ତର କରି କହିଲେ, “ପୃଥିବୀରେ ଏଣେତେଣେ ଗମନାଗମନ କରିବା ପାଇଁ ସଦାପ୍ରଭୁ ଏମାନଙ୍କୁ ପଠାଇ ଅଛନ୍ତି।”
ଯିଖରିୟ 1 : 11 (IRVOR)
ସେତେବେଳେ ସେମାନେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ସଦାପ୍ରଭୁଙ୍କ ଦୂତକୁ ଉତ୍ତର କରି କହିଲେ, “ଆମ୍ଭେମାନେ ପୃଥିବୀର ଏଣେତେଣେ ଗମନାଗମନ କରିଅଛୁ, ଆଉ ଦେଖ, ସମୁଦାୟ ପୃଥିବୀ ସୁସ୍ଥିର ହୋଇ ବସିଅଛି ଓ ବିଶ୍ରାମରେ ଅଛି।”
ଯିଖରିୟ 1 : 12 (IRVOR)
ତହିଁରେ ସଦାପ୍ରଭୁଙ୍କ ଦୂତ ଉତ୍ତର କରି କହିଲେ, “ହେ ସୈନ୍ୟାଧିପତି ସଦାପ୍ରଭୁ, ଏହି ସତୁରି ବର୍ଷସାରା ତୁମ୍ଭେ ଯେଉଁମାନଙ୍କ ଉପରେ ବିରକ୍ତ ହୋଇ ଆସିଅଛ, ସେହି ଯିରୂଶାଲମ ଓ ଯିହୁଦାର ନଗରସମୂହ ପ୍ରତି ଆଉ କେତେ ସମୟ ଦୟା କରିବ ନାହିଁ ?”
ଯିଖରିୟ 1 : 13 (IRVOR)
ପୁଣି, ମୋ’ ସହିତ କଥା କହୁଥିବା ଦୂତକୁ ସଦାପ୍ରଭୁ ଉତ୍ତର କରି ମଙ୍ଗଳ କଥା ଓ ନାନା ସାନ୍ତ୍ୱନାଦାୟକ କଥା କହିଲେ।
ଯିଖରିୟ 1 : 14 (IRVOR)
ତହିଁରେ ମୋ’ ସଙ୍ଗେ କଥା କହୁଥିବା ଦୂତ ମୋତେ କହିଲେ, “ତୁମ୍ଭେ ଘୋଷଣା କରି କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଆମ୍ଭେ ଯିରୂଶାଲମ ଓ ସିୟୋନ ପକ୍ଷରେ ମହା ଈର୍ଷାରେ ଈର୍ଷାନ୍ୱିତ ଅଛୁ।’ ”
ଯିଖରିୟ 1 : 15 (IRVOR)
ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟନ୍ତ ବିରକ୍ତ ଅଟୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶକୁ ବୃଦ୍ଧି କଲେ।
ଯିଖରିୟ 1 : 16 (IRVOR)
ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିବୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ୱାରା ମପା ହେବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
ଯିଖରିୟ 1 : 17 (IRVOR)
ଆହୁରି ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସମୃଦ୍ଧି ହେତୁ ଆମ୍ଭର ନଗରସକଳ ଚତୁର୍ଦ୍ଦିଗରେ ପୁନର୍ବାର ବିସ୍ତୀର୍ଣ୍ଣ ହେବ; ସଦାପ୍ରଭୁ ପୁନର୍ବାର ସିୟୋନକୁ ସାନ୍ତ୍ୱନା କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।”
ଯିଖରିୟ 1 : 18 (IRVOR)
ଚାରି ଶୃଙ୍ଗ ଓ କମାରର ଦର୍ଶନ ଏଥିଉତ୍ତାରେ ମୁଁ ଚକ୍ଷୁ ଖୋଲି ଅନାଇଲି, ଆଉ ଚାରି ଶୃଙ୍ଗ ଦେଖଲି।
ଯିଖରିୟ 1 : 19 (IRVOR)
ତହିଁରେ ମୋ’ ସଙ୍ଗେ କଥା କହୁଥିବା ଦୂତଙ୍କୁ ମୁଁ କହିଲି, “ଏହିସବୁ କଅଣ ?” ତହୁଁ ସେ ମୋତେ ଉତ୍ତର କଲେ, “ଏହିସବୁ ଶୃଙ୍ଗ ଯିହୁଦା, ଇସ୍ରାଏଲ ଓ ଯିରୂଶାଲମକୁ ଛିନ୍ନଭିନ୍ନ କରିଅଛନ୍ତି।”
ଯିଖରିୟ 1 : 20 (IRVOR)
ପୁଣି, ସଦାପ୍ରଭୁ ମୋତେ ଚାରି ଜଣ କମାର ଦେଖାଇଲେ।
ଯିଖରିୟ 1 : 21 (IRVOR)
ତେବେ ମୁଁ କହିଲି, “ଏମାନେ କଅଣ କରିବା ପାଇଁ ଆସିଅଛନ୍ତି ?” ତହିଁରେ ସେ କହିଲେ, “ସେହି ଶୃଙ୍ଗସକଳ ଯିହୁଦାକୁ ଏପରି ଛିନ୍ନଭିନ୍ନ କଲେ ଯେ, କୌଣସି ମନୁଷ୍ୟ ଆପଣା ମସ୍ତକ ଉଠାଇ ପାରିଲା ନାହିଁ; ମାତ୍ର ଯେଉଁ ଗୋଷ୍ଠୀଗଣ ଯିହୁଦା ଦେଶକୁ ଛିନ୍ନଭିନ୍ନ କରିବା ପାଇଁ ତାହା ବିରୁଦ୍ଧରେ ଆପଣା ଆପଣା ଶୃଙ୍ଗ ଉଠାଇଲେ, ସେମାନଙ୍କୁ ଭୟ ଦେଖାଇବା ପାଇଁ ଓ ସେମାନଙ୍କର ଶୃଙ୍ଗ ଭାଙ୍ଗି ପକାଇବା ପାଇଁ ଏମାନେ ଆସିଅଛନ୍ତି।”
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21