ପ୍ରଥମ ଶାମୁୟେଲ 27 : 1 (ORV)
ଅନନ୍ତର ଦାଉଦ ମନେ ମନେ କହିଲେ, ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି ।
ପ୍ରଥମ ଶାମୁୟେଲ 27 : 2 (ORV)
ଏଉତ୍ତାରେ ଦାଉଦ ଓ ତାଙ୍କ ସଙ୍ଗରେ ଥିବା ଛଅ ଶହ ଲୋକ ଉଠି ପାର ହୋଇ ମୋୟାବର ପୁତ୍ର ଆଖୀଶ୍ ନାମକ ଗାଥ୍ର ରାଜା ନିକଟକୁ ଗଲେ ।
ପ୍ରଥମ ଶାମୁୟେଲ 27 : 3 (ORV)
ପୁଣି ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍ ନିକଟରେ ଗାଥ୍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ ।
ପ୍ରଥମ ଶାମୁୟେଲ 27 : 4 (ORV)
ଏଣୁ ଦାଉଦ ଗାଥ୍କୁ ପଳାଇଅଛି, ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାʼନ୍ତେ, ସେ ପୁନର୍ବାର ତାଙ୍କର ଆଉ ଅନ୍ଵେଷଣ କଲେ ନାହିଁ ।
ପ୍ରଥମ ଶାମୁୟେଲ 27 : 5 (ORV)
ଅନନ୍ତର ଦାଉଦ ଆଖୀଶ୍କୁ କହିଲେ, ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ?
ପ୍ରଥମ ଶାମୁୟେଲ 27 : 6 (ORV)
ତହିଁରେ ଆଖୀଶ୍ ସେହି ଦିନ ତାହାକୁ ସିକ୍ଳଗ୍ ନଗର ଦେଲାନ୍ତଏହି ହେତୁ ଅଦ୍ୟାପି ସିକ୍ଳଗ୍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି ।
ପ୍ରଥମ ଶାମୁୟେଲ 27 : 7 (ORV)
ଦାଉଦ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ଦିନର ସଂଖ୍ୟା ସମ୍ପୂର୍ଣ୍ଣ ଏକ ବର୍ଷ ଚାରି ମାସ ଥିଲା ।
ପ୍ରଥମ ଶାମୁୟେଲ 27 : 8 (ORV)
ଏଥି ମଧ୍ୟରେ ଦାଉଦ ଓ ତାଙ୍କର ଲୋକମାନେ ଯାଇ ଗଶୂରୀୟ ଓ ଗିଷରୀୟ ଓ ଅମାଲେକୀୟ ଲୋକମାନଙ୍କୁ ଆକ୍ରମଣ କରୁଥାʼନ୍ତି; କାରଣ ଶୂରର ସନ୍ନିକଟ ଓ ମିସର ପର୍ଯ୍ୟନ୍ତ ଯେଉଁ ଦେଶ, ତହିଁ ମଧ୍ୟରେ ପୂର୍ବକାଳରୁ ସେମାନେ ବାସ କରୁଥିଲେ ।
ପ୍ରଥମ ଶାମୁୟେଲ 27 : 9 (ORV)
ପୁଣି ଦାଉଦ ସେହି ଦେଶ ନିବାସୀମାନଙ୍କୁ ଆଘାତ କରି ପୁରୁଷ ଓ ସ୍ତ୍ରୀ କାହାକୁ ହିଁ ଜୀବିତ ରଖନ୍ତି ନାହିଁ ଓ ମେଷ, ଗୋରୁ, ଗର୍ଦ୍ଦଭ, ଉଷ୍ଟ୍ର ଓ ବସ୍ତ୍ରାଦି ଲୁଟ କରି ଆଖୀଶ୍ ନିକଟକୁ ଫେରି ଆସନ୍ତି ।
ପ୍ରଥମ ଶାମୁୟେଲ 27 : 10 (ORV)
ଏଥିରେ ଆଜି ତୁମ୍ଭେମାନେ କେଉଁ ସ୍ଥାନ ଆକ୍ରମଣ କଲ ବୋଲି ଆଖୀଶ୍ ପଚାରନ୍ତେ, ଦାଉଦ କହନ୍ତି, ଯିହୁଦାର ଦକ୍ଷିଣାଞ୍ଚଳ ଓ ଯିରହମେଲୀୟମାନଙ୍କ ଦକ୍ଷିଣାଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣାଞ୍ଚଳ ।
ପ୍ରଥମ ଶାମୁୟେଲ 27 : 11 (ORV)
ପୁଣି ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ ବୋଲି ଭାବି ଦାଉଦ ଗାଥ୍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ ।
ପ୍ରଥମ ଶାମୁୟେଲ 27 : 12 (ORV)
ଏହେତୁ ଆଖୀଶ୍ ଦାଉଦଙ୍କୁ ବିଶ୍ଵାସ କରି କହିଲା, ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତା; ଦୁର୍ଗନ୍ଧ ସ୍ଵରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ ।

1 2 3 4 5 6 7 8 9 10 11 12

BG:

Opacity:

Color:


Size:


Font: