ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 1 (ORV)
ଏହି କଥା ସତ୍ୟ, କେହି ଯଦି ଅଧ୍ୟକ୍ଷ ପଦ ପାଇବାକୁ ଆକାଂକ୍ଷା କରନ୍ତି, ତେବେ ସେ ଉତ୍ତମ କାର୍ଯ୍ୟ ବାଞ୍ଛା କରନ୍ତି ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 2 (ORV)
ଅତଏବ, ଅଧ୍ୟକ୍ଷଙ୍କର ଅନିନ୍ଦନୀୟ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ଵାମୀ, ମିତଭୋଗୀ, ସୁବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ,
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 3 (ORV)
ମଦ୍ୟପାୟୀ କି ବିବାଦପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ,
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 4 (ORV)
ନିଜ ପରିବାରକୁ ଉତ୍ତମ ରୂପେ ଶାସନ କରିବେ, ଗାମ୍ଭୀର୍ଯ୍ୟ ସହକାରେ ଆପଣା ସନ୍ତାନମାନଙ୍କୁ ବଶୀଭୂତ କରି ରଖିବେ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 5 (ORV)
(କେହି ଯେବେ ଆପଣା ପରିବାରକୁ ଶାସନ କରିବାକୁ ଜାଣେ ନାହିଁ, ତେବେ ସେ କିପରି ଈଶ୍ଵରଙ୍କ ମଣ୍ତଳୀର ତତ୍ତ୍ଵ ନେବ?)
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 6 (ORV)
ସେ ନୂତନ ଶିଷ୍ୟ ହୋଇ ନ ଥିବେ, କାଳେ ଅସାରଗର୍ବୀ ହୋଇ ଶୟତାନ ସଦୃଶ ଦଣ୍ତଗ୍ରସ୍ତ ହେବେ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 7 (ORV)
ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସୁଖ୍ୟାତି ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 8 (ORV)
ସେହି ପ୍ରକାରେ ସେବକମାନଙ୍କର, ଶୁଦ୍ଧ ବିବେକରେ ବିଶ୍ଵାସର ନିଗୂଢ଼ ତତ୍ତ୍ଵ ଅବଲମ୍ଵନ କରି ଗମ୍ଭୀର, ଛଳନାବାକ୍ୟରହିତ,
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 9 (ORV)
ମଦ୍ୟପାନରେ ଅନାସକ୍ତ ଓ କୁତ୍ସିତ ଧନଲାଭରେ ନିର୍ଲୋଭ ହେବା ଆବଶ୍ୟକ;
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 10 (ORV)
ସେମାନେ ମଧ୍ୟ ପ୍ରଥମେ ପରୀକ୍ଷିତ ହେଉନ୍ତୁ, ପୁଣି ନିର୍ଦ୍ଦୋଷ ଦେଖାଗଲେ, ସେବକ ପଦରେ ନିଯୁକ୍ତ ହେଉନ୍ତୁ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 11 (ORV)
ସେହି ପ୍ରକାରେ ସ୍ତ୍ରୀମାନଙ୍କର ମଧ୍ୟ ପରନିନ୍ଦା-କାରିଣୀ ନ ହୋଇ ଗମ୍ଭୀରା, ମିତାଚାରିଣୀ ଓ ସମସ୍ତ ବିଷୟରେ ବିଶ୍ଵସ୍ତା ହେବା ଆବଶ୍ୟକ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 12 (ORV)
ସେବକମାନେ ଏକ ଏକ ସ୍ତ୍ରୀର ସ୍ଵାମୀ ହେଉନ୍ତୁ, ପୁଣି ଆପଣା ଆପଣା ସନ୍ତାନମାନଙ୍କୁ ଓ ପରିବାରକୁ ଉତ୍ତମ ରୂପେ ଶାସନ କରନ୍ତୁ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 13 (ORV)
କାରଣ ଯେଉଁମାନେ ଉତ୍ତମ ରୂପେ ସେବକ-କର୍ମ କରିଅଛନ୍ତି, ସେମାନେ ଆପଣା ଆପଣା ନିମନ୍ତେ ସୁଖ୍ୟାତି ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ଵାସମୂଳକ ବିପୁଳ ସାହସ ଲାଭ କରିବେ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 14 (ORV)
ମୁଁ ଶୀଘ୍ର ତୁମ୍ଭ ନିକଟକୁ ଯିବି ବୋଲି ଆଶା କରୁଅଛି;
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 15 (ORV)
ମାତ୍ର ଯେବେ ମୋହର ବିଳମ୍ଵ ହୁଏ, ତେବେ ଈଶ୍ଵରଙ୍କ ଗୃହରେ, ଅର୍ଥାତ୍, ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ଵରୂପ ଜୀବିତ ଈଶ୍ଵରଙ୍କ ମଣ୍ତଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜ୍ଞାତ ହୁଅ, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3 : 16 (ORV)
ଈଶ୍ଵରପରାୟଣତାର ନିଗୂଢ଼ ତତ୍ତ୍ଵ ଯେ ମହତ୍, ଏହା ସମସ୍ତେ ସ୍ଵୀକାର କରନ୍ତି । ତାହା ଏହି, ସେ ଦେହବ; ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ଵାରା ଦେଖାଗଲେ,, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ଵାସପାତ୍ର ହେଲେଜ, ଗୌରବରେ ଗୃହୀତ ହେଲେ ।।

1 2 3 4 5 6 7 8 9 10 11 12 13 14 15 16

BG:

Opacity:

Color:


Size:


Font: