ପ୍ରଥମ ରାଜାବଳୀ 11 : 1 (ORV)
ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ;
ପ୍ରଥମ ରାଜାବଳୀ 11 : 2 (ORV)
ଏହି ଗୋଷ୍ଠୀୟମାନଙ୍କ ବିଷୟରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଥିଲେ, ତୁମ୍ଭେମାନେ ସେମାନଙ୍କ ମଧ୍ୟକୁ ଯିବ ନାହିଁ, କିଅବା ସେମାନେ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ ନାହିଁ; କାରଣ ସେମାନେ ନିଶ୍ଚୟ ଆପଣା ଆପଣା ଦେବଗଣ ପ୍ରତି ତୁମ୍ଭମାନଙ୍କ ମନକୁ ବିପଥଗାମୀ କରିବେ; ଶଲୋମନ ଏମାନଙ୍କ ପ୍ରତି ପ୍ରେମରେ ଆସକ୍ତ ହେଲେ ।
ପ୍ରଥମ ରାଜାବଳୀ 11 : 3 (ORV)
ଏଣୁ ତାଙ୍କର ସାତ ଶହ ରାଜପନିୀ ଓ ତିନି ଶହ ଉପପନିୀ ହେଲେ; ଆଉ ତାଙ୍କର ପନିୀମାନେ ତାଙ୍କର ମନକୁ ବିପଥଗାମୀ କଲେ ।
ପ୍ରଥମ ରାଜାବଳୀ 11 : 4 (ORV)
କାରଣ ଶଲୋମନ ବୃଦ୍ଧ ହୁଅନ୍ତେ ଏପରି ଘଟିଲା ଯେ, ତାଙ୍କର ପନିୀମାନେ ଅନ୍ୟ ଦେବଗଣ ପ୍ରତି ତାଙ୍କର ମନକୁ ବିପଥଗାମୀ କଲେ; ପୁଣି ତାଙ୍କର ପିତା ଦାଉଦଙ୍କର ଅନ୍ତଃକରଣ ପରି ତାଙ୍କର ଅନ୍ତଃକରଣ ସଦାପ୍ରଭୁ ପରମେଶ୍ଵରଙ୍କ ପ୍ରତି ସିଦ୍ଧ ନୋହିଲା ।
ପ୍ରଥମ ରାଜାବଳୀ 11 : 5 (ORV)
ମାତ୍ର ଶଲୋମନ ସୀଦୋନୀୟମାନଙ୍କ ଦେବୀ ଅଷ୍ଟାରୋତ୍ର ଓ ଅମ୍ମୋନୀୟମାନଙ୍କ ଘୃଣାଯୋଗ୍ୟ ମିଲ୍‍କମର ପଶ୍ଚାତ୍ଗାମୀ ହେଲେ ।
ପ୍ରଥମ ରାଜାବଳୀ 11 : 6 (ORV)
ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍ଗାମୀ ନୋହିଲେ ।
ପ୍ରଥମ ରାଜାବଳୀ 11 : 7 (ORV)
ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ୍ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ଘୃଣାଯୋଗ୍ୟ ମୋଲକ ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ ।
ପ୍ରଥମ ରାଜାବଳୀ 11 : 8 (ORV)
