ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 1 (ORV)
କିନ୍ତୁ ହନନୀୟ ନାମକ ଜଣେ ବ୍ୟକ୍ତି ଆପଣା ଭାର୍ଯ୍ୟା ଶଫୀରାର ସମ୍ମତିରେ କିଛି ସମ୍ପତ୍ତି ବିକ୍ରୟ କଲା,
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 2 (ORV)
ପୁଣି ଭାର୍ଯ୍ୟାର ଜ୍ଞାତସାରରେ ସେଥିର ମୂଲ୍ୟରୁ କିଛି ଲୁଚାଇ ରଖି ଅଂଶମାତ୍ର ଆଣି ପ୍ରେରିତମାନଙ୍କ ଚରଣ ତଳେ ଥୋଇଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 3 (ORV)
ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛି?
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 4 (ORV)
ବିକ୍ରୟ ନ ହେବା ପୂର୍ବେ ତାହା କʼଣ ତୁମ୍ଭ ନିଜର ହୋଇ ରହି ନ ଥିଲା? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁ, ମାତ୍ର ଈଶ୍ଵରଙ୍କ ନିକଟରେ ମିଥ୍ୟା କହିଲ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 5 (ORV)
ଏହିସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା । ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ ପାଇଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 6 (ORV)
ଆଉ, ଯୁବକମାନେ ଉଠି ତାହାକୁ ଲୁଗାରେ ଗୁଡ଼ାଇଲେ ଏବଂ ବାହାରକୁ ଘେନିଯାଇ ସମାଧି ଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 7 (ORV)
ପ୍ରାୟ ତିନି ଘଣ୍ଟା ପରେ ତାହାର ଭାର୍ଯ୍ୟା ଆସିଲା, କିନ୍ତୁ କʼଣ ଘଟିଅଛି, ତାହା ସେ ଜାଣି ନ ଥିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 8 (ORV)
ଆଉ, ପିତର ତାହାକୁ ଉତ୍ତର ଦେଲେ, କୁହ ତ, ତୁମ୍ଭେମାନେ କʼଣ ଏତିକି ଟଙ୍କାରେ ଭୂମି ବିକ୍ରୟ କଲ? ସେ କହିଲା, ହଁ, ସେତିକିରେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 9 (ORV)
ସେଥିରେ ପିତର ତାହାକୁ କହିଲେ, ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକପରାମର୍ଶ ହେଲ? ଦେଖ, ଯେଉଁମାନେ ତୁମ୍ଭ ସ୍ଵାମୀକୁ ସମାଧି ଦେଇଅଛନ୍ତି, ସେମାନେ ଦ୍ଵାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 10 (ORV)
ତତ୍କ୍ଷଣାତ୍ ସେ ତାଙ୍କ ପାଦ ତଳେ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା, ପୁଣି, ଯୁବକମାନେ ଭିତରକୁ ଆସି ତାହାକୁ ମୃତ ଦେଖି ବାହାରକୁ ବହିନେଇଗଲେ ଏବଂ ତାହାର ସ୍ଵାମୀ ପାଖରେ ତାହାକୁ ସମାଧି ଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 11 (ORV)
ସେଥିରେ ସମୁଦାୟ ମଣ୍ତଳୀ ଓ ଯେତେ ଲୋକ ଏହିସବୁ ବିଷୟ ଶୁଣିଲେ, ସେମାନେ ସମସ୍ତେ ଅତିଶୟ ଭୟ ପାଇଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 12 (ORV)
ପ୍ରେରିତମାନଙ୍କ ହସ୍ତ ଦ୍ଵାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ତଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ତପରେ ଉପସ୍ଥିତ ହେଉଥିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 13 (ORV)
କିନ୍ତୁ ଅନ୍ୟ ଲୋକମାନଙ୍କ ମଧ୍ୟରୁ କେହି ସେମାନଙ୍କ ସହିତ ଯୋଗ ଦେବାକୁ ସାହସ କରୁ ନ ଥିଲେ; ତଥାପି ଲୋକମାନେ ସେମାନଙ୍କର ପ୍ରଶଂସା କରୁଥିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 14 (ORV)
ପୁଣି, ଆହୁରି ଅଧିକ ଅନେକ ପୁରୁଷ ଓ ସ୍ତ୍ରୀ ବିଶ୍ଵାସ କରି ପ୍ରଭୁଙ୍କ ସହିତ ସଂଯୁକ୍ତ ହେବାକୁ ଲାଗିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 15 (ORV)
