କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6 : 1 (ORV)
ଆହୁରି ମଧ୍ୟ ଈଶ୍ଵରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6 : 2 (ORV)
କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ ।” ଦେଖ, ଏବେ ମହା ଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6 : 3 (ORV)
ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ, ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6 : 4 (ORV)
ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6 : 5 (ORV)
ପ୍ରହାରରେ, କାରାବାସରେ, ବିପ୍ଳବରେ, ପରିଶ୍ରମରେ, ଜାଗରଣରେ, ଉପବାସରେ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6 : 6 (ORV)
ପବିତ୍ରତାରେ, ଜ୍ଞାନରେ, ଦୀର୍ଘସହିଷ୍ଣୁତାରେ, କୋମଳ ଭାବରେ, ପବିତ୍ର ଆତ୍ମାଙ୍କଠାରେ, ଅକପଟ ପ୍ରେମରେ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6 : 7 (ORV)
ସତ୍ୟ ବାକ୍ୟରେ, ଈଶ୍ଵରଙ୍କ ଶକ୍ତିରେ, ଦକ୍ଷିଣ ଓ ବାମ ହସ୍ତରେ ଧାର୍ମିକତାର ଅସ୍ତ୍ରଶସ୍ତ୍ର ଦ୍ଵାରା,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6 : 8 (ORV)
ଗୌରବ ଓ ଅନାଦର ଦ୍ଵାରା, ଅଖ୍ୟାତି ଓ ସୁଖ୍ୟାତି ଦ୍ଵାରା, ପ୍ରତାରକ ତୁଲ୍ୟ, ଅଥଚ ସତ୍ୟବାଦୀ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6 : 9 (ORV)
ଅପରିଚିତ ତୁଲ୍ୟ, ଅଥଚ ସୁପରିଚିତ, ମୃତକଳ୍ପ ତୁଲ୍ୟ, ଅଥଚ ଦେଖ, ଆମ୍ଭେମାନେ ଜୀବିତ, ଶାସ୍ତିପ୍ରାପ୍ତ ତୁଲ୍ୟ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6 : 10 (ORV)
ଅଥଚ ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥଚ ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ଵରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6 : 11 (ORV)
ହେ କରିନ୍ଥୀୟମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ମୁଖ ଉନ୍ମୁକ୍ତ ହୋଇଅଛି, ଆମ୍ଭମାନଙ୍କ ହୃଦୟ ପ୍ରଶସ୍ତ ହୋଇଅଛି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6 : 12 (ORV)
ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ସ୍ନେହ ସଙ୍କୁଚିତ ନୁହେଁ, କିନ୍ତୁ ତୁମ୍ଭମାନଙ୍କର ସ୍ନେହ ସଙ୍କୁଚିତ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6 : 13 (ORV)
ନିଜର ସନ୍ତାନମାନଙ୍କୁ କହିବା ପରି ମୁଁ କହୁଅଛି, ଅନୁରୂପ ପ୍ରତିଦାନ ନିମନ୍ତେ ତୁମ୍ଭେମାନେ ମଧ୍ୟ ପ୍ରଶସ୍ତମନା ହୁଅ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6 : 14 (ORV)
ଅବିଶ୍ଵାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଯୋଗିତା? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6 : 15 (ORV)
ବିଲିୟାର୍ ସହିତ ଖ୍ରୀଷ୍ଟଙ୍କର କି ମିଳନ? କିମ୍ଵା ଅବିଶ୍ଵାସୀ ସହିତ ବିଶ୍ଵାସୀର କି ଅଂଶ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6 : 16 (ORV)
ପ୍ରତିମା ସହିତ ଈଶ୍ଵରଙ୍କ ମନ୍ଦିରର କି ସମ୍ଵନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ଵରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ଵର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ଵର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6 : 17 (ORV)
ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ୍ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା,”
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6 : 18 (ORV)
ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି, ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି ।
❮
❯