ଦିତୀୟ ରାଜାବଳୀ 7 : 1 (ORV)
ସେତେବେଳେ ଇଲୀଶାୟ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସଦାପ୍ରଭୁ ଏହି କଥା କହନ୍ତି, କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର-ଦ୍ଵାରରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକାଯିବ ।
ଦିତୀୟ ରାଜାବଳୀ 7 : 2 (ORV)
ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ସେ ପରମେଶ୍ଵରଙ୍କ ଲୋକଙ୍କୁ ଉତ୍ତର କରି କହିଲା, ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ଵାର କରନ୍ତି, ତେବେ ହେଁ କʼଣ ଏ କଥା ହୋଇ ପାରିବ? ତହିଁରେ ଇଲୀଶାୟ କହିଲେ, ଦେଖ, ତୁମ୍ଭେ ସ୍ଵଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ ।
ଦିତୀୟ ରାଜାବଳୀ 7 : 3 (ORV)
ସେହି ସମୟରେ ନଗର-ଦ୍ଵାରର ପ୍ରବେଶ-ସ୍ଥାନରେ ଚାରି ଜଣ କୁଷ୍ଠୀ ଥିଲେ; ଆଉ ସେମାନେ ପରସ୍ପର କହିଲେ, ଆମ୍ଭେମାନେ ମରିବା ପର୍ଯ୍ୟନ୍ତ କାହିଁକି ଏଠାରେ ବସିଅଛୁ?
ଦିତୀୟ ରାଜାବଳୀ 7 : 4 (ORV)
ଯେବେ କହୁ, ଆମ୍ଭେମାନେ ନଗରରେ ପ୍ରବେଶ କରିବା, ତେବେ ନଗରରେ ଦୁର୍ଭିକ୍ଷ ଅଛି, ପୁଣି ଆମ୍ଭେମାନେ ସେଠାରେ ମରିବା; ଆଉ ଯେବେ ଆମ୍ଭେମାନେ ଏଠାରେ ବସି ରହିବା, ତେବେ ମଧ୍ୟ ମରିବା । ଏହେତୁ ଆସ, ଆମ୍ଭେମାନେ ଅରାମୀୟମାନଙ୍କ ସୈନ୍ୟର ପକ୍ଷକୁ ଯାଉ; ଯେବେ ସେମାନେ ଆମ୍ଭମାନଙ୍କୁ ବଞ୍ଚାଇ ରଖିବେ, ତେବେ ଆମ୍ଭେମାନେ ବଞ୍ଚିବା; ଆଉ ଯେବେ ଆମ୍ଭମାନଙ୍କୁ ମାରି ପକାଇବେ, ତେବେ ମରିବା ।
ଦିତୀୟ ରାଜାବଳୀ 7 : 5 (ORV)
ଏଣୁ ସେମାନେ ଅରାମୀୟମାନଙ୍କ ଛାଉଣିକି ଯିବା ପାଇଁ ଗୋଧୂଳି ସମୟରେ ଉଠିଲେ; ଆଉ ସେମାନେ ଅରାମୀୟମାନଙ୍କ ଛାଉଣିର ବାହାର ସୀମାରେ ଉପସ୍ଥିତ ହେବା ବେଳେ, ଦେଖ, ସେଠାରେ କୌଣସି ମନୁଷ୍ୟ ନାହିଁ ।
ଦିତୀୟ ରାଜାବଳୀ 7 : 6 (ORV)
କାରଣ ସଦାପ୍ରଭୁ ଅରାମୀୟମାନଙ୍କ ସୈନ୍ୟଗଣକୁ ରଥ-ଶଦ୍ଦ ଓ ଅଶ୍ଵ-ଶଦ୍ଦ, ଅର୍ଥାତ୍, ମହାସୈନ୍ୟ-ଶଦ୍ଦ ଶୁଣାଇଥିଲେ; ତହିଁରେ ସେମାନେ ପରସ୍ପର କହିଲେ, ଦେଖ, ଇସ୍ରାଏଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବା ପାଇଁ ହିତ୍ତୀୟମାନଙ୍କ ରାଜାଗଣକୁ ଓ ମିସ୍ରୀୟମାନଙ୍କ ରାଜାଗଣକୁ ଆମ୍ଭମାନଙ୍କ ପ୍ରତିକୂଳରେ ବେତନ ଦେଇ ନିଯୁକ୍ତ କରିଅଛି ।
ଦିତୀୟ ରାଜାବଳୀ 7 : 7 (ORV)
ଏହେତୁ ସେମାନେ ଉଠି ଗୋଧୂଳି ସମୟରେ ପଳାଇଲେ, ଆଉ ସେମାନେ ଆପଣାମାନଙ୍କ ତମ୍ଵୁ ଓ ଅଶ୍ଵ ଓ ଗର୍ଦ୍ଦଭ ଓ ଛାଉଣି ଯେପରି ଥିଲା, ସେପରି ଛାଡ଼ି ଆପଣାମାନଙ୍କ ପ୍ରାଣରକ୍ଷାର୍ଥେ ପଳାଇଲେ ।
ଦିତୀୟ ରାଜାବଳୀ 7 : 8 (ORV)
ଏଉତ୍ତାରେ ସେହି କୁଷ୍ଠୀମାନେ ଛାଉଣିର ବାହାର ସୀମାକୁ ଆସି ଗୋଟିଏ ତମ୍ଵୁ ଭିତରକୁ ଯାଇ ଭୋଜନପାନ କଲେ, ପୁଣି ତହିଁରୁ ରୂପା ଓ ସୁନା ଓ ବସ୍ତ୍ର ନେଇ ଲୁଚାଇ ରଖିଲେ; ତହୁଁ ସେମାନେ ପୁନର୍ବାର ଆସି ଆଉ ଏକ ତମ୍ଵୁ ମଧ୍ୟରେ ପ୍ରବେଶ କଲେ ଓ ତହିଁରୁ ମଧ୍ୟ ଦ୍ରବ୍ୟାଦି ନେଇ ଯାଇ ଲୁଚାଇ ରଖିଲେ ।
ଦିତୀୟ ରାଜାବଳୀ 7 : 9 (ORV)
ତେବେ ସେମାନେ ପରସ୍ପର କହିଲେ, ଆମ୍ଭେମାନେ ଭଲ କରୁ ନାହୁଁ; ଆଜି ସୁସମ୍ଵାଦର ଦିନ, ମାତ୍ର ଆମ୍ଭେମାନେ ତୁନି ହୋଇ ରହୁଅଛୁ; ଯେବେ ଆମ୍ଭେମାନେ ପ୍ରଭାତ ଆଲୁଅ ପର୍ଯ୍ୟନ୍ତ ବିଳମ୍ଵ କରୁ, ତେବେ ଆମ୍ଭମାନଙ୍କୁ ଦଣ୍ତ ଘଟିବ; ଏହେତୁ ଏବେ ଆସ, ଆମ୍ଭେମାନେ ଯାଇ ରାଜଗୃହରେ ସମ୍ଵାଦ ଦେଉ ।
ଦିତୀୟ ରାଜାବଳୀ 7 : 10 (ORV)
ତହୁଁ ସେମାନେ ଆସି ନଗରର ଦ୍ଵାରୀକୁ ଡାକିଲେ; ଆଉ ସେମାନଙ୍କୁ ଜଣାଇ କହିଲେ, ଆମ୍ଭେମାନେ ଅରାମୀୟମାନଙ୍କ ଛାଉଣିକି ଯାଇଥିଲୁ, ଆଉ ଦେଖ, ସେଠାରେ କୌଣସି ମନୁଷ୍ୟ ନାହିଁ; କି ମନୁଷ୍ୟର ଶଦ୍ଦ ନାହିଁ, ମାତ୍ର ଅଶ୍ଵ ଓ ଗର୍ଦ୍ଦଭଗଣ ବନ୍ଧା ହୋଇଅଛନ୍ତି, ଆଉ ତମ୍ଵୁସବୁ ଯେପରି ଥିଲା, ସେପରି ଅଛି ।
ଦିତୀୟ ରାଜାବଳୀ 7 : 11 (ORV)
ତହୁଁ ସେ ଦ୍ଵାରୀମାନଙ୍କୁ ଡାକନ୍ତେ, ସେମାନେ ରାଜଗୃହ ଭିତରେ ସମ୍ଵାଦ ଦେଲେ ।
ଦିତୀୟ ରାଜାବଳୀ 7 : 12 (ORV)
ତହିଁରେ ରାଜା ରାତ୍ରିରେ ଉଠି ଆପଣା ଦାସମାନଙ୍କୁ କହିଲେ, ଅରାମୀୟମାନେ ଆମ୍ଭମାନଙ୍କ ପ୍ରତି ଯାହା କରିଅଛନ୍ତି, ତାହା ମୁଁ ଏବେ ତୁମ୍ଭମାନଙ୍କ ପ୍ରତି ପ୍ରକାଶ କରିବି । ସେମାନେ ଜାଣନ୍ତି ଯେ, ଆମ୍ଭେମାନେ କ୍ଷୁଧାର୍ତ୍ତ ଅଛୁ; ଏହେତୁ ସେମାନେ ଛାଉଣିରୁ ବାହାରି ଯାଇ ଆପଣାମାନଙ୍କୁ କ୍ଷେତ୍ରରେ ଲୁଚାଇ କହୁଛନ୍ତି, ସେମାନେ ନଗରରୁ ବାହାରିଲେ, ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଧରି ନଗରରେ ପ୍ରବେଶ କରିବା ।
ଦିତୀୟ ରାଜାବଳୀ 7 : 13 (ORV)
ତହିଁରେ ତାହାର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର କରି କହିଲା, ମୁଁ ବିନୟ କରୁଅଛି, ଆମ୍ଭେମାନେ କେତେକ ଲୋକ ପଠାଇ ଦେଖୁ, ସେମାନେ ନଗରରେ ଅବଶିଷ୍ଟ ଅଶ୍ଵମାନଙ୍କ ମଧ୍ୟରୁ ପାଞ୍ଚୋଟି ନେଇ ଯାଉନ୍ତୁ, ଦେଖନ୍ତୁ, ସେମାନେ ନଗରରେ ଅବଶିଷ୍ଟ ଇସ୍ରାଏଲର ସମସ୍ତ ଜନତା ସମାନ; ଦେଖନ୍ତୁ, ସେମାନେ ଇସ୍ରାଏଲର ସମସ୍ତ ନଷ୍ଟକଳ୍ପ ଜନତା ସମାନ ।
