ରେରିତମାନଙ୍କ କାର୍ଯ୍ୟର ବିବରଣ 12 : 1 (ORV)
ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ତଳୀର କେତେକ ଜଣକୁ ଉପଦ୍ରବ କରିବା ନିମନ୍ତେ ହସ୍ତକ୍ଷେପ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 12 : 2 (ORV)
ସେ ଯୋହନଙ୍କ ଭ୍ରାତା ଯାକୁବଙ୍କୁ ଖଡ଼୍‍ଗରେ ବଧ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 12 : 3 (ORV)
ଆଉ, ଯିହୁଦୀମାନଙ୍କୁ ସେଥିରେ ସନ୍ତୁଷ୍ଟ ହେବାର ଦେଖି ସେ ପିତରଙ୍କୁ ମଧ୍ୟ ଧରିବାକୁ ଅଗ୍ରସର ହେଲେ । ସେହି ସମୟରେ ଖମୀରଶୂନ୍ୟ ରୋଟୀର ପର୍ବ ଥିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 12 : 4 (ORV)
ପରେ ସେ ତାଙ୍କୁ ଧରି କାରାଗାରରେ ନିକ୍ଷେପ କଲେ, ପୁଣି, ନିସ୍ତାର ପର୍ବ ଉତ୍ତାରେ ସେ ତାଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ନିମନ୍ତେ ମନସ୍ଥ କରି ପ୍ରତ୍ୟେକ ଦଳରେ ଚାରି ଜଣ ଲେଖାଏଁ ଥିବା ଚାରୋଟି ସେନାଦଳ ନିକଟରେ ତାଙ୍କୁ ଜଗିବା ପାଇଁ ସମର୍ପଣ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 12 : 5 (ORV)
ଅତଏବ, ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାଙ୍କ ନିମନ୍ତେ ମଣ୍ତଳୀ ଦ୍ଵାରା ଏକାଗ୍ର ଭାବରେ ଈଶ୍ଵରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 12 : 6 (ORV)
ପରେ ହେରୋଦ ଯେଉଁ ଦିନ ପିତରଙ୍କୁ ବାହାର କରି ଆଣିବା ପାଇଁ ଯାଉଥିଲେ, ସେହି ରାତିରେ ସେ ଦୁଇଟା ଜଞ୍ଜିରରେ ବନ୍ଧା ହୋଇ ଦୁଇ ଜଣ ସୈନ୍ୟଙ୍କ ମଧ୍ୟରେ ଶୋଇଥିଲେ, ଆଉ ପ୍ରହରୀମାନେ ଦ୍ଵାର ସମ୍ମୁଖରେ କାରାଗାର ରକ୍ଷା କରୁଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 12 : 7 (ORV)
ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାଙ୍କୁ ଜଗାଇ କହିଲେ, ଶୀଘ୍ର ଉଠ । ସେଥିରେ ତାଙ୍କ ହାତରୁ ଜଞ୍ଜିର ଖସିପଡ଼ିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 12 : 8 (ORV)
ପୁଣି, ଦୂତ ତାଙ୍କୁ କହିଲେ, କଟିବନ୍ଧନ କର ଓ ପାଦୁକା ପିନ୍ଧ । ସେ ସେପରି କଲେ । ଆଉ ସେ ତାଙ୍କୁ କହିଲେ, ଦେହରେ ଚାଦର ପକାଇ ମୋହର ପଛେ ପଛେ ଆସ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 12 : 9 (ORV)
ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ଵାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 12 : 10 (ORV)
ଯେତେବେଳେ ସେମାନେ ପ୍ରଥମ ଓ ଦ୍ଵିତୀୟ ପ୍ରହରୀଦଳ ଅତିକ୍ରମ କରି, ଯେଉଁ ଲୌହଦ୍ଵାର ଦେଇ ନଗରକୁ ଯିବାକୁ ହୁଏ, ତାହା ନିକଟକୁ ଆସିଲେ, ସେତେବେଳେ ସେହି ଦ୍ଵାର ଆପଣା ମନକୁ ସେମାନଙ୍କ ନିମନ୍ତେ ମେଲା ହୋଇଗଲା, ଆଉ ସେମାନେ ବାହାରିଯାଇ ଗୋଟିଏ ଦାଣ୍ତର ଶେଷ ମୁଣ୍ତ ଯାଏ ଗଲେ, ପୁଣି ସେହିକ୍ଷଣି ସେହି ଦୂତ ତାଙ୍କଠାରୁ ଅନ୍ତର ହୋଇଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 12 : 11 (ORV)
ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୁଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 12 : 12 (ORV)
ସେ ଏହି କଥା ଆଲୋଚନା କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କ ମାତା ମରୀୟମଙ୍କ ଗୃହକୁ ଆସିଲେ; ସେହି ସ୍ଥାନରେ ଅନେକେ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 12 : 13 (ORV)
ସେ ବାହାର ଦ୍ଵାରରେ ମାରନ୍ତେ, ରୋଦା ନାମରେ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 12 : 14 (ORV)
ସେ ପିତରଙ୍କର ସ୍ଵର ବାରି ଆନନ୍ଦ ସକାଶେ ଦ୍ଵାର ନ ଫିଟାଇ ଭିତରକୁ ଦୌଡ଼ିଯାଇ, ଦ୍ଵାର ପାଖରେ ପିତର ଠିଆ ହୋଇଅଛନ୍ତି ବୋଲି କହିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 12 : 15 (ORV)
ସେମାନେ ତାକୁ କହିଲେ, ତୁ ବାୟାଣୀ । କିନ୍ତୁ ସେ ତାହା ସତ ବୋଲି ଦୃଢ଼ ରୂପେ କହିବାକୁ ଲାଗିଲା । ସେମାନେ କହିଲେ, ଏ ତାଙ୍କର ଦୂତ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 12 : 16 (ORV)
କିନ୍ତୁ ପିତର ଦ୍ଵାରରେ ବାରମ୍ଵାର ମାରୁଥିଲେ, ଆଉ ସେମାନେ ଫିଟାଇ ତାଙ୍କୁ ଦେଖି ଆଚମ୍ଵିତ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 12 : 17 (ORV)
କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ । ପୁଣି ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ । ଆଉ, ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 12 : 18 (ORV)
ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ସୈନ୍ୟମାନଙ୍କ ମଧ୍ୟରେ ବଡ଼ ଚହଳ ପଡ଼ିଗଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 12 : 19 (ORV)
ଆଉ, ହେରୋଦ ତାଙ୍କୁ ଖୋଜି ନ ପାଇବାରୁ ପ୍ରହରୀମାନଙ୍କୁ ପ୍ରଶ୍ନ କଲା ଉତ୍ତାରେ ସେମାନଙ୍କୁ ବଧ କରିବା ପାଇଁ ଆଜ୍ଞା ଦେଲେ । ପରେ ସେ ଯିହୁଦା ପ୍ରଦେଶରୁ କାଇସରିଆକୁ ଯାଇ ସେଠାରେ ରହିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 12 : 20 (ORV)
ସେତେବେଳେ ହେରୋଦ ସୋର ଓ ସୀଦୋନ ଲୋକଙ୍କ ଉପରେ ଭୟଙ୍କର ଅସନ୍ତୁଷ୍ଟ ଥିଲେ, ଆଉ ସେମାନେ ଏକମତ ହୋଇ ତାଙ୍କ ନିକଟକୁ ଆସିଲେ ଓ ରାଜାଙ୍କ ଶୟନାଗାରର ଅଧ୍ୟକ୍ଷ ବ୍ଲାସ୍ତଙ୍କୁ ଆପଣାମାନଙ୍କ ସପକ୍ଷ କରି ସନ୍ଧି ପ୍ରାର୍ଥନା କରିବାକୁ ଲାଗିଲେ, କାରଣ ରାଜାଙ୍କ ଦେଶରୁ ସେମାନଙ୍କ ଦେଶକୁ ଖାଦ୍ୟସାମଗ୍ରୀ ଯାଉଥିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 12 : 21 (ORV)
ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ବକ୍ତୃତା ଦେଲେ;
ରେରିତମାନଙ୍କ କାର୍ଯ୍ୟର ବିବରଣ 12 : 22 (ORV)
ସେଥିରେ ଲୋକମାନେ ପାଟି କରି କହିବାକୁ ଲାଗିଲେ, ଏ ତ ଦେବତାଙ୍କ ସ୍ଵର, ମନୁଷ୍ୟର ସ୍ଵର ନୁହେଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 12 : 23 (ORV)
ତତ୍କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାଙ୍କୁ ଆଘାତ କଲେ, କାରଣ ସେ ଈଶ୍ଵରଙ୍କୁ ଗୌରବ ଦେଲେ ନାହିଁ, ଆଉ ସେ କୀଟ ଦ୍ଵାରା ଭକ୍ଷିତ ହୋଇ ପ୍ରାଣତ୍ୟାଗ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 12 : 24 (ORV)
କିନ୍ତୁ ଈଶ୍ଵରଙ୍କ ବାକ୍ୟ ବୃଦ୍ଧି ପାଇ ଅଧିକ ବ୍ୟାପିବାକୁ ଲାଗିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 12 : 25 (ORV)
ପରେ ବର୍ଣ୍ଣବ୍ବା ଓ ଶାଉଲ ଆପଣାମାନଙ୍କର ସେବାକାର୍ଯ୍ୟ ସମାପ୍ତ କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କୁ ସାଙ୍ଗରେ ଘେନି ଯିରୂଶାଲମରୁ ବାହୁଡ଼ିଗଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25

BG:

Opacity:

Color:


Size:


Font: