ଯିଖରିୟ 5 : 1 (IRVOR)
ଦର୍ଶନ - ଉଡ଼ନ୍ତା ନଳାକାର ପୁସ୍ତକ ଏଉତ୍ତାରେ ମୁଁ ପୁନର୍ବାର ଉର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଉଡ଼ନ୍ତା ଏକ ନଳାକାର ପୁସ୍ତକ।
ଯିଖରିୟ 5 : 2 (IRVOR)
ପୁଣି, ଦୂତ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ ଉତ୍ତର କଲି, “ମୁଁ ଉଡ଼ନ୍ତା ନଳାକାର ଏକ ପୁସ୍ତକ ଦେଖୁଅଛି ତହିଁର ଲମ୍ବା କୋଡ଼ିଏ ହାତ ଓ ଓସାର ଦଶ ହାତ।”
ଯିଖରିୟ 5 : 3 (IRVOR)
ତେବେ ସେ ମୋତେ କହିଲେ, “ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ।”
ଯିଖରିୟ 5 : 4 (IRVOR)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାକୁ ବାହାର କରାଇ ଆଣିବା, ଆଉ ତାହା ଚୋରର ଗୃହରେ ଓ ଯେ ଆମ୍ଭ ନାମରେ ମିଥ୍ୟା ଶପଥ କରେ, ତାହାର ଗୃହରେ ପ୍ରବେଶ କରିବ; ପୁଣି, ତାହାର ଗୃହ ମଧ୍ୟରେ ରହି କାଷ୍ଠ ଓ ପଥର ଗ୍ରାସ କରିବ।”
ଯିଖରିୟ 5 : 5 (IRVOR)
ଦର୍ଶନ - ଐଫା ପାତ୍ର ମଧ୍ୟରେ ସ୍ତ୍ରୀ ଏଉତ୍ତାରେ ମୋ’ ସଙ୍ଗେ ଯେଉଁ ଦୂତ କଥା କହୁଥିଲେ, ସେ ବାହାରେ ଆସି ମୋତେ କହିଲେ, “ଏବେ ତୁମ୍ଭେ ଉର୍ଦ୍ଧ୍ୱକୁ ଦୃଷ୍ଟି କର, ଏହି ଯାହା ଅାସୁଅଛି, ତାହା କଅଣ ?”
ଯିଖରିୟ 5 : 6 (IRVOR)
ତହିଁରେ ମୁଁ କହିଲି, “ଏ କଅଣ ?” ତହୁଁ ସେ କହିଲେ, “ଏହା ଐଫା (ଚାଳିଶ ଲିଟର)-ପାତ୍ର, ଯାହା ଆସୁଅଛି,” ସେ ଆହୁରି କହିଲେ, “ଏହା ସମୁଦାୟ ଦେଶସ୍ଥ ଲୋକଙ୍କର ପାପ ଅଟେ।”
ଯିଖରିୟ 5 : 7 (IRVOR)
ଆଉ ଦେଖ, ପାତ୍ରର ଠିପି ଉପରକୁ ଉଠାଗଲା ଆଉ, ସେହି ପାତ୍ର ମଧ୍ୟରେ ଏକ ସ୍ତ୍ରୀ ବସିଅଛି।
ଯିଖରିୟ 5 : 8 (IRVOR)
ପୁଣି, ସେ ମୋତେ କହିଲେ, “ଏହା ଦୁଷ୍ଟତା !” ଆଉ, ସେ ସେହି ସ୍ତ୍ରୀକୁ ପାତ୍ର ମଧ୍ୟରେ ପକାଇ ଦେଲେ ଓ ତହିଁର ମୁହଁକୁ ବନ୍ଦ କରି ଦେଲେ।
ଯିଖରିୟ 5 : 9 (IRVOR)
ସେତେବେଳେ ମୁଁ ଉର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ସ୍ତ୍ରୀ ବାହାରି ଆସିଲେ, ଆଉ ସେମାନଙ୍କ ପକ୍ଷପୁଟରେ ବାୟୁ ଥିଲା; ସେମାନଙ୍କର ପକ୍ଷ ଚରଳର ପକ୍ଷ ପରି ଥିଲା, ପୁଣି ସେମାନେ ପୃଥିବୀ ଓ ଆକାଶ ମଧ୍ୟରେ ସେ ପାତ୍ରକୁ ଉଠାଇଲେ।
ଯିଖରିୟ 5 : 10 (IRVOR)
ତହିଁରେ ଯେଉଁ ଦୂତ ମୋ’ ସହିତ କଥା କହୁଥିଲେ, ମୁଁ ତାଙ୍କୁ କହିଲି, “ଏମାନେ କେଉଁ ସ୍ଥାନକୁ ପାତ୍ର ବହି ନେଉଅଛନ୍ତି ?”
ଯିଖରିୟ 5 : 11 (IRVOR)
ଏଥିରେ ସେ ମୋତେ କହିଲେ, “ଶିନୀୟର* ଶିନୀୟର ଅର୍ଥାତ୍ ବାବିଲ ଦେଶରେ ସେହି ପାତ୍ର ପାଇଁ ଏକ ମନ୍ଦିର ନିର୍ମାଣ କରିବାକୁ; ପୁଣି, ତାହା ପ୍ରସ୍ତୁତ ହେଲେ ସେଠାରେ ସେହି ପାତ୍ର ଆପଣା ସ୍ଥାନରେ ସ୍ଥାପନ କରାଯିବ।”

1 2 3 4 5 6 7 8 9 10 11