ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 1 (ORV)
ବିଜାତିମାନେ ମଧ୍ୟ ଯେ ଈଶ୍ଵରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ପ୍ରେରିତମାନେ ଓ ଯିହୁଦା ପ୍ରଦେଶରେ ଥିବା ଭାଇମାନେ ଶୁଣିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 2 (ORV)
ଆଉ, ଯେତେବେଳେ ପିତର ଯିରୂଶାଲମକୁ ଆସିଲେ, ସେତେବେଳେ ସୁନ୍ନତି ଶିଷ୍ୟମାନେ ତାଙ୍କ ସହିତ ବିବାଦ କରି କହିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 3 (ORV)
ତୁମ୍ଭେ ଅସୁନ୍ନତି ଲୋକମାନଙ୍କ ଗୃହରେ ପ୍ରବେଶ କରି ସେମାନଙ୍କ ସହିତ ଭୋଜନ କରିଅଛ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 4 (ORV)
କିନ୍ତୁ ପିତର ବିଷୟଟି ଆଦ୍ୟପ୍ରା; ବୁଝାଇବାକୁ ଆରମ୍ଭ କରି କହିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 5 (ORV)
ମୁଁ ଯାଫୋ ନଗରରେ ପ୍ରାର୍ଥନା କରୁଥିଲି ଏବଂ ମୂର୍ଚ୍ଛିତ ହୋଇ ଏହି ଦର୍ଶନ ପାଇଲି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ଆକାଶରୁ ଖସାଇ ଦିଆଯାଉଅଛି,
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 6 (ORV)
ଆଉ ତାହା ମୋʼ ପର୍ଯ୍ୟନ୍ତ ଆସିଲା; ମୁଁ ତାହା ପ୍ରତି ଏକଦୃଷ୍ଟିରେ ଚାହିଁ ଚିନ୍ତା କରିବାକୁ ଲାଗିଲି ଓ ସେଥିରେ ପୃଥିବୀର ଚତୁଷ୍ପଦ ପ୍ରାଣୀ, ବନ୍ୟ ପଶୁ, ସରୀସୃପ ଓ ଆକାଶର ପକ୍ଷୀସବୁ ଦେଖିଲି,
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 7 (ORV)
ପୁଣି, ମୋତେ କୁହାଯାଉଥିବା ଗୋଟିଏ ବାଣୀ ମଧ୍ୟ ମୁଁ ଶୁଣିଲି, ହେ ପିତର, ଉଠ, ବଧ କରି ଭୋଜନ କର ।
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 8 (ORV)
କିନ୍ତୁ ମୁଁ କହିଲି, ନାହିଁ, ପ୍ରଭୋ, ଅପବିତ୍ର କି ଅଶୁଚି ବସ୍ତୁ ମୋହର ମୁଖରେ କେବେହେଲେ ପ୍ରବେଶ କରି ନାହିଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 9 (ORV)
କିନ୍ତୁ ଦ୍ଵିତୀୟ ଥର ଆକାଶରୁ ଗୋଟିଏ ସ୍ଵର ଉତ୍ତର ଦେଲା, ଈଶ୍ଵର ଯାହା ଶୁଚି କରିଅଛନ୍ତି, ତୁମ୍ଭେ ତାହା ଅଶୁଚି ବୋଲି ନ କୁହ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 10 (ORV)
ଏହିପ୍ରକାରେ ତିନି ଥର ହେଲା, ପରେ ସମସ୍ତ ପୁନର୍ବାର ଆକାଶକୁ ନିଆଗଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 11 (ORV)
ପୁଣି ଦେଖନ୍ତୁ, ସେହିକ୍ଷଣି ତିନି ଜଣ ଲୋକ, ଆମ୍ଭେମାନେ ଯେଉଁ ଗୃହରେ ଥିଲୁ, ସେଥିର ସମ୍ମୁଖରେ ଆସି ଠିଆ ହେଲେ, ସେମାନେ କାଇସରିଆରୁ ମୋʼ ନିକଟକୁ ପ୍ରେରିତ ହୋଇଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 12 (ORV)
ପୁଣି, କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯିବା ନିମନ୍ତେ ଆତ୍ମା ମୋତେ କହିଲେ । ଆଉ, ଏହି ଛଅ ଜଣ ଭାଇ ମଧ୍ୟ ମୋʼ ସାଙ୍ଗରେ ଗଲେ, ପୁଣି ଆମ୍ଭେମାନେ ସେହି ବ୍ୟକ୍ତିଙ୍କ ଗୃହରେ ପ୍ରବେଶ କଲୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 13 (ORV)
ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ;
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 14 (ORV)
ଯେସମସ୍ତ ବାକ୍ୟ ଦ୍ଵାରା ତୁମ୍ଭେ ଓ ତୁମ୍ଭର ସମସ୍ତ ପରିବାର ପରିତ୍ରାଣ ପାଇବ, ସେ ତୁମ୍ଭକୁ ସେହିସବୁ କହିବେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 15 (ORV)
ପରେ ମୁଁ କଥା କହିବାକୁ ଆରମ୍ଭ କରିବା ସମୟରେ ପବିତ୍ର ଆତ୍ମା ପ୍ରଥମରେ ଆମ୍ଭମାନଙ୍କ ଉପରେ ଅବତରଣ କଲା ପରି ସେମାନଙ୍କ ଉପରେ ସୁଦ୍ଧା ଅବତରଣ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 16 (ORV)
ସେତେବେଳେ ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ମୋହର ସ୍ମରଣରେ ପଡ଼ିଲା, ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 17 (ORV)
ଅତଏବ, ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ କରିବା ସମୟରେ ଈଶ୍ଵର ଯେପରି ଆମ୍ଭମାନଙ୍କୁ ଦାନ ଦେଇଥିଲେ, ସେହିପରି ଯେବେ ସେମାନଙ୍କୁ ସୁଦ୍ଧା ସମାନ ଦାନ ଦେଲେ, ମୁଁ କିଏ ଯେ ଈଶ୍ଵରଙ୍କୁ ପ୍ରତିରୋଧ କରି ପାରିଥାʼନ୍ତି?
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 18 (ORV)
ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ଵରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ଵର ବିଜାତିମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ ପରିବର୍ତ୍ତନ ଦାନ କରିଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 19 (ORV)
ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଳେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇଯାଇଥିଲେ, ସେମାନେ ଫୈନୀକିଆ, ସାଇପ୍ରସ ଓ ଆନ୍ତିୟଖିଆ ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୁଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 20 (ORV)
କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ କୁପ୍ରୀୟ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଆସି ଗ୍ରୀକ୍ମାନଙ୍କ।। ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 21 (ORV)
ଆଉ, ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି ଅନେକ ଅନେକ ଲୋକ ବିଶ୍ଵାସ କରି ପ୍ରଭୁଙ୍କ ପ୍ରତି ଫେରିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 22 (ORV)
ସେମାନଙ୍କ ବିଷୟକ ସମ୍ଵାଦ ଯିରୂଶାଲମସ୍ଥ ମଣ୍ତଳୀର କର୍ଣ୍ଣଗୋଚର ହେଲା, ସେଥିରେ ସେମାନେ ଆନ୍ତିୟଖିଆ ପର୍ଯ୍ୟନ୍ତ ବର୍ଣ୍ଣବ୍ବାଙ୍କୁ ପ୍ରେରଣ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 23 (ORV)
ସେ ଉପସ୍ଥିତ ହୋଇ ଈଶ୍ଵରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 24 (ORV)
କାରଣ ସେ ଜଣେ ଉତ୍ତମ ବ୍ୟକ୍ତି, ପୁଣି ପବିତ୍ର ଆତ୍ମା ଓ ବିଶ୍ଵାସରେ ପରିପୂର୍ଣ୍ଣ ଥିଲେ । ଏହିପ୍ରକାରେ ଅନେକ ଅନେକ ଲୋକ ପ୍ରଭୁଙ୍କଠାରେ ସଂଯୁକ୍ତ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 25 (ORV)
ପରେ ସେ ଶାଉଲଙ୍କୁ ଖୋଜିବା ପାଇଁ ତାର୍ଷକୁ ବାହାରିଗଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 26 (ORV)
ପୁଣି, ସେ ତାଙ୍କୁ ପାଇ ଆନ୍ତିୟଖିଆକୁ ଘେନିଆସିଲେ । ସେମାନେ ସମ୍ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ମଣ୍ତଳୀର ସହିତ ରହି ଅନେକ ଲୋକଙ୍କୁ ଶିକ୍ଷା ଦେଲେ, ପୁଣି ଆନ୍ତିୟଖିଆରେ ଶିଷ୍ୟମାନେ ପ୍ରଥମରେ ଖ୍ରୀଷ୍ଟିୟାନ ବୋଲି ଆଖ୍ୟାତ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 27 (ORV)
ସେହି ସମୟରେ କେତେକ ଜଣ ଭାବବାଦୀ ଯିରୂଶାଲମରୁ ଆନ୍ତିୟଖିଆକୁ ଆସିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 28 (ORV)
ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହା ଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ଵାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 29 (ORV)
ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୁଦା ପ୍ରଦେଶ ନିବାସୀ ଭାଇମାନଙ୍କ ନିମନ୍ତେ ସାହାଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 11 : 30 (ORV)
ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30

BG:

Opacity:

Color:


Size:


Font: