ପ୍ରଥମ ବଂଶାବଳୀ 18 : 1 (ORV)
ଅନନ୍ତର ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ; ଆଉ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଓ ତହିଁର ଉପନଗରସକଳ ହରଣ କଲେ ।
ପ୍ରଥମ ବଂଶାବଳୀ 18 : 2 (ORV)
ତହିଁ ଉତ୍ତାରେ ସେ ମୋୟାବୀୟମାନଙ୍କୁ ପରାସ୍ତ କଲେ; ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ ।
ପ୍ରଥମ ବଂଶାବଳୀ 18 : 3 (ORV)
ଆହୁରି ସୋବାର ରାଜା ହଦରେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ସ୍ଥାପନ କରିବାକୁ ଯିବା ସମୟରେ ଦାଉଦ ତାହାକୁ ହମାତ୍ ପର୍ଯ୍ୟନ୍ତ ପରାସ୍ତ କଲେ ।
ପ୍ରଥମ ବଂଶାବଳୀ 18 : 4 (ORV)
ପୁଣି ଦାଉଦ ତାହାଠାରୁ ଏକ ସହସ୍ର ରଥ ଓ ସାତ ସହସ୍ର ଅଶ୍ଵାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ଵସମସ୍ତର ଗୋଡ଼ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ଵ ରଖିଲେ;
ପ୍ରଥମ ବଂଶାବଳୀ 18 : 5 (ORV)
ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ରାଜା ହଦରେଷରକୁ ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟ-ମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ ।
ପ୍ରଥମ ବଂଶାବଳୀ 18 : 6 (ORV)
ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ । ଏହି ପ୍ରକାରେ ଦାଉଦ ଯେଉଁ ଆଡ଼େ ଗଲେ; ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ ।
ପ୍ରଥମ ବଂଶାବଳୀ 18 : 7 (ORV)
ଆଉ ଦାଉଦ ହଦରେଷରର ଦାସମାନଙ୍କ ସୁବର୍ଣ୍ଣ ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ ।
ପ୍ରଥମ ବଂଶାବଳୀ 18 : 8 (ORV)
ପୁଣି ଦାଉଦ ହଦରେଷରର ଅଧିକାରସ୍ଥ ଟିଭତ୍ ଓ କୂନ୍ ନଗରରୁ ବିସ୍ତର ପିତ୍ତଳ ଆଣିଲେ, ତଦ୍ଦ୍ଵାରା ଶଲୋମନ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଓ ଦୁଇ ସ୍ତମ୍ଭ ଓ ପିତ୍ତଳମୟ ପାତ୍ରସକଳ ନିର୍ମାଣ କଲେ ।
ପ୍ରଥମ ବଂଶାବଳୀ 18 : 9 (ORV)
ଅନନ୍ତର ଦାଉଦ ସୋବାର ରାଜା ହଦରେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତ୍ର ରାଜା ତୟି ଶୁଣନ୍ତେ,
ପ୍ରଥମ ବଂଶାବଳୀ 18 : 10 (ORV)
ଦାଉଦ ରାଜାଙ୍କର ମଙ୍ଗଳବାର୍ତ୍ତା ପଚାରିବା ପାଇଁ ଓ ହଦରେଷରର ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ପରାସ୍ତ କରିବା ସକାଶୁ ତାଙ୍କର ଧନ୍ୟବାଦ କରିବା ପାଇଁ ସେ ଆପଣା ପୁତ୍ର ହଦୋରାମକୁ ତାଙ୍କ କତିକି ପଠାଇଲା; ଯେହେତୁ ହଦରେଷରର ତୟି ସଙ୍ଗେ ଯୁଦ୍ଧ ଥିଲା; ଆଉ ହଦୋରାମ ସହିତ ସୁନା ଓ ରୂପା ଓ ପିତ୍ତଳର ସର୍ବପ୍ରକାର ପାତ୍ର ଥିଲା ।
ପ୍ରଥମ ବଂଶାବଳୀ 18 : 11 (ORV)
ଦାଉଦ ରାଜା ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟଗଣ ଓ ଅମାଲେକ ପ୍ରଭୃତି ସମସ୍ତ ଗୋଷ୍ଠୀଠାରୁ ଯେଉଁ ସୁନା ଓ ରୂପା ଆଣିଥିଲେ; ତହିଁ ସଙ୍ଗେ ଏହିସବୁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ ।
ପ୍ରଥମ ବଂଶାବଳୀ 18 : 12 (ORV)
ଆହୁରି ସରୁୟାର ପୁତ୍ର ଅବୀଶୟ ଲବଣ-ଉପତ୍ୟକାରେ ଅଠର ହଜାର ଇଦୋମୀୟ ଲୋକଙ୍କୁ ବଧ କଲା ।
ପ୍ରଥମ ବଂଶାବଳୀ 18 : 13 (ORV)
ଆଉ ସେ ଇଦୋମରେ ପ୍ରହରୀ-ଦଳ ସ୍ଥାପନ କଲା; ତହିଁରେ ଇଦୋମୀୟ ସମସ୍ତ ଲୋକ ଦାଉଦଙ୍କର ଦାସ ହେଲେ । ପୁଣି ଦାଉଦ ଯେଉଁ ଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ ।
ପ୍ରଥମ ବଂଶାବଳୀ 18 : 14 (ORV)
ଏହିରୂପେ ଦାଉଦ ସମଗ୍ର ଇସ୍ରାଏଲ ଉପରେ ରାଜତ୍ଵ କଲେ ଓ ଆପଣାର ସମସ୍ତ ଲୋକଙ୍କ ପ୍ରତି ବିଚାର ଓ ନ୍ୟାୟ କଲେ ।
ପ୍ରଥମ ବଂଶାବଳୀ 18 : 15 (ORV)
ପୁଣି ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଆଉ ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ-ଲେଖକ ଥିଲା ।
ପ୍ରଥମ ବଂଶାବଳୀ 18 : 16 (ORV)
ପୁଣି ଅହୀଟୂବର ପୁତ୍ର ସାଦୋକ ଓ ଅବୀୟାଥର ପୁତ୍ର ଅହୀମେଲକ୍ ଯାଜକ ଥିଲେନ୍ତଆଉ ଶାବ୍ଶା ଲେଖକ ଥିଲା ।
ପ୍ରଥମ ବଂଶାବଳୀ 18 : 17 (ORV)
ପୁଣି ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା; ଆଉ ଦାଉଦଙ୍କର ପୁତ୍ରମାନେ ରାଜାଙ୍କର ନିକଟବର୍ତ୍ତୀ ପ୍ରଧାନ ଥିଲେ ।

1 2 3 4 5 6 7 8 9 10 11 12 13 14 15 16 17

BG:

Opacity:

Color:


Size:


Font: