ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 1 (ORV)
ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ତିରସ୍କାର କର ନାହିଁ, କିନ୍ତୁ ତାଙ୍କୁ ପିତୃତୁଲ୍ୟ ଜ୍ଞାନ କରି ବିନୟ କର; ଯୁବକମାନଙ୍କୁ ଭ୍ରାତୃତୁଲ୍ୟ,
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 2 (ORV)
ବୃଦ୍ଧା ସ୍ତ୍ରୀମାନଙ୍କୁ ମାତୃତୁଲ୍ୟ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଗ୍ନୀତୁଲ୍ୟ ଜ୍ଞାନ କରି ସେହି ପ୍ରକାର କର ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 3 (ORV)
ନିରାଶ୍ରୟ ବିଧବାମାନଙ୍କୁ ସମାଦର କର ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 4 (ORV)
କିନ୍ତୁ ଯେବେ କୌଣସି ବିଧବାର ପୁତ୍ରକନ୍ୟା ବା ପୌତ୍ରପୌତ୍ରୀ ଥାଆନ୍ତି, ତେବେ ସେମାନେ ପ୍ରଥମରେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ପ୍ରତ୍ୟୁପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ଵରଙ୍କ ଦୃଷ୍ଟିରେ ସୁଗ୍ରାହ୍ୟ ଅଟେ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 5 (ORV)
ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଈଶ୍ଵରଙ୍କ ଉପରେ ଭରସା ରଖି ଦିବାରାତ୍ର ନିବେଦନ ଓ ପ୍ରାର୍ଥନାରେ ପ୍ରବୃତ୍ତ ଥାଏ;
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 6 (ORV)
କିନ୍ତୁ ଯେ ଭୋଗାଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 7 (ORV)
ସେମାନେ ଯେଯରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 8 (ORV)
କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ତତ୍ତ୍ଵ ନ ନିଏ, ସେ ବିଶ୍ଵାସମତ ଅସ୍ଵୀକାର କରିଅଛି, ଆଉ ସେ ଅବିଶ୍ଵାସୀଠାରୁ ଅଧମ ଅଟେ, ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 9 (ORV)
ଯେଉଁ ବିଧବାର ବୟସ ଷାଠିଏ ବର୍ଷରୁ ଊଣା ନୁହେଁ,
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 10 (ORV)
ଆଉ, ଯେ ଏକ ସ୍ଵାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ସୁଖ୍ୟାତିପ୍ରାପ୍ତ, ଅର୍ଥାତ୍, ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଦୁଃଖମୋଚନ କରିଥାଏ, ପୁଣି ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 11 (ORV)
କିନ୍ତୁ ଯୁବତୀ ବିଧବାମାନଙ୍କୁ ଅଗ୍ରାହ୍ୟ କର, କାରଣ ସେମାନେ କାମାଭିଳାଷରେ ଆସକ୍ତ ହୋଇ ଖ୍ରୀଷ୍ଟଙ୍କଠାରୁ ବିମୁଖ ହେଲେ ବିବାହ କରିବାକୁ ଇଚ୍ଛା କରନ୍ତି;
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 12 (ORV)
ସେମାନେ ସେମାନଙ୍କର ପୂର୍ବ ପ୍ରତିଜ୍ଞା ଲଙ୍ଘନ କରିବାରୁ ଦଣ୍ତନୀୟ ହୁଅନ୍ତି ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 13 (ORV)
ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଆଳସ୍ୟ-ପ୍ରିୟ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟପ୍ରିୟ ନୁହେଁ, ମାତ୍ର ଅସାର ଗଳ୍ପ ଓ ପରଚର୍ଚ୍ଚା କରି ଅନୁଚିତ କଥାବାର୍ତ୍ତା କରନ୍ତି ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 14 (ORV)
ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ;
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 15 (ORV)
କାରଣ ଏବେ ମଧ୍ୟ କେହି କେହି ଶୟତାନର ପଶ୍ଚାଦ୍ବର୍ତ୍ତୀ ହୋଇ ବିପଥଗାମୀ ହୋଇଅଛନ୍ତି ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 16 (ORV)
ଯଦି କୌଣସି ବିଶ୍ଵାସିନୀ ମହିଳାଙ୍କ ଗୃହରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ମୋଚନ କରନ୍ତୁ, ଆଉ ମଣ୍ତଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ତଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ମୋଚନ କରି ପାରେ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 17 (ORV)
ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ତତ୍ତ୍ଵାବଧାନ କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହେଉନ୍ତୁ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 18 (ORV)
କାରଣ ଶାସ୍ତ୍ର କହେ, “ବେଙ୍ଗଳା ବୁଲୁଥିବା ବଳଦର ମୁହଁରେ ତୁଣ୍ତି ଦିଅ ନାହିଁ” । ପୁଣି, କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 19 (ORV)
ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 20 (ORV)
ଯେଉଁମାନେ ପାପ କରନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟ ପାଆନ୍ତି ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 21 (ORV)
ଈଶ୍ଵରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ଵାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି ପକ୍ଷପାତ ଭାବରେ କୌଣସି କାର୍ଯ୍ୟ କର ନାହିଁ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 22 (ORV)
ଅକସ୍ମାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ଵା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ସାଧୁ କରି ରଖ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 23 (ORV)
ଆଉ କେବଳ ଜଳ ପାନ ନ କରି ତୁମ୍ଭର ଉଦର ରୋଗ ଓ ବାରମ୍ଵାର ଅସ୍ଵାସ୍ଥ୍ୟ ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 24 (ORV)
କାହାରି କାହାରି ପାପ ବିଚାର ପୂର୍ବରୁ, କାହାରି କାହାରି ଅବା ପରେ ପ୍ରକାଶ ପାଏ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 25 (ORV)
ସେହି ପ୍ରକାରେ ମଧ୍ୟ ସତ୍କାର୍ଯ୍ୟ ପୂର୍ବରୁ ପ୍ରକାଶିତ ହୁଏ, ଆଉ ଯାହା ପ୍ରକାଶିତ ହୁଏ ନାହିଁ, ତାହା ଗୁପ୍ତ ରଖାଯାଇ ପାରେ ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25

BG:

Opacity:

Color:


Size:


Font: