ଯିଖରିୟ 4 : 1 (IRVOR)
ଦର୍ଶନ - ସୁବର୍ଣ୍ଣମୟ ଦୀପବୃକ୍ଷ ଏଉତ୍ତାରେ ଯେଉଁ ଦୂତ ମୋ’ ସଙ୍ଗରେ କଥା କହୁଥିଲେ, ସେ ଆସି ମୋତେ ନିଦ୍ରାରୁ ଉଠିଥିବା ମନୁଷ୍ୟ ପରି ଜଗାଇଲେ।
ଯିଖରିୟ 4 : 2 (IRVOR)
ପୁଣି, ସେ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତଟି ନଳ ଅଛି।
ଯିଖରିୟ 4 : 3 (IRVOR)
ଆଉ, ତହିଁର ନିକଟରେ ଦୁଇ ଜୀତବୃକ୍ଷ ଅଛି, ପୁଣି ଗୋଟିଏ ତୈଳାଧାରର ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଗୋଟିଏ ତହିଁର ବାମ ପାର୍ଶ୍ୱରେ।”
ଯିଖରିୟ 4 : 4 (IRVOR)
ତହିଁରେ ଯେଉଁ ଦୂତ ମୋ’ ସଙ୍ଗରେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁର ଅର୍ଥ କ’ଣ ?”
ଯିଖରିୟ 4 : 5 (IRVOR)
ସେତେବେଳେ ଯେଉଁ ଦୂତ ମୋ’ ସଙ୍ଗରେ କଥା କହୁଥିଲେ, ସେ ମୋତେ ଉତ୍ତର କରି କହିଲେ, “ଏସବୁର ଅର୍ଥ କଅଣ, ତାହା କି ତୁମ୍ଭେ ଜାଣି ନାହଁ ?” ପୁଣି, ତହିଁରେ ମୁଁ କହିଲି, “ହେ ମହାଶୟ, ଜାଣି ନାହିଁ।”
ଯିଖରିୟ 4 : 6 (IRVOR)
ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”
ଯିଖରିୟ 4 : 7 (IRVOR)
“ହେ ବୃହତ ପର୍ବତ, ତୁମ୍ଭେ କିଏ ଯିରୁବ୍ବାବିଲ୍ଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ୱନି କରି ସେ ମସ୍ତକ ସ୍ୱରୂପ ପ୍ରସ୍ତର ବାହାର କରି ଆଣିବ ?”
ଯିଖରିୟ 4 : 8 (IRVOR)
ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,
ଯିଖରିୟ 4 : 9 (IRVOR)
“ଯିରୁବ୍ବାବିଲ୍ଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।”
ଯିଖରିୟ 4 : 10 (IRVOR)
କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି ? ଯେଣୁ ସେମାନେ, ଅର୍ଥାତ୍, ସମୁଦାୟ ପୃଥିବୀର ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲ୍ଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।
ଯିଖରିୟ 4 : 11 (IRVOR)
ତେବେ ମୁଁ ଉତ୍ତର କରି ତାଙ୍କୁ କହିଲି, “ଦୀପବୃକ୍ଷର ଦକ୍ଷିଣ ପାର୍ଶ୍ୱରେ ଓ ତହିଁର ବାମ ପାର୍ଶ୍ୱରେ ସ୍ଥିତ ଏହି ଦୁଇ ଜୀତବୃକ୍ଷ କ’ଣ ?”
ଯିଖରିୟ 4 : 12 (IRVOR)
ପୁଣି, ମୁଁ ଦ୍ୱିତୀୟ ଥର ତାଙ୍କୁ ଉତ୍ତର କରି କହିଲି, “ସୁବର୍ଣ୍ଣମୟ ଯେଉଁ ଦୁଇ ନଳ ଆପଣା ଆପଣା ମଧ୍ୟରୁ ସୁବର୍ଣ୍ଣମୟ ତୈଳ ନିର୍ଗତ କରେ, ତହିଁର ପାର୍ଶ୍ୱରେ ଜୀତବୃକ୍ଷର ଯେଉଁ ଦୁଇ ଶାଖା ଅଛି, ତାହା କ’ଣ ?”
ଯିଖରିୟ 4 : 13 (IRVOR)
ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏସବୁ କଅଣ, ଏହା କି ତୁମ୍ଭେ ଜାଣ ନାହିଁ ?” ତହୁଁ ମୁଁ କହିଲି, “ହେ ମହାଶୟ, ଜାଣେ ନାହିଁ।”
ଯିଖରିୟ 4 : 14 (IRVOR)
ତେବେ ସେ କହିଲେ, “ଏମାନେ ସମୁଦାୟ ଭୂମଣ୍ଡଳର ପ୍ରଭୁଙ୍କ ଛାମୁରେ ଠିଆ ହେବାର ଦୁଇ ତୈଳ ପୁତ୍ର ଅଟନ୍ତି।”
❮
❯
1
2
3
4
5
6
7
8
9
10
11
12
13
14