ଦିତୀୟ ରାଜାବଳୀ 18 : 1 (ORV)
ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର ହୋଶେୟଙ୍କର ଅଧିକାରର ତୃତୀୟ ବର୍ଷରେ ଯିହୁଦାର ରାଜା ଆହସଙ୍କର ପୁତ୍ର ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କଲେ ।
ଦିତୀୟ ରାଜାବଳୀ 18 : 2 (ORV)
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅବୀ, ସେ ଜିଖରୀୟଙ୍କର କନ୍ୟା ଥିଲେ ।
ଦିତୀୟ ରାଜାବଳୀ 18 : 3 (ORV)
ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ।
ଦିତୀୟ ରାଜାବଳୀ 18 : 4 (ORV)
ସେ ଉଚ୍ଚସ୍ଥଳୀସବୁ ଦୂର କରିଦେଲେ ଓ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରାମୂର୍ତ୍ତି କାଟି ପକାଇଲେ; ପୁଣି ମୋଶା ନିର୍ମିତ ପିତ୍ତଳ-ସର୍ପ ଖଣ୍ତ ଖଣ୍ତ କରି ଭାଙ୍ଗିଦେଲେ; କାରଣ ତହିଁ ଉଦ୍ଦେଶ୍ୟରେ ଇସ୍ରାଏଲ-ସନ୍ତାନଗଣ ସେସମୟ ପର୍ଯ୍ୟନ୍ତ ଧୂପ ଜ୍ଵଳାଉଥିଲେ; ଆଉ ସେ ତାହାର ନାମ ନହୁଷ୍ଟର୍ନ (ପିତ୍ତଳ-ଖଣ୍ତ) ରଖିଲେ ।
ଦିତୀୟ ରାଜାବଳୀ 18 : 5 (ORV)
ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କଠାରେ ବିଶ୍ଵାସ କଲେ, ତାଙ୍କର ପରବର୍ତ୍ତୀ ଯିହୁଦାର ସମସ୍ତ ରାଜାଙ୍କ ମଧ୍ୟରେ କେହି ତାଙ୍କ ପରି ନ ଥିଲେ, କିଅବା ତାଙ୍କର ପୂର୍ବବର୍ତ୍ତୀମାନଙ୍କ ମଧ୍ୟରେ କେହି ନ ଥିଲେ ।
ଦିତୀୟ ରାଜାବଳୀ 18 : 6 (ORV)
କାରଣ ସେ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେଲେ, ସେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ନାହିଁ, ଆଉ ସଦାପ୍ରଭୁ ମୋଶାଙ୍କୁ ଯାହା ଆଜ୍ଞା କରିଥିଲେ, ତାହାଙ୍କର ସେସବୁ ଆଜ୍ଞା ସେ ପାଳନ କଲେ ।
ଦିତୀୟ ରାଜାବଳୀ 18 : 7 (ORV)
ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ; ସେ ଯେକୌଣସି ଆଡ଼େ ଗଲେ, ସେଆଡ଼େ କୁଶଳ ପ୍ରାପ୍ତ ହେଲେ; ଆଉ ସେ ଅଶୂର-ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ ।
ଦିତୀୟ ରାଜାବଳୀ 18 : 8 (ORV)
ସେ ଘସା ଓ ତହିଁର ସୀମା ପର୍ଯ୍ୟନ୍ତ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀରବେଷ୍ଟିତ ନଗର ପର୍ଯ୍ୟନ୍ତ ପଲେଷ୍ଟୀୟ-ମାନଙ୍କୁ ସଂହାର କଲେ ।
ଦିତୀୟ ରାଜାବଳୀ 18 : 9 (ORV)
ଅନନ୍ତର ହିଜକୀୟ ରାଜାଙ୍କ ଅଧିକାରର ଚତୁର୍ଥ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କର ଅଧିକାରର ସପ୍ତମ ବର୍ଷରେ ଅଶୂରର ରାଜା ଶଲ୍ମନେଷର୍ ଶମରୀୟା ପ୍ରତିକୂଳରେ ଆସି ତାହା ଅବରୋଧ କଲା ।
ଦିତୀୟ ରାଜାବଳୀ 18 : 10 (ORV)
ପୁଣି ତିନି ବର୍ଷର ଶେଷରେ ସେମାନେ ତାହା ହସ୍ତଗତ କଲେ; ହିଜକୀୟଙ୍କର ଅଧିକାରର ଷଷ୍ଠ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ହୋଶେୟଙ୍କର ଅଧିକାରର ନବମ ବର୍ଷରେ ଶମରୀୟା ହସ୍ତଗତ କରାଗଲା ।
ଦିତୀୟ ରାଜାବଳୀ 18 : 11 (ORV)
ଏଉତ୍ତାରେ ଅଶୂରର ରାଜା ଇସ୍ରାଏଲକୁ ଅଶୂରକୁ ନେଇ ଯାଇ ହଲହରେ ଓ ହାବୋରରେ, ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ସେମାନଙ୍କୁ ରଖିଲା ।
ଦିତୀୟ ରାଜାବଳୀ 18 : 12 (ORV)
କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ରବରେ ଅବଧାନ କଲେ ନାହିଁ, ମାତ୍ର ତାହାଙ୍କ ନିୟମ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ଲଙ୍ଘନ କଲେ ଓ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ ।
ଦିତୀୟ ରାଜାବଳୀ 18 : 13 (ORV)
ଏଉତ୍ତାରେ ହିଜକୀୟ ରାଜାଙ୍କର ଅଧିକାରର ଚଉଦ ବର୍ଷରେ ଅଶୂରର ରାଜା ସନ୍ହେରୀବ୍ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗର ପ୍ରତିକୂଳରେ ଆସି ତାହାସବୁ ହସ୍ତଗତ କଲା ।
ଦିତୀୟ ରାଜାବଳୀ 18 : 14 (ORV)
ଏଥିରେ ଯିହୁଦାର ରାଜା ହିଜକୀୟ ଲାଖୀଶ୍କୁ ଅଶୂରର ରାଜା ନିକଟକୁ ଲୋକ ପଠାଇ କହିଲେ, ମୁଁ ଅପରାଧ କଲି; ମୋʼ ନିକଟରୁ ଫେରି ଯାଉନ୍ତୁ; ଆପଣ ମୋʼ ଉପରେ ଯେଉଁ ଭାର ଥୋଇବେ, ତାହା ମୁଁ ବହିବି । ତହୁଁ ଅଶୂରର ରାଜା ଯିହୁଦାର ରାଜା ହିଜକୀୟଙ୍କ ଉପରେ ତିନିଶହ ତାଳ; ରୂପା ଓ ତିରିଶ ତାଳ; ସୁନା ନିରୂପଣ କଲା ।
ଦିତୀୟ ରାଜାବଳୀ 18 : 15 (ORV)
ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ତାରମାନରେ ପ୍ରାପ୍ତ ସମସ୍ତ ରୂପା ତାହାକୁ ଦେଲେ ।
ଦିତୀୟ ରାଜାବଳୀ 18 : 16 (ORV)
ସେସମୟରେ ହିଜକୀୟ ସଦାପ୍ରଭୁଙ୍କ ମନ୍ଦିର-ଦ୍ଵାରସବୁରୁ ଓ ଯିହୁଦାର ରାଜା ହିଜକୀୟଙ୍କ ଦ୍ଵାରା ମଣ୍ତିତ ସ୍ତମ୍ଭସବୁରୁ ସୁବର୍ଣ୍ଣ କାଟି ଅଶୂରର ରାଜାକୁ ଦେଲେ ।
ଦିତୀୟ ରାଜାବଳୀ 18 : 17 (ORV)
ଅନନ୍ତର ଅଶୂରର ରାଜା ଲାଖୀଶ୍ଠାରୁ ତର୍ତ୍ତନ ଓ ରବ୍ସାରୀସ୍ ଓ ରବ୍ଶାକିକି ମହାସୈନ୍ୟ ସହିତ ଯିରୂଶାଲମକୁ ହିଜକୀୟ ରାଜାଙ୍କ କତିକି ପଠାଇଲା । ତହୁଁ ସେମାନେ ଯାତ୍ରା କରି ଯିରୂଶାଲମକୁ ଆସିଲେ । ଆଉ ସେଠାରେ ଉପସ୍ଥିତ ହୁଅନ୍ତେ, ସେମାନେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ ।
ଦିତୀୟ ରାଜାବଳୀ 18 : 18 (ORV)
ପୁଣି ସେମାନେ ରାଜାଙ୍କୁ ଡାକନ୍ତେ, ହିଲ୍‍କୀୟର ପୁତ୍ର ଇଲୀୟାକିମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ସେମାନଙ୍କ ନିକଟକୁ ଆସିଲେ ।
ଦିତୀୟ ରାଜାବଳୀ 18 : 19 (ORV)
ତହିଁରେ ରବ୍ଶାକି ସେମାନଙ୍କୁ କହିଲା, ଏବେ ତୁମ୍ଭେମାନେ ହିଜକୀୟଙ୍କୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ଵାସ କରୁଅଛ, ତାହା କିରୂପ ବିଶ୍ଵାସ?
ଦିତୀୟ ରାଜାବଳୀ 18 : 20 (ORV)
ଯୁଦ୍ଧ କରିବା ପାଇଁ ମନ୍ତ୍ରଣା ଓ ବଳ ଅଛି ବୋଲି ତୁମ୍ଭେ କହୁଅଛ, ମାତ୍ର ତାହା କେବଳ ବୃଥା କଥା । ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ?
ଦିତୀୟ ରାଜାବଳୀ 18 : 21 (ORV)
ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ; ଯେଉଁମାନେ ମିସ୍ରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର ।
ଦିତୀୟ ରାଜାବଳୀ 18 : 22 (ORV)
ମାତ୍ର ଯେବେ ତୁମ୍ଭେମାନେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଯିରୂଶାଲମରେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କି ସେହି ନୁହଁନ୍ତି?
ଦିତୀୟ ରାଜାବଳୀ 18 : 23 (ORV)
ଏବେ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ଵ ଦେବି, ଯେବେ ତୁମ୍ଭେ ପାର, ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ ।
ଦିତୀୟ ରାଜାବଳୀ 18 : 24 (ORV)
ତେବେ କିରୂପେ ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ଫେରାଇ ଦେଇପାରିବ? କିରୂପେ ତୁମ୍ଭେ ରଥ ଓ ଅଶ୍ଵାରୋହୀ ନିମନ୍ତେ ମିସର ଉପରେ ବିଶ୍ଵାସ କରୁଅଛ?
ଦିତୀୟ ରାଜାବଳୀ 18 : 25 (ORV)
ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ଵଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ଵଂସ କର ।
ଦିତୀୟ ରାଜାବଳୀ 18 : 26 (ORV)
ଏଥିରେ ହିଲ୍‍କୀୟର ପୁତ୍ର ଇଲୀୟାକୀମ୍ ଓ ଶିବ୍ନ ଓ ଯୋୟାହ ରବ୍ଶାକିକୁ କହିଲେ, ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ; ପୁଣି ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କହନ୍ତୁ ।
ଦିତୀୟ ରାଜାବଳୀ 18 : 27 (ORV)
ମାତ୍ର ରବ୍ଶାକି ସେମାନଙ୍କୁ କହିଲା, ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି?
ଦିତୀୟ ରାଜାବଳୀ 18 : 28 (ORV)
ତହୁଁ ରବ୍ଶାକି ଠିଆ ହୋଇ ଉଚ୍ଚୈସ୍ଵରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ ।
ଦିତୀୟ ରାଜାବଳୀ 18 : 29 (ORV)
ରାଜା ଏହି କଥା କହନ୍ତି, ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ନ ଦିଅ; କାରଣ ସେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବ ନାହିଁ;
ଦିତୀୟ ରାଜାବଳୀ 18 : 30 (ORV)
କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ହିଜକୀୟ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ଵାସ ନ ଜନ୍ମାଉ ।
ଦିତୀୟ ରାଜାବଳୀ 18 : 31 (ORV)
ହିଜକୀୟର କଥା ଶୁଣ ନାହିଁ କାରଣ ଅଶୂରୀୟ ରାଜା ଏହି କଥା କହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ କତିକି ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମିରିଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପଜଳ ପାନ କର;
ଦିତୀୟ ରାଜାବଳୀ 18 : 32 (ORV)
ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ଵଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୋଟୀ ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ ।
ଦିତୀୟ ରାଜାବଳୀ 18 : 33 (ORV)
ନାନା ଗୋଷ୍ଠୀୟମାନଙ୍କ ଦେବତାଗଣ ମଧ୍ୟରୁ କୌଣସି ଦେବତା କʼଣ ଅଶୂରୀୟ ରାଜାଙ୍କ ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି?
ଦିତୀୟ ରାଜାବଳୀ 18 : 34 (ORV)
ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଓ ହେନାର ଓ ଅବ୍ବାର ଦେବତାମାନେ କାହାନ୍ତି? ସେମାନେ କʼଣ ମୋʼ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି?
ଦିତୀୟ ରାଜାବଳୀ 18 : 35 (ORV)
ନାନା ଗୋଷ୍ଠୀୟ ସମସ୍ତ ଦେବତା ମଧ୍ୟରେ କିଏ ଆପଣା ଦେଶକୁ ମୋʼ ହସ୍ତରୁ ଉଦ୍ଧାର କରିଅଛି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?
ଦିତୀୟ ରାଜାବଳୀ 18 : 36 (ORV)
ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ଗୋଟିଏ କଥା ଉତ୍ତର କଲେ ନାହିଁ; କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାଙ୍କର ଆଜ୍ଞା ଥିଲା ।
ଦିତୀୟ ରାଜାବଳୀ 18 : 37 (ORV)
ଏଉତ୍ତାରେ ହିଲ୍‍କୀୟର ପୁତ୍ର ଇଲୀୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟଙ୍କ ନିକଟକୁ ଆସି ରବ୍ଶାକିର କଥାସବୁ ତାଙ୍କୁ ଜଣାଇଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37

BG:

Opacity:

Color:


Size:


Font: