ଯିଖରିୟ 2 : 1 (IRVOR)
ଦର୍ଶନ - ପରିମାପକ ରଜ୍ଜୁ ଏଥିଉତ୍ତାରେ ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ, ଆପଣା ହସ୍ତରେ ପରିମାପକ ରଜ୍ଜୁଧାରୀ ଏକ ପୁରୁଷକୁ ଦେଖିଲି।
ଯିଖରିୟ 2 : 2 (IRVOR)
ତେବେ ମୁଁ କହିଲି, “ଆପଣ କେଉଁଠାକୁ ଯାଉଅଛନ୍ତି ?” ତହୁଁ ସେ ମୋତେ କହିଲେ, “ଯିରୂଶାଲମକୁ ମାପିବା ପାଇଁ, ତହିଁର ଓସାର କେତେ ଓ ତହିଁର ଲମ୍ବା କେତେ, ଏହା ଦେଖିବା ପାଇଁ ଯାଉଅଛୁ।”
ଯିଖରିୟ 2 : 3 (IRVOR)
ଆଉ ଦେଖ, ମୋ’ ସଙ୍ଗେ କଥା କହୁଥିବା ଦୂତ ବାହାର ହେଲେ ଓ ଆଉ ଜଣେ ଦୂତ ତାଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ବାହାରିଲେ,
ଯିଖରିୟ 2 : 4 (IRVOR)
ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବାଲୋକକୁ କୁହ ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି-ସ୍ଥାନ ହେବ।”
ଯିଖରିୟ 2 : 5 (IRVOR)
କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀରସ୍ୱରୂପ ହେବା ଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମାସ୍ୱରୂପ ହେବା।”
ଯିଖରିୟ 2 : 6 (IRVOR)
“ଆହେ, ଆହେ, ଉତ୍ତର ଦେଶରୁ ପଳାଅ,” ଏହା ସଦାପ୍ରଭୁ କହନ୍ତି। “କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ,” ଏହା ସଦାପ୍ରଭୁ କହନ୍ତି।
ଯିଖରିୟ 2 : 7 (IRVOR)
ହେ ବାବିଲର କନ୍ୟା ସହିତ ବାସକାରିଣୀ ସିୟୋନ, ତୁମ୍ଭେ ରକ୍ଷାର୍ଥେ ପଳାଅ।”
ଯିଖରିୟ 2 : 8 (IRVOR)
କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି “ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ମୋ’ର* ମୋ’ର କିମ୍ବା ତାହାଙ୍କ ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ।”
ଯିଖରିୟ 2 : 9 (IRVOR)
ଦେଖ, ମୁଁ ସେମାନଙ୍କ ଉପରେ ଆପଣା ହସ୍ତ ହଲାଇବି, ତହିଁରେ ସେମାନେ ଆପଣା ସେବାକାରୀଗଣର ଲୁଟିତ ବସ୍ତୁ ସ୍ୱରୂପ ହେବେ ଆଉ, ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ।
ଯିଖରିୟ 2 : 10 (IRVOR)
“ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଲାସ କର କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା,” ଏହା ସଦାପ୍ରଭୁ କହନ୍ତି।
ଯିଖରିୟ 2 : 11 (IRVOR)
“ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ,” ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।
ଯିଖରିୟ 2 : 12 (IRVOR)
ଆଉ, ସଦାପ୍ରଭୁ ପବିତ୍ର ଦେଶରେ ଯିହୁଦାକୁ ଆପଣା ଅଂଶ ରୂପେ ଅଧିକାର କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।
ଯିଖରିୟ 2 : 13 (IRVOR)
ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।
❮
❯
1
2
3
4
5
6
7
8
9
10
11
12
13