ଏହିରୂପେ ତାଙ୍କର ଯେଉଁ ବିଦେଶୀୟା ପନିୀମାନେ ଆପଣା ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲେ ଓ ବଳିଦାନ କଲେ, ସେସମସ୍ତଙ୍କ ପାଇଁ ସେ ସେପରି କଲେ ।
ପ୍ରଥମ ରାଜାବଳୀ 11 : 9 (ORV)
ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ
ପ୍ରଥମ ରାଜାବଳୀ 11 : 10 (ORV)
ଓ ସେହି ବିଷୟରେ ଆଜ୍ଞା କରି ଅନ୍ୟ ଦେବଗଣର ପଶ୍ଚାତ୍ଗାମୀ ହେବାକୁ ନିଷେଧ କରିଥିଲେ; ମାତ୍ର ସଦାପ୍ରଭୁ ଯାହା ଆଜ୍ଞା କଲେ, ତାହା ସେ ପ୍ରତିପାଳନ କଲେ ନାହିଁ ।
ପ୍ରଥମ ରାଜାବଳୀ 11 : 11 (ORV)
ଏହେତୁ ସଦାପ୍ରଭୁ ଶଲୋମନଙ୍କୁ କହିଲେ, ତୁମ୍ଭ ଦ୍ଵାରା ଏହିପରି ହେବାରୁ ଓ ଆମ୍ଭେ ତୁମ୍ଭକୁ ଆପଣାର ଯେଉଁ ନିୟମ ଓ ବିଧି ଆଜ୍ଞା କଲୁ, ତାହା ତୁମ୍ଭେ ପାଳନ ନ କରିବାରୁ ଆମ୍ଭେ ନିଶ୍ଚୟ ତୁମ୍ଭଠାରୁ ରାଜ୍ୟ ଚିରି ନେଇ ତୁମ୍ଭ ଦାସକୁ ଦେବା ।
ପ୍ରଥମ ରାଜାବଳୀ 11 : 12 (ORV)
ତଥାପି ତୁମ୍ଭ ପିତା ଦାଉଦଙ୍କ ସକାଶୁ ଆମ୍ଭେ ତୁମ୍ଭ ସମୟରେ ଏହା କରିବା ନାହିଁ; ମାତ୍ର ଆମ୍ଭେ ତୁମ୍ଭ ପୁତ୍ର ହସ୍ତରୁ ତାହା ଚିରି ନେବା ।
ପ୍ରଥମ ରାଜାବଳୀ 11 : 13 (ORV)
ତଥାପି ସମୁଦାୟ ରାଜ୍ୟ ଚିରି ନେବା ନାହିଁ; ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଆମ୍ଭର ମନୋନୀତ ଯିରୂଶାଲମ ସକାଶୁ ଆମ୍ଭେ ତୁମ୍ଭ ପୁତ୍ରକୁ ଏକ ଗୋଷ୍ଠୀ ଦେବା⇧ ।
ପ୍ରଥମ ରାଜାବଳୀ 11 : 14 (ORV)
ଅନନ୍ତର ସଦାପ୍ରଭୁ ଇଦୋମୀୟ ହଦଦ୍କୁ ଶଲୋମନଙ୍କର ବିପକ୍ଷ କରି ଉତ୍ପନ୍ନ କଲେ; ସେ ଇଦୋମୀୟ ରାଜବଂଶଜ ଥିଲା ।
ପ୍ରଥମ ରାଜାବଳୀ 11 : 15 (ORV)
ଯେତେବେଳେ ଦାଉଦ ଇଦୋମରେ ଥିଲେ ଓ ଯୋୟାବ ସେନାପତି ହତ ଲୋକମାନଙ୍କୁ କବର ଦେବା ପାଇଁ ଯାଇ ଇଦୋମର ପ୍ରତ୍ୟେକ ପୁରୁଷକୁ ଆଘାତ କରିଥିଲା;
ପ୍ରଥମ ରାଜାବଳୀ 11 : 16 (ORV)
ସେତେବେଳେ ଯୋୟାବ ଓ ସମଗ୍ର ଇସ୍ରାଏଲ ଇଦୋମର ପ୍ରତ୍ୟେକ ପୁରୁଷକୁ ଉଚ୍ଛିନ୍ନ ନ କରିବା ପର୍ଯ୍ୟନ୍ତ ଛଅ ମାସ କାଳ ସେଠାରେ ରହିଥିଲେଣ;
ପ୍ରଥମ ରାଜାବଳୀ 11 : 17 (ORV)
ସେସମୟରେ ହଦଦ୍ ଓ ତାହା ସଙ୍ଗେ ତାହା ପିତାର ଦାସ କେତେକ ଇଦୋମୀୟ ଲୋକ ମିସରକୁ ପଳାଇ ଯାଇଥିଲେ; ସେତେବେଳେ ହଦଦ୍ ସାନ ବାଳକ ଥିଲା ।
ପ୍ରଥମ ରାଜାବଳୀ 11 : 18 (ORV)
ସେମାନେ ମିଦୀୟନଠାରୁ ଉଠି ପାରଣକୁ ଆସିଲେ; ପୁଣି ପାରଣରୁ ସଙ୍ଗରେ ଲୋକ ନେଇ ମିସରରେ ମିସର-ରାଜା ଫାରୋ ନିକଟରେ ଉପସ୍ଥିତ ହେଲେ; ସେ ତାହାକୁ ଗୃହ ଦେଇ ତାହା ପାଇଁ ଖାଦ୍ୟସାମଗ୍ରୀ ନିରୂପଣ କରି ତାହାକୁ ଭୂମି ଦେଲା ।
ପ୍ରଥମ ରାଜାବଳୀ 11 : 19 (ORV)
ପୁଣି ହଦଦ୍ ଫାରୋ ଦୃଷ୍ଟିରେ ଅତିଶୟ ଅନୁଗ୍ରହ ପାଇଲା, ତେଣୁ ସେ ଆପଣା ଭାର୍ଯ୍ୟା ତହପନେଷ୍ ରାଣୀର ଭଗିନୀକି ତାହା ସଙ୍ଗେ ବିବାହ ଦେଲା;
ପ୍ରଥମ ରାଜାବଳୀ 11 : 20 (ORV)
ଏଉତ୍ତାରେ ତହପନେଷ୍ର ଭଗିନୀ ତାହାର ଔରସରେ ଗନୁବତ୍ ନାମକ ପୁତ୍ର ପ୍ରସବ କଲା, ତହିଁରେ ତହପନେଷ୍ ଫାରୋର ଗୃହରେ ତାହାର ସ୍ତନ୍ୟତ୍ୟାଗ କରାଇଲା; ଆଉ ଗନୁବତ୍ ଫାରୋର ଗୃହରେ ଫାରୋର ପୁତ୍ରମାନଙ୍କ ସଙ୍ଗରେ ରହିଲା ।
ପ୍ରଥମ ରାଜାବଳୀ 11 : 21 (ORV)
ଅନନ୍ତର ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କରିଅଛି ଓ ସେନାପତି ଯୋୟାବ ମରିଅଛି, ଏହି ସମାଚାର ହଦଦ୍ ମିସରରେ ଶୁଣନ୍ତେ ଫାରୋକୁ କହିଲା, ମୋତେ ପ୍ରସ୍ଥାନ କରିବାକୁ ଅନୁମତି ଦେଉନ୍ତୁ, ମୁଁ ସ୍ଵଦେଶକୁ ଯିବି ।
ପ୍ରଥମ ରାଜାବଳୀ 11 : 22 (ORV)
ତହିଁରେ ଫାରୋ ତାହାକୁ କହିଲା, ମାତ୍ର ମୋʼ ସଙ୍ଗେ ଥାଇ ତୁମ୍ଭର କି ଅଭାବ ହେଲା ଯେ, ଦେଖ, ତୁମ୍ଭେ ସ୍ଵଦେଶକୁ ଯିବା ପାଇଁ ବାଞ୍ଛା କରୁଅଛ? ଏଥିରେ ସେ ଉତ୍ତର କଲା, କିଛି ନାହିଁ; ତଥାପି କୌଣସିମତେ ପ୍ରସ୍ଥାନ କରିବା ପାଇଁ ମୋତେ ଅନୁମତି ଦେଉନ୍ତୁ ।
ପ୍ରଥମ ରାଜାବଳୀ 11 : 23 (ORV)
ଆହୁରି ପରମେଶ୍ଵର ଇଲୀୟାଦାର ପୁତ୍ର ରଷୋଣକୁ ଶଲୋମନଙ୍କର ଅନ୍ୟ ଏକ ବିପକ୍ଷ କରି ଉତ୍ପନ୍ନ କଲେ, ସେ ଲୋକ ଆପଣା ପ୍ରଭୁ ସୋବାର ରାଜା ହଦଦେଷର ନିକଟରୁ ପଳାଇ ଯାଇଥିଲା;
ପ୍ରଥମ ରାଜାବଳୀ 11 : 24 (ORV)
ଯେଉଁ ସମୟରେ ଦାଉଦ ସୋବାର ଲୋକମାନଙ୍କୁ ବଧ କଲେ, ସେସମୟରେ ସେ ଆପଣା ନିକଟରେ ଲୋକମାନଙ୍କୁ ସଂଗ୍ରହ କରି ଏକ ଦଳପତି ହୋଇଥିଲା; ତହିଁ ଉତ୍ତାରେ ସେମାନେ ଦମ୍ମେଶକକୁ ଯାଇ ସେଠାରେ ବାସ କରି ଦମ୍ମେଶକରେ ରାଜ୍ୟ କଲେ ।
ପ୍ରଥମ ରାଜାବଳୀ 11 : 25 (ORV)
ଆଉ ସେ ହଦଦ୍ର କୃତ ଉତ୍ପାତ ଛଡ଼ା ଶଲୋମନଙ୍କର ଯାବଜ୍ଜୀବନ ଇସ୍ରାଏଲର ବିପକ୍ଷ ହୋଇଥିଲା; ସେ ଇସ୍ରାଏଲକୁ ଘୃଣା କରି ଅରାମ ଉପରେ ରାଜ୍ୟ କଲା ।
ପ୍ରଥମ ରାଜାବଳୀ 11 : 26 (ORV)
ପୁଣି ସରେଦା ନିବାସୀ ଇଫ୍ରୟିମୀୟ ନବାଟର ପୁତ୍ର ଶଲୋମନଙ୍କର ଦାସ ଯାରବୀୟାମ ମଧ୍ୟ ରାଜାଙ୍କର ପ୍ରତିକୂଳରେ ଆପଣା ହସ୍ତ ଉଠାଇଲେ; ତାଙ୍କର ମାତାର ନାମ ସରୁୟା, ସେ ଏକ ବିଧବା ସ୍ତ୍ରୀ ଥିଲା ।
ପ୍ରଥମ ରାଜାବଳୀ 11 : 27 (ORV)
ରାଜାଙ୍କ ପ୍ରତିକୂଳରେ ତାଙ୍କର ହସ୍ତ ଉଠାଇବାର କାରଣ ଏହି; ଶଲୋମନ ମିଲ୍ଲୋ ଦୃଢ଼ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ଭଗ୍ନସ୍ଥାନ ପୁନର୍ନିର୍ମାଣ କରୁଥିଲେ ।
ପ୍ରଥମ ରାଜାବଳୀ 11 : 28 (ORV)
ସେସମୟରେ ଯାରବୀୟାମ ମହାବିକ୍ରମଶାଳୀ ପୁରୁଷ ଥିଲେ; ଏଣୁ ଶଲୋମନ ସେହି ଯୁବା ଲୋକଙ୍କୁ ପରିଶ୍ରମୀ ଦେଖି ଯୋଷେଫ ବଂଶୀୟ ଲୋକମାନଙ୍କ ସମୁଦାୟ କର୍ମଭାର ତାଙ୍କ ଉପରେ ଅର୍ପଣ କଲେ ।
ପ୍ରଥମ ରାଜାବଳୀ 11 : 29 (ORV)
ଘଟନାକ୍ରମେ ସେହି ସମୟରେ ଯାରବୀୟାମ ଯିରୂଶାଲମର ବାହାରକୁ ଯାʼନ୍ତେ, ପଥରେ ଶୀଲୋନୀୟ ଅହୀୟ ଭବିଷ୍ୟଦ୍ବକ୍ତା ତାଙ୍କର ଦେଖା ପାଇଲା; ଅହୀୟ ଆପଣାକୁ ନୂତନ ବସ୍ତ୍ରରେ ଆଚ୍ଛାଦନ କରିଥିଲା ଓ କ୍ଷେତ୍ରରେ କେବଳ ସେ ଦୁହେଁ ଥିଲେ ।
ପ୍ରଥମ ରାଜାବଳୀ 11 : 30 (ORV)
ତହିଁରେ ଅହୀୟ ଆପଣା ଦେହର ନୂତନ ବସ୍ତ୍ର ଧରି ବାରଖଣ୍ତ କରି ଚିରିଲା ।
ପ୍ରଥମ ରାଜାବଳୀ 11 : 31 (ORV)
ଆଉ ଯାରବୀୟାମଙ୍କୁ କହିଲା, ତୁମ୍ଭେ ଆପଣା ପାଇଁ ଦଶଖଣ୍ତ ନିଅ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଶଲୋମନର ହସ୍ତରୁ ରାଜ୍ୟ ଚିରି ନେବା ଓ ତୁମ୍ଭକୁ ଦଶ ଗୋଷ୍ଠୀ ଦେବା ।
ପ୍ରଥମ ରାଜାବଳୀ 11 : 32 (ORV)
ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଇସ୍ରାଏଲର ସମସ୍ତ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ନଗର ଯିରୂଶାଲମ ସକାଶୁ ସେ ଏକ ଗୋଷ୍ଠୀ ପାଇବ ।
ପ୍ରଥମ ରାଜାବଳୀ 11 : 33 (ORV)
ଯେହେତୁ ସେମାନେ ଆମ୍ଭକୁ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍ ଦେବୀକି ଓ ମୋୟାବର କମୋଶ୍ ଦେବକୁ ଓ ଅମ୍ମୋନ-ସନ୍ତାନଗଣର ମିଲ୍‍କମ୍ ଦେବକୁ ପ୍ରଣାମ କରିଅଛନ୍ତି; ପୁଣି ଆପଣା ପିତା ଦାଉଦ ଯେପରି ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କଲା ଓ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କଲା, ସେପରି କରିବାକୁ ସେମାନେ ଆମ୍ଭ ପଥରେ ଚାଲି ନାହାନ୍ତି ।
ପ୍ରଥମ ରାଜାବଳୀ 11 : 34 (ORV)
ତଥାପି ଆମ୍ଭେ ସମୁଦାୟ ରାଜ୍ୟ ତାହା ହସ୍ତରୁ ନେବା ନାହିଁ, ମାତ୍ର ଆମ୍ଭ ମନୋନୀତ ଦାସ ଯେଉଁ ଦାଉଦ ଆମ୍ଭର ଆଜ୍ଞା ଓ ଆମ୍ଭର ବିଧିସକଳ ପାଳନ କଲା, ତାହା ସକାଶୁ ତାହାକୁ ଯାବଜ୍ଜୀବନ ଅଧିପତି କରି ରଖିବା;
ପ୍ରଥମ ରାଜାବଳୀ 11 : 35 (ORV)
ମାତ୍ର ଆମ୍ଭେ ତାହାର ପୁତ୍ର ହସ୍ତରୁ ରାଜ୍ୟ ନେବା ଓ ତାହା, ଅର୍ଥାତ୍, ଦଶ ଗୋଷ୍ଠୀ ତୁମ୍ଭକୁ ଦେବା ।
ପ୍ରଥମ ରାଜାବଳୀ 11 : 36 (ORV)
ଆଉ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ନଗର ମନୋନୀତ କରିଅଛୁ, ସେହି ଯିରୂଶାଲମରେ ଯେପରି ଆମ୍ଭ ଦାସ ଦାଉଦର ପ୍ରଦୀପ ଆମ୍ଭ ସମ୍ମୁଖରେ ସର୍ବଦା ରହିବ, ଏଥିପାଇଁ ତାହାର ପୁତ୍ରକୁ ଏକ ଗୋଷ୍ଠୀ ଦେବା ।
ପ୍ରଥମ ରାଜାବଳୀ 11 : 37 (ORV)
ପୁଣି ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା, ତହିଁରେ ତୁମ୍ଭେ ଆପଣା ପ୍ରାଣର ସମସ୍ତ ବାଞ୍ଛାନୁସାରେ ରାଜ୍ୟ କରି ଇସ୍ରାଏଲ ଉପରେ ରାଜା ହେବ ।
ପ୍ରଥମ ରାଜାବଳୀ 11 : 38 (ORV)
ଆଉ ଯେବେ ତୁମ୍ଭେ ଆମ୍ଭ ଦାସ ଦାଉଦ ପରି ଆମ୍ଭର ସମସ୍ତ ଆଦେଶରେ ମନୋଯୋଗ କରିବ ଓ ଆମ୍ଭ ବିଧି ଓ ଆମ୍ଭ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଚାଲିବ ଓ ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କରିବ, ତେବେ ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା ଓ ଆମ୍ଭେ ଯେପରି ଦାଉଦ ପାଇଁ କଲୁ, ସେପରି ତୁମ୍ଭ ପାଇଁ ଏକ ଦୃଢ଼ ଗୃହ ନିର୍ମାଣ କରିବା ଓ ତୁମ୍ଭକୁ ଇସ୍ରାଏଲ ଦେବା ।
ପ୍ରଥମ ରାଜାବଳୀ 11 : 39 (ORV)
ଆମ୍ଭେ ଏହି କର୍ମ ସକାଶୁ ଦାଉଦ-ବଂଶକୁ କ୍ଳେଶ ଦେବା, ମାତ୍ର ସଦାକାଳ ନୁହେଁ ।
ପ୍ରଥମ ରାଜାବଳୀ 11 : 40 (ORV)
ଉକ୍ତ କାରଣରୁ ଶଲୋମନ ଯାରବୀୟାମଙ୍କୁ ବଧ କରିବାକୁ ଚେଷ୍ଟା କଲେ; ମାତ୍ର ଯାରବୀୟାମ ଉଠି ମିସରକୁ ମିସ୍ରୀୟ ରାଜା ଶୀଶକ ନିକଟକୁ ପଳାଇଲେ ଓ ଶଲୋମନଙ୍କର ମରଣ ପର୍ଯ୍ୟନ୍ତ ମିସରରେ ରହିଲେ ।
ପ୍ରଥମ ରାଜାବଳୀ 11 : 41 (ORV)
ଶଲୋମନଙ୍କର ଅବଶିଷ୍ଟ ବିଷୟ ଓ ତାଙ୍କର ସମସ୍ତ କୃତକର୍ମ ଓ ତାଙ୍କର ଜ୍ଞାନ କି ଶଲୋମନ ବିଷୟକ ପୁସ୍ତକରେ ଲିଖିତ ହୋଇ ନାହିଁ?
ପ୍ରଥମ ରାଜାବଳୀ 11 : 42 (ORV)
ଶଲୋମନ ଚାଳିଶ ବର୍ଷ ପର୍ଯ୍ୟନ୍ତ ଯିରୂଶାଲମରେ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ ।
ପ୍ରଥମ ରାଜାବଳୀ 11 : 43 (ORV)
ତହିଁ ଉତ୍ତାରେ ଶଲୋମନ ଆପଣା ପିତୃଲୋକଙ୍କର ସହିତ ଶୟନ କରି ଆପଣା ପିତା ଦାଉଦ-ନଗରରେ କବର ପାଇଲେ; ତହୁଁ ତାଙ୍କ ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43

BG:

Opacity:

Color:


Size:


Font: