ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 1 (ORV)
ପାଉଲ, ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵର ଓ ଭରସାଭୂମି ଖ୍ରୀଷ୍ଟ ଯୀଶୁଙ୍କ ଆଜ୍ଞା ଅନୁସାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ,
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 2 (ORV)
ଧର୍ମବିଶ୍ଵାସରେ ଆପଣା ଯଥାର୍ଥ ପୁତ୍ର ତୀମଥିଙ୍କ ନିକଟକୁ ପତ୍ର ଲେଖୁଅଛି; ପିତା ଈଶ୍ଵର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 3 (ORV)
ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 4 (ORV)
କି କଳ୍ପିତ ଗଳ୍ପ ଓ ଅଶେଷ ବଂଶାବଳୀରେ ମନୋଯୋଗ ନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; ସେହିସବୁ ତ ବିଶ୍ଵାସ ସମ୍ଵନ୍ଧୀୟ ଈଶ୍ଵରଙ୍କ ବିଧାନର ଉପକାରୀ ନ ହୋଇ ବରଂ ଯୁକ୍ତିତର୍କ ସୃଷ୍ଟି କରେ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 5 (ORV)
କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ଵାସରୁ ଜାତ ଯେଉଁ ପ୍ରେମ,
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 6 (ORV)
ତାହା ଧର୍ମଶିକ୍ଷାର ଉଦ୍ଦେଶ୍ୟ ଅଟେ; କେହି କେହି ଏ ସମସ୍ତ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅସାର କଥାରେ ଆସକ୍ତ ହୋଇ ପଥଭ୍ରଷ୍ଟ ହୋଇଅଛନ୍ତି;
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 7 (ORV)
ସେମାନେ ବ୍ୟବସ୍ଥାର ଅଧ୍ୟାପକ ହେବାକୁ ଇଚ୍ଛା କରନ୍ତି, ମାତ୍ର ଯାହା କହନ୍ତି, କି କେଉଁ ବିଷୟରେ ଦୃଢ଼ ଶିକ୍ଷା ଦିଅନ୍ତି, ତାହା ନିଜେ ବୁଝନ୍ତି ନାହିଁ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 8 (ORV)
କିନ୍ତୁ ବ୍ୟବସ୍ଥା ଧାର୍ମିକ ଲୋକ ନିମନ୍ତେ ସ୍ଥାପିତ ନ ହୋଇ ସ୍ଵେଚ୍ଛାଚାରୀ ଓ ଅବାଧ୍ୟ, ଅଧାର୍ମିକ ଓ ପାପୀ, ଅଶୁଚି ଓ ଧର୍ମଦ୍ଵେଷୀ, ପିତୃହନ୍ତା ଓ ମାତୃହନ୍ତା,
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 9 (ORV)
ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟ-ଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ, ପୁଣି ହିତଜନକ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ସ୍ଥାପିତ ହୋଇଅଛି,
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 10 (ORV)
ଏହା ଜାଣି ଯଦି କେହି ବିହିତମତେ ବ୍ୟବସ୍ଥା ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଆମ୍ଭେମାନେ ଜାଣୁ;
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 11 (ORV)
ଏହା ତ ମୋʼ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ଵରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 12 (ORV)
ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ସକ୍ଷମ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ଵସ୍ତ ଜ୍ଞାନ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି,
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 13 (ORV)
ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ଵାସ ହେତୁ ଅଜ୍ଞାନପଣରେ ତାହା କରିଥିଲି ବୋଲି ଦୟାପ୍ରାପ୍ତ ହେଲି;
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 14 (ORV)
ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ଵାସ ଓ ପ୍ରେମ ସହକାରେ ମୋʼ ପ୍ରତି ଅତି ପ୍ରଚୁର ହେଲା ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 15 (ORV)
ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତରେ ଅବତୀର୍ଣ୍ଣ ହେଲେ, ଏହି ବାକ୍ୟ ବିଶ୍ଵାସ ଓ ସର୍ବତୋଭାବେ ଗ୍ରହଣଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 16 (ORV)
ତଥାପି ଯେଉଁମାନେ ଭବିଷ୍ୟତକାଳରେ ଅନ; ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ କରିବେ, ସେମାନଙ୍କ ନିକଟରେ ଦୃଷ୍ଟାନ୍ତ ସ୍ଵରୂପ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋʼଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥିନିମନ୍ତେ ମୁଁ ଦୟାପ୍ରାପ୍ତ ହେଲି ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 17 (ORV)
ଅକ୍ଷୟ, ଅଦୃଶ୍ୟ, ଅଦ୍ଵିତୀୟ ଈଶ୍ଵର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ । ଆମେନ୍ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 18 (ORV)
ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଉକ୍ତ ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରି ପାର;
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 19 (ORV)
ବିଶ୍ଵାସ ଓ ଶୁଚି ବିବେକ ଧରି ରଖ; ତାହା ପରିତ୍ୟାଗ କରିବାରୁ କେତେକଙ୍କର ବିଶ୍ଵାସରୂପ ଜାହାଜ ଭଗ୍ନ ହୋଇଅଛି;
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 20 (ORV)
ସେମାନଙ୍କ ମଧ୍ୟରୁ ହୁମନାୟ ଓ ଆଲେକ୍ଜାଣ୍ତର ଅନ୍ୟତମ; ଏମାନେ ଯେପରି ଶାସନପ୍ରାପ୍ତ ହୋଇ ଈଶ୍ଵରନିନ୍ଦା ନ କରନ୍ତି, ଏଥିନିମନ୍ତେ ମୁଁ ଏମାନଙ୍କୁ ଶୟତାନ ହସ୍ତରେ ସମର୍ପଣ କଲି ।

1 2 3 4 5 6 7 8 9 10 11 12 13 14 15 16 17 18 19 20