ଦିତୀୟ ବଂଶାବଳୀ 29 : 1 (ORV)
ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଅବିଜା, ସେ ଜିଖରୀୟର କନ୍ୟା ଥିଲେ ।
ଦିତୀୟ ବଂଶାବଳୀ 29 : 2 (ORV)
ପୁଣି, ସେ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ।
ଦିତୀୟ ବଂଶାବଳୀ 29 : 3 (ORV)
ସେ ଆପଣା ଅଧିକାରର ପ୍ରଥମ ବର୍ଷର ପ୍ରଥମ ମାସରେ ସଦାପ୍ରଭୁଙ୍କ ଗୃହର କବାଟସବୁ ଫିଟାଇ ସେସବୁର ଜୀର୍ଣ୍ଣସଂସ୍କାର କଲେ ।
ଦିତୀୟ ବଂଶାବଳୀ 29 : 4 (ORV)
ପୁଣି, ସେ ଯାଜକ ଓ ଲେବୀୟମାନଙ୍କୁ ଅଣାଇ ପୂର୍ବଦିଗ ଛକରେ ଏକତ୍ର କରି ସେମାନଙ୍କୁ କହିଲେ,
ଦିତୀୟ ବଂଶାବଳୀ 29 : 5 (ORV)
ହେ ଲେବୀୟମାନେ, ତୁମ୍ଭେମାନେ ମୋʼ କଥା ଶୁଣ; ଏବେ ଆପଣାମାନଙ୍କୁ ପବିତ୍ର କର ଓ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ଵରଙ୍କ ଗୃହ ପବିତ୍ର କରି ସେହି ପବିତ୍ର ସ୍ଥାନରୁ ଅଶୌଚ ଦୂର କର ।
ଦିତୀୟ ବଂଶାବଳୀ 29 : 6 (ORV)
କାରଣ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ସତ୍ୟଲଙ୍ଘନ କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ତାହାଙ୍କୁ ପରିତ୍ୟାଗ କରି ସଦାପ୍ରଭୁଙ୍କ ଆବାସରୁ ବିମୁଖ ହୋଇ ତହିଁ ପ୍ରତି ଆପଣା ପୃଷ୍ଠ ଫେରାଇ ଅଛନ୍ତି ।
ଦିତୀୟ ବଂଶାବଳୀ 29 : 7 (ORV)
ଆହୁରି, ସେମାନେ ବରଣ୍ତାର କବାଟସବୁ ବନ୍ଦ କରି ପ୍ରଦୀପସବୁ ନିଭାଇ ଦେଇଅଛନ୍ତି ଓ ସେହି ପବିତ୍ର ସ୍ଥାନରେ ଇସ୍ରାଏଲର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ନାହାନ୍ତି, କିଅବା ହୋମବଳି ଉତ୍ସର୍ଗ କରି ନାହାନ୍ତି।
ଦିତୀୟ ବଂଶାବଳୀ 29 : 8 (ORV)
ଏହେତୁ ଯିହୁଦା ଓ ଯିରୂଶାଲମ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା, ପୁଣି ତୁମ୍ଭେମାନେ ସ୍ଵଚକ୍ଷୁରେ ଦେଖୁଅଛ ଯେ, ସେ ସେମାନଙ୍କୁ ଏଣେତେଣେ ଚାଳିତ ହେବା ପାଇଁ, ଆଶଙ୍କାର ଓ ଶୀସ୍ର ବିଷୟ କରିବା ପାଇଁ ସମର୍ପଣ କରିଅଛନ୍ତି ।
ଦିତୀୟ ବଂଶାବଳୀ 29 : 9 (ORV)
କାରଣ ଦେଖ, ତହିଁ ସକାଶୁ ଆମ୍ଭମାନଙ୍କ ପିତୃଗଣ ଖଡ଼୍‍ଗରେ ପଡ଼ିଅଛନ୍ତି ଓ ଆମ୍ଭମାନଙ୍କ ପୁତ୍ର କନ୍ୟା ଓ ଆମ୍ଭମାନଙ୍କ ଭାର୍ଯ୍ୟାଗଣ ବନ୍ଦୀ ହୋଇଅଛନ୍ତି ।
ଦିତୀୟ ବଂଶାବଳୀ 29 : 10 (ORV)
ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ପ୍ରଚଣ୍ତ କ୍ରୋଧ ଯେପରି ଆମ୍ଭମାନଙ୍କ ଉପରୁ ନିବୃତ୍ତ ହେବ, ଏଥିପାଇଁ ତାହାଙ୍କ ସଙ୍ଗେ ଏକ ନିୟମ କରିବାକୁ ମୋʼ ମନରେ ଅଛି ।
ଦିତୀୟ ବଂଶାବଳୀ 29 : 11 (ORV)
ହେ ମୋହର ପୁତ୍ରମାନେ, ଏବେ ହେଳା କର ନାହିଁ; କାରଣ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବା ପାଇଁ, ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ତୁମ୍ଭେମାନେ ଯେପରି ତାହାଙ୍କର ପରିଚାରକ ହେବ ଓ ଧୂପ ଜ୍ଵଳାଇବ, ଏଥିପାଇଁ ସେ ତୁମ୍ଭମାନଙ୍କୁ ମନୋନୀତ କରିଅଛନ୍ତି ।
ଦିତୀୟ ବଂଶାବଳୀ 29 : 12 (ORV)
ଏଥିରେ କହାତୀୟ ସନ୍ତାନଗଣ ମଧ୍ୟରୁ ଅମାସୟର ପୁତ୍ର ମାହତ୍ ଓ ଅସରୀୟର ପୁତ୍ର ଯୋୟେଲ, ଆଉ ମରାରି ସନ୍ତାନଗଣ ମଧ୍ୟରୁ ଅବ୍ଦିର ପୁତ୍ର କୀଶ୍ ଓ ଯିହୋଲିଲେଲର ପୁତ୍ର ଅସରୀୟ, ପୁଣି ଗେର୍ଶୋନୀୟ-ମାନଙ୍କ ମଧ୍ୟରୁ ସିସ୍ମର ପୁତ୍ର ଯୋୟାହ ଓ ଯୋୟାହର ପୁତ୍ର ଏଦନ,
ଦିତୀୟ ବଂଶାବଳୀ 29 : 13 (ORV)
ଆଉ, ଇଲୀଶାଫନର ସନ୍ତାନମାନଙ୍କ ମଧ୍ୟରୁ ଶିମ୍ରି ଓ ଯିଓୟେଲ୍ ଓ ଆସଫର ସନ୍ତାନମାନଙ୍କ ମଧ୍ୟରୁ ଜିଖରୀୟ ଓ ମତ୍ତନୀୟ
ଦିତୀୟ ବଂଶାବଳୀ 29 : 14 (ORV)
ଓ ହେମନର ସନ୍ତାନମାନଙ୍କ ମଧ୍ୟରୁ ଯିହୀୟେଲ୍ ଓ ଶିମୀୟି ଓ ଯିଦୂଥୂନର ସନ୍ତାନମାନଙ୍କ ମଧ୍ୟରୁ ଶମୟୀୟ ଓ ଉଷୀୟେଲ, ଏହିସବୁ ଲେବୀୟ ଲୋକ ଉଠିଲେ ।
ଦିତୀୟ ବଂଶାବଳୀ 29 : 15 (ORV)
ପୁଣି, ସେମାନେ ଆପଣା ଭ୍ରାତୃଗଣକୁ ଏକତ୍ର କରି ଆପଣା ଆପଣାକୁ ପବିତ୍ର କଲେ ଓ ରାଜାଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟମତେ ସଦାପ୍ରଭୁଙ୍କ ଗୃହ ଶୁଚି କରିବାକୁ ଭିତରକୁ ଗଲେ ।
ଦିତୀୟ ବଂଶାବଳୀ 29 : 16 (ORV)
ପୁଣି, ଯାଜକମାନେ ସଦାପ୍ରଭୁଙ୍କ ଗୃହର ଅନ୍ତର୍ଭାଗକୁ ଶୁଚି କରିବା ପାଇଁ ଗଲେ, ପୁଣି ସଦାପ୍ରଭୁଙ୍କ ମନ୍ଦିରରେ ଯେସବୁ ଅଶୌଚ ପାଇଲେ, ତାହା ବାହାର କରି ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣକୁ ଆଣିଲେ । ଆଉ, ଲେବୀୟମାନେ ତାହା ସଂଗ୍ରହ କରି ବାହାରକୁ କିଦ୍ରୋଣ ନଦୀକି ବହି ନେଇଗଲେ ।
ଦିତୀୟ ବଂଶାବଳୀ 29 : 17 (ORV)
ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ପବିତ୍ର କରିବାକୁ ଆରମ୍ଭ କଲେ ଓ ମାସର ଅଷ୍ଟମ ଦିନରେ ସେମାନେ ସଦାପ୍ରଭୁଙ୍କ ବରଣ୍ତାକୁ ଆସିଲେ; ପୁଣି ଆଠ ଦିନ ମଧ୍ୟରେ ସେମାନେ ସଦାପ୍ରଭୁଙ୍କ ଗୃହ ପବିତ୍ର କଲେ; ଆଉ ସେମାନେ ପ୍ରଥମ ମାସର ଷୋଡ଼ଶ ଦିନରେ ସମାପ୍ତ କଲେ ।
ଦିତୀୟ ବଂଶାବଳୀ 29 : 18 (ORV)
ତହୁଁ ସେମାନେ ରାଜଗୃହ ଭିତରକୁ ହିଜକୀୟ ରାଜାଙ୍କ କତିକି ଯାଇ କହିଲେ, ଆମ୍ଭେମାନେ ସଦାପ୍ରଭୁଙ୍କର ସମୁଦାୟ ଗୃହ ଓ ହୋମବଳିର ଯଜ୍ଞବେଦି ଓ ତହିଁର ପାତ୍ରସକଳ, ଦର୍ଶନୀୟ ରୋଟୀର ମେଜ ଓ ତହିଁର ପାତ୍ରସକଳ ଶୁଚି କରିଅଛୁ ।
ଦିତୀୟ ବଂଶାବଳୀ 29 : 19 (ORV)
ଆହୁରି, ଆହସ୍ ରାଜା ଆପଣା ରାଜତ୍ଵ ସମୟରେ ସତ୍ୟଲଙ୍ଘନ କରି ଯେ ଯେ ପାତ୍ର ପକାଇ ଦେଇଥିଲେ, ତାହାସବୁ ଆମ୍ଭେମାନେ ପ୍ରସ୍ତୁତ କରି ପବିତ୍ର କରିଅଛୁ; ଆଉ ଦେଖନ୍ତୁ, ତାହାସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଅଛି ।
ଦିତୀୟ ବଂଶାବଳୀ 29 : 20 (ORV)
ତହିଁ ଉତ୍ତାରେ ହିଜକୀୟ ରାଜା ପ୍ରତ୍ୟୁଷରେ ଉଠି ନଗରର ଅଧିପତିମାନଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ଗୃହକୁ ଗଲେ ।
ଦିତୀୟ ବଂଶାବଳୀ 29 : 21 (ORV)
ପୁଣି, ସେମାନେ ରାଜ୍ୟ ନିମନ୍ତେ ଓ ଧର୍ମଧାମ ନିମନ୍ତେ ଓ ଯିହୁଦା ନିମନ୍ତେ ପାପାର୍ଥକ ବଳି ରୂପେ ସାତ ବୃଷ ଓ ସାତ ମେଷ ଓ ସାତ ମେଷଶାବକ ଓ ସାତ ଛାଗ ଆଣିଲେ । ତହିଁରେ ସେ ହାରୋଣ-ସନ୍ତାନ ଯାଜକମାନଙ୍କୁ ସଦାପ୍ରଭୁଙ୍କ ଯଜ୍ଞବେଦିରେ ତାହାସବୁ ଉତ୍ସର୍ଗ କରିବାକୁ ଆଜ୍ଞା କଲେ ।
ଦିତୀୟ ବଂଶାବଳୀ 29 : 22 (ORV)
ତେଣୁ ବୃଷସବୁ ବଧ କରାଯାʼନ୍ତେ, ଯାଜକମାନେ ରକ୍ତ ଗ୍ରହଣ କରି ବେଦି ଉପରେ ସେଚନ କଲେ; ପୁଣି ମେଷ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ; ଆହୁରି, ମେଷଶାବକ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ ।
ଦିତୀୟ ବଂଶାବଳୀ 29 : 23 (ORV)
ଏଉତ୍ତାରେ ସେମାନେ ପାପାର୍ଥକ ବଳିରୂପ ଛାଗସକଳ ରାଜା ଓ ସମାଜ ସାକ୍ଷାତରେ ନିକଟକୁ ଆଣିଲେ; ତହିଁରେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ;
ଦିତୀୟ ବଂଶାବଳୀ 29 : 24 (ORV)
ତହୁଁ ସମଗ୍ର ଇସ୍ରାଏଲ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଯାଜକମାନେ ସେସବୁ ବଧ କରି ଯଜ୍ଞବେଦି ଉପରେ ସେମାନଙ୍କ ରକ୍ତ ଦ୍ଵାରା ପାପାର୍ଥକ ବଳି କଲେ; କାରଣ ସମଗ୍ର ଇସ୍ରାଏଲ ନିମନ୍ତେ ହୋମବଳି ଓ ପାପାର୍ଥକ ବଳି ଉତ୍ସର୍ଗ କରିବାକୁ ରାଜା ଆଜ୍ଞା ଦେଇଥିଲେ ।
ଦିତୀୟ ବଂଶାବଳୀ 29 : 25 (ORV)
ଆଉ, ସେ ଦାଉଦଙ୍କର ଓ ରାଜାଙ୍କର ଦର୍ଶକ ଗାଦ୍ର ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କର ଆଜ୍ଞାନୁସାରେ କରତାଳ ଓ ନେବଲ ଓ ବୀଣାଧାରୀ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ସ୍ଥାପନ କଲେ; କାରଣ ସଦାପ୍ରଭୁ ଆପଣା ଭବିଷ୍ୟଦ୍-ବକ୍ତାମାନଙ୍କ ଦ୍ଵାରା ଏହି ଆଜ୍ଞା କରିଥିଲେ ।
ଦିତୀୟ ବଂଶାବଳୀ 29 : 26 (ORV)
ଏହେତୁ ଲେବୀୟମାନେ ଦାଉଦଙ୍କର ବାଦ୍ୟଯନ୍ତ୍ର ଓ ଯାଜକମାନେ ତୂରୀ ନେଇ ଠିଆ ହେଲେ ।
ଦିତୀୟ ବଂଶାବଳୀ 29 : 27 (ORV)
ଏଉତ୍ତାରେ ଯଜ୍ଞବେଦି ଉପରେ ହୋମବଳି ଉତ୍ସର୍ଗ କରିବାକୁ ହିଜକୀୟ ଆଜ୍ଞା କଲେ । ଯେତେବେଳେ ହୋମବଳି ଆରମ୍ଭ ହେଲା, ସେତେବେଳେ ତୂରୀ ଓ ଇସ୍ରାଏଲର ରାଜା ଦାଉଦଙ୍କର ବାଦ୍ୟଯନ୍ତ୍ର ସହିତ ସଦାପ୍ରଭୁଙ୍କ ଗୀତ ମଧ୍ୟ ଆରମ୍ଭ ହେଲା ।
ଦିତୀୟ ବଂଶାବଳୀ 29 : 28 (ORV)
ତହିଁରେ ସମଗ୍ର ସମାଜ ପ୍ରଣାମ କଲେ ଓ ଗାୟକମାନେ ଗାନ କଲେ ଓ ତୂରୀବାଦକମାନେ ତୂରୀ ବଜାଇଲେ; ହୋମବଳିଦାନର ସମାପ୍ତି ପର୍ଯ୍ୟନ୍ତ ଏସବୁ ହେଲା ।
ଦିତୀୟ ବଂଶାବଳୀ 29 : 29 (ORV)
ପୁଣି, ସେମାନେ ବଳିଦାନ ସମାପ୍ତ କରନ୍ତେ, ରାଜା ଓ ତାଙ୍କ ସଙ୍ଗେ ଉପସ୍ଥିତ ଲୋକ ସମସ୍ତେ ମୁହଁ ମାଡ଼ି ପଡ଼ି ପ୍ରଣାମ କଲେ ।
ଦିତୀୟ ବଂଶାବଳୀ 29 : 30 (ORV)
ଆହୁରି, ହିଜକୀୟ ରାଜା ଓ ଅଧିପତିମାନେ ଦାଉଦଙ୍କର ଓ ଆସଫ ଦର୍ଶକର ବାକ୍ୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବାକୁ ଲେବୀୟମାନଙ୍କୁ ଆଜ୍ଞା କଲେ । ତହୁଁ ସେମାନେ ଆନନ୍ଦରେ ପ୍ରଶଂସାଗାନ କଲେ ଓ ମସ୍ତକ ନତ କରି ପ୍ରଣାମ କଲେ ।
ଦିତୀୟ ବଂଶାବଳୀ 29 : 31 (ORV)
ସେତେବେଳେ ହିଜକୀୟ ଉତ୍ତର କରି କହିଲେ,ଏବେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କରିଅଛ, ନିକଟକୁ ଆସ ଓ ସଦାପ୍ରଭୁଙ୍କ ଗୃହକୁ ବଳି ଓ ପ୍ରଶଂସାର୍ଥକ ଉପହାର ଆଣ । ତହିଁରେ ସମାଜ ବଳି ଓ ପ୍ରଶଂସାର୍ଥକ ଉପହାର ଆଣିଲେ ଓ ଯେତେ ଲୋକର ମନରେ ପ୍ରବୃତ୍ତି ଜନ୍ମିଲା, ସେମାନେ ହୋମବଳି ଆଣିଲେ ।
ଦିତୀୟ ବଂଶାବଳୀ 29 : 32 (ORV)
ସମାଜ ଯେଉଁ ହୋମବଳି ଆଣିଲେ, ତହିଁର ସଂଖ୍ୟା, ଯଥା, ସତୁରି ବୃଷ ଓ ଏକ ଶହ ମେଷ ଓ ଦୁଇ ଶହ ମେଷଶାବକ, ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି ।
ଦିତୀୟ ବଂଶାବଳୀ 29 : 33 (ORV)
ପୁଣି ଛଅ ଶହ ବୃଷ ଓ ତିନି ସହସ୍ର ମେଷ ପବିତ୍ରୀକୃତ ହେଲେ ।
ଦିତୀୟ ବଂଶାବଳୀ 29 : 34 (ORV)
ମାତ୍ର ଯାଜକମାନେ ଅଳ୍ପସଂଖ୍ୟକ ଥିବାରୁ ସେମାନେ ହୋମାର୍ଥକ ସକଳ ପଶୁର ଚର୍ମ କାଢ଼ି ପାରିଲେ ନାହିଁ । ଏଣୁ କାର୍ଯ୍ୟ ସମାପ୍ତ ନ ହେବା ପର୍ଯ୍ୟନ୍ତ ଓ ଯାଜକମାନେ ଆପଣାମାନଙ୍କୁ ପବିତ୍ର ନ କରିବା ପର୍ଯ୍ୟନ୍ତ ସେମାନଙ୍କ ଭ୍ରାତା ଲେବୀୟମାନେ ସେମାନଙ୍କର ସାହାଯ୍ୟ କଲେ; କାରଣ ଲେବୀୟମାନେ ଆପଣାମାନଙ୍କୁ ପବିତ୍ର କରିବା ପାଇଁ ଯାଜକମାନଙ୍କ ଅପେକ୍ଷା ଅଧିକ ସିଦ୍ଧମନା ଥିଲେ ।
ଦିତୀୟ ବଂଶାବଳୀ 29 : 35 (ORV)
ଆହୁରି ହୋମବଳି, ମଙ୍ଗଳାର୍ଥକ ବଳିର ମେଦ ଓ ପ୍ରତ୍ୟେକ ହୋମବଳିର ପେୟ-ନୈବେଦ୍ୟ ପ୍ରଚୁର ହୋଇଥିଲା । ଏହିରୂପେ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ ସୁଧାରାମତେ ସ୍ଥାପିତ ହେଲା ।
ଦିତୀୟ ବଂଶାବଳୀ 29 : 36 (ORV)
ଆଉ, ପରମେଶ୍ଵର ଲୋକମାନଙ୍କ ନିମନ୍ତେ ଏହାସବୁ ପ୍ରସ୍ତୁତ କରିଥିବାରୁ ହିଜକୀୟ ଓ ସମସ୍ତ ଲୋକ ଆନନ୍ଦ କଲେ; କାରଣ ଏହି କାର୍ଯ୍ୟ ଅକସ୍ମାତ୍ ସାଧିତ ହେଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36

BG:

Opacity:

Color:


Size:


Font: