ପ୍ରଥମ ଶାମୁୟେଲ 28 : 1 (ORV)
ସେହି ସମୟରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ନିମନ୍ତେ ପଲେଷ୍ଟୀୟମାନେ ସଂଗ୍ରାମ ପାଇଁ ଆପଣାମାନଙ୍କ ସୈନ୍ୟସାମ; ସଂଗ୍ରହ କଲେ । ଏଣୁ ଆଖୀଶ୍ ଦାଉଦଙ୍କୁ କହିଲା, ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସୈନ୍ୟସାମନ୍ତଭୁକ୍ତ ହୋଇ ମୋʼ ସଙ୍ଗେ ଯିବାକୁ ହେବ, ଏହା ତୁମ୍ଭେ ନିଶ୍ଚୟ ଜାଣ ।
ପ୍ରଥମ ଶାମୁୟେଲ 28 : 2 (ORV)
ତହିଁରେ ଦାଉଦ ଆଖୀଶ୍କୁ କହିଲେ, ତାହାହେଲେ ଆପଣଙ୍କ ଦାସ କଅଣ କରିବ, ତାହା ଆପଣ ଜାଣିବେ । ତେଣୁ ଆଖୀଶ୍ ଦାଉଦଙ୍କୁ କହିଲା, ସେଥିପାଇଁ ମୁଁ ତୁମ୍ଭକୁ ଯାବଜ୍ଜୀବନ ଆପଣା ମସ୍ତକ-ରକ୍ଷକ କରିବି ।
ପ୍ରଥମ ଶାମୁୟେଲ 28 : 3 (ORV)
ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ । ପୁଣି ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ ।
ପ୍ରଥମ ଶାମୁୟେଲ 28 : 4 (ORV)
ଏଥିରେ ପଲେଷ୍ଟୀୟମାନେ ଏକତ୍ର ହୋଇ ଆସି ଶୂନେମରେ ଛାଉଣି ସ୍ଥାପନ କଲେ; ପୁଣି ଶାଉଲ ସମସ୍ତ ଇସ୍ରାଏଲକୁ ଏକତ୍ର କରନ୍ତେ, ସେମାନେ ଗିଲବୋୟରେ ଛାଉଣି ସ୍ଥାପନ କଲେ ।
ପ୍ରଥମ ଶାମୁୟେଲ 28 : 5 (ORV)
ମାତ୍ର ଶାଉଲ ପଲେଷ୍ଟୀୟମାନଙ୍କ ସୈନ୍ୟସାମ; ଦେଖି ଭୀତ ହେଲେ ଓ ତାଙ୍କର ହୃଦୟ ଅତ୍ୟ; କମ୍ପିତ ହେଲା ।
ପ୍ରଥମ ଶାମୁୟେଲ 28 : 6 (ORV)
ତହୁଁ ଶାଉଲ ସଦାପ୍ରଭୁଙ୍କ ନିକଟରେ ପଚାରନ୍ତେ, ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ ନାହିଁ; ନା ସ୍ଵପ୍ନ ଦ୍ଵାରା, ନା ଊରୀମ୍ ଦ୍ଵାରା, ନା ଭବିଷ୍ୟଦ୍ବକ୍ତାମାନଙ୍କ ଦ୍ଵାରା ।
ପ୍ରଥମ ଶାମୁୟେଲ 28 : 7 (ORV)
ତେବେ ଶାଉଲ ଆପଣା ଦାସମାନଙ୍କୁ କହିଲେ, ମୋʼ ପାଇଁ ଗୋଟିଏ ଭୂତୁଡ଼ିଆ ସ୍ତ୍ରୀ ଖୋଜ, ମୁଁ ତାହା କତିକି ଯାଇ ତାହାଠାରୁ ବୁଝିବି । ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, ଦେଖନ୍ତୁ, ଐନଦୋରରେ ଏକ ଭୂତୁଡ଼ିଆ ସ୍ତ୍ରୀ ଅଛି ।
ପ୍ରଥମ ଶାମୁୟେଲ 28 : 8 (ORV)
ତହୁଁ ଶାଉଲ ଅନ୍ୟ ବସ୍ତ୍ର ପିନ୍ଧି ଛଦ୍ମବେଶ ଧରି ଦୁଇ ଜଣ ପୁରୁଷଙ୍କୁ ସଙ୍ଗେ ନେଇ ଗଲେ ଓ ସେମାନେ ରାତ୍ରି ବେଳେ ସେହି ସ୍ତ୍ରୀ ନିକଟରେ ଉପସ୍ଥିତ ହେଲେ; ତହୁଁ ଶାଉଲ କହିଲେ, ତୁମ୍ଭେ ଭୂତ ଦ୍ଵାରା ମୋʼ ପାଇଁ ଟିକିଏ ମନ୍ତ୍ର ପଢ଼, ମୁଁ ତୁମ୍ଭକୁ ଯାହାଙ୍କର ନାମ କହିବି, ତାଙ୍କୁ ମୋʼ କତିକି ଉଠାଇ ଆଣ ।
ପ୍ରଥମ ଶାମୁୟେଲ 28 : 9 (ORV)
ଏଥିରେ ସେ ସ୍ତ୍ରୀ କହିଲା, ଦେଖ, ଶାଉଲ ଯାହା କରିଅଛି, କିପରି ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ଦେଶରୁ ଉଚ୍ଛିନ୍ନ କରିଅଛି, ତାହା ତୁମ୍ଭେ ଜାଣ; ଏଣୁ ମୋହର ମୃତ୍ୟୁ ଘଟାଇବା ପାଇଁ କିହେତୁ ମୋହର ପ୍ରାଣ ବିରୁଦ୍ଧରେ ଫାନ୍ଦ ପାତୁଅଛ?
ପ୍ରଥମ ଶାମୁୟେଲ 28 : 10 (ORV)
ଏଥିରେ ଶାଉଲ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ସକାଶୁ ତୁମ୍ଭ ପ୍ରତି କୌଣସି ଦଣ୍ତ ବର୍ତ୍ତିବ ନାହିଁ ।
ପ୍ରଥମ ଶାମୁୟେଲ 28 : 11 (ORV)
ସେତେବେଳେ ସେହି ସ୍ତ୍ରୀ କହିଲା, ମୁଁ କାହାକୁ ତୁମ୍ଭ କତିକି ଉଠାଇ ଆଣିବି? ସେ କହିଲେ, ମୋʼ କତିକି ଶାମୁୟେଲଙ୍କୁ ଉଠାଇ ଆଣ ।
ପ୍ରଥମ ଶାମୁୟେଲ 28 : 12 (ORV)
ଏଥିରେ ସେ ସ୍ତ୍ରୀ ଶାମୁୟେଲଙ୍କୁ ଦେଖି ଉଚ୍ଚୈଃସ୍ଵରରେ କ୍ରନ୍ଦନ କଲା, ଆଉ ସେ ଶାଉଲଙ୍କୁ କହିଲା, ଆପଣ କିହେତୁ ମୋତେ ପ୍ରତାରଣା କଲେ? କାରଣ ଆପଣ ଶାଉଲ ।
ପ୍ରଥମ ଶାମୁୟେଲ 28 : 13 (ORV)
ତହୁଁ ରାଜା ତାହାକୁ କହିଲେ, ଭୟ ନ କର; ତୁମ୍ଭେ କଅଣ ଦେଖୁଅଛ? ତହିଁରେ ସେ ସ୍ତ୍ରୀ ଶାଉଲଙ୍କୁ କହିଲା, ମୁଁ ଦେବଗଣ (ତୁଲ୍ୟ ଏକ ବ୍ୟକ୍ତି) ଭୂମିରୁ ଉଠି ଆସିବାର ଦେଖୁଅଛି ।
ପ୍ରଥମ ଶାମୁୟେଲ 28 : 14 (ORV)
ଏଥିରେ ଶାଉଲ ତାହାକୁ ପଚାରିଲେ, ତାହାର ରୂପ କି ପ୍ରକାର? ସେ କହିଲା, ଜଣେ ବୃଦ୍ଧ ଲୋକ ଉଠି ଆସୁଅଛି; ସେ ଚୋଗାରେ ଆଚ୍ଛନ୍ନ! ତହୁଁ ଶାଉଲ ଜାଣିଲେ ଯେ, ସେ ଶାମୁୟେଲ, ଏଣୁ ସେ ଭୂମିଷ୍ଠ ପ୍ରଣାମ କଲେ ।
ପ୍ରଥମ ଶାମୁୟେଲ 28 : 15 (ORV)
ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ? ତହୁଁ ଶାଉଲ ଉତ୍ତର ଦେଲେ, ମୁଁ ଅତ୍ୟ; ବିପଦ୍ଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋʼ ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ଵର ମୋତେ ତ୍ୟାଗ କରିଅଛନ୍ତି ପୁଣି ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍ବକ୍ତାମାନଙ୍କ ହାତରେ, ନା ସ୍ଵପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି ।
ପ୍ରଥମ ଶାମୁୟେଲ 28 : 16 (ORV)
ଏଥିରେ ଶାମୁୟେଲ କହିଲେ, ସଦାପ୍ରଭୁ ତ ତୁମ୍ଭକୁ ତ୍ୟାଗ କରିଅଛନ୍ତି ଓ ତୁମ୍ଭର ବିପକ୍ଷ ହୋଇଅଛନ୍ତି, ତେବେ ତୁମ୍ଭେ ମୋତେ କାହିଁକି ପଚାରୁଅଛ?
ପ୍ରଥମ ଶାମୁୟେଲ 28 : 17 (ORV)
ସଦାପ୍ରଭୁ ମୋʼ ଦ୍ଵାରା ଯେପରି କହିଥିଲେ, ସେ ଆପଣା ପାଇଁ ସେପରି କରିଅଛନ୍ତି; ପୁଣି ସଦାପ୍ରଭୁ ତୁମ୍ଭ ହସ୍ତରୁ ରାଜତ୍ଵ ଟାଣି ଚିରିଅଛନ୍ତି ଓ ତୁମ୍ଭ ପ୍ରତିବାସୀ ଦାଉଦଙ୍କୁ ତାହା ଦେଇଅଛନ୍ତି ।
ପ୍ରଥମ ଶାମୁୟେଲ 28 : 18 (ORV)
ଯେହେତୁ ତୁମ୍ଭେ ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ ଓ ଅମାଲେକ ପ୍ରତି ତାହାଙ୍କ ପ୍ରଚଣ୍ତ କୋପ ସଫଳ କଲ ନାହିଁ, ଏହେତୁ ଆଜି ସଦାପ୍ରଭୁ ତୁମ୍ଭ ପ୍ରତି ଏହି କର୍ମ କରିଅଛନ୍ତି ।
ପ୍ରଥମ ଶାମୁୟେଲ 28 : 19 (ORV)
ଆହୁରି ସଦାପ୍ରଭୁ ତୁମ୍ଭ ସହିତ ଇସ୍ରାଏଲକୁ ମଧ୍ୟ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ; ଏଣୁ କାଲି ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଆମ୍ଭ ସଙ୍ଗୀ ହେବ; ମଧ୍ୟ ସଦାପ୍ରଭୁ ଇସ୍ରାଏଲର ସୈନ୍ୟସାମନ୍ତଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ ।
ପ୍ରଥମ ଶାମୁୟେଲ 28 : 20 (ORV)
ତହିଁରେ ଶାଉଲ ସେହିକ୍ଷଣି ଭୂମିରେ ଲମ୍ଵ ହୋଇ ପଡ଼ିଗଲେ ଓ ଶାମୁୟେଲଙ୍କର କଥା ସକାଶୁ ଅତିଶୟ ଭୟ କଲେ ଓ ତାଙ୍କଠାରେ ଆଉ କିଛି ବଳ ରହିଲା ନାହିଁ; କାରଣ ସେ ଦିନଯାକ ଓ ରାତ୍ରିଯାକ କିଛି ଭୋଜନ କରି ନ ଥିଲେ ।
ପ୍ରଥମ ଶାମୁୟେଲ 28 : 21 (ORV)
ଏଥିରେ ସେ ସ୍ତ୍ରୀ ଶାଉଲଙ୍କ ନିକଟକୁ ଆସି ତାଙ୍କୁ ଅତିଶୟ ବିହ୍ଵଳ ଦେଖି କହିଲା, ଦେଖନ୍ତୁ, ଆପଣଙ୍କ ଦାସୀ ଆପଣଙ୍କ ରବ ଶୁଣିଅଛି ଓ ମୁଁ ମୋʼ ପ୍ରାଣ ଆପଣା ହାତରେ ଧରି ଯାହା ଆପଣ ମୋତେ କହିଲେ, ଆପଣଙ୍କ ସେହି କଥା ମୁଁ ଶୁଣିଲି ।
ପ୍ରଥମ ଶାମୁୟେଲ 28 : 22 (ORV)
ଏହେତୁ ବିନୟ କରୁଅଛି, ଏବେ ଆପଣ ମଧ୍ୟ ଆପଣା ଦାସୀର ରବ ଶୁଣନ୍ତୁ ଓ ଆପଣଙ୍କ ସମ୍ମୁଖରେ ମୁଠିଏ ଆହାର ଥୋଇବା ପାଇଁ ମୋତେ ଅନୁମତି ଦେଉନ୍ତୁ ଓ ଭୋଜନ କରନ୍ତୁ, ତହିଁରେ ନିଜ ପଥରେ ଗଲା ବେଳେ ବଳ ପାଇବେ ।
ପ୍ରଥମ ଶାମୁୟେଲ 28 : 23 (ORV)
ମାତ୍ର ସେ ଅସମ୍ମତ ହୋଇ କହିଲେ, ମୁଁ ଭୋଜନ କରିବି ନାହିଁ । ତଥାପି ତାଙ୍କର ଦାସମାନେ ଓ ସେ ସ୍ତ୍ରୀ ମିଶି ତାଙ୍କୁ ବଳାନ୍ତେ, ସେ ସେମାନଙ୍କ ରବ ଶୁଣିଲେ । ପୁଣି ସେ ଭୂମିରୁ ଉଠି ଶଯ୍ୟା ଉପରେ ବସିଲେ ।
ପ୍ରଥମ ଶାମୁୟେଲ 28 : 24 (ORV)
ସେତେବେଳେ ସେ ସ୍ତ୍ରୀର ଗୃହରେ ଗୋଟିଏ ହୃଷ୍ଟପୁଷ୍ଟ ବାଛୁରି ଥିଲା; ଏଣୁ ସେ ଶୀଘ୍ର ତାକୁ ମାରିଲା ଓ ମଇଦା ନେଇ ତାହା ଦଳି ତାଡ଼ିଶୂନ୍ୟ ରୋଟୀ ପ୍ରସ୍ତୁତ କଲା ।
ପ୍ରଥମ ଶାମୁୟେଲ 28 : 25 (ORV)
ତହୁଁ ସେ ଶାଉଲଙ୍କ ସମ୍ମୁଖକୁ ଓ ତାଙ୍କର ଦାସମାନଙ୍କ ସମ୍ମୁଖକୁ ତାହା ଆଣନ୍ତେ, ସେମାନେ ଭୋଜନ କଲେ । ତହିଁ ଉତ୍ତାରେ ସେହି ରାତ୍ରିରେ ସେମାନେ ଉଠି ଚାଲିଗଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25

BG:

Opacity:

Color:


Size:


Font: