ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 1 (ORV)
ପରେ ସେ ଦର୍ବୀ ଓ ଲୁସ୍ତ୍ରାକୁ ମଧ୍ୟ ଆସିଲେ, ଆଉ ଦେଖ, ସେ ସ୍ଥାନରେ ତୀମଥି ନାମରେ ଜଣେ ଶିଷ୍ୟ ଥିଲେ, ସେ ଜଣେ ବିଶ୍ଵାସିନୀ ଯିହୁଦୀ ମହିଳାର।ପୁତ୍ର, କିନ୍ତୁ ତାଙ୍କର ପିତା ଜଣେ ଗ୍ରୀକ୍ ଲୋକ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 2 (ORV)
ଲୁସ୍ତ୍ରା ଓ ଇକନୀୟରେ ଥିବା ଭାଇମାନେ ତାଙ୍କ ସୁଖ୍ୟାତି କରୁଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 3 (ORV)
ତାଙ୍କୁ ସାଙ୍ଗରେ ନେଇଯିବାକୁ ପାଉଲ ଇଚ୍ଛା କଲେ, ଆଉ ସେହିସବୁ ଅଞ୍ଚଳରେ ଥିବା ଯିହୁଦୀମାନଙ୍କ ହେତୁ ତାଙ୍କୁ ଘେନିଯାଇ ସୁନ୍ନତ କଲେ; କାରଣ ତାଙ୍କର ପିତା ଜଣେ ଗ୍ରୀକ୍ ଲୋକ ବୋଲି ସମସ୍ତେ ଜାଣିଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 4 (ORV)
ପୁଣି, ସେମାନେ ନଗରସମୂହ ଦେଇ ଯାଉ ଯାଉ ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ଵାରା ନିରୂପିତ ଆଜ୍ଞାସବୁ ପାଳନ କରିବା ନିମନ୍ତେ ସେମାନଙ୍କ ନିକଟରେ ସମର୍ପଣ କରୁଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 5 (ORV)
ଏହିପ୍ରକାରେ ମଣ୍ତଳୀସମୂହ ବିଶ୍ଵାସରେ ଦୃଢ଼ୀଭୂତ ହୋଇ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 6 (ORV)
ସେମାନେ ଆସିଆରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ଵାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 7 (ORV)
ଆଉ, ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 8 (ORV)
ସେମାନେ ମୂସିଆ ପାଖ ଦେଇ ତ୍ରୋୟାକୁ ଆସିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 9 (ORV)
ଆଉ, ରାତ୍ରିକାଳରେ ପାଉଲ ଗୋଟିଏ ଦର୍ଶନ ପାଇଲେ, ମାକିଦନିଆର ଜଣେ ଲୋକ ଠିଆ ହୋଇ ତାଙ୍କୁ ବିନତି କରି କହୁଅଛି, ମାକିଦନିଆକୁ ପାର ହୋଇ ଆସି ଆମ୍ଭମାନଙ୍କର ଉପକାର କର ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 10 (ORV)
ସେ ଏହି ଦର୍ଶନ ପାଇଲା ପରେ ଆମ୍ଭେମାନେ ତତ୍କ୍ଷଣାତ୍ ମାକିଦନିଆକୁ ଯିବା ପାଇଁ ଚେଷ୍ଟା କଲୁ, କାରଣ ସେମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାକୁ ଈଶ୍ଵର ଆମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି ବୋଲି ଆମ୍ଭେମାନେ ବୁଝିଲୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 11 (ORV)
ତେଣୁ ତ୍ରୋୟାରୁ ଜାହାଜରେ ଆମ୍ଭେମାନେ ସଳଖ ପଥରେ ସାମଥ୍ରାକୀକୁ ଓ ପରଦିନ ନିୟାପଲିକୁ ଗଲୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 12 (ORV)
ସେଠାରୁ ଫିଲିପ୍ପୀକୁ ଗଲୁ, ଏହା ମାକିଦନିଆର ସେହି ଅଞ୍ଚଳର ଏକ ପ୍ରଧାନ ନଗର, ପୁଣି ଗୋଟିଏ ରୋମୀୟ ଉପନିବେଶ; ସେହି ନଗରରେ ଆମ୍ଭେମାନେ କେତେକ ଦିନ ରହିଲୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 13 (ORV)
ବିଶ୍ରାମବାରରେ ଆମ୍ଭେମାନେ ନଗରଦ୍ଵାରରୁ ବାହାରି ନଦୀକୂଳକୁ ଗଲୁ, ସେଠାରେ ପ୍ରାର୍ଥନାର ସ୍ଥାନ ଅଛି ବୋଲି ଆମ୍ଭେମାନେ ମନେ କରିଥିଲୁ, ଆଉ ଆମ୍ଭେମାନେ ବସି ସମବେତ ହୋଇଥିବା ମହିଳାମାନଙ୍କୁ କଥା କହିବାକୁ ଲାଗିଲୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 14 (ORV)
ପୁଣି, ଥୁୟାଥୀରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ଵର-ଭକ୍ତା ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ । ସେ ଯେପରି ପାଉଲଙ୍କର କଥିତ ବିଷୟ ପ୍ରତି ମନୋଯୋଗ କରନ୍ତି, ଏଥିନିମନ୍ତେ ପ୍ରଭୁ ତାଙ୍କର ହୃଦୟ ଫିଟାଇ ଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 15 (ORV)
ପୁଣି, ସେ ଓ ତାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣ-ମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ଵସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋର ଗୃହକୁ ଆସି ବାସ କରନ୍ତୁ; ଆଉ, ସେ ଆମ୍ଭମାନଙ୍କୁ ବଳାଇଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 16 (ORV)
ଦିନେ ଆମ୍ଭେମାନେ ପ୍ରାର୍ଥନାସ୍ଥାନକୁ ଯାଉ ଯାଉ ଦୈବଜ୍ଞ ଆତ୍ମାବିଷ୍ଟ ଜଣେ ଦାସୀ ଆମ୍ଭମାନଙ୍କୁ ଭେଟିଲା, ତାʼର ଭାଗ୍ୟଗଣନା ଦ୍ଵାରା ତାʼର କର୍ତ୍ତାମାନଙ୍କର ବହୁତ ଲାଭ ହେଉଥିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 17 (ORV)
ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରାତ୍ପର ଈଶ୍ଵରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉ ଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 18 (ORV)
ସେ ଅନେକ ଦିନ ପର୍ଯ୍ୟନ୍ତ ଏହା କଲା । କିନ୍ତୁ ପାଉଲ ବିରକ୍ତ ହୋଇ ବୁଲିପଡ଼ି ସେହି ଆତ୍ମାକୁ କହିଲେ, ତାʼଠାରୁ ବାହାରିଯିବାକୁ ମୁଁ ତୋତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଦେଉଅଛି । ଏଥିରେ ସେ ସେହି ମୁହୂର୍ତ୍ତରେ ବାହାରିଗଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 19 (ORV)
କିନ୍ତୁ ତାʼର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 20 (ORV)
ଆଉ, ସେମାନେ ସେମାନଙ୍କୁ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ, ଏହି ଲୋକଗୁଡ଼ାକ ଯିହୁଦୀ, ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 21 (ORV)
ଆମ୍ଭ ରୋମୀୟ ଲୋକମାନଙ୍କର ଯେଉଁସବୁ ରୀତିନୀତି ଗ୍ରହଣ ବା ପାଳନ କରିବା ବିଧିସଙ୍ଗତ ନୁହେଁ, ତାହା ଏମାନେ ପ୍ରଚାର କରୁଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 22 (ORV)
ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 23 (ORV)
ସେମାନେ ସେମାନଙ୍କୁ ବହୁତ ପ୍ରହାର କରାଇଲା ଉତ୍ତାରେ କାରାଗାରରେ ନିକ୍ଷେପ କରି ସେମାନଙ୍କୁ ସାବଧାନରେ ରକ୍ଷା କରିବା ନିମନ୍ତେ କାରାରକ୍ଷକଙ୍କୁ ଦୃଢ଼ ଆଜ୍ଞା ଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 24 (ORV)
ସେ ଏହିପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ହରିକାଠ ଲଗାଇଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 25 (ORV)
କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ଵରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 26 (ORV)
ସେତେବେଳେ ହଠାତ୍ ଏପରି ମହାଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍କ୍ଷଣାତ୍ ସମସ୍ତ ଦ୍ଵାର ମେଲା ହୋଇଗଲା, ପୁଣି ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 27 (ORV)
ଏଥିରେ କାରାରକ୍ଷକ ନିଦ୍ରାରୁ ଉଠି କାରାଗାରର ଦ୍ଵାର ମେଲା ହେବା ଦେଖି ବନ୍ଦୀମାନେ ପଳାଇ ଯାଇଅଛନ୍ତି ବୋଲି ମନେ କରି, ଖଣ୍ତା ବାହାର କରି ଆପଣାକୁ ବଧ କରିବାକୁ ଯାଉଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 28 (ORV)
କିନ୍ତୁ ପାଉଲ ଉଚ୍ଚସ୍ଵରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 29 (ORV)
ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 30 (ORV)
ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କଅଣ କରିବାକୁ ହେବ?
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 31 (ORV)
ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ଵାସ କର, ତାହାହେଲେ ତୁମ୍ଭେ ସପରିବାରରେ ପରିତ୍ରାଣ ପାଇବ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 32 (ORV)
ପରେ ସେମାନେ ତାଙ୍କୁ ଓ ତାଙ୍କ ଗୃହରେ ଥିବା ସମସ୍ତଙ୍କୁ ଈଶ୍ଵରଙ୍କ ବାକ୍ୟ କହିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 33 (ORV)
ଆଉ, ସେ ସେମାନଙ୍କୁ ରାତ୍ରିର ସେହି ଘଡ଼ିରେ ଘେନିଯାଇ ସେମାନଙ୍କ ପ୍ରହାରର କ୍ଷତସବୁ ଧୋଇଦେଲେ, ପୁଣି, ସେ ଓ ତାଙ୍କର ସମସ୍ତେ ସେହିକ୍ଷଣି ବାପ୍ତିଜିତ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 34 (ORV)
ସେଥିରେ ସେ ସେମାନଙ୍କୁ ଆପଣା ଗୃହକୁ ଘେନିଯାଇ ଖାଦ୍ୟ ପରିବେଷଣ କଲେ, ଆଉ ସମସ୍ତ ପରିବାର ସହିତ ଈଶ୍ଵରଙ୍କଠାରେ ବିଶ୍ଵାସ କରି ଅତ୍ୟ; ଆନନ୍ଦିତ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 35 (ORV)
ସକାଳ ହୁଅନ୍ତେ ବିଚାରକର୍ତ୍ତାମାନେ ପଦାତିକମାନଙ୍କୁ ଏହା କହି ପଠାଇଲେ, ସେହି ଲୋକମାନଙ୍କୁ ଛାଡ଼ିଦିଅ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 36 (ORV)
ଏଥିରେ କାରାରକ୍ଷକ ପାଉଲଙ୍କୁ ଏହି କଥା କହି ଜଣାଇଲେ, ଆପଣମାନଙ୍କୁ ଛାଡ଼ିଦେବା ନିମନ୍ତେ ବିଚାରକର୍ତ୍ତାମାନେ ଲୋକ ପଠାଇ ଅଛନ୍ତି । ଏଣୁ ଏବେ ବାହାରିଆସି ଶାନ୍ତିରେ ଚାଲିଯାଉନ୍ତୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 37 (ORV)
କିନ୍ତୁ ପାଉଲ ସେମାନଙ୍କୁ କହିଲେ, ରୋମୀୟ ଲୋକ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ବିଚାର ନ କରି ସେମାନେ ପ୍ରକାଶରେ ଆମ୍ଭମାନଙ୍କୁ ପ୍ରହାର କଲା ପରେ କାରାଗାରରେ ପକାଇ ଅଛନ୍ତି, ଆଉ ଏବେ କି ଗୋପନରେ ଆମ୍ଭମାନଙ୍କୁ ଛାଡ଼ି ଦେଉଅଛନ୍ତି? ତାହା ହେବ ନାହିଁ, ମାତ୍ର ସେମାନେ ନିଜେ ଆସି ଆମ୍ଭମାନଙ୍କୁ ବାହାରକୁ ଘେନିଯାଉନ୍ତୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 38 (ORV)
ସେଥିରେ ପଦାତିକମାନେ ବିଚାରକର୍ତ୍ତାମାନଙ୍କୁ ଏହିସମସ୍ତ କଥା ଜଣାଇଲେ, ପୁଣି ସେମାନେ ଯେ ରୋମୀୟ ଲୋକ, ଏହା ଶୁଣି ସେମାନେ ଭୟ କଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 39 (ORV)
ଆଉ, ସେମାନେ ଆସି ସେମାନଙ୍କୁ ବିନତି କଲେ, ପୁଣି ସେମାନଙ୍କୁ ବାହାର କରି ଆଣି ନଗରରୁ ବାହାରିଯିବା ନିମନ୍ତେ ସେମାନଙ୍କୁ ଅନୁରୋଧ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 40 (ORV)
ସେଥିରେ ସେମାନେ କାରାଗାରରୁ ବାହାରିଯାଇ ଲୂଦିଆଙ୍କ ଗୃହରେ ପ୍ରବେଶ କଲେ, ଆଉ ଭାଇମାନଙ୍କ ସାଙ୍ଗରେ ସାକ୍ଷାତ କରି ସେମାନଙ୍କୁ ଉତ୍ସାହ ଦେଲା ଉତ୍ତାରେ ପ୍ରସ୍ଥାନ କଲେ ।
❮
❯