ଦିତୀୟ ବଂଶାବଳୀ 33 : 1 (ORV)
ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ ।
ଦିତୀୟ ବଂଶାବଳୀ 33 : 2 (ORV)
ପୁଣି, ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ।
ଦିତୀୟ ବଂଶାବଳୀ 33 : 3 (ORV)
କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ଭାଙ୍ଗି ପକାଇଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ସେ ବାଲ୍ଦେବଗଣ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରାମୂର୍ତ୍ତ ନିର୍ମାଣ କଲେ ଓ ଆକାଶସ୍ଥ ସକଳ ବାହିନୀକି ପୂଜା କରି ସେମାନଙ୍କର ସେବା କଲେ ।
ଦିତୀୟ ବଂଶାବଳୀ 33 : 4 (ORV)
ପୁଣି, ଯିରୂଶାଲମରେ ଆମ୍ଭର ନାମ ସଦାକାଳ ସ୍ଥାପିତ ହେବ ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ ।
ଦିତୀୟ ବଂଶାବଳୀ 33 : 5 (ORV)
ଆହୁରି, ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ଯଜ୍ଞବେଦି ନିର୍ମାଣ କଲେ ।
ଦିତୀୟ ବଂଶାବଳୀ 33 : 6 (ORV)
ମଧ୍ୟ ସେ ହିନ୍ନୋମ୍ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ ।
ଦିତୀୟ ବଂଶାବଳୀ 33 : 7 (ORV)
ଆଉ, ସେ ଆପଣା ନିର୍ମିତ ଦେବତାର ଖୋଦିତ-ପ୍ରତିମା ପରମେଶ୍ଵରଙ୍କ ଗୃହରେ ସ୍ଥାପନ କଲେ; ସେହି ଗୃହ ବିଷୟରେ ପରମେଶ୍ଵର ଦାଉଦଙ୍କୁ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ, ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ସଦାକାଳ ସ୍ଥାପନ କରିବା;
ଦିତୀୟ ବଂଶାବଳୀ 33 : 8 (ORV)
ପୁଣି, ଆମ୍ଭେ ସେମାନଙ୍କୁ ଯେସମସ୍ତ ଆଜ୍ଞା ଦେଇଅଛୁ, ଅର୍ଥାତ୍, ମୋଶାର ହସ୍ତ ଦ୍ଵାରା ଯେସମସ୍ତ ବ୍ୟବସ୍ଥା, ବିଧି ଓ ବିଧାନ ଦେଇଅଛୁ, କେବଳ ତଦନୁସାରେ କର୍ମ କରିବା ପାଇଁ ଯେବେ ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିମନ୍ତେ ଯେଉଁ ଦେଶ ନିରୂପଣ କରିଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ସ୍ଥାନାନ୍ତରିତ କରିବା ନାହିଁ ।
ଦିତୀୟ ବଂଶାବଳୀ 33 : 9 (ORV)
ମାତ୍ର ମନଃଶି ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କୁ ବିପଥଗାମୀ କରାଇଲେ, ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ କ୍ରିୟା ଅପେକ୍ଷା ସେମାନେ ଅଧିକ କୁକ୍ରିୟା କଲେ ।
ଦିତୀୟ ବଂଶାବଳୀ 33 : 10 (ORV)
ତହୁଁ ସଦାପ୍ରଭୁ ମନଃଶି ଓ ତାଙ୍କର ଲୋକମାନଙ୍କୁ ନାନା କଥା କହିଲେ, ମାତ୍ର ସେମାନେ କିଛି ମନୋଯୋଗ କଲେ ନାହିଁ ।
ଦିତୀୟ ବଂଶାବଳୀ 33 : 11 (ORV)
ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲ୍‍କୁ ନେଇଗଲେ ।
ଦିତୀୟ ବଂଶାବଳୀ 33 : 12 (ORV)
ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କର ଅନ୍ଵେଷଣ କଲେ ଓ ଆପଣା ପିତୃଗଣର ପରମେଶ୍ଵରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ ।
ଦିତୀୟ ବଂଶାବଳୀ 33 : 13 (ORV)
ଆଉ, ସେ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେ ତାଙ୍କ ପ୍ରତି ପ୍ରସନ୍ନ ହେଲେ ଓ ତାଙ୍କର ନିବେଦନ ଶୁଣି ତାଙ୍କୁ ପୁନର୍ବାର ତାଙ୍କର ରାଜ୍ୟ ଯିରୂଶାଲମକୁ ଆଣିଲେ । ସେତେବେଳେ ମନଃଶି ଜାଣିଲେ ଯେ, ସଦାପ୍ରଭୁ ପରମେଶ୍ଵର ଅଟନ୍ତି ।
ଦିତୀୟ ବଂଶାବଳୀ 33 : 14 (ORV)
ଏଥି ଉତ୍ତାରେ ସେ ଗୀହୋନର ପଶ୍ଚିମ ପାର୍ଶ୍ଵରେ ଉପତ୍ୟକା ମଧ୍ୟରେ ମତ୍ସ୍ୟଦ୍ଵାରର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ଦାଉଦ-ନଗରର ବାହାର-ପ୍ରାଚୀର ନିର୍ମାଣ କଲେ; ଆଉ, ସେ ଓଫଲର ଚତୁର୍ଦ୍ଦିଗ ବେଷ୍ଟନ କରି ପ୍ରାଚୀର ଅତି ଉଚ୍ଚ କଲେ ଓ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସମୂହରେ ବିକ୍ରମୀ ସେନାପତିମାନଙ୍କୁ ନିଯୁକ୍ତ କଲେ ।
ଦିତୀୟ ବଂଶାବଳୀ 33 : 15 (ORV)
ଆଉ, ସେ ଅନ୍ୟ ଦେବଗଣକୁ ଓ ସଦାପ୍ରଭୁଙ୍କ ଗୃହସ୍ଥିତ ପ୍ରତିମାକୁ ଦୂର କଲେ ଓ ସେ ସଦାପ୍ରଭୁଙ୍କ ଗୃହର ପର୍ବତରେ ଓ ଯିରୂଶାଲମରେ ଆପଣାର ନିର୍ମିତ ସମସ୍ତ ଯଜ୍ଞବେଦି ନଗରର ବାହାରେ ପକାଇ ଦେଲେ ।
ଦିତୀୟ ବଂଶାବଳୀ 33 : 16 (ORV)
ପୁଣି, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ନିର୍ମାଣ କରି ତହିଁ ପରେ ମଙ୍ଗଳାର୍ଥକ ଓ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ସେବା କରିବା ପାଇଁ ଯିହୁଦାକୁ ଆଜ୍ଞା କଲେ ।
ଦିତୀୟ ବଂଶାବଳୀ 33 : 17 (ORV)
ତଥାପି ଲୋକମାନେ ଉଚ୍ଚସ୍ଥଳୀରେ ବଳିଦାନ କଲେ, ମାତ୍ର ତାହା କେବଳ ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ କଲେ ।
ଦିତୀୟ ବଂଶାବଳୀ 33 : 18 (ORV)
ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତା; ଓ ଆପଣା ପରମେଶ୍ଵରଙ୍କ ନିକଟରେ ତାଙ୍କର ପ୍ରାର୍ଥନା ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନାମରେ ତାଙ୍କ ପ୍ରତି ଉକ୍ତ ଦର୍ଶକମାନଙ୍କ ବାକ୍ୟ, ଏହିସବୁ ଇସ୍ରାଏଲର ରାଜାମାନଙ୍କ ଇତିହାସରେ ଲିଖିତ ଅଛି ।
ଦିତୀୟ ବଂଶାବଳୀ 33 : 19 (ORV)
ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ଵର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେ ଯେ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରାମୂର୍ତ୍ତି ଓ ଖୋଦିତ-ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି ।
ଦିତୀୟ ବଂଶାବଳୀ 33 : 20 (ORV)
ଏଉତ୍ତାରେ ମନଃଶି ଆପଣା ପିତୃଗଣ ସହିତ ଶୟନ କରନ୍ତେ, ଲୋକମାନେ ତାଙ୍କୁ ତାଙ୍କର ନିଜ ଗୃହରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆମୋନ୍ ତାଙ୍କର ପଦରେ ରାଜ୍ୟ କଲେ ।
ଦିତୀୟ ବଂଶାବଳୀ 33 : 21 (ORV)
ଆମୋନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ ।
ଦିତୀୟ ବଂଶାବଳୀ 33 : 22 (ORV)
ପୁଣି, ସେ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୁଷ୍ଟିରେ କୁକର୍ମ କଲେ; ଆମୋନ୍ ଆପଣା ପିତା ମନଃଶିଙ୍କ ନିର୍ମିତ ସକଳ ଖୋଦିତ-ପ୍ରତିମା ଉଦ୍ଦେଶ୍ୟରେ ବଳିଦାନ କରି ସେମାନଙ୍କର ସେବା କଲେ ।
ଦିତୀୟ ବଂଶାବଳୀ 33 : 23 (ORV)
ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍ ଅଧିକ ଅଧିକ ଅପରାଧ କଲେ ।
ଦିତୀୟ ବଂଶାବଳୀ 33 : 24 (ORV)
ଏଉତ୍ତାରେ ତାଙ୍କର ଦାସମାନେ ତାଙ୍କ ବିରୁଦ୍ଧରେ ଚକ୍ରା; କରି ତାଙ୍କର ନିଜ ଗୃହରେ ତାଙ୍କୁ ବଧ କଲେ ।
ଦିତୀୟ ବଂଶାବଳୀ 33 : 25 (ORV)
ମାତ୍ର ଯେଉଁମାନେ ଆମୋନ୍ ରାଜାଙ୍କ ବିରୁଦ୍ଧରେ ଚକ୍ରା; କରିଥିଲେ, ସେସମସ୍ତଙ୍କୁ ଦେଶସ୍ଥ ଲୋକମାନେ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟଙ୍କୁ ରାଜା କଲେ । ଆଉ, ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟଙ୍କୁ ରାଜା କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25

BG:

Opacity:

Color:


Size:


Font: