ପ୍ରଥମ ରାଜାବଳୀ 22 : 1 (ORV)
ଅନନ୍ତର ଅରାମ ଓ ଇସ୍ରାଏଲ ଯୁଦ୍ଧ ନ କରି ତିନି ବର୍ଷ ପର୍ଯ୍ୟନ୍ତ କ୍ଷା; ରହିଲେ ।
ପ୍ରଥମ ରାଜାବଳୀ 22 : 2 (ORV)
ତହୁଁ ତୃତୀୟ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କ ନିକଟକୁ ଆସିଲେ ।
ପ୍ରଥମ ରାଜାବଳୀ 22 : 3 (ORV)
ଏଥିରେ ଇସ୍ରାଏଲର ରାଜା ଆପଣା ଦାସମାନଙ୍କୁ କହିଲେ, ରାମୋତ୍-ଗିଲୀୟଦ୍ ଯେ ଆମ୍ଭମାନଙ୍କର ଅଟେ, ଏହା କʼଣ ତୁମ୍ଭେମାନେ ଜାଣ ନାହିଁ? ତଥାପି ଆମ୍ଭେମାନେ ତୁନି ହୋଇ ରହି ଅରାମର ରାଜା ହସ୍ତରୁ ତାହା ନେଉ ନାହୁଁ ।
ପ୍ରଥମ ରାଜାବଳୀ 22 : 4 (ORV)
ପୁଣି ସେ ଯିହୋଶାଫଟ୍ଙ୍କୁ କହିଲେ, ତୁମ୍ଭେ କʼଣ ଯୁଦ୍ଧ କରିବା ପାଇଁ ମୋʼ ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବ? ତହିଁରେ ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ; ମୁଁ ତୁମ୍ଭ ପରି, ମୋର ଲୋକ ତୁମ୍ଭ ଲୋକ ପରି, ମୋର ଅଶ୍ଵ ତୁମ୍ଭ ଅଶ୍ଵ ପରି ।
ପ୍ରଥମ ରାଜାବଳୀ 22 : 5 (ORV)
ଆହୁରି ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ, ମୁଁ ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର ।
ପ୍ରଥମ ରାଜାବଳୀ 22 : 6 (ORV)
ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଊଣାଧିକ ଚାରିଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, ମୁଁ ରାମୋତ୍-ଗିଲୀୟଦ୍ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷା; ହେବି? ତହୁଁ ସେମାନେ କହିଲେ, ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ ।
ପ୍ରଥମ ରାଜାବଳୀ 22 : 7 (ORV)
ମାତ୍ର ଯିହୋଶାଫଟ୍ କହିଲେ, ଏମାନଙ୍କ ଛଡ଼ା ଯାହାକୁ ଆମ୍ଭେମାନେ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍ବକ୍ତା କି କେହି ଏଠାରେ ନାହିଁ?ଣଦ୍ଵି.ରା.୩:୧୧
ପ୍ରଥମ ରାଜାବଳୀ 22 : 8 (ORV)
ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, ଆଉ ଏକ ଜଣ ଅଛି, ଯାହା ଦ୍ଵାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ ନାହିଁ । ତହୁଁ ଯିହୋଶାଫଟ୍ କହିଲେ, ରାଜା ଏପରି ନ କହନ୍ତୁ ।
ପ୍ରଥମ ରାଜାବଳୀ 22 : 9 (ORV)
ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷକୁ ଡାକି କହିଲେ, ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ ।
ପ୍ରଥମ ରାଜାବଳୀ 22 : 10 (ORV)
ଏଥି ମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ଆପଣାମାନଙ୍କ ରାଜବସ୍ତ୍ର ପିନ୍ଧି ଶମରୀୟାର ଦ୍ଵାର-ପ୍ରବେଶ-ସ୍ଥାନ ନିକଟବର୍ତ୍ତୀ ମେଲାରେ ଆପଣା ଆପଣା ସିଂହାସନରେ ବସିଥିଲେ; ଆଉ ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍ବକ୍ତା ସମସ୍ତେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିଲେ ।
ପ୍ରଥମ ରାଜାବଳୀ 22 : 11 (ORV)
ଆଉ କାନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ଵାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ ।
ପ୍ରଥମ ରାଜାବଳୀ 22 : 12 (ORV)
ତହିଁରେ ସବୁ ଭବିଷ୍ୟଦ୍ବକ୍ତା ତଦ୍ରୂପ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, ରାମୋତ୍-ଗିଲୀୟଦକୁ ଯାଇ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ ।
ପ୍ରଥମ ରାଜାବଳୀ 22 : 13 (ORV)
ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, ଦେଖ, ଭବିଷ୍ୟଦ୍ବକ୍ତାମାନଙ୍କର ବାକ୍ୟ ଏକମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ମୁଁ ବିନୟ କରୁଅଛି, ତୁମ୍ଭର ବାକ୍ୟ ସେମାନଙ୍କର ଜଣକର ବାକ୍ୟ ତୁଲ୍ୟ ହେଉ, ଆଉ ତୁମ୍ଭେ ମଙ୍ଗଳର କଥା କୁହ ।
ପ୍ରଥମ ରାଜାବଳୀ 22 : 14 (ORV)
ତହୁଁ ମୀଖାୟ କହିଲା, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି ।
ପ୍ରଥମ ରାଜାବଳୀ 22 : 15 (ORV)
ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା କି କ୍ଷା; ହେବା? ତହିଁରେ ସେ ଉତ୍ତର କଲା, ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ ।
ପ୍ରଥମ ରାଜାବଳୀ 22 : 16 (ORV)
ତହୁଁ ରାଜା ତାହାକୁ କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି?
ପ୍ରଥମ ରାଜାବଳୀ 22 : 17 (ORV)
ଏଥିରେ ସେ କହିଲା, ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି; ଆଉ ସଦାପ୍ରଭୁ କହିଲେ, ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ ।
ପ୍ରଥମ ରାଜାବଳୀ 22 : 18 (ORV)
ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ?
ପ୍ରଥମ ରାଜାବଳୀ 22 : 19 (ORV)
ପୁଣି ମୀଖାୟ କହିଲା, ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ଵର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି ।
ପ୍ରଥମ ରାଜାବଳୀ 22 : 20 (ORV)
ତହିଁରେ ସଦାପ୍ରଭୁ କହିଲେ, ଆହାବ ଯେପରି ରାମୋତ୍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସଲାଇବ? ତହିଁରେ ଜଣେ ଏପ୍ରକାର, ଅନ୍ୟ ଜଣେ ସେପ୍ରକାର କହିଲେ ।
ପ୍ରଥମ ରାଜାବଳୀ 22 : 21 (ORV)
ତହିଁଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ମୁଁ ତାହାକୁ ଫୁସଲାଇବି ।
ପ୍ରଥମ ରାଜାବଳୀ 22 : 22 (ORV)
ତହୁଁ ସଦାପ୍ରଭୁ ତାହାକୁ କହିଲେ, କାହିଁରେ? ସେ କହିଲା, ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି । ତେବେ ସେ କହିଲେ, ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର ।
ପ୍ରଥମ ରାଜାବଳୀ 22 : 23 (ORV)
ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି ।
ପ୍ରଥମ ରାଜାବଳୀ 22 : 24 (ORV)
ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼଠାରୁ କେଉଁ ବାଟେ ଗଲେ?
ପ୍ରଥମ ରାଜାବଳୀ 22 : 25 (ORV)
ତହିଁରେ ମୀଖାୟ କହିଲା, ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକି ଯିବ, ସେହିଦିନ ତାହା ଜାଣିବ ।
ପ୍ରଥମ ରାଜାବଳୀ 22 : 26 (ORV)
ପୁଣି ଇସ୍ରାଏଲର ରାଜା କହିଲେ, ମୀଖାୟକୁ ଧରି ନଗରାଧ୍ୟକ୍ଷ ଆମୋନର ଓ ରାଜପୁତ୍ର ଯୋୟାଶର ନିକଟକୁ ଫେରାଇ ନେଇଯାଅ;
ପ୍ରଥମ ରାଜାବଳୀ 22 : 27 (ORV)
ପୁଣି କୁହ, ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ ।
ପ୍ରଥମ ରାଜାବଳୀ 22 : 28 (ORV)
ତହିଁରେ ମୀଖାୟ କହିଲା, ଯେବେ ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ଵାରା କହି ନାହାନ୍ତି । ଆହୁରି ସେ କହିଲା, ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ ।
ପ୍ରଥମ ରାଜାବଳୀ 22 : 29 (ORV)
ଅନନ୍ତର ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍ ରାଜା ରାମୋତ୍-ଗିଲୀୟଦକୁ ଗଲେ ।
ପ୍ରଥମ ରାଜାବଳୀ 22 : 30 (ORV)
ପୁଣି ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ । ଆଉ ଇସ୍ରାଏଲର ରାଜା ଛଦ୍ମବେଶ ଧରି ଯୁଦ୍ଧକୁ ଗଲେ ।
ପ୍ରଥମ ରାଜାବଳୀ 22 : 31 (ORV)
ମାତ୍ର ଅରାମର ରାଜା ଆପଣାର ବତିଶ ରଥାଧ୍ୟକ୍ଷଙ୍କୁ ଆଜ୍ଞା ଦେଇ କହିଥିଲେ, ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର ।
ପ୍ରଥମ ରାଜାବଳୀ 22 : 32 (ORV)
ଏହେତୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍ଙ୍କୁ ଦେଖି କହିଲେ, ଏ ଅବଶ୍ୟ ଇସ୍ରାଏଲର ରାଜା; ଆଉ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ତହିଁରେ ଯିହୋଶାଫଟ୍ ଡାକ ପକାଇଲେ ।
ପ୍ରଥମ ରାଜାବଳୀ 22 : 33 (ORV)
ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ ଫେରିଗଲେ ।
ପ୍ରଥମ ରାଜାବଳୀ 22 : 34 (ORV)
ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ଇସ୍ରାଏଲ-ରାଜାଙ୍କ ସାଞ୍ଜୁଆର ଯୋଡ଼ ମଧ୍ୟରେ ଆଘାତ କଲା; ତେଣୁ ସେ ଆପଣା ସାରଥିକି କହିଲେ, ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି ।
ପ୍ରଥମ ରାଜାବଳୀ 22 : 35 (ORV)
ସେଦିନ ଯୁଦ୍ଧ ପ୍ରବଳ ହେଲା; ପୁଣି ଲୋକମାନେ ଆରାମୀୟମାନଙ୍କ ସମ୍ମୁଖରେ ରାଜାଙ୍କୁ ତାଙ୍କର ରଥରେ ଠିଆ କରି ରଖିଲେ, ଆଉ ସେ ସନ୍ଧ୍ୟା ବେଳେ ମଲେ; ପୁଣି ତାଙ୍କର କ୍ଷତର ରକ୍ତ ରଥ ଗର୍ଭରେ ବହି ପଡ଼ିଲା ।
ପ୍ରଥମ ରାଜାବଳୀ 22 : 36 (ORV)
ଆଉ ପ୍ରତ୍ୟେକେ ଆପଣା ନଗରକୁ ଓ ଆପଣା ଦେଶକୁ ଯାଅ, ଏହି ଡାକ ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସୈନ୍ୟମାନଙ୍କର ସର୍ବତ୍ର ବ୍ୟାପିଗଲା ।
ପ୍ରଥମ ରାଜାବଳୀ 22 : 37 (ORV)
ଏହିରୂପେ ରାଜା ମଲେ ଓ ଶମରୀୟାକୁ ଅଣାଗଲେ; ପୁଣି ଲୋକମାନେ ରାଜାଙ୍କୁ ଶମରୀୟାରେ କବର ଦେଲେ ।
ପ୍ରଥମ ରାଜାବଳୀ 22 : 38 (ORV)
ଆଉ ସେମାନେ ଶମରୀୟାର ପୁଷ୍କରିଣୀ ନିକଟରେ ରଥ ଧୋଇଲେ; ତହିଁରେ ସଦାପ୍ରଭୁଙ୍କ ଉକ୍ତ ବାକ୍ୟାନୁସାରେ କୁକ୍କୁରମାନେ ତାଙ୍କର ରକ୍ତ ଚାଟି ଖାଇଲେ । ଏହି ସ୍ଥାନରେ ବେଶ୍ୟାମାନେ ସ୍ନାନ କରନ୍ତି ।
ପ୍ରଥମ ରାଜାବଳୀ 22 : 39 (ORV)
ଏହି ଆହାବଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ନିର୍ମିତ ହସ୍ତୀଦନ୍ତମୟ ଗୃହ ଓ ଯେ ଯେ ନଗର ସେ ନିର୍ମାଣ କରିଥିଲେ, ତାହାସବୁ କʼଣ ଇସ୍ରାଏଲ-ରାଜଗଣଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
ପ୍ରଥମ ରାଜାବଳୀ 22 : 40 (ORV)
ଏହିରୂପେ ଆହାବ ଆପଣା ପିତୃଗଣ ସହିତ ଶୟନ କଲେ ଓ ତାଙ୍କର ପୁତ୍ର ଅହସୀୟ ତାଙ୍କର ପଦରେ ରାଜ୍ୟ କଲେ ।
ପ୍ରଥମ ରାଜାବଳୀ 22 : 41 (ORV)
ଇସ୍ରାଏଲର ରାଜା ଆହାବଙ୍କର ଅଧିକାରର ଚତୁର୍ଥ ବର୍ଷରେ ଆସାଙ୍କର ପୁତ୍ର ଯିହୋଶାଫଟ୍ ଯିହୁଦା ଉପରେ ରାଜ୍ୟ କରିବାକୁ ଆରମ୍ଭ କଲେ ।
ପ୍ରଥମ ରାଜାବଳୀ 22 : 42 (ORV)
ରାଜ୍ୟ କରିବାର ଆରମ୍ଭରେ ଯିହୋଶାଫଟ୍ଙ୍କର ବୟସ ପଞ୍ଚତିରିଶ ବର୍ଷ ହୋଇଥିଲା ଓ ସେ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ । ତାଙ୍କର ମାତାର ନାମ ଅସୂବା, ସେ ଶିଲ୍ହିର କନ୍ୟା ।
ପ୍ରଥମ ରାଜାବଳୀ 22 : 43 (ORV)
ଯିହୋଶାଫଟ୍ ଆପଣା ପିତା ଆସାଙ୍କର ସମସ୍ତ ପଥରେ ଚାଲିଲେ; ସେ ତହିଁରୁ ବିମୁଖ ନୋହି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ; ତଥାପି ଉଚ୍ଚସ୍ଥଳୀମାନ ଉଚ୍ଛିନ୍ନ ନୋହିଲା; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ ।
ପ୍ରଥମ ରାଜାବଳୀ 22 : 44 (ORV)
ପୁଣି ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କ ସଙ୍ଗେ ସନ୍ଧି ସ୍ଥାପନ କଲେ ।
ପ୍ରଥମ ରାଜାବଳୀ 22 : 45 (ORV)
ଏହି ଯିହୋଶାଫଟ୍ଙ୍କ ଅବଶିଷ୍ଟ ବୃତ୍ତା; ଓ ତାଙ୍କର ପ୍ରକାଶିତ ପରାକ୍ରମ ଓ ସେ କିପ୍ରକାର ଯୁଦ୍ଧ କଲେ, ତାହାସବୁ କʼଣ ଯିହୁଦାର ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
ପ୍ରଥମ ରାଜାବଳୀ 22 : 46 (ORV)
ତାଙ୍କର ପିତା ଆସାଙ୍କର ସମୟରେ ଯେଉଁ ସଦୋମୀମାନେ ଅବଶିଷ୍ଟ ରହିଥିଲେ, ସେମାନଙ୍କୁ ସେ ଦେଶରୁ ଦୂର କରିଦେଲେ ।
ପ୍ରଥମ ରାଜାବଳୀ 22 : 47 (ORV)
ସେସମୟରେ ଇଦୋମରେ କେହି ରାଜା ନ ଥିଲା; ଜଣେ ପ୍ରତିନିଧି ରାଜ୍ୟ କଲା ।
ପ୍ରଥମ ରାଜାବଳୀ 22 : 48 (ORV)
ଯିହୋଶାଫଟ୍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍ସିୟୋନ୍ଗେବରରେ ଜାହାଜମାନ ଭାଙ୍ଗିଗଲା ।
ପ୍ରଥମ ରାଜାବଳୀ 22 : 49 (ORV)
ତେବେ ଆହାବଙ୍କର ପୁତ୍ର ଅହସୀୟ ଯିହୋଶାଫଟ୍ଙ୍କୁ କହିଲେ, ମୋʼ ଦାସମାନେ ତୁମ୍ଭ ଦାସମାନଙ୍କ ସଙ୍ଗେ ଜାହାଜରେ ଯାଉନ୍ତୁ । ମାତ୍ର ଯିହୋଶାଫଟ୍ ସମ୍ମତ ହେଲେ ନାହିଁ ।
ପ୍ରଥମ ରାଜାବଳୀ 22 : 50 (ORV)
ଅନନ୍ତର ଯିହୋଶାଫଟ୍ ଆପଣା ପିତୃଗଣ ସହିତ ଶୟନ କରି ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଲୋକଙ୍କ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ ତାଙ୍କର ପଦରେ ରାଜ୍ୟ କଲେ ।
ପ୍ରଥମ ରାଜାବଳୀ 22 : 51 (ORV)
ଯିହୁଦାର ରାଜା ଯିହୋଶାଫଟ୍ଙ୍କର ଅଧିକାରର ସତର ବର୍ଷରେ ଆହାବଙ୍କର ପୁତ୍ର ଅହସୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ ।
ପ୍ରଥମ ରାଜାବଳୀ 22 : 52 (ORV)
ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ସେ ଆପଣା ପିତାଙ୍କର ପଥରେ ଓ ଆପଣା ମାତାର ପଥରେ ଓ ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପଥରେ ଚାଲିଲେ ।
ପ୍ରଥମ ରାଜାବଳୀ 22 : 53 (ORV)
ପୁଣି ସେ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ବାଲ୍ର ସେବା ଓ ପୂଜା କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କୁ ବିରକ୍ତ କଲେ ।
❮
❯