ଏପରି କି, ପିତର ଆସିବା ସମୟରେ ଅନ୍ତତଃ ତାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ, ଏଥିନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ତକୁ ବୋହିନେଇ ଆସି, ଶେଯ ଓ ଖଟିଆରେ ରଖିଦେଉଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 16 (ORV)
ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନଗରସମୂହରୁ ଲୋକ-ସମୂହ ମଧ୍ୟ ରୋଗୀମାନଙ୍କୁ ଓ ଅଶୁଚି ଆତ୍ମା ଦ୍ଵାରା ଆକ୍ରା; ଲୋକମାନଙ୍କୁ ଆଣି ଏକତ୍ର ହେଉଥିଲେ, ଆଉ ସେମାନେ ସମସ୍ତେ ସୁସ୍ଥ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 17 (ORV)
ପରେ ମହାଯାଜକ ଓ ତାଙ୍କ ସଙ୍ଗୀ ସମସ୍ତେ, ଅର୍ଥାତ୍, ସାଦ୍ଦୂକୀ ଦଳ, ଈର୍ଷାରେ ପ୍ରଜ୍ଜ୍ଵଳିତ ହୋଇ ଉଠିଲେ
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 18 (ORV)
ଓ ପ୍ରେରିତମାନଙ୍କୁ ଧରି ସାଧାରଣ କାରାଗାରରେ ରଖିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 19 (ORV)
କିନ୍ତୁ ପ୍ରଭୁଙ୍କର ଜଣେ ଦୂତ, ରାତ୍ରିକାଳରେ କାରାଗାରର ଦ୍ଵାରସବୁ ଫିଟାଇଦେଲେ ଓ ସେମାନଙ୍କୁ ବାହାର କରି ଆଣି କହିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 20 (ORV)
ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ଵନ୍ଧୀୟ ସମସ୍ତ କଥା କୁହ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 21 (ORV)
ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ । ଇତିମଧ୍ୟରେ ମହାଯାଜକ ଓ ତାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 22 (ORV)
କିନ୍ତୁ କର୍ମଚାରୀମାନେ ଯାଇ କାରାଗାରରେ ସେମାନଙ୍କୁ ନ ପାଇ ଫେରି ଆସି କହିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 23 (ORV)
ଆମ୍ଭେମାନେ ଦେଖିଲୁ, କାରାଗାର ଦୃଢ଼ ରୂପେ ରୁଦ୍ଧ ହୋଇଅଛି ଓ ଦ୍ଵାରଗୁଡ଼ିକରେ ରକ୍ଷକମାନେ ଠିଆ ହୋଇଅଛନ୍ତି, କିନ୍ତୁ ଦ୍ଵାର ଫିଟାନ୍ତେ, ଭିତରେ ଆମ୍ଭେମାନେ କାହାକୁ ପାଇଲୁ ନାହିଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 24 (ORV)
ଏହିସବୁ କଥା ଶୁଣି ମନ୍ଦିରର ସେନାପତି ଓ ପ୍ରଧାନ ଯାଜକମାନେ ଏଥିର ପରିଣାମ କଅଣ ହେବ ଭାବି ସେମାନଙ୍କ ବିଷୟରେ ହତବୁଦ୍ଧି ହେବାକୁ ଲାଗିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 25 (ORV)
ଏପରି ସମୟରେ ଜଣେ ଲୋକ ଆସି ସେମାନଙ୍କୁ ସମ୍ଵାଦ ଦେଲା, ଦେଖନ୍ତୁ, ଆପଣମାନେ ଯେଉଁ ଲୋକମାନଙ୍କୁ କାରାଗାରରେ ରଖିଥିଲେ, ସେମାନେ ମନ୍ଦିରରେ ଠିଆ ହୋଇ ଲୋକମାନଙ୍କୁ ଶିକ୍ଷା ଦେଉଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 26 (ORV)
ସେତେବେଳେ ସେନାପତି କର୍ମଚାରୀମାନଙ୍କ ସହିତ ଯାଇ ସେମାନଙ୍କୁ ଆଣିଲେ, କିନ୍ତୁ ବଳପୂର୍ବକ ନୁହେଁ, କାରଣ କାଳେ ଲୋକେ ସେମାନଙ୍କୁ ପଥର ଫୋପାଡ଼ିବେ, ଏହା ଭୟ କରୁଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 27 (ORV)
ସେମାନେ ସେମାନଙ୍କୁ ଆଣି ମହାସଭା ସମ୍ମୁଖରେ ଠିଆ କରାଇଲେ । ସେଥିରେ ମହାଯାଜକ ସେମାନଙ୍କୁ ପଚାରିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 28 (ORV)
ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ ରୂପେ ନିଷେଧ କରିଥିଲୁ, ତଥାପି ଦେଖ, ତୁମ୍ଭେମାନେ ତୁମ୍ଭମାନଙ୍କ ଶିକ୍ଷାରେ ଯିରୂଶାଲମ ପୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 29 (ORV)
କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କ ଆଜ୍ଞା ଅପେକ୍ଷା ବରଂ ଈଶ୍ଵରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 30 (ORV)
ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ଵର ତାହାଙ୍କୁ ଉଠାଇଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 31 (ORV)
ପୁଣି, ସେ ଯେପରି ଇସ୍ରାଏଲକୁ ମନ ପରିବର୍ତ୍ତନ ଓ ପାପକ୍ଷମା ଦାନ କରନ୍ତି, ଏଥିନିମନ୍ତେ ଈଶ୍ଵର ଆପଣା ଦକ୍ଷିଣ ହସ୍ତ ଦ୍ଵାରା ତାହାଙ୍କୁ ଅଧିପତି ଓ ତ୍ରାଣକର୍ତ୍ତା ସ୍ଵରୂପେ ଉନ୍ନତ କରିଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 32 (ORV)
ପୁଣି, ଆମ୍ଭେମାନେ ଏହିସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ଵର ଆପଣା ଆଜ୍ଞା-ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 33 (ORV)
ଏହି କଥା ଶୁଣି ସେମାନେ ମର୍ମାହତ ହେଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ମନ୍ତ୍ରଣା କରିବାକୁ ଲାଗିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 34 (ORV)
କିନ୍ତୁ ଗମଲୀୟେଲ ନାମକ ଜଣେ ଫାରୂଶୀ, ଯେ କି ବ୍ୟବସ୍ଥା-ଅଧ୍ୟାପକ ଓ ସମସ୍ତଙ୍କ ନିକଟରେ ସମ୍ମାନପାତ୍ର ଥିଲେ, ସେ ମହାସଭାରେ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ନିମନ୍ତେ ବାହାର କରିଦେବାକୁ ଆଜ୍ଞା ଦେଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 35 (ORV)
ପୁଣି ସେ ସେମାନଙ୍କୁ କହିଲେ, ହେ ଇସ୍ରାଏଲୀୟ ଲୋକମାନେ, ଏମାନଙ୍କ ପ୍ରତି ଆପଣମାନେ କʼଣ କରିବାକୁ ଉଦ୍ୟତ ହେଉଅଛନ୍ତି, ସେ ବିଷୟରେ ସାବଧାନ ହେଉନ୍ତୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 36 (ORV)
କାରଣ ଏଥିପୂର୍ବେ ଥିଉଦା ଉଠି ନିଜକୁ ଜଣେ ମହାପୁରୁଷ ବୋଲି କହିଲା, ଆଉ ପ୍ରାୟ ଚାରିଶହ ଲୋକ ତାʼ ସହିତ ଯୋଗ ଦେଲେ; ସେ ହତ ହେଲା, ପୁଣି ଯେତେ ଲୋକ ତାʼର ଅନୁଗତ ହୋଇଥିଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ହେଲେ ଓ ଅକୃତକାର୍ଯ୍ୟ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 37 (ORV)
ସେହି ଲୋକ ଉତ୍ତାରେ ଜନଗଣନା ସମୟରେ ଗାଲିଲୀୟ ଯିହୂଦା ଉଠି ଲୋକମାନଙ୍କୁ ଆପଣା ପଛରେ ଟାଣିନେଇ ବିପ୍ଳବ କରାଇଲା; ସେ ମଧ୍ୟ ବିନଷ୍ଟ ହେଲା, ପୁଣି, ଯେତେ ଲୋକ ତାʼର ଅନୁଗତ ହୋଇଥିଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ହୋଇଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 38 (ORV)
ଏବେ ମୁଁ ଆପଣମାନଙ୍କୁ କହୁଅଛି, ଆପଣମାନେ ଏହି ଲୋକମାନଙ୍କ ପ୍ରତି କିଛି ନ କରି ସେମାନଙ୍କୁ ଛାଡ଼ିଦିଅନ୍ତୁ, କାରଣ ଏହି ମନ୍ତ୍ରଣା ବା ଏହି କର୍ମ ଯଦି ମନୁଷ୍ୟଠାରୁ ହୋଇଥାଏ, ତାʼହେଲେ ତାହା ଉଚ୍ଛିନ୍ନ ହୋଇଯିବ;
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 39 (ORV)
କିନ୍ତୁ ଯଦି ତାହା ଈଶ୍ଵରଙ୍କଠାରୁ ହୋଇଥାଏ, ତାʼହେଲେ ଆପଣମାନେ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ସମର୍ଥ ହେବେ ନାହିଁ, କାଳେ ଆପଣମାନେ ଈଶ୍ଵରଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି ବୋଲି ଦେଖାଯିବେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 40 (ORV)
ସେମାନେ ତାଙ୍କ କଥାରେ ସମ୍ମତ ହେଲେ, ପୁଣି ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ିଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 41 (ORV)
ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 42 (ORV)
ଆଉ, ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାରୁ ଓ ଯୀଶୁ ଯେ ଖ୍ରୀଷ୍ଟ, ଏହି ସୁସମାଚାର ପ୍ରଚାର କରିବାରୁ କ୍ଷା; ହେଲେ ନାହିଁ ।
❮
❯