ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 1 (ORV)
ପାଉଲ, ସିଲ୍ଵାନ ଓ ତୀମଥି, ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ତଳୀ ନିକଟକୁ ପତ୍ର ଲେଖୁଅଛନ୍ତି; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 2 (ORV)
ଆମ୍ଭମାନଙ୍କ ଈଶ୍ଵର ଓ ପିତାଙ୍କ ଛାମୁରେ ଆମ୍ଭେମାନେ ତୁମ୍ଭମାନଙ୍କ ବିଶ୍ଵାସର କର୍ମ, ପ୍ରେମର ପରିଶ୍ରମ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ଵନ୍ଧୀୟ ତୁମ୍ଭମାନଙ୍କ ଭରସାର ଧୈର୍ଯ୍ୟ ବିଷୟ ନିରନ୍ତର ସ୍ମରଣ କରି
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 3 (ORV)
ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛୁ,
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 4 (ORV)
କାରଣ ହେ ଈଶ୍ଵରଙ୍କ ପ୍ରିୟପାତ୍ର ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ,
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 5 (ORV)
ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟ; ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲା; ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ନିମନ୍ତେ ଆମ୍ଭେମାନେ କିପ୍ରକାରେ ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 6 (ORV)
ପୁଣି, ତୁମ୍ଭେମାନେ ବହୁ କ୍ଳେଶଭୋଗ ମଧ୍ୟରେ ପବିତ୍ର ଆତ୍ମାଙ୍କ ଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 7 (ORV)
ଏପରକି ତୁମ୍ଭେମାନେ ମାକିଦନିଆ ଓ ଆଖାୟା ନିବାସୀ ସମସ୍ତ ବିଶ୍ଵାସୀଙ୍କ ପ୍ରତି ଆଦର୍ଶ ସ୍ଵରୂପ ହୋଇଥିଲ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 8 (ORV)
କାରଣ ତୁମ୍ଭମାନଙ୍କଠାରୁ ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ଘୋଷିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ଵରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ଵାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ଵନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନାହିଁ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 9 (ORV)
ଯେଣୁ ଲୋକେ ନିଜେ ନିଜେ ଆମ୍ଭମାନଙ୍କ ସମ୍ଵନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କଅଣ ଘଟିଥିଲା, ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ଵରଙ୍କ ସେବା କରିବା ନିମନ୍ତେ,
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 10 (ORV)
ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କ ସେହି ଉଦ୍ଧାରକର୍ତ୍ତା ଯୀଶୁଙ୍କ ସ୍ଵର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା ନିମନ୍ତେ ଈଶ୍ଵରଙ୍କ ପ୍ରତି ଫେରିଲ ।
❮
❯