ଦିତୀୟ ରାଜାବଳୀ 7 : 14 (ORV)
ଏହେତୁ ସେହି ଲୋକମାନେ ଅଶ୍ଵ ସହିତ ଦୁଇ ରଥ ନେଲେ ଓ ରାଜା ସେମାନଙ୍କୁ ଅରାମୀୟ ସୈନ୍ୟ ପଛେ ପଠାଇ କହିଲେ, ଯାଇ ଦେଖ ।
ଦିତୀୟ ରାଜାବଳୀ 7 : 15 (ORV)
ତହୁଁ ସେମାନେ ଯର୍ଦ୍ଦନ ପର୍ଯ୍ୟନ୍ତ ସେମାନଙ୍କ ପଛେ ପଛେ ଗଲେ; ଆଉ ଦେଖ, ଅରାମୀୟମାନେ ତରତର ହୋଇ ଯାହା ପକାଇ ଦେଇ ଯାଇଥିଲେ, ଏପରି ବସ୍ତ୍ର ଓ ପାତ୍ରାଦିରେ ସମସ୍ତ ପଥ ପୂର୍ଣ୍ଣ ଥିଲା । ତେବେ ସେ ଦୂତମାନେ ଫେରି ଆସି ରାଜାଙ୍କୁ ସମ୍ଵାଦ ଦେଲେ ।
ଦିତୀୟ ରାଜାବଳୀ 7 : 16 (ORV)
ତହିଁରେ ଲୋକମାନେ ବାହାରକୁ ଯାଇ ଅରାମୀୟମାନଙ୍କ ଛାଉଣି ଲୁଟ କଲେ । ତେଣୁ ସଦାପ୍ରଭୁଙ୍କ ବାକ୍ୟାନୁସାରେଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକାଗଲା ।
ଦିତୀୟ ରାଜାବଳୀ 7 : 17 (ORV)
ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ତାହାକୁ ନଗର-ଦ୍ଵାର ରକ୍ଷା କରିବା ପାଇଁ ନିଯୁକ୍ତ କଲେ; ଏଥିରେ ଲୋକମାନେ ନଗର-ଦ୍ଵାରରେ ତାହାକୁ ଦଳି ପକାଇଲେ, ତହିଁରେ ରାଜା ପରମେଶ୍ଵରଙ୍କ ଲୋକଙ୍କ ନିକଟକୁ ଯିବା ବେଳେ ପରମେଶ୍ଵରଙ୍କ ଲୋକ ତାଙ୍କୁ ଯେପରି କହିଥିଲେ, ତଦନୁସାରେ ସେ ମଲା ।
ଦିତୀୟ ରାଜାବଳୀ 7 : 18 (ORV)
ପରମେଶ୍ଵରଙ୍କ ଲୋକ ରାଜାଙ୍କୁ ଏହି କଥା କହିଥିଲେ, କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର-ଦ୍ଵାରରେ ଦୁଇ ପସୁରୀ ଯବ ଏକ ଶେକଲ ଓ ଏକ ପସୁରୀ ସରୁ ମଇଦା ଏକ ଶେକଲ ହେବ;
ଦିତୀୟ ରାଜାବଳୀ 7 : 19 (ORV)
ଆଉ ସେହି ସେନାପତି ପରମେଶ୍ଵରଙ୍କ ଲୋକଙ୍କୁ ଉତ୍ତର କରି କହିଥିଲା, ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ଵାର କରନ୍ତି, ତେବେ ହେଁ କʼଣ ଏପରି କଥା ହୋଇ ପାରିବ? ତହିଁରେ ସେ କହିଥିଲେ, ଦେଖ, ତୁମ୍ଭେ ସ୍ଵଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ ।
ଦିତୀୟ ରାଜାବଳୀ 7 : 20 (ORV)
ସେହିପରି ତାହା ପ୍ରତି ଘଟିଲା; କାରଣ ଲୋକମାନେ ନଗର-ଦ୍ଵାରରେ ତାହାକୁ ଦଳି ପକାନ୍ତେ, ସେ ମଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20

BG:

Opacity:

Color:


Size:


Font: