ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 1 (ORV)
ଏହିସମସ୍ତ ଘଟଣା ପରେ ସେ ଆଥୀନୀରୁ ପ୍ରସ୍ଥାନ କରି କରିନ୍ଥକୁ ଆସିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 2 (ORV)
ଆଉ, ସେ ଆକ୍ଵିଲା ନାମକ ଜଣେ ଯିହୁଦୀଙ୍କ ଦେଖା ପାଇଲେ, ପ; ତାହାଙ୍କ ଜନ୍ମସ୍ଥାନ; ସେ ଅଳ୍ପ ଦିନ ହେଲା ଆପଣା ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ଇତାଲିଆରୁ ଆସିଥିଲେ, କାରଣ କ୍ଳାଉଦିଅ ସମସ୍ତ ଯିହୁଦୀଙ୍କୁ ରୋମରୁ ବାହାରି ଯିବାକୁ ଆଜ୍ଞା ଦେଇଥିଲେ । ସେ ସେମାନଙ୍କ ସହିତ ସାକ୍ଷାତ୍ କରିବାକୁ ଗଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 3 (ORV)
ପୁଣି, ସମବ୍ୟବସାୟୀ ଥିବାରୁ ସେମାନଙ୍କ ସହିତ ବାସ କଲେ, ଆଉ ସେମାନେ କର୍ମ କରିବାକୁ ଲାଗିଲେ, କାରଣ ବ୍ୟବସାୟରେ ସେମାନେ ତମ୍ଵୁ ନିର୍ମାଣକାରୀ ଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 4 (ORV)
ପୁଣି, ପ୍ରତି ବିଶ୍ରାମବାରରେ ସେ ସମାଜଗୃହରେ ଉପଦେଶ ଦେଇ ଯିହୁଦୀ ଓ ଗ୍ରୀକ୍ମାନଙ୍କର ବିଶ୍ଵାସ ଜନ୍ମାଇବାକୁ ଚେଷ୍ଟା କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 5 (ORV)
ଯେତେବେଳେ ଶୀଲା ଓ ତୀମଥି ମାକିଦନିଆରୁ ଆସିଲେ, ସେତେବେଳେ ପାଉଲ ବାକ୍ୟ ପ୍ରଚାରରେ ନିତା; ନିବିଷ୍ଟ ଥାଇ, ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯିହୁଦୀମାନଙ୍କ ନିକଟରେ ସାକ୍ଷ୍ୟ ଦେଉଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 6 (ORV)
କିନ୍ତୁ ସେମାନେ ପ୍ରତିରୋଧ ଓ ନିନ୍ଦା କରିବାରୁ ସେ ଆପଣା ବସ୍ତ୍ର ଝାଡ଼ି ସେମାନଙ୍କୁ କହିଲେ, ଆପଣମାନଙ୍କ ରକ୍ତ ଆପଣମାନଙ୍କ ମସ୍ତକ ଉପରେ ବର୍ତ୍ତୁ; ମୁଁ ନିର୍ଦ୍ଦୋଷ; ଏଣିକି ମୁଁ ବିଜାତିମାନଙ୍କ ନିକଟକୁ ଯିବି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 7 (ORV)
ସେଥିରେ ସେ ସେସ୍ଥାନରୁ ପ୍ରସ୍ଥାନ କରି ତିତସ୍ ଯୂସ୍ତ ନାମକ ଜଣେ ଈଶ୍ଵରଭକ୍ତଙ୍କ ଗୃହକୁ ଗଲେ, ତାହା ସମାଜଗୃହକୁ ଲାଗିଥିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 8 (ORV)
କିନ୍ତୁ ସମାଜଗୃହର ଅଧ୍ୟକ୍ଷ କ୍ରୀଷ୍ପ ସପରିବାରରେ ପ୍ରଭୁଙ୍କଠାରେ ବିଶ୍ଵାସ କଲେ, ଆଉ କରିନ୍ଥୀୟମାନଙ୍କ ମଧ୍ୟରୁ ଅନେକେ ଶୁଣି ବିଶ୍ଵାସ କରିବାକୁ ଲାଗିଲେ ଓ ବାପ୍ତିଜିତ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 9 (ORV)
ପୁଣି, ପ୍ରଭୁ ରାତ୍ରିରେ ଦର୍ଶନ ଦ୍ଵାରା ପାଉଲଙ୍କୁ କହିଲେ, “ଭୟ କର ନାହିଁ, ନୀରବ ନ ରହି କଥା କୁହ, କାରଣ ଆମ୍ଭେ ତୁମ୍ଭ ସାଙ୍ଗରେ ଅଛୁ,
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 10 (ORV)
କୌଣସି ଲୋକ ତୁମ୍ଭର କ୍ଷତି କରିବାକୁ ତୁମ୍ଭକୁ ଆକ୍ରମଣ କରିବ ନାହିଁ, ଯେଣୁ ଆମ୍ଭର ଅନେକ ଲୋକ ଏହି ନଗରରେ ଅଛନ୍ତି ।”
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 11 (ORV)
ପୁଣି, ସେ ସେମାନଙ୍କ ନିକଟରେ ଈଶ୍ଵରଙ୍କ ବାକ୍ୟ ଶିକ୍ଷା ଦେଇ ଦେଢ଼ ବର୍ଷ ସେଠାରେ ବାସ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 12 (ORV)
କିନ୍ତୁ ଗାଲ୍ଲିୟୋନ୍ ଆଖାୟାର ଶାସନକର୍ତ୍ତା ଥିବା ସମୟରେ ଯିହୁଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇଉଠି ତାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 13 (ORV)
ଏହି ଲୋକଟା ବ୍ୟବସ୍ଥାର ବିପରୀତ ଭାବରେ ଈଶ୍ଵରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାଉ ଅଛି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 14 (ORV)
କିନ୍ତୁ ପାଉଲ ମୁଖ ଫିଟାଇ କଥା କହିବାକୁ ଉଦ୍ୟତ ହୁଅନ୍ତେ, ଗାଲ୍ଲିୟୋନ୍ ଯିହୁଦୀମାନଙ୍କୁ କହିଲେ, କୌଣସି ପ୍ରକାର ଅନ୍ୟାୟ ବା ଦୁଷ୍କର୍ମ ଯଦି ହୋଇଥାଆନ୍ତା ତେବେ, ହେ ଯିହୁଦୀମାନେ, ଧୀର ହୋଇ ତୁମ୍ଭମାନଙ୍କର କଥା ଶୁଣିବା ଯୁକ୍ତି ସଙ୍ଗତ ହୋଇଥାଆନ୍ତା;
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 15 (ORV)
ମାତ୍ର ଯଦି ଏହିସବୁ କେବଳ ବାକ୍ୟ, ନାମ ଓ ତୁମ୍ଭମାନଙ୍କ ବ୍ୟବସ୍ଥା ସମ୍ଵନ୍ଧୀୟ ବିବାଦ ଅଟେ, ତେବେ ତୁମ୍ଭେମାନେ ନିଜେ ତାହା ବୁଝ; ଆମ୍ଭେ ଏହିସବୁ ବିଷୟରେ ବିଚାରକର୍ତ୍ତା ହେବାକୁ ଇଚ୍ଛା କରୁ ନାହୁଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 16 (ORV)
ପୁଣି, ସେ ସେମାନଙ୍କୁ ବିଚାରାସନ ସମ୍ମୁଖରୁ ତଡ଼ିଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 17 (ORV)
ସେଥିରେ ସମସ୍ତେ ସମାଜଗୃହର ଅଧ୍ୟକ୍ଷ ସୋସ୍ଥନାଙ୍କୁ ଧରି ବିଚାରାସନ ସମ୍ମୁଖରେ ପ୍ରହାର କରିବାକୁ ଲାଗିଲେ; କିନ୍ତୁ ଗାଲ୍ଲିୟୋନ୍ ସେହିସମସ୍ତ ବିଷୟରେ ଭ୍ରୂକ୍ଷେପ କଲେ ନାହିଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 18 (ORV)
ଏହା ଉତ୍ତାରେ ପାଉଲ ଆହୁରି ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସୁରିଆକୁ ଯାତ୍ରା କଲେ । ପ୍ରୀସ୍କିଲ୍ଲା ଓ ଆକ୍ଵିଲା ତାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ବ୍ରତ ଥିବାରୁ ସେ କେଙ୍କ୍ରେୟାରେ ଆପଣା ମସ୍ତକ ମୁଣ୍ତନ କରାଇଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 19 (ORV)
ପରେ ସେମାନେ ଏଫିସକୁ ଆସିଲେ, ପୁଣି ସେ ସେସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୁଦୀମାନଙ୍କୁ ଉପଦେଶ ଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 20 (ORV)
ପୁଣି, ସେମାନେ ତାଙ୍କୁ ଅଧିକ ସମୟ ରହିବାକୁ ଅନୁରୋଧ କରନ୍ତେ, ସେ ସମ୍ମତ ହେଲେ ନାହିଁ,
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 21 (ORV)
ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ଵରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 22 (ORV)
କାଇସରୀଆରେ ପହଞ୍ଚି ସେ ଜାହାଜରୁ ଓହ୍ଲାଇଲେ, ଆଉ ଯାଇ ମଣ୍ତଳୀକୁ ନମସ୍କାର କରି ଆନ୍ତିୟଖିଆକୁ ଚାଲିଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 23 (ORV)
ସେ ସ୍ଥାନରେ କେତେକ ସମୟ ଯାପନ କଲା ଉତ୍ତାରେ ସେ ପ୍ରସ୍ଥାନ କଲେ, ପୁଣି କ୍ରମାନ୍ଵୟେ ଗାଲାତୀୟ ଅଞ୍ଚଳ ଓ ଫ୍ରୁଗିଆ ଦେଇ ଯାତ୍ରା କରୁ କରୁ ଶିଷ୍ୟ ସମସ୍ତଙ୍କୁ ସୁସ୍ଥିର କରୁଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 24 (ORV)
ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୁଦୀ ଏଫିସକୁ ଆସିଲେ, ତାଙ୍କର ଜନ୍ମସ୍ଥାନ ଆଲେକ୍ଜାଣ୍ତ୍ରିଆ; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 25 (ORV)
ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷାପ୍ରାପ୍ତ ହୋଇଥିଲେ, ପୁଣି ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମ ରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ;
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 26 (ORV)
ସେ ସମାଜଗୃହରେ ସାହସ ସହିତ କଥା କହିବାକୁ ଲାଗିଲେ । କିନ୍ତୁ ପ୍ରୀସ୍କିଲ୍ଲା ଓ ଆକ୍ଵିଲା ତାଙ୍କ କଥା ଶୁଣି ତାଙ୍କୁ ଆପଣାମାନଙ୍କ ସାଙ୍ଗରେ ରଖି ଅଧିକ ସୂକ୍ଷ୍ମ ରୂପେ ଈଶ୍ଵରଙ୍କ ମାର୍ଗ ବିଷୟ ତାଙ୍କୁ ବୁଝାଇଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 27 (ORV)
ସେ ଆଖାୟା ଦେଶକୁ ଯିବା ପାଇଁ ଇଚ୍ଛା କରିବାରୁ ଭାଇମାନେ ତାଙ୍କୁ ଉତ୍ସାହ ଦେଇ ତାଙ୍କୁ ଗ୍ରହଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଲେଖିଲେ । ସେ ସେଠାରେ ଉପସ୍ଥିତ ହୋଇ, ଯେଉଁମାନେ ବିଶ୍ଵାସ କରିଥିଲେ, ଈଶ୍ଵରଙ୍କ ଅନୁଗ୍ରହ ଦ୍ଵାରା ସେମାନଙ୍କର ବହୁତ ଉପକାର କଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 18 : 28 (ORV)
କାରଣ ଯୀଶୁ ଯେ ଖ୍ରୀଷ୍ଟ, ଏହା ଧର୍ମଶାସ୍ତ୍ର ଦ୍ଵାରା ପ୍ରମାଣ କରି ସେ ପ୍ରକାଶରେ ଶକ୍ତି ସହିତ ଯିହୁଦୀମାନଙ୍କର ଯୁକ୍ତିସବୁ ଖଣ୍ତନ କରିବାକୁ ଲାଗିଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28

BG:

Opacity:

Color:


Size:


Font: