କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12 : 1 (ORV)
ଯଦ୍ୟପି ଦର୍ପ କରିବା ହିତକର ନୁହେଁ, ତଥାପି ମୋତେ ଦର୍ପ କରିବାକୁ ପଡ଼ୁଅଛି; ମୁଁ ପ୍ରଭୁଙ୍କ ଦର୍ଶନ ଓ ପ୍ରକାଶିତ ବିଷୟ କହିବି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12 : 2 (ORV)
ମୁଁ ଖ୍ରୀଷ୍ଟାଶ୍ରିତ ଜଣେ ଲୋକକୁ ଜାଣେ, ସେ ଚଉଦ ବର୍ଷ ପୂର୍ବେ ତୃତୀୟ ସ୍ଵର୍ଗ ପର୍ଯ୍ୟନ୍ତ ନୀତ ହେଲା, (ସେ ଶରୀରରେ ଥିଲା କି ଶରୀରର ବାହାରେ ଥିଲା, ମୁଁ ଜାଣେ ନାହିଁ; ଈଶ୍ଵର ଜାଣନ୍ତି) ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12 : 3 (ORV)
ହଁ, ମୁଁ ଏହିପରି ଜଣେ ଲୋକକୁ ଜାଣେ, ସେ ପାରଦୀଶକୁ ନୀତ ହେଲା (ସେ ଶରୀରରେ ଥିଲା କି ଶରୀରର ବାହାରେ ଥିଲା, ମୁଁ ଜାଣେ ନାହିଁ; ଈଶ୍ଵର ଜାଣନ୍ତି) ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12 : 4 (ORV)
ଆଉ ଯାହା ମନୁଷ୍ୟ ପକ୍ଷରେ କହିବା ବିଧେୟ ନୁହେଁ, ଏପରି ଅକଥନୀୟ ବାକ୍ୟ ଶ୍ରବଣ କଲା ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12 : 5 (ORV)
ଏହିପରି ଜଣକ ବିଷୟରେ ମୁଁ ଦର୍ପ କରିବି, କିନ୍ତୁ ମୋʼ ନିଜ ବିଷୟରେ ମୋହର ଦୁର୍ବଳତା ବିନା ଆଉ କାହିଁରେ ଦର୍ପ କରିବି ନାହିଁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12 : 6 (ORV)
ଆଉ ଦର୍ପ କରିବାକୁ ଇଚ୍ଛା କଲେ ହେଁ ମୁଁ ନିର୍ବୋଧ ହେବି ନାହିଁ, ଯେଣୁ ମୁଁ ସତ୍ୟକହିବି; କିନ୍ତୁ କାଳେ କୌଣସି ଲୋକ ମୋତେ ଯେପ୍ରକାର ଦେଖେ କିମ୍ଵା ମୋʼଠାରୁ ଯେପ୍ରକାର ଶୁଣେ, ମୋʼ ପ୍ରତି ପ୍ରକାଶିତ ବିଷୟରେ ଅତ୍ୟଧିକ ଶ୍ରେଷ୍ଠତା ହେତୁ ଯେପରି ମୋʼ ବିଷୟରେ ଅଧିକ ବୋଧ ନ କରେ, ଏଥିପାଇଁ ମୁଁ କ୍ଷା; ହୋଇଥାଏ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12 : 7 (ORV)
ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ମୋତେ ପ୍ରହାର କରିବା ପାଇଁ ମୋହର ଶରୀରରେ ଶୟତାନର ଦୂତ ସ୍ଵରୂପ ଗୋଟିଏ କଣ୍ଟକ ଦିଆଗଲା, ହଁ, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ତାହା ଦିଆଗଲା ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12 : 8 (ORV)
ଯେପରି ତାହା ମୋʼଠାରୁ ଦୂର ହୁଏ, ଏଥିପାଇଁ ମୁଁ ପ୍ରଭୁଙ୍କୁ ସେ ବିଷୟରେ ତିନି ଥର ବିନତି କଲି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12 : 9 (ORV)
ଆଉ, ସେ ମୋତେ କହିଅଛନ୍ତି, ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ । ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋʼ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଞ୍ଚ ମୋହର ଦୁର୍ବଳତାରେ ଦର୍ପ କରିବି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12 : 10 (ORV)
ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12 : 11 (ORV)
ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12 : 12 (ORV)
ଯେସମସ୍ତ ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି ଶକ୍ତିର କାର୍ଯ୍ୟ ପ୍ରେରିତଙ୍କ ଲକ୍ଷଣ ସ୍ଵରୂପ, ସେହିସବୁ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ଧୈର୍ଯ୍ୟ ସହକାରେ ସାଧିତ ହୋଇଅଛି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12 : 13 (ORV)
କାରଣ ମୁଁ ନିଜେ ଯେ ତୁମ୍ଭମାନଙ୍କର ଭାର ସ୍ଵରୂପ ହୋଇ ନାହିଁ, ଏହି ଗୋଟିଏ ବିଷୟ ଛଡ଼ା ଅବଶିଷ୍ଟ ମଣ୍ତଳୀସମୂହଠାରୁ ତୁମ୍ଭେମାନେ କାହିଁରେ ନିକୃଷ୍ଟ ହୋଇଅଛ? ମୋହର ଏହି ଦୋଷ କ୍ଷମା କର ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12 : 14 (ORV)
ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ଵରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି । ଯେଣୁ ସନ୍ତାନ ସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ ନୁହେଁ, ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12 : 15 (ORV)
ଆଉ, ମୁଁ ତୁମ୍ଭମାନଙ୍କ ଆତ୍ମା ନିମନ୍ତେ ମହାନନ୍ଦରେ ବ୍ୟୟ କରିବି, ହଁ, ମୋହର ପ୍ରାଣ ସୁଦ୍ଧା ବ୍ୟୟ କରିବି । ମୁଁ ତୁମ୍ଭମାନଙ୍କୁ ଅଧିକ ପ୍ରଚୁରଭାବେ ପ୍ରେମ କରୁଅଛି ବୋଲି କଅଣ ଊଣା ପ୍ରେମ ପ୍ରାପ୍ତ ହେଉଅଛି?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12 : 16 (ORV)
କିନ୍ତୁ ଯାହା ହେଉ, ମୁଁ ନିଜେ ତୁମ୍ଭମାନଙ୍କୁ ଭାରଗ୍ରସ୍ତ କଲି ନାହିଁ, ମାତ୍ର ଧୂର୍ତ୍ତ ହୋଇ ମୁଁ ତୁମ୍ଭମାନଙ୍କୁ ଛଳରେ ଧରିଲି!
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12 : 17 (ORV)
ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁମାନଙ୍କୁ ପଠାଇଅଛି, ସେମାନଙ୍କ ମଧ୍ୟରୁ କୌଣସି ଜଣକ ଦ୍ଵାରା କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛି?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12 : 18 (ORV)
ମୁଁ ତୀତସଙ୍କୁ ଯିବା ନିମନ୍ତେ ଅନୁରୋଧ କରିଥିଲି, ପୁଣି ତାଙ୍କ ସହିତ ସେହି ଭାଇଙ୍କି ପଠାଇଥିଲି । ତୀତସ କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛନ୍ତି? ଆମ୍ଭେମାନେ କଅଣ ଏକ ଆତ୍ମାରେ ଆଚରଣ କରି ନାହୁଁ? ଆମ୍ଭେମାନେ କଅଣ ଏକ ପଦଚିହ୍ନରେ ଗମନ କରି ନାହୁଁ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12 : 19 (ORV)
ଏପର୍ଯ୍ୟନ୍ତ ତୁମ୍ଭେମାନେ ଭାବୁଅଛ ଯେ, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଦୋଷ କଟାଉଅଛୁ । ଈଶ୍ଵରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କ ସେବକ ସ୍ଵରୂପେ ଆମ୍ଭେମାନେ କଥା କହୁଅଛୁ । କିନ୍ତୁ ହେ ପ୍ରିୟମାନେ, ସମସ୍ତ ବିଷୟ ତୁମ୍ଭମାନଙ୍କ ନିଷ୍ଠା ନିମନ୍ତେ କହୁଅଛୁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12 : 20 (ORV)
କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ତଗୋଳ ହୁଏ;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12 : 21 (ORV)
କାଳେ ମୁଁ ପୁନର୍ବାର ଉପସ୍ଥିତ ହେଲେ ମୋହର ଈଶ୍ଵର ତୁମ୍ଭମାନଙ୍କ ସମ୍ଵନ୍ଧରେ ମୋତେ ପୁନର୍ବାର ଅବନତ କରନ୍ତି, ପୁଣି, ଯେଉଁମାନେ ପୂର୍ବରେ ପାପ କରିଅଛନ୍ତି, ଆଉ ଆପଣା ଆପଣା କୃତ ଅଶୁଚିତା, ବ୍ୟଭିଚାର ଓ କାମୁକତା ସକାଶେ ଅନୁତାପ କରି ନାହାନ୍ତି, ଏପରି ଅନେକ ଲୋକଙ୍କ ନିମନ୍ତେ ମୁଁ ଶୋକ କରେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21