ଦିତୀୟ ବଂଶାବଳୀ 22 : 1 (ORV)
ଅନନ୍ତର ଯିରୂଶାଲମ ନିବାସୀମାନେ ତାଙ୍କର କନିଷ୍ଠ ପୁତ୍ର ଅହସୀୟଙ୍କୁ ତାଙ୍କ ପଦରେ ରାଜା କଲେ; କାରଣ ଆରବୀୟମାନଙ୍କ ସହିତ ଯେଉଁ ଲୋକଦଳ ଛାଉଣିକି ଆସିଥିଲେ, ସେମାନେ ଜ୍ୟେଷ୍ଠ ସମସ୍ତଙ୍କୁ ବଧ କରିଥିଲେ । ଏହେତୁ ଯିହୁଦାର ରାଜା ଯିହୋରାମ୍ଙ୍କର ପୁତ୍ର ଅହସୀୟ ରାଜ୍ୟ କଲେ ।
ଦିତୀୟ ବଂଶାବଳୀ 22 : 2 (ORV)
ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବୟାଳିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅଥଲୀୟା, ସେ ଅମ୍ରିର କନ୍ୟା ଥିଲେ ।
ଦିତୀୟ ବଂଶାବଳୀ 22 : 3 (ORV)
ଅହସୀୟ ଆହାବ-ବଂଶର ପଥରେ ଗମନ କଲେ; କାରଣ ଦୁଷ୍କର୍ମ କରିବା ପାଇଁ ତାଙ୍କର ମାତା ତାଙ୍କର ମନ୍ତ୍ରଣାଦାୟିନୀ ଥିଲେ ।
ଦିତୀୟ ବଂଶାବଳୀ 22 : 4 (ORV)
ତହିଁରେ ସେ ଆହାବ-ବଂଶ ଅନୁଯାୟୀ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ତାଙ୍କର ପିତାଙ୍କ ମୃତ୍ୟୁ ଉତ୍ତାରେ ସେମାନେ ତାଙ୍କ ବିନାଶାର୍ଥେ ତାଙ୍କର ମନ୍ତ୍ରଣାଦାୟୀ ଥିଲେ ।
ଦିତୀୟ ବଂଶାବଳୀ 22 : 5 (ORV)
ମଧ୍ୟ ସେ ସେମାନଙ୍କ ମନ୍ତ୍ରଣାନୁସାରେ ଚାଲିଲେ, ପୁଣି ସେ ଇସ୍ରାଏଲର ରାଜା ଆହାବଙ୍କର ପୁତ୍ର ଯିହୋରାମ୍ଙ୍କ ସଙ୍ଗେ ରାମୋତ୍-ଗିଲୀୟଦରେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟମାନେ ଯୋରାମ୍ଙ୍କୁ କ୍ଷତବିକ୍ଷତ କଲେ ।
ଦିତୀୟ ବଂଶାବଳୀ 22 : 6 (ORV)
ଏଣୁ ସେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବା ବେଳେ ରାମାରେ ଯେଉଁ ଆଘାତ ପାଇଥିଲେ, ତହିଁରୁ ଆରୋଗ୍ୟ ପାଇବା ନିମନ୍ତେ ଯିଷ୍ରିୟେଲକୁ ଫେରି ଗଲେ । ପୁଣି, ଆହାବଙ୍କର ପୁତ୍ର ଯିହୋରାମ୍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍ଙ୍କର ପୁତ୍ର ଅସରୀୟ ଯିଷ୍ରିୟେଲରେ ତାଙ୍କୁ ଦେଖିବାକୁ ଗଲେ ।
ଦିତୀୟ ବଂଶାବଳୀ 22 : 7 (ORV)
ଅହସୀୟ ଯୋରାମ୍ଙ୍କ ନିକଟକୁ ଯିବା ସକାଶୁ ପରମେଶ୍ଵରଙ୍କ ଆଡ଼ୁ ତାଙ୍କର ବିନାଶ ଘଟିଲା; କାରଣ ଆହାବ ବଂଶକୁ ଉଚ୍ଛିନ୍ନ କରିବା ପାଇଁ ସଦାପ୍ରଭୁ ନିମ୍ଶିର ପୁତ୍ର ଯେଉଁ ଯେହୂଙ୍କୁ ଅଭିଷିକ୍ତ କରିଥିଲେ, ତାଙ୍କର ପ୍ରତିକୂଳରେ ସେ ଆସି ଯୋରାମ୍ଙ୍କ ସଙ୍ଗେ ଗଲେ ।
ଦିତୀୟ ବଂଶାବଳୀ 22 : 8 (ORV)
ତହିଁରେ ଯେହୂ ଆହାବ-ବଂଶ ଉପରେ ଦଣ୍ତାଜ୍ଞା ସଫଳ କରିବା ବେଳେ ସେ ଯିହୁଦାର ଅଧିପତିମାନଙ୍କୁ ଓ ଅହସୀୟଙ୍କର ପରିଚର୍ଯ୍ୟାକାରୀ ଅହସୀୟଙ୍କର ଭ୍ରାତୃପୁତ୍ରଗଣକୁ ପାଇ ବଧ କଲେ ।
ଦିତୀୟ ବଂଶାବଳୀ 22 : 9 (ORV)
ଏସମୟରେ ଅହସୀୟ ଶମରୀୟାରେ ଲୁଚିଥିଲେ, ତହିଁରେ ଯେହୂ ତାଙ୍କର ଅନ୍ଵେଷଣ କରନ୍ତେ, ଲୋକମାନେ ତାଙ୍କୁ ଧରି ଯେହୂଙ୍କ କତିକି ଆଣି ତାଙ୍କୁ ବଧ କଲେ; ପୁଣି ଲୋକମାନେ ତାଙ୍କୁ କବର ଦେଲେ, କାରଣ ସେମାନେ କହିଲେ, ଯେଉଁ ଯିହୋଶାଫଟ୍ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କର ଅନ୍ଵେଷଣ କଲେ, ଏ ତାଙ୍କର ସନ୍ତାନ । ଏଉତ୍ତାରେ ଅହସୀୟଙ୍କ ବଂଶ ରାଜ୍ୟ ରଖିବାକୁ ସମର୍ଥ ହେଲେ ନାହିଁ ।
ଦିତୀୟ ବଂଶାବଳୀ 22 : 10 (ORV)
ଏଥି ମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ଯିହୁଦା-ଗୋଷ୍ଠୀର ସମସ୍ତ ରାଜବଂଶ ବିନାଶ କଲେ ।
ଦିତୀୟ ବଂଶାବଳୀ 22 : 11 (ORV)
ମାତ୍ର ରାଜାଙ୍କର କନ୍ୟା ଯିହୋଶାବତ୍ ଅହସୀୟଙ୍କର ପୁତ୍ର ଯୋୟାଶ୍ଙ୍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାଙ୍କୁ ଚୋରାଇ ନେଇ ତାଙ୍କୁ ଓ ତାଙ୍କର ଧାତ୍ରୀକି ଶୟନାଗାରରେ ରଖିଲା । ଏହିରୂପେ ଯିହୋୟାଦା ଯାଜକର ଭାର୍ଯ୍ୟା, ଯିହୋରାମ୍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶାବତ୍, ଅଥଲୀୟାଙ୍କଠାରୁ ତାଙ୍କୁ ଲୁଚାଇଲା, ତେଣୁ ସେ ତାଙ୍କୁ ବଧ କରି ପାରିଲେ ନାହିଁ ।
ଦିତୀୟ ବଂଶାବଳୀ 22 : 12 (ORV)
ଏଉତ୍ତାରେ ଯୋୟାଶ୍ ସେମାନଙ୍କ ସଙ୍ଗେ ପରମେଶ୍ଵରଙ୍କ ଗୃହରେ ଛଅ ବର୍ଷ ରହିଲେ; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲେ ।
❮
❯