ସିଫନିୟ 2 : 1 (IRVOR)
ଯିହୁଦାର ଶତ୍ରୁମାନଙ୍କ ପ୍ରତି ବିଚାର ହେ ଲଜ୍ଜାହୀନ ଗୋଷ୍ଠୀ, ତୁମ୍ଭେମାନେ ଏକତ୍ର ହୁଅ, ହଁ, ଏକତ୍ର ହୁଅ;
ସିଫନିୟ 2 : 2 (IRVOR)
ଆଜ୍ଞା ସଫଳ ହେବା ପୂର୍ବେ, ଦିନ ତୁଷ ପରି ଉଡ଼ିଯିବା ପୂର୍ବେ, ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ, ସଦାପ୍ରଭୁଙ୍କ କ୍ରୋଧର ଦିନ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ ଏକତ୍ର ହୁଅ।
ସିଫନିୟ 2 : 3 (IRVOR)
ହେ ଦେଶସ୍ଥ ନମ୍ର ଲୋକମାନେ, ତାହାଙ୍କର ଶାସନ ପାଳନ କରିଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କର ଅନ୍ଵେଷଣ କର, ଧର୍ମର ଅନ୍ଵେଷଣ କର, ନମ୍ରତାର ଅନ୍ଵେଷଣ କର; ହୋଇପାରେ, ସଦାପ୍ରଭୁଙ୍କ କ୍ରୋଧର ଦିନରେ ତୁମ୍ଭେମାନେ ଗୁପ୍ତ ସ୍ଥାନରେ ରଖାଯିବ।
ସିଫନିୟ 2 : 4 (IRVOR)
କାରଣ ଘସା ସହର ପରିତ୍ୟକ୍ତ ଓ ଅସ୍କିଲୋନ ସହର ଧ୍ୱଂସସ୍ଥାନ ହେବ ! ଅସ୍ଦୋଦ ସହର ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ସହର ମୂଳ ଉତ୍ପାଟିତ ହେବ।
ସିଫନିୟ 2 : 5 (IRVOR)
ସମୁଦ୍ର କୂଳ ନିବାସୀଗଣ, କରେଥୀୟ ଗୋଷ୍ଠୀ ସନ୍ତାପର ପାତ୍ର। ହେ ପଲେଷ୍ଟୀୟମାନଙ୍କର ଦେଶ କିଣାନ, ତୁମ୍ଭମାନଙ୍କର ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ଅଛି; ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ତହିଁରେ ତୁମ୍ଭ ମଧ୍ୟରେ ନିବାସୀ କେହି ରହିବ ନାହିଁ।
ସିଫନିୟ 2 : 6 (IRVOR)
ପୁଣି, ସମୁଦ୍ର କୂଳ ଚରା ସ୍ଥାନ, ମେଷପାଳକମାନଙ୍କର କୁଟୀର ଓ ମେଷପଲର ଖୁଆଡ଼ ହେବ।
ସିଫନିୟ 2 : 7 (IRVOR)
ଆଉ, ସେହି ସମୁଦ୍ର କୂଳ ଯିହୁଦା ବଂଶର ଅବଶିଷ୍ଟାଂଶ ପାଇଁ ହେବ; ସେମାନେ ସେହି ସ୍ଥାନରେ ଆପଣା ଆପଣା ମେଷପଲ ଚରାଇବେ; ସନ୍ଧ୍ୟାକାଳରେ ସେମାନେ ଅସ୍କିଲୋନସ୍ଥିତ ନାନା ଗୃହରେ ଶୟନ କରିବେ; କାରଣ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ସେମାନଙ୍କର ତତ୍ତ୍ୱାବଧାନ କରିବେ ଓ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବେ।
ସିଫନିୟ 2 : 8 (IRVOR)
ମୋୟାବର ଧିକ୍କାର ଓ ଅମ୍ମୋନ-ସନ୍ତାନଗଣ ଯେଉଁ ତିରସ୍କାର ବାକ୍ୟରେ ଆମ୍ଭର ଲୋକମାନଙ୍କୁ ଧିକ୍କାର କରିଅଛନ୍ତି ଓ ସେମାନଙ୍କ ସୀମାର ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।
ସିଫନିୟ 2 : 9 (IRVOR)
ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ମୋୟାବ ସଦୋମର ତୁଲ୍ୟ ଓ ଅମ୍ମୋନ-ସନ୍ତାନଗଣ ହମୋରାର ତୁଲ୍ୟ, ବିଛୁଆତି ଗଛର ଆଶ୍ରୟ ଓ ଲବଣର ଆକର ଓ ଚିରକାଳ ଧ୍ୱଂସସ୍ଥାନ ହେବ; ଆମ୍ଭ ଲୋକମାନଙ୍କର ଶେଷାଂଶ ସେମାନଙ୍କୁ ଲୁଟିବେ ଓ ଆମ୍ଭ ଗୋଷ୍ଠୀର ଅବଶିଷ୍ଟାଂଶ ସେମାନଙ୍କୁ ଅଧିକାର କରିବେ।
ସିଫନିୟ 2 : 10 (IRVOR)
ସେମାନେ ଆପଣାମାନଙ୍କର ଅହଙ୍କାର ସକାଶୁ ଏହିରୂପ ପ୍ରତିଫଳ ପାଇବେ, କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଲୋକମାନଙ୍କୁ ଧିକ୍କାର କରି ସେମାନଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି।
ସିଫନିୟ 2 : 11 (IRVOR)
ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଆପଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ।
ସିଫନିୟ 2 : 12 (IRVOR)
ହେ କୂଶୀୟ ଲୋକ, ତୁମ୍ଭେମାନେ ମଧ୍ୟ ଆମ୍ଭ ଖଡ୍ଗ ଦ୍ୱାରା ହତ ହେବ।
ସିଫନିୟ 2 : 13 (IRVOR)
ପୁଣି, ସେ ଉତ୍ତର ଦିଗର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବେ ଓ ଅଶୂର ଦେଶକୁ ବିନଷ୍ଟ କରିବେ। ଆଉ, ସେ ନୀନିବୀ ସହରକୁ ଧ୍ୱଂସସ୍ଥାନ ଓ ପ୍ରାନ୍ତର ପରି ଶୁଷ୍କ କରିବେ।
ସିଫନିୟ 2 : 14 (IRVOR)
ଆଉ, ତହିଁ ମଧ୍ୟରେ ପଶୁପଲ ଓ ଗୋଷ୍ଠୀଗଣର ଯାବତୀୟ ପଶୁ ଶୟନ କରିବେ; ପାଣିଭେଳା ପକ୍ଷୀ ଓ ଝିଙ୍କ ଜନ୍ତୁ ତହିଁର ସ୍ତମ୍ଭମାନର ମଥାଣି ଉପରେ ରାତ୍ରି କ୍ଷେପଣ କରିବେ; ଝରକାରେ ସେମାନଙ୍କ ରବ ଶୁଣାଯିବ; ଚୌକାଠର ଉପରେ ଉଚ୍ଛିନ୍ନତା ରହିବ; କାରଣ ସେ ତାହାର ଏରସ କାଷ୍ଠର କର୍ମ ଅନାବୃତ କରିଅଛନ୍ତି।
ସିଫନିୟ 2 : 15 (IRVOR)
ଯେଉଁ ନଗରୀ ନିଶ୍ଚିନ୍ତ ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋ’ ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ୱଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି ! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍ ଶବ୍ଦ କରି ଆପଣା ହାତ ହଲାଇବ।
❮
❯
1
2
3
4
5
6
7
8
9
10
11
12
13
14
15