ପ୍ରଥମ ଶାମୁୟେଲ 18 : 1 (ORV)
ଅନନ୍ତର ଶାଉଲଙ୍କ ସହିତ ତାଙ୍କର କଥା ସମାପ୍ତ ହୁଅନ୍ତେ, ଯୋନାଥନର ପ୍ରାଣ ଦାଉଦଙ୍କର ପ୍ରାଣରେ ସଂଲଗ୍ନ ହେଲା, ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲା ।
ପ୍ରଥମ ଶାମୁୟେଲ 18 : 2 (ORV)
ପୁଣି ଶାଉଲ ସେହି ଦିନ ତାଙ୍କୁ ଗ୍ରହଣ କରି ତାଙ୍କର ପିତୃଗୃହକୁ ଆଉ ଯିବାକୁ ଦେଲେ ନାହିଁ ।
ପ୍ରଥମ ଶାମୁୟେଲ 18 : 3 (ORV)
ଆଉ ଯୋନାଥନ ଦାଉଦଙ୍କୁ ଆପଣା ପ୍ରାଣ ପରି ସ୍ନେହ କରିବାରୁ ସେମାନେ ଏକ ନିୟମ କଲେ ।
ପ୍ରଥମ ଶାମୁୟେଲ 18 : 4 (ORV)
ପୁଣି ଯୋନାଥନ ଆପଣା ଦେହରୁ ଚୋଗା କାଢ଼ି ଦାଉଦଙ୍କୁ ଦେଲା, ମଧ୍ୟ ଆପଣା ବସ୍ତ୍ର ଓ ଖଡ଼୍‍ଗ ଓ ଧନୁ ଓ କଟିବନ୍ଧନ ପର୍ଯ୍ୟନ୍ତ ତାଙ୍କୁ ଦେଲା ।
ପ୍ରଥମ ଶାମୁୟେଲ 18 : 5 (ORV)
ଆଉ ଶାଉଲ ଦାଉଦଙ୍କୁ ଯେକୌଣସି ସ୍ଥାନକୁ ପଠାନ୍ତି, ସେ ସେଠାକୁ ଯାଇ ବୁଦ୍ଧିରେ କାର୍ଯ୍ୟ କରନ୍ତି, ଏହେତୁ ଶାଉଲ ତାଙ୍କୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ କଲେ ଓ ଏହା ସମସ୍ତ ଲୋକଙ୍କ ଦୃଷ୍ଟିରେ ଓ ଶାଉଲଙ୍କ ଦାସମାନଙ୍କ ଦୃଷ୍ଟିରେ ମଧ୍ୟ ଉତ୍ତମ ଦେଖାଗଲା ।
ପ୍ରଥମ ଶାମୁୟେଲ 18 : 6 (ORV)
ଦାଉଦ ପଲେଷ୍ଟୀୟକୁ ବଧ କରି ଫେରିଲା ବେଳେ ଲୋକମାନେ ଆସୁ ଆସୁ ଏପରି ହେଲା ଯେ, ଇସ୍ରାଏଲୀୟ ସମସ୍ତ ନଗରରୁ ସ୍ତ୍ରୀମାନେ ବାହାରି ଦାରା, ଆନନ୍ଦଧ୍ଵନି ଓ ତ୍ରିତନ୍ତ୍ରୀ ବାଦ୍ୟ ସହିତ ଗାୟନ ଓ ନୃତ୍ୟ କରୁ କରୁ ଶାଉଲ ରାଜାଙ୍କୁ ଭେଟିବା ପାଇଁ ଆସିଲେ ।
ପ୍ରଥମ ଶାମୁୟେଲ 18 : 7 (ORV)
ଆଉ ସେହି ସ୍ତ୍ରୀମାନେ ବାଦ୍ୟ କରୁ କରୁ ଉତ୍ତର ପ୍ରତ୍ୟୁତ୍ତରକ୍ରମେ ଗାୟନ କରି କହିଲେ: ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ ।
ପ୍ରଥମ ଶାମୁୟେଲ 18 : 8 (ORV)
ଏଥିରେ ଶାଉଲ ଅତି କ୍ରୁଦ୍ଧ ହେଲେ ଓ ଏହି କଥା ତାଙ୍କର ଦୃଷ୍ଟିରେ ମନ୍ଦ ବୋଧ ହେଲା; ଏଣୁ ସେ କହିଲେ, ସେମାନେ ଦାଉଦକୁ ଅୟୁତ ଅୟୁତର ଜୟୀ ଓ ଆମ୍ଭଙ୍କୁ କେବଳ ସହସ୍ର ସହସ୍ରର ଜୟୀ ବୋଲି କହିଲେ; ରାଜତ୍ଵ ଛଡ଼ା ତାହାର ଆଉ କଅଣ ପାଇବାର ବାକୀ ଅଛି?
ପ୍ରଥମ ଶାମୁୟେଲ 18 : 9 (ORV)
ସେହି ଦିନାବଧି ଶାଉଲ ଦାଉଦଙ୍କ ପ୍ରତି କୁଦୃଷ୍ଟି ରଖିଲେ ।
ପ୍ରଥମ ଶାମୁୟେଲ 18 : 10 (ORV)
ପରଦିନ ପରମେଶ୍ଵରଙ୍କଠାରୁ ମନ୍ଦ-ଆତ୍ମା ଶାଉଲଙ୍କୁ ଆକ୍ରା; କରନ୍ତେ, ସେ ଗୃହ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ପୁଣି ଦାଉଦ ପ୍ରତିଦିନ ପରି ହସ୍ତରେ ବାଦ୍ୟ ବଜାଇଲେ; ସେସମୟରେ ଶାଉଲଙ୍କ ହସ୍ତରେ ବର୍ଚ୍ଛା ଥିଲା⇧ ।
ପ୍ରଥମ ଶାମୁୟେଲ 18 : 11 (ORV)
ତହୁଁ ଶାଉଲ ବର୍ଚ୍ଛା ଫିଙ୍ଗିଲେ; କାରଣ ସେ କହିଲେ, ମୁଁ ଦାଉଦକୁ କାନ୍ଥରେ ଫୋଡ଼ିବି । ମାତ୍ର ଦାଉଦ ତାଙ୍କ ନିକଟରୁ ଦୁଇଥର ଘୁଞ୍ଚିଗଲେ ।
ପ୍ରଥମ ଶାମୁୟେଲ 18 : 12 (ORV)
ପୁଣି ଶାଉଲ ଦାଉଦଙ୍କୁ ଭୟ କଲେ, କାରଣ ସଦାପ୍ରଭୁ ତାଙ୍କ ସଙ୍ଗରେ ଥିଲେ ଓ ଶାଉଲଙ୍କୁ ତ୍ୟାଗ କରିଥିଲେ ।
ପ୍ରଥମ ଶାମୁୟେଲ 18 : 13 (ORV)
ଏହେତୁ ଶାଉଲ ଆପଣା ନିକଟରୁ ତାଙ୍କୁ ଅନ୍ତର କରି ତାଙ୍କୁ ସହସ୍ର ଉପରେ ଆପଣାର ସେନାପତି କଲେ; ଆଉ ସେ ଲୋକମାନଙ୍କ ସମ୍ମୁଖରେ ଗତାୟାତ କଲେ ।
ପ୍ରଥମ ଶାମୁୟେଲ 18 : 14 (ORV)
ଆଉ ଦାଉଦ ଆପଣାର ସବୁ କଥାରେ ବୁଦ୍ଧିମାନ ହେଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗରେ ହେଲେ ।
ପ୍ରଥମ ଶାମୁୟେଲ 18 : 15 (ORV)
ପୁଣି ଯେତେବେଳେ ଶାଉଲ ତାଙ୍କୁ ଅତି ବୁଦ୍ଧିମାନ ଦେଖିଲେ, ସେ ତାଙ୍କ ବିଷୟରେ ଭୀତ ହେଲେ ।
ପ୍ରଥମ ଶାମୁୟେଲ 18 : 16 (ORV)
ମାତ୍ର ସମସ୍ତ ଇସ୍ରାଏଲ ଓ ଯିହୁଦା ଦାଉଦଙ୍କୁ ପ୍ରେମ କଲେ; କାରଣ ସେ ସେମାନଙ୍କ ସମ୍ମୁଖରେ ଗତାୟାତ କଲେ ।
ପ୍ରଥମ ଶାମୁୟେଲ 18 : 17 (ORV)
ଅନନ୍ତର ଶାଉଲ ଦାଉଦଙ୍କୁ କହିଲେ, ମେରବ୍ ନାମ୍ନୀ ମୋହର ଜ୍ୟେଷ୍ଠା କନ୍ୟାକୁ ଦେଖ, ମୁଁ ତୁମ୍ଭ ସଙ୍ଗରେ ତାହାର ବିବାହ ଦେବି; କେବଳ ତୁମ୍ଭେ ମୋହର ପକ୍ଷରେ ବିକ୍ରମୀ ହୁଅ ଓ ସଦାପ୍ରଭୁଙ୍କ ଯୁଦ୍ଧରେ ଯୁଦ୍ଧ କର । ଶାଉଲ ମନେ କଲେ, ମୋହର ହସ୍ତ ତାହା ଉପରେ ନ ଉଠୁ, ମାତ୍ର ପଲେଷ୍ଟୀୟମାନଙ୍କ ହସ୍ତ ତାହା ଉପରେ ଉଠୁ ।
ପ୍ରଥମ ଶାମୁୟେଲ 18 : 18 (ORV)
ଏଥିରେ ଦାଉଦ ଶାଉଲଙ୍କୁ କହିଲେ, ମୁଁ କିଏ ଓ ମୋହର ଜୀବନ କଅଣ ଓ ଇସ୍ରାଏଲ ମଧ୍ୟରେ ମୋହର ପିତୃବଂଶ କଅଣ ଯେ, ମୁଁ ମହାରାଜାଙ୍କ ଜୁଆଁଇ ହେବି?
ପ୍ରଥମ ଶାମୁୟେଲ 18 : 19 (ORV)
ମାତ୍ର ଯେଉଁ ସମୟରେ ଦାଉଦଙ୍କୁ ଶାଉଲଙ୍କର କନ୍ୟା ମେରବ୍ ଦତ୍ତ ହୋଇଥାʼନ୍ତା, ସେସମୟରେ ଏପରି ଘଟିଲା ଯେ, ସେ ମହୋଲାତୀୟ ଅଦ୍ରୀୟେଲକୁ ଭାର୍ଯ୍ୟା ରୂପେ ଦତ୍ତ ହେଲା ।
ପ୍ରଥମ ଶାମୁୟେଲ 18 : 20 (ORV)
ପୁଣି ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ପ୍ରେମ କଲା; ତହୁଁ ଲୋକମାନେ ଶାଉଲଙ୍କୁ ତାହା ଜଣାନ୍ତେ, ସେକଥା ତାଙ୍କ ଦୃଷ୍ଟିରେ ପସନ୍ଦ ହେଲା ।
ପ୍ରଥମ ଶାମୁୟେଲ 18 : 21 (ORV)
ପୁଣି ଶାଉଲ କହିଲେ, ମୁଁ ତାହାକୁ ସେହି କନ୍ୟା ଦେବି, ତହିଁରେ ସେ ତାହାର ଫାନ୍ଦ ସ୍ଵରୂପ ହେବ ଓ ପଲେଷ୍ଟୀୟମାନଙ୍କ ହସ୍ତ ତାହାର ପ୍ରତିକୂଳ ହେବ । ଏଣୁ ଶାଉଲ ଦାଉଦଙ୍କୁ କହିଲେ, ତୁମ୍ଭେ ଆଜି ଦ୍ଵିତୀୟବାର ମୋର ଜୁଆଁଇ ହେବ ।
ପ୍ରଥମ ଶାମୁୟେଲ 18 : 22 (ORV)
ଏଉତ୍ତାରେ ଶାଉଲ ଆପଣା ଦାସମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଗୋପନରେ ଦାଉଦ ସଙ୍ଗେ ଆଳାପ କରି କୁହ, ଦେଖ, ରାଜା ତୁମ୍ଭ ଉପରେ ସନ୍ତୁଷ୍ଟ ଅଛନ୍ତି ଓ ତାଙ୍କର ସମସ୍ତ ଦାସ ତୁମ୍ଭଙ୍କୁ ପ୍ରେମ କରୁଅଛନ୍ତି; ଏହେତୁ ତୁମ୍ଭେ ରାଜାଙ୍କର ଜୁଆଁଇ ହୁଅ ।
ପ୍ରଥମ ଶାମୁୟେଲ 18 : 23 (ORV)
ତହିଁରେ ଶାଉଲଙ୍କର ଦାସମାନେ ଦାଉଦଙ୍କର କର୍ଣ୍ଣଗୋଚରରେ ଏହି କଥା କହିଲେ । ତହୁଁ ଦାଉଦ କହିଲେ, ରାଜାଙ୍କର ଜୁଆଁଇ ହେବା ତୁମ୍ଭମାନଙ୍କ ଦୃଷ୍ଟିରେ କି କ୍ଷୁଦ୍ର କଥା? କାରଣ ମୁଁ ଦରିଦ୍ର ଲୋକ ଓ ଅଳ୍ପମାନ୍ୟ ।
ପ୍ରଥମ ଶାମୁୟେଲ 18 : 24 (ORV)
ଏଥିରେ ଦାଉଦ ଏପରି ଏପରି କହିଲେ ବୋଲି ଶାଉଲଙ୍କ ଦାସମାନେ ତାଙ୍କୁ ଜଣାଇ କହିଲେ ।
ପ୍ରଥମ ଶାମୁୟେଲ 18 : 25 (ORV)
ତହିଁରେ ଶାଉଲ କହିଲେ, ତୁମ୍ଭେମାନେ ଦାଉଦଙ୍କୁ ଏପରି କୁହ, ରାଜା କିଛି ମୂଲ୍ୟ ଚାହାନ୍ତି ନାହିଁ, ମାତ୍ର ରାଜାଙ୍କ ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ନିମନ୍ତେ ପଲେଷ୍ଟୀୟ-ମାନଙ୍କର ଶହେ ସୁନ୍ନତ ଚର୍ମ୍ମ ଚାହାନ୍ତି । ପଲେଷ୍ଟୀୟମାନଙ୍କ ହସ୍ତ ଦ୍ଵାରା ଦାଉଦଙ୍କୁ ବଧ କରିବା ପାଇଁ ଶାଉଲଙ୍କର ବିଚାର ଥିଲା ।
ପ୍ରଥମ ଶାମୁୟେଲ 18 : 26 (ORV)
ପୁଣି ତାଙ୍କର ଦାସମାନେ ଦାଉଦଙ୍କୁ ଏହି କଥା ଜଣାନ୍ତେ, ରାଜାଙ୍କର ଜୁଆଁଇ ହେବା ପାଇଁ ଦାଉଦଙ୍କ ଦୃଷ୍ଟିରେ ପସନ୍ଦ ହେଲା ।
ପ୍ରଥମ ଶାମୁୟେଲ 18 : 27 (ORV)
ଅନନ୍ତର କାଳ ସମ୍ପୂର୍ଣ୍ଣ ନୋହୁଣୁ, ଦାଉଦ ଓ ତାଙ୍କର ଲୋକମାନେ ଉଠିଯାଇ ପଲେଷ୍ଟୀୟମାନଙ୍କର ଦୁଇ ଶହ ଲୋକଙ୍କୁ ବଧ କଲେ; ପୁଣି ଦାଉଦ ସେମାନଙ୍କର ସୁନ୍ନତ ଚର୍ମ ଆଣିଲେ, ତହୁଁ ସେ ଯେପରି ରାଜାଙ୍କର ଜୁଆଁଇ ହେବେ, ସେଥିପାଇଁ ପୂର୍ଣ୍ଣ ସଂଖ୍ୟାନୁସାରେ ତାହା ରାଜାଙ୍କୁ ଦେଲେ⇧ । ତହିଁରେ ଶାଉଲ ତାଙ୍କୁ ଆପଣା କନ୍ୟା ମୀଖଲକୁ ଭାର୍ଯ୍ୟା ରୂପେ ଦାନ କଲେ ।
ପ୍ରଥମ ଶାମୁୟେଲ 18 : 28 (ORV)
ଆଉ ସଦାପ୍ରଭୁ ଦାଉଦଙ୍କର ସଙ୍ଗରେ ଅଛନ୍ତି; ଏହା ଶାଉଲ ଦେଖିଲେ ଓ ଜାଣିଲେ; ମଧ୍ୟ ଶାଉଲଙ୍କର କନ୍ୟା ମୀଖଲ ତାଙ୍କୁ ପ୍ରେମ କଲା ।
ପ୍ରଥମ ଶାମୁୟେଲ 18 : 29 (ORV)
ଏହେତୁ ଶାଉଲ ଦାଉଦଙ୍କର ବିଷୟରେ ଅଧିକ ଭୀତ ହେଲେ; ଆଉ ଶାଉଲ ସର୍ବଦା ଦାଉଦଙ୍କର ଶତ୍ରୁ ହେଲେ ।
ପ୍ରଥମ ଶାମୁୟେଲ 18 : 30 (ORV)
ଅନନ୍ତର ପଲେଷ୍ଟୀୟ ଅଧିପତିମାନେ ବାହାରିବାକୁ ଲାଗିଲେ; ପୁଣି ସେମାନେ ଯେତେ ଥର ବାହାରିଲେ, ସେତେ ଥର ଦାଉଦ ଶାଉଲଙ୍କର ସମସ୍ତ ଦାସ ଅପେକ୍ଷା ଅଧିକ ବୁଦ୍ଧିର କାର୍ଯ୍ୟ କଲେ; ଏଣୁ ତାଙ୍କର ନାମ ଅତିଶୟ ମାନ୍ୟ ହେଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30

BG:

Opacity:

Color:


Size:


Font: