କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 5 : 1 (ORV)
ପ୍ରକୃତରେ ଶୁଣାଯାଉଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବ୍ୟଭିଚାର ଅଛି, ଆଉ ଏପରି ବ୍ୟଭିଚାର, ଯାହାକି ବିଜାତିମାନଙ୍କ ମଧ୍ୟରେ ସୁଦ୍ଧା ହୁଏ ନାହିଁ, ଏପରିକି ଜଣେ ଆପଣା ପିତାର ଭାର୍ଯ୍ୟାକୁ ରଖିଅଛି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 5 : 2 (ORV)
ପୁଣି, ଯେ ଏହି କର୍ମ କରିଅଛି, ସେ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଦୂର କରାଯାଏ, ଏଥିନିମନ୍ତେ ଶୋକାର୍ତ୍ତ ନ ହୋଇ ବରଂ କି ଗର୍ବ କରୁଅଛ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 5 : 3 (ORV)
କିନ୍ତୁ ମୁଁ ଶରୀରରେ ଅନୁପସ୍ଥିତ ହେଲେ ସୁଦ୍ଧା ଆତ୍ମାରେ ଉପସ୍ଥିତ ଥାଇ, ଯେ ଏହିପ୍ରକାର କର୍ମ କରିଅଛି, ଉପସ୍ଥିତ ଥିଲା ପରି ପ୍ରଭୁଯୀଶୁଙ୍କ ନାମରେ ତାହାର ବିଚାର କରିସାରିଅଛି,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 5 : 4 (ORV)
ଅର୍ଥାତ୍, ତୁମ୍ଭେମାନେ ଓ ମୋହର ଆତ୍ମା ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଶକ୍ତି ସହକାରେ ସମବେତ ହୋଇ ଏହା ସ୍ଥିର କରିଅଛୁ ଯେ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 5 : 5 (ORV)
ଏପରି ଲୋକକୁ ଶରୀରର ବିନାଶ ନିମନ୍ତେ ଶୟତାନର ହସ୍ତରେ ସମର୍ପଣ କରିବା ଉଚିତ, ଯେପରି ପ୍ରଭୁ ଯୀଶୁଙ୍କ ଦିନରେ ତାହାର ଆତ୍ମା ରକ୍ଷା ପାଇ ପାରେ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 5 : 6 (ORV)
ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ । ତୁମ୍ଭେମାନେ କି ଜାଣ ନାହିଁ ଯେ, ଟିକିଏ ବୋଲି ଖମୀର ସମସ୍ତ ମଇଦା ପିଣ୍ତୁଳାକୁ ଖମୀରମୟ କରିଦିଏ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 5 : 7 (ORV)
ତୁମ୍ଭେମାନେ ତ ଖମୀରଶୂନ୍ୟ ଲୋକ, ଏଣୁ ଯେପରି ତୁମ୍ଭେମାନେ ନୂଆ ପିଣ୍ତୁଳା ହୋଇ ପାର, ଏଥିପାଇଁ ପୁରୁଣା ଖମୀର ବାହାର କରିପକାଅ; କାରଣ ଆମ୍ଭମାନଙ୍କ ନିସ୍ତାର ପର୍ବର ମେଷଶାବକ, ଅର୍ଥାତ୍ ଖ୍ରୀଷ୍ଟ, ମଧ୍ୟ ବଳୀକୃତ ହୋଇଅଛନ୍ତି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 5 : 8 (ORV)
ଅତଏବ ଆସ, ଆମ୍ଭେମାନେ ପୁରାତନ ଖମୀର କିଅବା ଦୁଷ୍ଟତା ଓ କୁକର୍ମରୂପ ଖମୀର ଦ୍ଵାରା ପର୍ବ ପାଳନ ନ କରି ସରଳତା ଓ ସତ୍ୟରୂପ ଖମୀରଶୂନ୍ୟ ରୋଟୀ ଦ୍ଵାରା ପର୍ବ ପାଳନ କରୁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 5 : 9 (ORV)
ବ୍ୟଭିଚାରୀମାନଙ୍କ ସହିତ ସମ୍ପର୍କ ନ ରଖିବା ପାଇଁ ମୁଁ ତୁମ୍ଭମାନଙ୍କୁ ମୋହର ପତ୍ରରେ ଲେଖିଥିଲି;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 5 : 10 (ORV)
ଏହି ଜଗତର ବ୍ୟଭିଚାରୀ କି ଧନଲୋଭୀ କି ପରଦ୍ରବ୍ୟ ଲୁଣ୍ଠନକାରୀ କି ପ୍ରତିମାପୂଜକମାନଙ୍କ ସହିତ ଯେ ଆଦୌ ସମ୍ପର୍କ ନ ରଖିବ, ତାହା ନୁହେଁ; ତାହାହେଲେ ତୁମ୍ଭମାନଙ୍କୁ ଜଗତରୁ ବାହାରିଯିବାକୁ ପଡ଼ିବ;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 5 : 11 (ORV)
କିନ୍ତୁ ମୋହର ଲେଖିବାର ଭାବ ଏହା ଥିଲା ଯେ, ଯଦି କୌଣସି ଲୋକ ଭ୍ରାତା ବୋଲି ଖ୍ୟାତ ହୋଇ ବ୍ୟଭିଚାରୀ କି ଧନଲୋଭୀ କି ପ୍ରତିମାପୂଜକ କି ନିନ୍ଦକ କି ମତୁଆଳ କି ପରଦ୍ରବ୍ୟ ଲୁଣ୍ଠନକାରୀ ହୁଏ, ତେବେ ଏପରି ଲୋକ ସହିତ ସମ୍ପର୍କ ରଖ ନାହିଁ, ପୁଣି ତାହା ସାଙ୍ଗରେ ଭୋଜନ ସୁଦ୍ଧା କର ନାହିଁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 5 : 12 (ORV)
କାରଣ ବାହାର ଲୋକମାନଙ୍କର ବିଚାର କରିବାରେ ମୋହର କଅଣ ଅଛି? ଭିତରେ ଯେଉଁମାନେ ଅଛନ୍ତି, ସେମାନଙ୍କର ବିଚାର କି ତୁମ୍ଭେମାନେ କର ନାହିଁ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 5 : 13 (ORV)
କିନ୍ତୁ ଯେଉଁମାନେ ବାହାରେ ଅଛନ୍ତି, ସେମାନଙ୍କ ବିଚାର ଈଶ୍ଵର କରିବେ । ସେହି ଦୁଷ୍ଟ ଲୋକକୁ ତୁମ୍ଭମାନଙ୍କ ମଧ୍ୟରୁ ବାହାର କରିଦିଅ ।

1 2 3 4 5 6 7 8 9 10 11 12 13

BG:

Opacity:

Color:


Size:


Font: