ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 1 (ORV)
ଏଥିନିମନ୍ତେ ଆମ୍ଭେମାନେ ଆଉ ସହି ନ ପାରିବାରୁ ଆଥୀନୀରେ ଏକାକୀ ପଛରେ ରହିବା ପାଇଁ ସ୍ଥିର କଲୁ;
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 2 (ORV)
ପୁଣି, ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ଓ ତୁମ୍ଭମାନଙ୍କ ବିଶ୍ଵାସ ସମ୍ଵନ୍ଧରେ ତୁମ୍ଭମାନଙ୍କୁ ଉତ୍ସାହ ଦେବାକୁ ଖ୍ରୀଷ୍ଟଙ୍କ ସୁସମାଚାର କାର୍ଯ୍ୟରେ ଈଶ୍ଵରଙ୍କ ସହକାର୍ଯ୍ୟକାରୀ ଆମ୍ଭମାନଙ୍କ ଭାଇ ତୀମଥିଙ୍କୁ ପଠାଇଲୁ,
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 3 (ORV)
ଯେପରି କେହି ଏହି ସମସ୍ତ କ୍ଳେଶ ମଧ୍ୟରେ ବିଚଳିତ ନ ହୁଏ । ଆମ୍ଭେମାନେ ସେଥିନିମନ୍ତେ ନିରୂପିତ ବୋଲି ତୁମ୍ଭେ-ମାନେ ତ ନିଜେ ଜାଣ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 4 (ORV)
କାରଣ ଆମ୍ଭମାନଙ୍କୁ ଯେ କ୍ଳେଶ ଭୋଗ କରିବାକୁ ହେବ, ଏହା ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ତୁମ୍ଭମାନଙ୍କୁ ପୂର୍ବରୁ ଥରକୁଥର କହିଥିଲୁ, ପୁଣି ସେହିପରି ଘଟିଅଛି, ଆଉ ତୁମ୍ଭେମାନେ ତାହା ଜାଣ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 5 (ORV)
ଏଥିନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରୀକ୍ଷା କରିଥିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଥିବ, ଏହା ଆଶଙ୍କା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ଵାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 6 (ORV)
କିନ୍ତୁ ଏବେ ତୀମଥି ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କ ନିକଟକୁ ଫେରି ଆସି ତୁମ୍ଭମାନଙ୍କ ବିଶ୍ଵାସ ଓ ପ୍ରେମ ସମ୍ଵନ୍ଧରେ, ପୁଣି ଆମ୍ଭେମାନେ ଯେପରି ତୁମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛୁ, ସେହିପରି ତୁମ୍ଭେମାନେ ସର୍ବଦା ଆମ୍ଭମାନଙ୍କୁ ସାଦରେ ସ୍ମରଣରେ ରଖି ଯେ ଆମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛ, ଏ ବିଷୟରେ ଆମ୍ଭମାନଙ୍କୁ ଶୁଭ ସମ୍ଵାଦ ଦେଇଅଛନ୍ତି;
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 7 (ORV)
ଏଥିନିମନ୍ତେ, ହେ ଭାଇମାନେ, ତୁମ୍ଭମାନଙ୍କ ବିଶ୍ଵାସ ଦ୍ଵାରା ଆମ୍ଭେମାନେ ଆମ୍ଭମାନଙ୍କ ସମସ୍ତ ସଙ୍କଟ ଓ କ୍ଳେଶଭୋଗରେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ଵନା ପ୍ରାପ୍ତ ହୋଇଅଛୁ;
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 8 (ORV)
କାରଣ ଆମ୍ଭେମାନେ ଏବେ ଜୀବିତ, ଯଦି ତୁମ୍ଭେମାନେ ପ୍ରଭୁଙ୍କଠାରେ ସୁସ୍ଥିର ହୋଇଥାଅ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 9 (ORV)
ହଁ, ଆମ୍ଭମାନଙ୍କ ଈଶ୍ଵରଙ୍କ ଛାମୁରେ ତୁମ୍ଭମାନଙ୍କ ସକାଶେ ଆମ୍ଭେମାନେ ଯେ ସମସ୍ତ ଆନନ୍ଦରେ ଆନନ୍ଦିତ ହେଉଅଛୁ, ସେଥିର ପ୍ରତିଦାନ ସ୍ଵରୂପେ ତୁମ୍ଭମାନଙ୍କ ନିମନ୍ତେ ଈଶ୍ଵରଙ୍କୁ କିପରି ଧନ୍ୟବାଦ ଦେଇ ପାରୁ?
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 10 (ORV)
ତୁମ୍ଭମାନଙ୍କ ବିଶ୍ଵାସର ଯାହା କିଛି ଊଣା ଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଯେପରି ସାକ୍ଷାତ କରି ପାରୁ, ଏଥିପାଇଁ ଦିବାରାତ୍ର ଅତିଶୟ ପ୍ରାର୍ଥନା କରୁଅଛୁ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 11 (ORV)
ଆମ୍ଭମାନଙ୍କ ଈଶ୍ଵର ଓ ପିତା ନିଜେ, ଆଉ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ତୁମ୍ଭମାନଙ୍କ ନିକଟକୁ ଆମ୍ଭମାନଙ୍କ ଗମନର ପଥ ସୁଗମ କରନ୍ତୁ;
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 12 (ORV)
ଆଉ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ଯେପରି ପ୍ରେମ, ସେପରି ପରସ୍ପର ଓ ସମସ୍ତଙ୍କ ପ୍ରତି ପ୍ରେମରେ ପ୍ରଭୁ ତୁମ୍ଭମାନଙ୍କୁ ଆହୁରି ଅଧିକ ରୂପେ ବଢ଼ାଇ ଦିଅନ୍ତୁ;
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 13 (ORV)
ସେ ତୁମ୍ଭମାନଙ୍କ ହୃଦୟ ସୁସ୍ଥିର କରି ରଖନ୍ତୁ, ଯେପରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଆପଣା ସମସ୍ତ ସାଧୁଙ୍କ ସହିତ ଆଗମନ କରିବା ସମୟରେ ତୁମ୍ଭେମାନେ ଆମ୍ଭମାନଙ୍କ ଈଶ୍ଵର ଓ ପିତାଙ୍କ ଛାମୁରେ ପବିତ୍ରତାରେ ଅନିନ୍ଦନୀୟ ଦେଖାଯିବ ।
❮
❯