ପ୍ରଥମ ରାଜାବଳୀ 3 : 1 (ORV)
ଅନନ୍ତର ଶଲୋମନ ମିସରର ରାଜା ଫାରୋ ସହିତ ଆତ୍ମୀୟତା କରି ଫାରୋର କନ୍ୟାକୁ ବିବାହ କଲେ ଓ ଆପଣା ଗୃହ ଓ ସଦାପ୍ରଭୁଙ୍କ ଗୃହ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀରର ନିର୍ମାଣ ସମାପ୍ତ ହେବା ପର୍ଯ୍ୟନ୍ତ ତାହାକୁ ଆଣି ଦାଉଦ-ନଗରରେ ରଖିଲେ ।
ପ୍ରଥମ ରାଜାବଳୀ 3 : 2 (ORV)
ମାତ୍ର ଲୋକମାନେ ନାନା ଉଚ୍ଚସ୍ଥଳୀରେ ବଳିଦାନ କରୁଥିଲେ, କାରଣ ସେସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ କୌଣସି ଗୃହ ନିର୍ମିତ ହୋଇ ନ ଥିଲା ।
ପ୍ରଥମ ରାଜାବଳୀ 3 : 3 (ORV)
ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ବିଧି ଅନୁସାରେ ଆଚରଣ କରି ସଦାପ୍ରଭୁଙ୍କୁ ପ୍ରେମ କଲେ; କେବଳ ସେ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ ।
ପ୍ରଥମ ରାଜାବଳୀ 3 : 4 (ORV)
ପୁଣି ରାଜା ବଳିଦାନ କରିବା ନିମନ୍ତେ ଗିବୀୟୋନକୁ ଗଲେ; କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥଲା; ଶଲୋମନ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ ।
ପ୍ରଥମ ରାଜାବଳୀ 3 : 5 (ORV)
ଗିବୀୟୋନରେ ସଦାପ୍ରଭୁ ରାତ୍ରିରେ ସ୍ଵପ୍ନ ଦ୍ଵାରା ଶଲୋମନଙ୍କୁ ଦର୍ଶନ ଦେଲେ; ଆଉ ପରମେଶ୍ଵର କହିଲେ, ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ ।
ପ୍ରଥମ ରାଜାବଳୀ 3 : 6 (ORV)
ତହିଁରେ ଶଲୋମନ କହିଲେ, ତୁମ୍ଭ ଦାସ ଆମ୍ଭ ପିତା ଦାଉଦ ତୁମ୍ଭ ଛାମୁରେ ସତ୍ୟତା ଓ ଧାର୍ମିକତା ଓ ମନର ସରଳତାରେ ତୁମ୍ଭ ସହିତ ଗମନାଗମନ କରିବା ପ୍ରମାଣେ ତୁମ୍ଭେ ତାଙ୍କ ପ୍ରତି ମହାଦୟା ପ୍ରକାଶ କଲ; ଆହୁରି ତୁମ୍ଭେ ତାଙ୍କ ପାଇଁ ଏହି ମହାଦୟା ରଖିଅଛ ଯେ, ଆଜିର ନ୍ୟାୟ ତାଙ୍କର ସିଂହାସନରେ ବସିବା ପାଇଁ ତାଙ୍କୁ ଏକ ପୁତ୍ର ଦେଇଅଛ ।
ପ୍ରଥମ ରାଜାବଳୀ 3 : 7 (ORV)
ଏବେ ହେ ସଦାପ୍ରଭୋ, ମୋହର ପରମେଶ୍ଵର, ତୁମ୍ଭେ ମୋʼ ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର ମୁଁ ତ କ୍ଷୁଦ୍ର ବାଳକ; କିରୂପେ ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ ।
ପ୍ରଥମ ରାଜାବଳୀ 3 : 8 (ORV)
ଆଉ ତୁମ୍ଭର ଦାସ ତୁମ୍ଭ ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ବାହୁଲ୍ୟ ହେତୁରୁ ଅଗଣ୍ୟ ଓ ଅସଂଖ୍ୟ ଏକ ମହାଗୋଷ୍ଠୀ ଅଟନ୍ତି ।
ପ୍ରଥମ ରାଜାବଳୀ 3 : 9 (ORV)
ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ?
ପ୍ରଥମ ରାଜାବଳୀ 3 : 10 (ORV)
ଶଲୋମନ ଯେ ଏହି ବିଷୟ ମାଗିଲେ, ଏହି କଥାରେ ପ୍ରଭୁ ସନ୍ତୁଷ୍ଟ ହେଲେ ।
ପ୍ରଥମ ରାଜାବଳୀ 3 : 11 (ORV)
ଏଥିରେ ପରମେଶ୍ଵର ତାଙ୍କୁ କହିଲେ, ତୁମ୍ଭେ ଏହି ବିଷୟ ମାଗିଅଛ, ପୁଣି ଆପଣା ନିମନ୍ତେ ଦୀର୍ଘାୟୁ ମାଗି ନାହଁ; କିଅବା ଆପଣା ନିମନ୍ତେ ଐଶ୍ଵର୍ଯ୍ୟ ମାଗି ନାହଁ; ଅଥବା ଆପଣା ଶତ୍ରୁମାନଙ୍କର ପ୍ରାଣ ମାଗି ନାହଁ; ମାତ୍ର ବିଚାର କରିବା ପାଇଁ ଆପଣା ନିମନ୍ତେ ଜ୍ଞାନ ମାଗିଅଛ;
ପ୍ରଥମ ରାଜାବଳୀ 3 : 12 (ORV)
ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ ।
ପ୍ରଥମ ରାଜାବଳୀ 3 : 13 (ORV)
ଆହୁରି ତୁମ୍ଭେ ଯେଉଁ ଐଶ୍ଵର୍ଯ୍ୟ ଓ ପ୍ରତାପ ମାଗି ନାହଁ, ସେହି ଦୁଇ ମଧ୍ୟ ଆମ୍ଭେ ତୁମ୍ଭକୁ ଏପରି ଦେଲୁ ଯେ, ତୁମ୍ଭର ଯାବଜ୍ଜୀବନ ରାଜାମାନଙ୍କ ମଧ୍ୟରେ କେହି ତୁମ୍ଭ ସମାନ ହେବ ନାହିଁ ।
ପ୍ରଥମ ରାଜାବଳୀ 3 : 14 (ORV)
ପୁଣି ତୁମ୍ଭ ପିତା ଦାଉଦ ଯେପରି ଗମନ କଲା, ସେପରି ତୁମ୍ଭେ ଯେବେ ଆମ୍ଭର ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଗମନ କରିବ, ତେବେ ଆମ୍ଭେ ତୁମ୍ଭର ଆୟୁଷ ବୃଦ୍ଧି କରିବା ।
ପ୍ରଥମ ରାଜାବଳୀ 3 : 15 (ORV)
ଏଉତ୍ତାରେ ଶଲୋମନ ଜାଗ୍ରତ ହୁଅନ୍ତେ, ଦେଖ, ଏହା ସ୍ଵପ୍ନ-ମାତ୍ର; ତହୁଁ ସେ ଯିରୂଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଠିଆହୋଇ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଆପଣା ସମସ୍ତ ଦାସଙ୍କ ନିମନ୍ତେ ଏକ ଭୋଜ କଲେ ।
ପ୍ରଥମ ରାଜାବଳୀ 3 : 16 (ORV)
ସେହି ସମୟରେ ଦୁଇ ବେଶ୍ୟା ସ୍ତ୍ରୀ ରାଜାଙ୍କ ନିକଟକୁ ଆସି ତାଙ୍କର ସମ୍ମୁଖରେ ଠିଆ ହେଲେ ।
ପ୍ରଥମ ରାଜାବଳୀ 3 : 17 (ORV)
ପୁଣି ଏକ ସ୍ତ୍ରୀ କହିଲା, ହେ ମୋହର ପ୍ରଭୋ, ମୁଁ ଓ ଏହି ସ୍ତ୍ରୀ ଏକ ଘରେ ବାସ କରୁ; ଆଉ ମୁଁ ସେହି ଗୃହରେ ତାହା ସଙ୍ଗେ ଥାଇ ଏକ ସନ୍ତାନ ପ୍ରସବ କଲି ।
ପ୍ରଥମ ରାଜାବଳୀ 3 : 18 (ORV)
ପୁଣି ମୋହର ପ୍ରସବର ତୃତୀୟ ଦିନରେ ଏହି ସ୍ତ୍ରୀ ମଧ୍ୟ ପ୍ରସବ କଲା ଓ ଆମ୍ଭେ ଦୁହେଁ ଏକତ୍ର ଥିଲୁ, ସେହି ଘରେ ଆମ୍ଭ ଦୁହିଁଙ୍କ ଛଡ଼ା ଅନ୍ୟ କୌଣସି ବାହାର ଲୋକ ନ ଥିଲା ।
ପ୍ରଥମ ରାଜାବଳୀ 3 : 19 (ORV)
ଆଉ ଏହି ସ୍ତ୍ରୀ ଆପଣା ପିଲା ଉପରେ ନଦି ହୋଇ ଶୋଇବାରୁ ତାହାର ପିଲା ରାତ୍ରିରେ ମରିଗଲା ।
ପ୍ରଥମ ରାଜାବଳୀ 3 : 20 (ORV)
ଏଣୁ ସେ ମଧ୍ୟରାତ୍ରରେ ଉଠି ଆପଣଙ୍କ ଦାସୀ ନିଦ୍ରିତା ଥିବା ବେଳେ ମୋʼ ପାଖରୁ ମୋହର ପୁତ୍ରକୁ ନେଇ ଆପଣା କୋଳରେ ଶୁଆଇଲା ଓ ତାହାର ମଲା ପିଲାକୁ ମୋʼ କୋଳରେ ଶୁଆଇ ଦେଲା ।
ପ୍ରଥମ ରାଜାବଳୀ 3 : 21 (ORV)
ତହୁଁ ମୁଁ ସକାଳେ ଆପଣା ପିଲାକୁ ଦୁଧ ଦେବା ପାଇଁ ଉଠାନ୍ତେ, ଦେଖ, ସେ ମରିଯାଇଅଛି; ମାତ୍ର ସକାଳେ ମୁଁ ଭଲ କରି ପରଖ କରନ୍ତେ, ଦେଖ, ଏ ତ ମୋହର ଜନ୍ମ କଲା ପୁତ୍ର ନୁହେଁ ।
ପ୍ରଥମ ରାଜାବଳୀ 3 : 22 (ORV)
ତହଁ ସେ ଅନ୍ୟ ସ୍ତ୍ରୀ କହିଲା, ନା, ମାତ୍ର ଜୀଅନ୍ତାଟି ମୋହର ପୁଅ ଓ ମଲାଟି ତୁମ୍ଭର ପୁଅ । ଆଉ ଏ ସ୍ତ୍ରୀ କହିଲା, ନା; ମଲାଟି ତୁମ୍ଭର ପୁଅ ଓ ଜୀଅନ୍ତାଟି ମୋହର ପୁଅ । ଏହିରୂପେ ସେମାନେ ରାଜାଙ୍କ ଛାମୁରେ ଗୁହାରି କଲେ ।
ପ୍ରଥମ ରାଜାବଳୀ 3 : 23 (ORV)
ତେବେ ରାଜା କହିଲେ, ଜଣେ କହୁଛି, ଜୀଅନ୍ତାଟି ମୋହର ପୁଅ ଓ ମଲାଟି ତୁମ୍ଭର ପୁଅ; ପୁଣି ଅନ୍ୟ ଜଣ କହୁଛି, ନା; ମାତ୍ର ମଲାଟି ତୁମ୍ଭର ପୁଅ ଓ ଜୀଅନ୍ତାଟି ମୋହର ପୁଅ ।
ପ୍ରଥମ ରାଜାବଳୀ 3 : 24 (ORV)
ଏଥିରେ ରାଜା କହିଲେ, ମୋହର କତିକି ଗୋଟିଏ ଖଣ୍ତା ଆଣ । ତହୁଁ ସେମାନେ ରାଜାଙ୍କ ଛାମୁକୁ ଖଣ୍ତା ଆଣିଲେ ।
ପ୍ରଥମ ରାଜାବଳୀ 3 : 25 (ORV)
ତହିଁରେ ରାଜା କହିଲେ, ଏହି ଜୀଅନ୍ତା ପିଲାକୁ ଦୁଇ ଖଣ୍ତ କରି ଜଣକୁ ଅଧେ ଓ ଅନ୍ୟ ଜଣକୁ ଅଧେ ଦିଅ ।
ପ୍ରଥମ ରାଜାବଳୀ 3 : 26 (ORV)
ଏଥିରେ ଯେଉଁ ସ୍ତ୍ରୀର ପିଲା ଜୀବିତ ଥିଲା, ତାହାର ଅନ୍ତଃକରଣ ଆପଣା ପୁତ୍ର ପ୍ରତି ସ୍ନେହରେ ଉତ୍ତପ୍ତ ହେଲା, ଏଣୁ ସେ ରାଜାଙ୍କୁ କହିଲା, ହେ ମୋହର ପ୍ରଭୋ, ଜୀଅନ୍ତା ପିଲାଟି ତାକୁ ଦେଉନ୍ତୁ, କୌଣସିମତେ ତାକୁ ବଧ ନ କରନ୍ତୁ । ମାତ୍ର ଅନ୍ୟ ସ୍ତ୍ରୀ କହିଲା, ସେ ମୋହର ନୋହୁ କି ତୁମ୍ଭର ନୋହୁ; ତାକୁ ଦୁଇ ଖଣ୍ତ କର ।
ପ୍ରଥମ ରାଜାବଳୀ 3 : 27 (ORV)
ସେତେବେଳେ ରାଜା ଉତ୍ତର କରି କହିଲେ, ଏହାକୁ ଜୀବିତ ବାଳକଟି ଦିଅ, କୌଣସିମତେ ବଧ ନ କର; ସେ ତ ତାହାର ମାତା ।
ପ୍ରଥମ ରାଜାବଳୀ 3 : 28 (ORV)
ଆଉ ସମଗ୍ର ଇସ୍ରାଏଲ ରାଜାଙ୍କର ଏହି ବିଚାରର ନିଷ୍ପତ୍ତି ବିଷୟ ଶୁଣି ରାଜାଙ୍କୁ ଭୟ କଲେ; କାରଣ ସେମାନେ ଦେଖିଲେ ଯେ, ବିଚାର କରିବା ନିମନ୍ତେ ତାଙ୍କର ଅନ୍ତରରେ ପରମେଶ୍ଵର-ଦତ୍ତ ଜ୍ଞାନ ଅଛି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28